Banner Ad

ଶିମିଳିପାଳକୁ ମିଳିଲା ଜାତୀୟ ଉଦ୍ୟାନର ମାନ୍ୟତା

ଶିମିଳିପାଳକୁ ମିଳିଲା ଜାତୀୟ ଉଦ୍ୟାନର ମାନ୍ୟତା
Published by : Jyotshna Kumari
#State
Apr 25, 2025, 8:55 AM

ଶିମିଳିପାଳ( ଦ କୁଇଭର):- ଦୀର୍ଘ ଦିନର ବ୍ୟବଧାନ ପରେ ଶିମିଳିପାଳକୁ ମିଳିଛି ଜାତୀୟ ଉଦ୍ୟାନ ମାନ୍ୟତା। ଯାହା ଓଡ଼ିଶାର ସଂରକ୍ଷଣରେ ଏକ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ ହୋଇ ରହିବ ବୋଲି କହିଛନ୍ତି, ପିସିସିଏଫ ପ୍ରେମ କୁମାର ଝା। ଆମ ଶିମିଳିପାଳ ଯୋଜନା ପାଇଁ ଚଳିତ ବର୍ଷ ୨୦୨୫ ବଜେଟ୍‌ରେ ୫୦ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି। ଶିମିଳିପାଳ ଆମ ରାଜ୍ୟର ଗର୍ବ ଓ ଗୌରବ। କେବଳ ଆମ ରାଜ୍ୟ ନୁହେଁ, ଏପରି କି ସମଗ୍ର ଭାରତରେ ଶିମିଳିପାଳ ଏକ ଅନନ୍ୟ ଜୈବବିବିଧତା ସୁନାମ ଆଣି ଦେଇଛି। ୧୯୮୦ ମସିହାରେ ଆରମ୍ଭ ହୋଇଥିବା ଏହି ଦୀର୍ଘକାଳୀନ ପ୍ରସ୍ତାବ ଏବେ ସାକାର ହୋଇଛି। ଏହା ଓଡ଼ିଶାରେ ସଂରକ୍ଷଣ ପାଇଁ ଏକ ବଡ଼ ପଦକ୍ଷେପ" ବୋଲି କହିଛନ୍ତି ପିସିସିଏଫ ପ୍ରେମ କୁମାର ଝା। ଅଞ୍ଚଳ ଜଙ୍ଗଲ କ୍ଷୟ, ବିସ୍ଥାପନ ଏବଂ ସ୍ଥାନୀୟ ଅନୁସୂଚିତ ଜାତି ଏବଂ ଅନୁସୂଚିତ ଜନଜାତି ସମ୍ପ୍ରଦାୟ ପାଇଁ ଶିକ୍ଷା ଏବଂ ସ୍ବାସ୍ଥ୍ୟସେବା ଉପଲବ୍ଧତାର ଅଭାବ ଆଦି ଚ୍ୟାଲେଞ୍ଜର ମଧ୍ୟ ସମ୍ମୁଖୀନ ହେଉଛି।

Leave a Comment

Comments

No comments yet.

Best Biofloc Fish Farming

ad
Read more

State

ଗଠନ ହେବ OISFର ଆଉ ଏକ ବାଟାଲିଅନ, ସୃଷ୍ଟି ହେବ ୧୦୪୦ ପଦବୀ

Blog Thumbnail

ଦ କୁଇଭର ବ୍ୟୁରୋ :- ରାଜ୍ୟରେ ‘ଓଡ଼ିଶା ଇଣ୍ଡଷ୍ଟ୍ରିଆଲ ସିକ୍ୟୁରିଟି ଫୋର୍ସ’ର ଆଉ ଏକ ବାଟାଲିଅନ ଗଠନ କରାଯିବ । ଏ ସମ୍ପର୍କିତ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଞ୍ଜୁର କରିଛନ୍ତି । ଏହି ନୂତନ ବାଟାଲିଅନ ପାଇଁ ସମୁଦାୟ ୧୦୪୦ଟି ପଦବୀ ମଧ୍ୟ ସୃଷ୍ଟି କରାଯାଇଛି । ରାଜ୍ୟରେ ଶିଳ୍ପ ଅଭିବୃଦ୍ଧି ଉପରେ ରାଜ୍ୟ ସରକାର ଗୁରୁତ୍ୱ ଦେଉଛନ୍ତି । ଏହାକୁ ଗୁରୁତ୍ୱାରୋପ କରି ପଦକ୍ଷେପ ମଧ୍ୟ ନେଉଛନ୍ତି । ନୂଆ ନୂଆ ଶିଳ୍ପ ପ୍ରତିଷ୍ଠା ହେବା ସହିତ ଆଗାମୀ ଦିନରେ ଏହି କ୍ଷେତ୍ରରେ ବ୍ୟାପକ ସମ୍ଭାବନା ସୃଷ୍ଟି ହୋଇଛି । ତେଣୁ ଶିଳ୍ପ ପ୍ରତିଷ୍ଠାନ ଓ ବାଣିଜ୍ୟିକ ଦୃଷ୍ଟିରୁ ଗୁରୁତ୍ୱପୂର୍ଣ୍ଣ ସ୍ଥାନ ଗୁଡ଼ିକର ସୁରକ୍ଷା ଜରୁରୀ ହୋଇପଡ଼ିଛି । ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନୂଆ ନୂଆ ପଦକ୍ଷେପ ମାନ ନେଉଛନ୍ତି । ରାଜ୍ୟରେ ଆଉ ଏକ ନୂଆ ବାଟାଲିଅନ ଗଠନକୁ ମୁଖ୍ୟମନ୍ତ୍ରୀ ମଞ୍ଜୁରୀ ଦେଇଛନ୍ତି । ନୂଆ ଓଡ଼ିଶା ଇଣ୍ଡଷ୍ଟ୍ରିଆଲ ସିକ୍ୟୁରିଟି ଫୋର୍ସର ଆଉ ଏକ ବାଟାଲିଅନ ଗଠନ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ମଞ୍ଜୁର କରିଛନ୍ତି । ଏହି ନୂତନ ବାଟାଲିଅନ ପାଇଁ ସମୁଦାୟ ୧୦୪୦ଟି ପଦବୀ ମଧ୍ୟ ସୃଷ୍ଟି କରାଯାଇଛି । ରାଜ୍ୟରେ OISF ର ଗୋଟିଏ ବାଟାଲିଅନ କାର୍ଯ୍ୟରତ ଅଛି । ଏହାର ସମୁଦାୟ ପଦବୀ ସଂଖ୍ୟା ୧୮୦୭ । ନୂଆ ବାଟାଲିଅନ ସୃଷ୍ଟି ହେବା ପରେ ଏଥିରେ ସମୁଦାୟ ୨ଟି ବାଟାଲିଅନ କାର୍ଯ୍ୟ କରିବ । ୨ଟି ବାଟାଲିଅନର ପଦବୀ ସଂଖ୍ୟା ୨୮୪୭ ହେବ । ଜିଲ୍ଲାସ୍ତରୀୟରେ ୧୯୩୦ ପଦବୀ ସୃଷ୍ଟି ହୋଇଛି । ସେଥିରେ ଡିଏସପି ୫ଟି, ଇନ୍ସପେକ୍ଟର ୪୧ ଟି, ସବଇନ୍ସପେକ୍ଟର ୮୩ ଟି, ଏଏସଆଇ ୮୩ ଟି, ହାବିଲଦାର ୩୧୦ ଓ କନଷ୍ଟେବଲ ପାଇଁ ୧୪୦୮ଟି ପଦବୀ ସୃଷ୍ଟି ହୋଇଛି । ସମୁଦାୟ ୧୯୩୦ ଟି ପଦବୀ ସୃଷ୍ଟି ହୋଇଛି ।

State

୩୨ ହଜାର ପୁଲିସ ପଦବି ପୂରଣ ହେବ

Blog Thumbnail

ଭୁବନେଶ୍ୱର( ଦ କୁଇଭର):- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର କହିଛନ୍ତି, ଓଡିଶାର ପୁଲିସ ବାହିନୀକୁ ଦକ୍ଷ ଓ ଶୃଙ୍ଖଳିତ କରି ଗଢ଼ିତୋଳିବା ପାଇଁ ରାଜ୍ୟ ସରକାର ପ୍ରତିବଦ୍ଧ। ସେ କହିଛନ୍ତି ଯେ, ବର୍ତ୍ତମାନ ରାଜ୍ୟ ପୁଲିସ ବାହିନୀରେ ପ୍ରାୟ ୧୬ ହଜାର ପଦବି ଖାଲି ଥିବାବେଳେ, ଆହୁରି ୧୬,୦୫୯ଟି ନୂଆ ପଦବି ସୃଷ୍ଟି କରିବା ପାଇଁ ନିଷ୍ପତ୍ତି ନିଆଯାଇଛି। ଏସବୁ ପଦବି ପୂରଣ ହେବା ପରେ ରାଜ୍ୟର ଜନସଂଖ୍ୟା ଅନୁପାତରେ ପୁଲିସର ନିୟୋଜନ ଯଥେଷ୍ଟ ବୃଦ୍ଧି ପାଇବ। ଏହାସହିତ ପୁଲିସ ବାହିନୀକୁ ଅଧିକ ଦକ୍ଷ କରିବା ପାଇଁ ଅଧିକାରୀମାନେ ଅନ୍ୟ ରାଜ୍ୟକୁ ଯାଇ, ସେଠାକାର ପରିଚାଳନା ପଦ୍ଧତିକୁ ଅନୁସରଣ କରିବା ଉପରେ ମଧ୍ୟ ମୁଖ୍ୟମନ୍ତ୍ରୀ ଗୁରୁତ୍ବାରୋପ କରିଥିଲେ।ଏହି ଅବସରରେ ମୁଖ୍ୟମନ୍ତ୍ରୀ ସଂଘର କର୍ମକର୍ତ୍ତାମାନଙ୍କୁ ଦକ୍ଷତାର ସହ ଆଗାମୀ ଦିନ ଗୁଡିକରେ କାର୍ଯ୍ୟ କରିବାକୁ ଏବଂ ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତିର ଉନ୍ନତି ପାଇଁ କାମ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ମୁଖ୍ୟମନ୍ତ୍ରୀ ଏକ ବୈଠକରେ ଉପସ୍ଥିତ ସମସ୍ତ ପୁଲିସ ସେବା କର୍ମଚାରୀ ମାନଙ୍କୁ ରାଜ୍ୟବାସୀଙ୍କ ଆଶା ଓ ଭରସାର ମାନ ରଖି ଓଡ଼ିଶାକୁ ଶାନ୍ତି ଶୃଙ୍ଖଳା କ୍ଷେତ୍ରରେ ଏକ ଆଦର୍ଶ ରାଜ୍ୟ ଭାବେ ଗଢି ତୋଳିବାରେ ନିଜର ଯୋଗଦାନ ରଖିବାକୁ ପରାମର୍ଶ ଦେଇଥିଲେ।

National

ପହଲଗାମ ଆତଙ୍କବାଦୀ ଆକ୍ରମଣ : କୂଟନୈତିକ ଯୁଦ୍ଧ ଆରମ୍ଭ

Blog Thumbnail

ଦ କୁଇଭର ବ୍ୟୁରୋ:- କାଶ୍ମୀରର ପହଲଗାମରେ ଆତଙ୍କବାଦୀଙ୍କ ବର୍ବର ଆକ୍ରମଣରେ ୨୬ ପର୍ଯ୍ୟଟକଙ୍କ ମୃତ୍ୟୁ ପରେ କେନ୍ଦ୍ର ସରକାର ଆଜି ସୀମାପାର ଆତଙ୍କବାଦ ଚଳାଇଥିବା ପାକିସ୍ତାନ ବିରୋଧରେ କୂଟନୈତିକ ଯୁଦ୍ଧ ଘୋଷଣା କରିଛନ୍ତି। ସିନ୍ଧୁ ଜଳ ଚୁକ୍ତି ସ୍ଥଗିତ ରଖିବା ଏବଂ ପାକିସ୍ତାନୀ ନାଗରିକଙ୍କୁ ଭାରତରେ ପ୍ରବେଶ ଉପରେ ରୋକ ଲଗାଇବା ଭଳି କଠୋର ପଦକ୍ଷେପ ଗ୍ରହଣ କରିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସୁରକ୍ଷା ସଂକ୍ରାନ୍ତ କ୍ୟାବିନେଟ୍ କମିଟି (ସିସିଏସ୍) ବୈଠକରେ ନିଷ୍ପତ୍ତି ନିଆଯାଇଛି। ପାକିସ୍ତାନ ସୀମାପାର ଆତଙ୍କବାଦକୁ ସମର୍ଥନ ବନ୍ଦ କରିବା ପର୍ଯ୍ୟନ୍ତ ୧୯୬୦ ମସିହାର ସିନ୍ଧୁ ଜଳ ଚୁକ୍ତିକୁ ତୁରନ୍ତ ସ୍ଥଗିତ ରଖାଯିବ ବୋଲି ଘୋଷଣା କରାଯାଇଛି। ଏହାସହିତ ସମନ୍ୱିତ ଅଟାରୀ-ୱାଘା ଚେକ୍‌ପୋଷ୍ଟ ତୁରନ୍ତ ବନ୍ଦ କରାଯିବ। ଯେଉଁମାନେ ବୈଧ ଅନୁମୋଦନ ସହିତ ସୀମା ଅତିକ୍ରମ କରିଛନ୍ତି ସେମାନେ ମେ ୧, ୨୦୨୫ ପୂର୍ବରୁ ସେହି ମାର୍ଗ ଦେଇ ଫେରିପାରିବେ। ସାର୍କ ଭିସା ଛାଡ଼ ଯୋଜନା ଅଧୀନରେ ପାକିସ୍ତାନୀ ନାଗରିକମାନେ ଭାରତ ଯାତ୍ରା କରିପାରିବେ ନାହିଁ। ଏହା ସହିତ ଇସଲାମାବାଦରେ ଥିବା ଭାରତୀୟ ହାଇକମିସନରୁ ଭାରତ ନିଜର ପ୍ରତିରକ୍ଷା, ନୌସେନା ଏବଂ ବାୟୁ ପରାମର୍ଶଦାତାଙ୍କୁ ପ୍ରତ୍ୟାହାର କରିବ। ସେହିଭଳି ନୂଆଦିଲ୍ଲୀସ୍ଥିତ ପାକିସ୍ତାନ ହାଇକମିସନରେ ପ୍ରତିରକ୍ଷା, ସାମରିକ, ନୌସେନା ଓ ବାୟୁସେନା ପରାମର୍ଶଦାତାଙ୍କୁ ବ୍ୟକ୍ତିଗତ ଭାବେ ‘ଅଲୋଡ଼ା’ ଘୋଷଣା କରାଯାଇଛି। ଭାରତ ଛାଡ଼ିବା ପାଇଁ ସେମାନଙ୍କୁ ଏକ ସପ୍ତାହ ଦିଆଯାଇଛି। ହାଇକମିସନର ସମୁଦାୟ ସଦସ୍ୟ ସଂଖ୍ୟା ୩୦କୁ ହ୍ରାସ କରାଯିବ ବୋଲି ଭାରତ ଘୋଷଣା କରିଛି। ବୁଧବାର ସନ୍ଧ୍ୟାରେ ପ୍ରାୟ ଅଢ଼େଇ ଘଣ୍ଟା ଧରି ଚାଲିଥିବା ନିରାପତ୍ତା ବୈଠକରେ ଗୃହମନ୍ତ୍ରୀ ଅମିତ ଶାହ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ବିଦେଶ ମନ୍ତ୍ରୀ ଏସ୍‌ ଜୟଶଙ୍କର, ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ, ଏନ୍‌ଏସ୍‌ଏ ଅଜିତ ଡୋଭଲ ଓ ଅନ୍ୟ ଶୀର୍ଷ ସୁରକ୍ଷା ଅଧିକାରୀ ଯୋଗ ଦେଇଥିଲେ। ପ୍ରଧାନମନ୍ତ୍ରୀଙ୍କ ବା‌ସଭବନରେ ଅନୁଷ୍ଠିତ ନିରାପତ୍ତା ସଂକ୍ରାନ୍ତ ବୈଠକରେ କଶ୍ମୀରର ସୁରକ୍ଷା ପ୍ରସଙ୍ଗ ଏବଂ ଆତଙ୍କବାଦୀଙ୍କୁ ନିପାତ ପାଇଁ ରଣନୀତି ସଂପର୍କରେ ବିସ୍ତୃତ ଆଲୋଚନା ହୋଇଥିଲା।

ପ୍ରଧାନମନ୍ତ୍ରୀ ମୋଦୀ, ଗୃହମନ୍ତ୍ରୀ ଶାହ ଏବଂ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଆତଙ୍କବାଦ ବିରୋଧରେ ଭାରତର ଲଢ଼େଇ ଓ ଏହାର ପ୍ରତିବଦ୍ଧତାକୁ ଦୋହରାଇଛନ୍ତି ଏବଂ ପହଲଗାମ ଆକ୍ରମଣରେ ସାମିଲ ଆତଙ୍କୀ ଓ ଏହା ପଛରେ ଥିବା ଷଡ୍‌ଯନ୍ତ୍ରକାରୀଙ୍କୁ ନିସ୍ତାର ମିଳିବ ନାହିଁ ବୋଲି ଘୋଷଣା କରିଛନ୍ତି। ଅନ୍ୟପକ୍ଷରେ ଶ୍ରୀନଗରରେ ଆଜି ଗୃହମନ୍ତ୍ରୀ ଶାହ ସୁରକ୍ଷା ଅଧିକାରୀଙ୍କ ସହ ବୈଠକ କରି ଆତଙ୍କବାଦୀଙ୍କ ମୂଳପୋଛ ପାଇଁ ଚାଲିଥିବା ଅଭିଯାନ ଆହୁରି ବ୍ୟାପକ ହେବ ବୋଲି କହିଛନ୍ତି।

State

ଆଜିଠୁ ୪ ଦିନ କାଳବୈଶାଖୀ

Blog Thumbnail

ଦ କୁଇଭର ବ୍ୟୁରୋ:- ଆଜିଠୁ ୪ ଦିନ କାଳବୈଶାଖୀ ବର୍ଷା । ଆଜି ଅପରାହ୍ଣରେ ମାଲକାନଗିରି, ଗଞ୍ଜାମ, କୋରାପୁଟ ଓ ମୟୂରଭଞ୍ଜରେ ବିଜୁଳି, ଘଡ଼ଘଡ଼ିର ଆଶଙ୍କା ରହିଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବ । ସେହିପରି ଝାରସୁଗୁଡ଼ା, ବୌଦ୍ଧ, ସମ୍ବଲପୁର ଓ ବଲାଙ୍ଗୀରକୁ ହିଟୱେଭ ପାଇଁ ୟେଲୋ ଚେତାବନୀ ଜାରି କରାଯାଇଛି । ତାତି ଓ ଆର୍ଦ୍ରତା ପାଇଁ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଆସନ୍ତାକାଲି କାଳବୈଶାଖୀ ପାଇଁ ୭ ଜିଲ୍ଲା କୋରାପୁଟ, ଗଞ୍ଜାମ, ସୁନ୍ଦରଗଡ଼, ମୟୂରଭଞ୍ଜ, ବାଲେଶ୍ବର, କେନ୍ଦୁଝର ଓ ଭଦ୍ରକକୁ ଅରେଞ୍ଜ ୱାର୍ଣ୍ଣିଂ ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏସବୁ ଜିଲ୍ଲାରେ ଘଣ୍ଟା ପ୍ରତି ୫୦ରୁ ୬୦ କିଲୋମିଟର ବେଗରେ ପବନ ବହିପାରେ । ସେହିପରି ବିଜୁଳି, ଘଡ଼ଘଡ଼ି ଓ ପବନ ପାଇଁ ୧୮ ଜିଲ୍ଲାକୁ ଦିଆଯାଇଛି ୟେଲୋ ୱାର୍ଣ୍ଣିଂ । ୨୯ ତାରିଖ ଯାଏ କାଳବୈଶାଖୀ ଆଶଙ୍କା ରହିଛି । ୩ ଦିନରେ ତାପମାତ୍ରାରେ ବଡ଼ ଧରଣର ପରିବର୍ତ୍ତନର ସମ୍ଭାବନା ନାହିଁ । ଏହାପରେ ଦିନ ତାପମାତ୍ରାରେ ୩ରୁ ୫ ଡିଗ୍ରି ସେଲସିୟସ ହ୍ରାସ ହୋଇପାରେ ।

State

ଗଠନ ହେବ OISFର ଆଉ ଏକ ବାଟାଲିଅନ, ସୃଷ୍ଟି ହେବ ୧୦୪୦ ପଦବୀ

Blog Thumbnail

ଦ କୁଇଭର ବ୍ୟୁରୋ :- ରାଜ୍ୟରେ ‘ଓଡ଼ିଶା ଇଣ୍ଡଷ୍ଟ୍ରିଆଲ ସିକ୍ୟୁରିଟି ଫୋର୍ସ’ର ଆଉ ଏକ ବାଟାଲିଅନ ଗଠନ କରାଯିବ । ଏ ସମ୍ପର୍କିତ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଞ୍ଜୁର କରିଛନ୍ତି । ଏହି ନୂତନ ବାଟାଲିଅନ ପାଇଁ ସମୁଦାୟ ୧୦୪୦ଟି ପଦବୀ ମଧ୍ୟ ସୃଷ୍ଟି କରାଯାଇଛି । ରାଜ୍ୟରେ ଶିଳ୍ପ ଅଭିବୃଦ୍ଧି ଉପରେ ରାଜ୍ୟ ସରକାର ଗୁରୁତ୍ୱ ଦେଉଛନ୍ତି । ଏହାକୁ ଗୁରୁତ୍ୱାରୋପ କରି ପଦକ୍ଷେପ ମଧ୍ୟ ନେଉଛନ୍ତି । ନୂଆ ନୂଆ ଶିଳ୍ପ ପ୍ରତିଷ୍ଠା ହେବା ସହିତ ଆଗାମୀ ଦିନରେ ଏହି କ୍ଷେତ୍ରରେ ବ୍ୟାପକ ସମ୍ଭାବନା ସୃଷ୍ଟି ହୋଇଛି । ତେଣୁ ଶିଳ୍ପ ପ୍ରତିଷ୍ଠାନ ଓ ବାଣିଜ୍ୟିକ ଦୃଷ୍ଟିରୁ ଗୁରୁତ୍ୱପୂର୍ଣ୍ଣ ସ୍ଥାନ ଗୁଡ଼ିକର ସୁରକ୍ଷା ଜରୁରୀ ହୋଇପଡ଼ିଛି । ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନୂଆ ନୂଆ ପଦକ୍ଷେପ ମାନ ନେଉଛନ୍ତି । ରାଜ୍ୟରେ ଆଉ ଏକ ନୂଆ ବାଟାଲିଅନ ଗଠନକୁ ମୁଖ୍ୟମନ୍ତ୍ରୀ ମଞ୍ଜୁରୀ ଦେଇଛନ୍ତି । ନୂଆ ଓଡ଼ିଶା ଇଣ୍ଡଷ୍ଟ୍ରିଆଲ ସିକ୍ୟୁରିଟି ଫୋର୍ସର ଆଉ ଏକ ବାଟାଲିଅନ ଗଠନ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ମଞ୍ଜୁର କରିଛନ୍ତି । ଏହି ନୂତନ ବାଟାଲିଅନ ପାଇଁ ସମୁଦାୟ ୧୦୪୦ଟି ପଦବୀ ମଧ୍ୟ ସୃଷ୍ଟି କରାଯାଇଛି । ରାଜ୍ୟରେ OISF ର ଗୋଟିଏ ବାଟାଲିଅନ କାର୍ଯ୍ୟରତ ଅଛି । ଏହାର ସମୁଦାୟ ପଦବୀ ସଂଖ୍ୟା ୧୮୦୭ । ନୂଆ ବାଟାଲିଅନ ସୃଷ୍ଟି ହେବା ପରେ ଏଥିରେ ସମୁଦାୟ ୨ଟି ବାଟାଲିଅନ କାର୍ଯ୍ୟ କରିବ । ୨ଟି ବାଟାଲିଅନର ପଦବୀ ସଂଖ୍ୟା ୨୮୪୭ ହେବ । ଜିଲ୍ଲାସ୍ତରୀୟରେ ୧୯୩୦ ପଦବୀ ସୃଷ୍ଟି ହୋଇଛି । ସେଥିରେ ଡିଏସପି ୫ଟି, ଇନ୍ସପେକ୍ଟର ୪୧ ଟି, ସବଇନ୍ସପେକ୍ଟର ୮୩ ଟି, ଏଏସଆଇ ୮୩ ଟି, ହାବିଲଦାର ୩୧୦ ଓ କନଷ୍ଟେବଲ ପାଇଁ ୧୪୦୮ଟି ପଦବୀ ସୃଷ୍ଟି ହୋଇଛି । ସମୁଦାୟ ୧୯୩୦ ଟି ପଦବୀ ସୃଷ୍ଟି ହୋଇଛି ।

State

ଏପ୍ରିଲ ୨୪ ରେ ମିଳିବ ସୁଭଦ୍ରା ଟଙ୍କା

Blog Thumbnail

ଦ କୁଇଭର ବ୍ୟୁରୋ :- ସୁଭଦ୍ରା ଯୋଜନାକୁ ନେଇ ବଡ଼ ଅପଡେଟ ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଆସନ୍ତା ଏପ୍ରିଲ ୨୪ ଅର୍ଥାତ ପଞ୍ଚାୟତିରାଜ ଦିବସ ଅବସରରେ ମିଳିବ ସୁଭଦ୍ରା ଟଙ୍କା । ୧ ଲକ୍ଷ ୭୦ ହଜାର ମହିଳା ପାଇବେ କିସ୍ତି । ଅର୍ଥାତ ଦୁଇଟି କିସ୍ତିର ଟଙ୍କା ଏକା ସାଙ୍ଗରେ ପ୍ରଦାନ କରାଯିବ । ପୁରୀ ଠାରେ ଆୟୋଜିତ କାର୍ଯ୍ୟକ୍ରମରେ ବଣ୍ଟାଯିବ ସୁଭଦ୍ରା ଟଙ୍କା । ଆସନ୍ତା ଏପ୍ରିଲ ୨୪ ହେଉଛି ପଞ୍ଚାୟତିରାଜ ଦିବସ । ଏହି ଅବସରରେ ରାଜ୍ୟର ଏକ ଲକ୍ଷ ୭୦ ହଜାର ମହିଳାଙ୍କୁ ଦିଆଯିବ ଷଷ୍ଠ ପର୍ଯ୍ୟାୟ ସୁଭଦ୍ରା ଟଙ୍କା । ଦୁଇଟି କିସ୍ତି ଏକା ସାଙ୍ଗରେ ଦିଆଯିବ ବୋଲି ଘୋଷଣା କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ତେବେ ଯେଉଁମାନେ ମାର୍ଚ୍ଚ ୩୧ ସୁଦ୍ଧା ଆବେଦନ କରିଥିଲେ ସେମାନଙ୍କୁ ମିଳିବ ସୁଭଦ୍ରା ଟଙ୍କା ।


ତେବେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା କହିଥିଲେ, ‘ସୁଭଦ୍ରାକୁ ସହଜ କରିବା ପାଇଁ ସର୍ଭେ ହେବ । ଅଯୋଗ୍ୟ ହିତାଧିକାରୀଙ୍କ ସର୍ଭେ ପରେ ତୃତୀୟ କିସ୍ତି ଦିଆଯିବ । ତୃତୀୟ କିସ୍ତି ପରେ ଯେଉଁମାନେ ୨୧ ବର୍ଷ ହେଇ ଯାଇଥିବ । ସେମାନେ କରି ପାରିବେ ଆବେଦନ । ତାଙ୍କ ପାଇଁ ପୁଣି ସୁଭଦ୍ରା ଓପନ ହେବ । ମାର୍ଚ୍ଚ ୩୧ ତାରିଖ ଆବେଦନର ଶେଷ ହେବ ବୋଲି କୁହାଯାଇଥିଲା ।’ କିଛି ଲୋନ ପାଇଁ ତାଙ୍କର ଆଇଟି ରିଟର୍ଣ୍ଣ ୫ ଲକ୍ଷରୁ ଊର୍ଦ୍ଧ୍ବ ବୋଲି ଦର୍ଶାଇ ଥିବାରୁରୁ ସୁଭଦ୍ରାର ଦ୍ଵିତୀୟ ମିଳିନାହିଁ । ଏହା ଉପରେ ବର୍ତ୍ତମାନ ତର୍ଜମା ଚାଲିଥିଲା । ଘରକୁ ଘର ଯାଇ ସର୍ଭେ ହେବ । କେଉଁ କ୍ୟଟେଗୋରିରେ କିଭଳି ଅଯୋଗ୍ୟ ହୋଇଛନ୍ତି । ସେନେଇ ତର୍ଜମା ହେବ। ଯେଉଁମାନେ ଧନୀ ବର୍ଗର ଅଛନ୍ତି ସେମାନେ ବାଦ ପଡ଼ି ଯାଆନ୍ତୁ ପଛେ ଯେଉଁ ପ୍ରକୃତରେ ଯୋଗ୍ୟ ସେମାନଙ୍କୁ ନିଶ୍ଚିତ ମିଳିବ ସୁଭଦ୍ରା ଟଙ୍କା। ଅଯୋଗ୍ୟଙ୍କୁ ବିଭିନ୍ନ ବର୍ଗରେ ଭାଗ ସ୍କୁଟିନି ହେବ । ଏପ୍ରିଲ ୧୪ ପରେ ଘରକୁ ଘର ବୁଲି ପୁଣି ସର୍ଭେ କରାଯିବ ବୋଲି କହିଥିଲେ ଉପମୁଖ୍ୟମନ୍ତ୍ରୀ ।

State

ପ୍ରଥମ ଥର ପାଇଁ ସମ୍ବଲପୁରରେ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ

Blog Thumbnail

ସମ୍ବଲପୁର( ଦ କୁଇଭର ):- ପ୍ରଥମ ଥର ପାଇଁ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ରାଜଧାନୀ ବାହାରେ ସମ୍ବଲପୁରରେ ହୋଇଛି ତାହା ପୁଣି ୧୦ ମ ପାଳିରେ । ସୋମବାର ମୁଖ୍ୟମନ୍ତ୍ରୀଙ୍କ ସହିତ ୧୦ ଜଣ ମନ୍ତ୍ରୀ, ରାଜ୍ୟ ପ୍ରଶାସନର ବିଭିନ୍ନ ବିଭାଗ ଦାୟିତ୍ୱରେ ଥିବା ଅତିରିକ୍ତ ମୁଖ୍ୟ ଶାସନ ସଚିବ, ପ୍ରମୁଖ ଶାସନ ସଚିବ ଓ ସଚିବସ୍ତରୀୟ ଅଧିକାରୀମାନେ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ, ସମସ୍ୟା ଶୁଣିଥିଲେ। ଏଥିରେ ଅନ୍‌ଲାଇନ୍‌ରେ ୧ ହଜାର ଓ ଅଫ୍‌ଲାଇନରେ ପ୍ରାୟ ୧୩୬୮ ଲୋକଙ୍କ ଅଭିଯୋଗ ଗ୍ରହଣ କରାଯାଇଛି। ଦୁରାରୋଗ୍ୟରେ ପୀଡ଼ିତ ୧୮ ଜଣଙ୍କୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ୧୯ ଲକ୍ଷ ୫୦ ହଜାର ଟଙ୍କାର ଚିକିତ୍ସା ସହାୟତା ଦିଆଯାଇଛି।


ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଥିଲେ ଯେ ସମ୍ବଲପୁରରେ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଗଣତନ୍ତ୍ର ପାଇଁ ଏକ ସକାରାତ୍ମକ ବାର୍ତ୍ତା ଦେଉଛି। ଆମର ଉଦ୍ଦେଶ୍ୟ ହେଉଛି ରାଜ୍ୟର ବୃହତ୍ତର ବିକାଶର ଲକ୍ଷ୍ୟ ପୂରଣ ଭିତରେ ଗରିବ, ଅସହାୟ ଲୋକଙ୍କ ଦୁଃଖ ଶୁଣିବା। ଅରକ୍ଷିତକୁ ଦଇବ ସାହା ଭଳି ଗରିବ, ଅସହାୟ ଲୋକଙ୍କୁ ଆମ ସରକାର ସାହା ହୋଇଛନ୍ତି। ପୂର୍ବ ସରକାର ସମୟରେ ଲୋକଙ୍କ ଅଭିଯୋଗ ଶୁଣିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ବନ୍ଦ ରହୁଥିଲା। ଆମେ କିନ୍ତୁ ଲୋକଙ୍କ ଅଭିଯୋଗ ଶୁଣିବା ପାଇଁ ଲୋକଙ୍କ ପାଖକୁ ଆସିଛୁ। ଆଜି ସମ୍ବଲପୁରରେ ହେଲା, ଆଗାମୀ ଦିନରେ ରାଜ୍ୟର ଅନ୍ୟ ସ୍ଥାନରେ ହେବ। ଏହି କ୍ଷେତ୍ରୀୟ ଜନଶୁଣାଣି କାର୍ଯ୍ୟକ୍ରମ ଦ୍ୱାରା ଅଧିକାରୀମାନେ ସେମାନଙ୍କ ସ୍ତରରେ ହିଁ ଲୋକଙ୍କ ମୌଳିକ ସମସ୍ୟାର ସମାଧାନ ଦିଗରେ ଅଧିକ ସଚେତନ ହେବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ସମସ୍ତ ଅଭିଯୋଗର ଶୀଘ୍ର ସମାଧାନ ପାଇଁ ଅଧିକାରୀମାନଙ୍କୁ ସ୍ପଷ୍ଟ ନିର୍ଦ୍ଦେଶ ଦିଆଯାଇଛି। ତେବେ ମୁଖ୍ୟମନ୍ତ୍ରୀଙ୍କ ସହିତ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ, ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡା. କୃଷ୍ଣଚନ୍ଦ୍ର ମହାପାତ୍ର, ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଇଂ. ଗଣେଶରାମ ସିଂ ଖୁଣ୍ଟିଆ, ପଞ୍ଚାୟତିରାଜ ଓ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ରବିନାରାୟଣ ନାୟକ, ଖାଦ୍ୟ, ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର, ଶିଳ୍ପମନ୍ତ୍ରୀ ସଂପଦଚନ୍ଦ୍ର ସ୍ୱାଇଁ, ଇସ୍ପାତ ଓ ଖଣି ମନ୍ତ୍ରୀ ବିଭୂତି ଭୂଷଣ ଜେନା, ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ଉଚ୍ଚଶିକ୍ଷା ଓ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ପ୍ରମୁଖ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଥିଲେ।

State

ପ୍ରଶାନ୍ତଙ୍କ ଶେଷକୃତ୍ୟ ସଂପର୍ଣ୍ଣ, ସହାୟତା ସହ ନିଯୁକ୍ତି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

Blog Thumbnail

ଦ କୁଇଭର ବ୍ୟୁରୋ:- ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ସକାଳେ ବାଲେଶ୍ୱର ଜିଲ୍ଲାର ଇସାଣି ଗାଁରେ ପହଞ୍ଚି ସ୍ୱର୍ଗତ ପ୍ରଶାନ୍ତ ଶତପଥିଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।କାଶ୍ମୀରର ପେହଲଗାମ ଠାରେ ଉଗ୍ରପନ୍ଥୀଙ୍କ ଗୁଳିର ଶିକାର ହୋଇ ମୃତ୍ୟୁବରଣ କରିଥିବା ଓଡିଆ ପର୍ଯ୍ୟଟକ ପ୍ରଶାନ୍ତ ଶତପଥିଙ୍କ ମରଶରୀର ତାଙ୍କ ଗାଁ ମାଟି ବାଲେଶ୍ୱର ଜିଲ୍ଲାର ରେମୁଣା ବ୍ଲକର ଇସାଣି ଗାଁରେ ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀ ସେଠାରେ ପହଞ୍ଚି ତାଙ୍କ ପାର୍ଥିବ ଶରୀରରେ ପୁଷ୍ପଗୁଚ୍ଛ ଦେଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହିତ ତାଙ୍କ ପରିବାର ସଦସ୍ୟମାନଙ୍କ ସହିତ ୨୦ ମିନିଟ୍ ସମୟ ଅତିବାହିତ କରିଥିଲେ। ମୁଖ୍ୟମନ୍ତ୍ରୀ ଏହାପରେ ସ୍ୱର୍ଗତ ପ୍ରଶାନ୍ତଙ୍କ ଶବାଧାର ସହ ଶ୍ମଶାନକୁ ମଧ୍ୟଯାଇ ଶେଷ ଦର୍ଶନ କରିଥିଲେ।


ପରଲୋକଗତ ଆତ୍ମାର ସଦ୍‌ଗତି କାମନା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ତାଙ୍କ ପରିବାରର ଦୁଃଖ ଦେଖି ‘ମୁଁ ଗଭୀର ମର୍ମାହତ’। ପ୍ରଶାନ୍ତଙ୍କ ପରିବାର ପାଇଁ ସହାୟତା ଘୋଷଣା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ସ୍ୱର୍ଗତ ପ୍ରଶାନ୍ତଙ୍କ ନିକଟତମ ଆତ୍ମୀୟଙ୍କୁ ୨୦ ଲକ୍ଷ ଟଙ୍କା ସହାୟତା, ପତ୍ନୀଙ୍କ ପାଇଁ ନିଯୁକ୍ତି ଦିଆଯିବା ସହିତ ତାଙ୍କ ପୁଅର ପାଠପଢା ପାଇଁ ଆବଶ୍ୟକ ବ୍ୟବସ୍ଥା ରାଜ୍ୟ ସରକାର କରିବେ ।ଏହି ଆତଙ୍କବାଦୀ ଘଟଣାର ତୀବ୍ରନିନ୍ଦା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଉଗ୍ରପନ୍ଥୀ ମାନଙ୍କ କାର୍ଯ୍ୟ ଅତ୍ୟନ୍ତ ଅମାନବୀୟ ଓ କାପୁରୁଷୋଚିତ। ମୋଦୀଜୀଙ୍କ ନେତୃତ୍ୱରେ କେନ୍ଦ୍ର ସରକାର ଏହା ଉପରେ ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

State

ଠିକାଦାରଙ୍କୁ ହତ୍ୟା ଉଦ୍ୟମ ଘଟଣାରେ ୩ ଗିରଫ

Blog Thumbnail

ବ୍ରହ୍ମପୁର( ଦ କୁଇଭର ):- ଶନିବାର ସନ୍ଧ୍ୟାରେ ଟାଉନ ଥାନା ନିକଟରେ ଠିକାଦାର ଧୀରେଶ୍ ଚୌଧୁରୀଙ୍କୁ ହତ୍ୟା ଉଦ୍ୟମ ଘଟଣା ଅଭିଯୋଗ କୁ ନେଇ ଟାଉନ ଥାନା ପୋଲିସ୍ ର ତତକାଳ ଉଦ୍ୟମ ଯୋଗୁଁ ୩ ଅଭିଯୁକ୍ତ ତଥା ପ୍ରକାଶ ରାଓ, ଏମ୍ ନବୀନ ଓ ହରିପ୍ରସାଦ ପ୍ରମୁଖ ଙ୍କୁ ଭାରତୀୟ ନ୍ୟାୟ ସଂହିତା ର ବିଭିନ୍ନ ଦଫାରେ ଗିରଫ କରି କୋର୍ଟ ଚାଲାଣ କରିଛନ୍ତି। ଅଭିଯୁକ୍ତ ଯୁବକ ମାନେ ନିକଟସ୍ଥ କାମ୍ପ ସାହିର। ସୂଚନା ପ୍ରକାରେ,ଏହି ଅଭିଯୁକ୍ତ ମାନେ ମୀନା ବଜାର ମେଳା ପରିସରରେ ଠିକାଦାର ଚୌଧୁରୀକୁ ଦାଦା ବଟି ମାଗିଥିଲେ ଓ ସେ ମନା କରିବାରୁ ତାକୁ ଭୁଜାଲିରେ ଆକ୍ରମଣ କରି ଗୁରୁତର ଅବସ୍ଥାରେ ଛାଡି ଦେଇଥିଲେ। ଏହି ଘଟଣା କୁ ନେଇ ଗୁରୁତର ଠିକାଦାର ଚୌଧୁରୀଙ୍କ ପତ୍ନୀ ରୁକ୍ମିଣୀ ଚୌଧୁରୀଙ୍କ ଏତଲା କ୍ରମେ ଟାଉନ ଥାନା ପୋଲିସ୍ ଘଟଣାସ୍ଥଳରେ ପହଞ୍ଚି ଘଟଣା ର ତଦନ୍ତ କରି ଅଭିଯୁକ୍ତ ତିନି ଯୁବକ କୁ ଗିରଫ କରି କୋର୍ଟ ଚାଲାଣ କରିଛନ୍ତି।

State

ହାଇଆଲର୍ଟ ଜାରି : ଓଡ଼ିଶା ଛାଡିବେ ୧୨ ପାକିସ୍ତାନୀ

Blog Thumbnail

ଦ କୁଇଭର ବ୍ୟୁରୋ:- ଦୀର୍ଘ କାଳୀନ ଭିସାରେ ଓଡିଶାରେ ଅଛନ୍ତି ୧୨ ପାକିସ୍ତାନୀ ନାଗରିକ । ସେମାନଙ୍କୁ ଭାରତ ଛାଡିବାକୁ ନୋଟିସ ଦେବା ପ୍ରକ୍ରିୟା ଆରମ୍ଭ ହୋଇଛି । କେନ୍ଦ୍ର ଗୃହ ମନ୍ତ୍ରଣାଳୟ ନିର୍ଦ୍ଦେଶ କ୍ରମେ ସେମାନଙ୍କୁ ଭାରତ ଛାଡିବାକୁ ପ୍ରକ୍ରିୟା ଆରମ୍ଭ ହୋଇଛି । ଏ ନେଇ ରାଜ୍ୟ ଗୃହ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସେହିପରି ପହଲଗାମ ଘଟଣା ପରେ ଓଡିଶାରେ ଅନୁପ୍ରବେଶକାରୀଙ୍କୁ ନେଇ ଚ୍ୟାଲେଞ୍ଜ ରହିଛି । ଏ ନେଇ ସତର୍କ ହୋଇଛନ୍ତି ରାଜ୍ୟ ସରକାର । ବର୍ତ୍ତମାନ ଦେଶରେ ପାକିସ୍ତାନ ଓ ପାକିସ୍ତାନୀଙ୍କୁ ନେଇ ସମ୍ବେଦନଶୀଳ ସ୍ଥିତି ଥିବାବେଳେ ସେମାନଙ୍କ ନାଁ ଓ ପରିଚୟ ଗୋପନ ରଖିଛନ୍ତି ସରକାର ।


କାଶ୍ମୀର ପହଲଗାମରେ ଆତଙ୍କୀ ଆକ୍ରମଣ ଘଟଣାରେ ଅନେକ ପର୍ଯ୍ୟଟକ ଓ ଓଡ଼ିଶାର ପ୍ରଶାନ୍ତ ଶତପଥୀଙ୍କ ମୃତ୍ୟୁ ପରେ ଏବେ ଓଡ଼ିଶାରେ ମଧ୍ୟ ହାଇ ଆଲର୍ଟ ଜାରି କରାଯାଇଛି । ଏନେଇ ପୋଲିସ ମୁଖ୍ୟାଳୟରୁ ରାଜ୍ୟର ସମସ୍ତ ଜିଲ୍ଲା ଏସପି ଓ ଡିସିପି ଓ ସ୍ପେଶାଲ ସିକୁରିଟି ବାଟଲିୟନ ମାନଙ୍କୁ ଚିଠି ଜରିଆରେ ଅବଗତ କରାଯାଇଛି। ଏଥିପାଇଁ ଯଥା ସମ୍ଭବ ଆଗୁଆ ପ୍ରସ୍ତୁତ ରହିବା ପାଇଁ କିଛି ନିର୍ଦ୍ଦେଶାବଳୀ ଜାରି କରାଯାଇଛି । ବିଶେଷ କରି ଏନେଇ ଜନସାଧାରଣଙ୍କ ସୁରକ୍ଷା ଓ ନିରାପତ୍ତା ଦୃଷ୍ଟିକୁ ଧ୍ୟାନ ଦେବାକୁ ପରାମର୍ଶ କରାଯାଇଛି। ବିଶେଷ କରି ରାଜ୍ୟକୁ ଆସୁଥିବା ପର୍ଯଟକ ଓ ସେମାନଙ୍କ ଗତିବିଧିକୁ ଦୃଷ୍ଟିରେ ରଖି ସେମାନଙ୍କ ଗନ୍ତବ୍ୟ ସ୍ଥଳ ଓ ରହଣିସ୍ଥଳ ମାନଙ୍କ ଉପରେ ସୁରକ୍ଷାକୁ ଗୁରୁତ୍ବ ଦେବାକୁ ନିର୍ଦେଶାବଳୀ ଜାରି କରାଯାଇଛି । ବିଶେଷ କରି ପର୍ଯଟନସ୍ଥଳୀ ମାନଙ୍କରେ ହାଇଆଲର୍ଟ ରହିବା ପାଇଁ ନିର୍ଦେଶ ରହିଛି। ସାଧା ପୋଷାକରେ ଅଫିସର ବା ପୋଲିସ କର୍ମଚାରୀ ମୁତୟନ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଏଥି ସହ ସ୍ଥାନୀୟ ପୋଲିସ ସେସବୁ ସ୍ଥାନ ମାନଙ୍କ ପର୍ଯ୍ୟାୟକ୍ରମେ ସୁରକ୍ଷାକୁ ଗୁରୁତ୍ବ ଦେଇ ବିଭିନ୍ନ ସତର୍କତା ମୂଳକ ପଦକ୍ଷେପ ନେବା ପାଇଁ ନିର୍ଦେଶ ରହିଛି। ଏପରିକି ପର୍ଯଟଙ୍କ ମନରେ ଯେପରି ଭୟ ଓ ଆତଙ୍କ ସୃଷ୍ଟି ହେଲା ଭଳି ପରିସ୍ଥିତି ନ ଉପୁଜେ ସେନେଇ ପୋଲିସ ମୁତୟନ କରିବା ପାଇଁ ଓ ଗୁଇନ୍ଦା ନଜର ରଖିବା ପାଇଁଁ ମଧ୍ୟ କୁହାଯାଇଛି। ଏଥି ସହ ଜନଗହଳିପୂର୍ଣ୍ଣ ସ୍ଥାନ ତଥା ସଂପି ମଲ ଓ ହସ୍ପିଟାଲ ଓ ସିନେମା ହଲ ଭଳି ଅନେକ ଭିଡଭାଡ ଅଞ୍ଚଳକୁ ମଧ୍ୟ ଫୋକସ ଦେଇ ସେସବୁ ସ୍ଥାନ ଉପରେ ନଜର ଦେବାକୁ ମଧ୍ୟ କୁହାଯାଇଛି। ଅଧିକ ଆତାଯାତ ନଥିବା ବା ଦୂର ଥିବା ପର୍ଯଟନ ସ୍ଥଳୀ ଗୁଡିକରେ ମଧ୍ୟ ସୁରକ୍ଷାକୁ ପ୍ରାଧାନ୍ୟ ଦେବାକୁ କୁହାଯାଇଛି।ପୋଲିସ ବିଟ୍ ପାଟ୍ରୋଲିଂ ବଢାଇବା ପାଇଁ ଫୋକସ ଦିଆଯାଇଛି ।


ଏନେଇ ସମସ୍ତ ଥାନା ମାନଙ୍କରେ ପାଟ୍ରୋଲିଂ କରୁଥିବା ପୋଲିସ ଟିମ୍ ସହ ଏମରଜେନସି ରେସପ୍ସ ଟିମ୍ ଓ ଥାନା ଷ୍ଟାଫ୍ ମଧ୍ୟ ରାତ୍ରି କାଳୀନ ହେଉ ବା ଦିନରେ ବିଶେଷ କରି ପୋଲିସ ପାଟ୍ରୋଲିଂକୁ କଡାକଡି ପାଇଁ ନିର୍ଦେଶ ଦିଆଯାଇଛି। ଏଥି ସହ ବିଭିନ୍ନ ସମ୍ବେଦନଶୀଳପୂର୍ଣ୍ଣ ସ୍ଥାନ ଜାତୀୟ ସୁରକ୍ଷାକୁ ପ୍ରଧାନ୍ୟ ଦେଉଥିବା ସ୍ଥାନ ସହ ରେଳ ଷ୍ଟେସନ ,ଏୟାରପୋର୍ଟ ଓ ବସଷ୍ଟାଣ୍ଡ ଗୁଡିକ ଆଦି ସ୍ଥାନରେ ମଧ୍ୟ ପୋଲିସ ପାଟ୍ରୋଲିଂ ବଢ଼ାଇବାକୁ କୁହାଯାଇଛି । ଜନଗହଳି ସ୍ଥାନ ଓ ପର୍ଯଟକଙ୍କ ଭିଡ଼ ଥିବା ସ୍ଥାନ ସହ ବିଭିନ୍ନ ହୋଟେଲ ଓ ଅଧିକ ଜନସମାଗମ ସ୍ଥାନ ବା ଲୋକଙ୍କ ସମାଗମ କାର୍ଯକ୍ରମ ଓ ସଭାସ୍ଥଳୀ ଓ ପ୍ରାର୍ଥନାସଭା ବା ସଭାଗୃହ ଓ ବିଭିନ୍ନ ସାଂସ୍କୃତିକ କାର୍ଯକ୍ରମ ସ୍ଥଳି ଆଦି ସ୍ଥାନ ମାନଙ୍କରେ ପୋଲିସ ପ୍ରହରା ବା ପାଟ୍ରୋଲିଂକୁ ଗୁରୁତ୍ବ ଦେବାକୁ କୁହାଯାଇଛି।ଓଡ଼ିଶାର ସୀମାକୁ ଲାଗିଥିବା ୪ଟି ରାଜ୍ୟ ହେଉଛନ୍ତି ଆନ୍ଧ୍ରପ୍ରଦେଶ, ଛତିଶଗଡ଼, ଝାଡଖଣ୍ଡ ଓ ପଶ୍ଚିମବଙ୍ଗ । ୧୫ ସୀମାବର୍ତ୍ତୀ ଜିଲ୍ଲାରେ ଅନେକ ଚେକ ପୋଷ୍ଟ ରହିଛି। ଚେକ୍ ପୋଷ୍ଟ ଉପରେ କଡା ନଜର ରହିବାକୁ ସୀମାବର୍ତ୍ତୀ ଜିଲ୍ଲାର ଏସପି ମାନଙ୍କୁ କଡ଼ା ନିର୍ଦେଶ ରହିଛି । ସିସିଟିଭି କଭରେଜ ଦ୍ବାରା ନଜର ରଖିବା ସହ ଜିଲ୍ଲା ଗୁଡିକ ଭିତରେ ମଧ୍ୟ ସୀମା ଭିତରେ ପ୍ରତ୍ୟେକ ଜିଲ୍ଲାର ଜିଲ୍ଲା ସୀମାରେ ମଧ୍ୟ ଚେକ ପୋଷ୍ଟ ରହିଛି । ଯେଉଁଠି ଯାନାବାହାନ ତନଖିବା ଓ ଅନ୍ୟ ଦିଗ ପ୍ରତି ନଜର ଦେବାକୁ କୁହାଯାଇଛି। ଏଥି ସହ ରାତ୍ରି କାଳିନ ସହରରେ ବ୍ଲକିଂ ଓ ଚେକିଂ ମଧ୍ୟ କରିବା ପାଇଁ ପ୍ରାଧାନ୍ୟ ଦିଆଯାଇଛି। ବିଶେଷ କରି ସହର ମାନଙ୍କରେ ରାତ୍ରି କାଳିନ ଗାଡି ଯିବାଆସିବା ଉପରେ ନଜର‌ ରଖିବା ସହ ଯଦି କୋୖଣସି ସଂଦେହ ଜନକ ଅବସ୍ଥାରେ କିଛି ଯାତାୟତ ହେଉଥିଲେ ମଧ୍ୟ ସେସବୁ ଦିଗ ପ୍ରତି ଧ୍ୟାନ ଦେବା ପାଇଁ କୁହାଯାଇଛି। ସାଧାରଣ ଲୋକଙ୍କ ଯାତାୟାତରେ ଯେପରି ବାଧା ସୃଷ୍ଟି ନ ହୁଏ ସେଥିପ୍ରତି ସଜାଗ ହେବାକୁ ମଧ୍ୟ କୁହାଯାଇଛି । ସେମାନଙ୍କର ମୁଖିଆ ଓ ସେମାନଙ୍କର ସଙ୍ଘ କର୍ମକର୍ତା ମାନଙ୍କ ସହ ମଧ୍ୟ ଯୋଗାଯୋଗରେ ରହିବା ପାଇଁ କୁହାଯାଇଛି। ବିଭିନ୍ନ ହୋଟେଲ ଓ ମୋଟରଯାନ ସଙ୍ଘ ବା ସଂସ୍ଥା ସହ ବିଭିନ୍ନ ସଂଗଠନ ସହ ଭାବରେ ଆଦାନ ପ୍ରଦାନର ମାଧ୍ୟମରେ ଯୋଗାଯୋଗ କରି ବିଭିନ୍ନ ଗତ ବିଧି ଉପରେ ନଜର ରଖିବାକୁ କୁହାଯାଇଛି। ଯଦି କୌଣସି ଅସ୍ବଭାବନୀୟ ଗତିବିଧି ବା ପରିସ୍ଥିତ ନଜରକୁ ଆସେ ପୋଲିସ ସହ ଯୋଗାଯୋଗରେ ରହି କିପରି ସେସବୁ ମୁକାବିଲା କରିହେବ ସେନେଇ ମଧ୍ୟ ଆଲୋଚନା କରାଯାଇଛି। ଏଥିସହ କୁଇକ ରେସପ୍ସ ଟିମକୁ ଆଲର୍ଟ ରହିବା ସହ ପ୍ରସ୍ତୁତ ରହିବାକୁ ମଧ୍ୟ ନିର୍ଦେଶ ରହିଛି । ଏପରିକି କୋୖଣସି ଅପ୍ରିତୀକର ପରିସ୍ଥିତି ଉପୁଜିଲେ ଆତଙ୍କି ମୁକାବିଲା ପାଇଁ ପ୍ରସ୍ତୁତ ଥିବ ସ୍ବତନ୍ତ୍ର ଟିମ୍ । କୁଇକ ରେସପନ୍ସ ଟିମ୍, କାଉଣ୍ଟର ଟେରୋରିଷ୍ଟ ସ୍କ୍ୱାର୍ଡ, ସ୍ପେଶାଲ ଟାକ୍ଟିକାଲ ୟୁନିଟ , ବ୍ଲାକ କମାଣ୍ଡ ଭଳି ଦୁଶଧ ଯବାନ ମାନେ ଯେଉଁମାନେ ଏଭଳି ପରିସ୍ଥିତି ମୁକାବିଲା ପାଇଁ ତାଲିମ ପ୍ରାପ୍ତ ସେମାନଙ୍କୁ ପ୍ରସ୍ତୁତ ରହିବାକୁ ମଧ୍ୟ କୁହାଯାଇଛି। ଏଥି ସହ ଜିଲ୍ଲାର ଫୋର୍ସ ଓ ବାଟାଲିୟନ ମାନଙ୍କୁ ମଧ୍ୟ ପୁରା ଆଲର୍ଟ ସହ କୋୖଣସି ପରିସ୍ଥିତିରେ କେଉଁଠିକୁ ଯିବା ପାଇଁ ମଧ୍ୟ ଅସ୍ତ୍ରଶସ୍ତ୍ର ସହ ସବୁ ସଜାଗ ରହିବା ପାଇଁ ଜିଲ୍ଲାର ଆରଆଇ ଓ କମାଣ୍ଡାଟ ମାନଙ୍କୁ ଆଲର୍ଟ ରହିବା ପାଇଁ ଜିଲ୍ଲାର ଏସପି ମାନଙ୍କୁ ନିର୍ଦେଶ କରାଯାଇଛି। ସମସ୍ତ ପ୍ରକାର ଗତିବିଧି ସହ ଗୁଇନ୍ଦା ଆଧାର କରି ବିଭିନ୍ନ ସୂଚନା ଓ ପଡୋଶୀ ଜିଲ୍ଲା ମାନଙ୍କ ସହ ସୂଚନା ଆଦାନ ପ୍ରଦାନ କରି ଆଲର୍ଟ ରହିବା ପାଇଁ ନିର୍ଦେଶ ରହିଛି । ଏଥି ସହ ଏଭଳି ସମୟରେ ସର୍ବଦା ପ୍ରସ୍ତୁତ ଓ ଜନସାଧାରଣଙ୍କ ସୁରକ୍ଷାକୁ ପ୍ରାଧାନ୍ୟ କରି ସବୁ ପ୍ରକାର ବ୍ୟବସ୍ଥା ପାଇଁ ଆଗୁଆ ପ୍ରସ୍ତୁତ ରହିବା ପାଇଁ ମଧ୍ୟ ଧ୍ୟାନ ଦେବାକୁ କୁହାଯାଇଛି। ରାଜ୍ୟ ଆଇନ ଶୃଙ୍ଖଳା ଅତିରିକ୍ତ ଡ଼ିଜିଙ୍କ ପକ୍ଷରୁ ଏନେଇ ମଧ୍ୟ ଜିଲ୍ଲାର ଏସପି ଓ ଡିସିପି ମାନଙ୍କ ସହ ରିତିମତ ଭାବେ ଯୋଗାଯୋଗ ରହିବାକୁ ମଧ୍ୟ ପ୍ରାଧାନ୍ୟ ଦିଆଯାଉଛି । ପୋଲିସ ଡିଜି କହିଛନ୍ତି ‘‘ଏନେଇ‌ କେନ୍ଦ୍ର ଗୃହ ବିଭାଗ ସହ ଆଲୋଚନା କରାଯାଇଛି। ଯାହା ନିର୍ଦେଶ ରହିଛି ସେନେଇ‌ ପ୍ରକ୍ରିୟା ଚାଲୁ ରହିଛି।

National,International

ଭାରତୀୟ ନାଗରିକଙ୍କୁ ପାକିସ୍ତାନ ନଯିବାକୁ ପରାମର୍ଶ

Blog Thumbnail

ଦ କୁଇଭର ବ୍ୟୁରୋ:- ଭାରତୀୟ ନାଗରିକଙ୍କୁ ପାକିସ୍ତାନ ନଯିବାକୁ ସତର୍କ କରାଇବା ସହ ପରାମର୍ଶ ଦେଲା ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ । କୌଣସି ପରିସ୍ଥିତିରେ ବି ପାକିସ୍ତାନ ଗସ୍ତ ନକରିବାକୁ କୁହାଯାଇଛି ଏଥିସହ ଯେଉଁମାନେ ପାକିସ୍ତାନରେ ଅଛନ୍ତି ସେମାନଙ୍କ ମଧ୍ୟ ଭାରତ ତୁରନ୍ତ ଫେରି ଆସିବାକୁ କୁହାଯାଇଛି । ସୁରକ୍ଷା କ୍ୟାବିନେଟ କମିଟିର ପାକିସ୍ତାନ ବିରୁଦ୍ଧରେ କୂଟନୀତି ଆକ୍ରମଣ ପରେ ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ଦ୍ବାରା ଏହି ପରାମର୍ଶ ଜାରି କରାଯାଇଛି । ଅନ୍ୟପଟେ ପହଲଗାମ୍ ହମଲା ପରେ ଆକ୍ସନ ମୋଡରେ ସରକାର ଆସିଥିବା ବେଳେ ପାକିସ୍ତାନୀ ନାଗରିକଙ୍କ ଭିସା ବାତିଲ କରିଛି ଭାରତ । ଯେଉଁ ପାକିସ୍ତାନୀ ନାଗରିକ ଭିସା ପାଇଛନ୍ତି ତାର ସମୟସୀମା ଏପ୍ରିଲ ୨୭ ଯାଏଁ ରହିଛି । ମାନେ ୨୭ ତାରିଖ ପରେ ଭିସା ରଦ୍ଦ । ସେହିପରି ଯେଉଁ ପାକିସ୍ତାନୀ ନାଗରିକଙ୍କୁ ମେଡିକାଲ ଭିସା ମିଳିଛି ତାହା ୨୯ ତାରିଖ ପରେ ରଦ୍ଦ ହେବ । ତେଣୁ ଯେଉଁ ପାକିସ୍ତାନୀ ଭାରତରେ ରହିଛନ୍ତି ୭୨ ଘଣ୍ଟା ଭିତରେ ଭାରତ ଛାଡନ୍ତୁ । ଭିସା ଅବଧି ଶେଷ ହେବା ପୂର୍ବରୁ ଭାରତ ଛାଡି ସ୍ବଦେଶ ଫେରିଯିବାରୁ କଡା ନିର୍ଦ୍ଦେଶ ଦିଆଯାଇଛି ।

State

ସ୍ଵେଚ୍ଛାକୃତ ଅବସର ଆବେଦନକୁ ରାଜ୍ୟ ସରକାର ଖାରଜ କରିବା ବେଆଇନ : ହାଇକୋର୍ଟ

Blog Thumbnail

କଟକ( ଦ କୁଇଭର ):- ମେଡିକାଲ କଲେଜ ପ୍ରଫେସରଙ୍କ ସ୍ବେଚ୍ଛାକୃତ ଅବସର ପ୍ରସଙ୍ଗରେ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକୁ ରଦ୍ଦ କରିଛନ୍ତି ଓଡିଶା ହାଇକୋର୍ଟ । ସେହିପରି ତିନି ମାସର ନୋଟିସ୍ ଅବଧି ସଂପୂର୍ଣ୍ଣ ହେବା ତାରିଖରୁ ଆବେଦନକାରୀଙ୍କ ଭିଆରଏସ ଗ୍ରହଣ କରିବାକୁ ରାଜ୍ୟ ସରକାରଙ୍କୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ୨୦୨୩, ଡିସେମ୍ବର ୨୭ରେ ଆବେଦନକାରୀ ଭିଆରଏସ ପାଇଁ ନୋଟିସ୍ ଦେଇଥିବା ବେଳେ ତିନି ମାସର ଅବଧି ଶେଷ ହେବା ଦିନ ଠାରୁ ଅର୍ଥାତ ୨୦୨୪, ମାର୍ଚ୍ଚ ୨୭ରୁ ନିଯୁକ୍ତିଦାତା ରାଜ୍ୟ ସରକାର ଓ କର୍ମଚାରୀ ଆବେଦନକାରୀଙ୍କ ମଧ୍ୟରେ ସଂପର୍କର ଅନ୍ତ ଘଟିଛି । ଯଦି ଏହି ତାରିଖ ପରେ ଆବେଦନକାରୀ ନିଜ ଦାୟିତ୍ବ ସଂପାଦନ କରିଥାନ୍ତି ତେବେ ତାଙ୍କୁ ଏହି ଅବଧି ପାଇଁ ଦରମା ଓ ଅନ୍ୟାନ୍ୟ ପ୍ରାପ୍ୟ ପ୍ରଦାନ କରାଯିବ ବୋଲି କୋର୍ଟ ରାୟରେ ସ୍ପଷ୍ଟ କରିଛନ୍ତି । ଏଥି ସହିତ ତିନି ମାସ ମଧ୍ୟରେ ଆବେଦନକାରୀଙ୍କୁ ଅବସରକାଳୀନ ପ୍ରାପ୍ୟ ଓ ପେନସନ୍ ପ୍ରଦାନ ପାଇଁ ସରକାର ପଦକ୍ଷେପ ଗ୍ରହଣ କରିବେ ବୋଲି କୋର୍ଟ ରାୟରେ ସ୍ପଷ୍ଟ କରିଛନ୍ତି । ଜଷ୍ଟିସ ଆଦିତ୍ୟ କୁମାର ମହାପାତ୍ରଙ୍କୁ ନେଇ ଗଠିତ ଖଣ୍ଡପୀଠ ଡାକ୍ତର ରବି ନାରାୟଣ ଧରଙ୍କ ଆବେଦନର ଶୁଣାଣି କରି ଏପରି ରାୟ ପ୍ରଦାନ କରିଛନ୍ତି । କେବଳ ସେତିକି ନୁହେଁ, ଚାକିରିରୁ ‌ଭିଆରଏସ ନେବା ପାଇଁ ଆବେଦନକାରୀ ଦାଖଲ କରିଥିବା ଦରଖାସ୍ତ ଖାରଜ କରି ସରକାର ପ୍ରଦାନ କରିଥିବା ନିର୍ଦ୍ଦେଶ ବେଆଇନ ବୋଲି ହାଇକୋର୍ଟଙ୍କ ରାୟରେ କହିଛନ୍ତି ।


ସୂଚନା ପ୍ରକାରେ,ସରକାରୀ ମେଡିକାଲରେ ଡାକ୍ତରଙ୍କ ଅଭାବକୁ ଦୃଷ୍ଟିରେ ରଖି ଆବେଦନକାରୀଙ୍କ ସ୍ବେଚ୍ଛାକୃତ ଅବସର ଦରଖାସ୍ତକୁ ସରକାର ୨୦୨୪, ଫେବ୍ରୁଆରୀ ୮ରେ ଖାରଜ କରିଥିଲେ । ଏନେଇ ପିଜିଆଇଏମଇଆର କ୍ୟାପିଟାଲ ହସ୍ପିଟାଲ ନିର୍ଦ୍ଦେଶକ ୨୦୨୪, ଫେବ୍ରୁଆରୀ ୯ରେ ଆବେଦନକାରୀଙ୍କୁ ଅବଗତ କରିଥିଲେ । ଏହି ନିର୍ଦ୍ଦେଶକୁ ଚାଲେଞ୍ଜ କରି ଆବେଦନକାରୀ ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ । ଓସିଏସ ପେନସନ ନିୟମାବଳୀ ଅନୁସାରେ ଯଦି ଜଣେ ୨୦ବର୍ଷ କାର୍ଯ୍ୟକାଳ ସଂପୂର୍ଣ୍ଣ କରିଥିବେ ତେବେ ତାଙ୍କୁ ସ୍ବେଚ୍ଛାକୃତ ଅବସର ପାଇଁ ମନା କରାଯାଇ ପାରିବ ନାହିଁ ବୋଲି ଆବେଦନକାରୀଙ୍କ ପକ୍ଷରୁ କୋର୍ଟରେ ପାର୍ଥନା କରାଯାଇଥିଲା ।

State

ଅଙ୍ଗନବାଡି ସୁପରଭାଇଜର ପାଇଁ ଯୋଗ୍ୟତା ଗ୍ରାଜୁଏସନ

Blog Thumbnail

ଦ କୁଇଭର ବ୍ୟୁରୋ:- ଏଣିକି ଅଙ୍ଗନବାଡି ସୁପରଭାଇଜର ପାଇଁ ସର୍ବନିମ୍ନ ଯୋଗ୍ୟତା ରହିବ ଗ୍ରାଜୁଏସନ । ଆଗରୁ ମାଟ୍ରିକ ଥିଲା । ବୁଧବାର କ୍ୟାବିନେଟ ବୈଠକରେ ଏହି ନିଷ୍ପତି ନିଆଯାଇଛି । ଏହା ସହ ଅନୁସୂଚିତ ଜାତି ଜନଜାତିର କ୍ୟାଡର ପୁନଃ ଗଠନ କରାଯାଇ ୨୪ ପଦବୀ ସୃଷ୍ଟି କରାଯାଇଛି ।ଅବକାରୀ ବିଭାଗର କନେଷ୍ଟବଲ ମାନଙ୍କୁ ଜିଲ୍ଲା କ୍ୟାଡର କରାଯାଇଛି । ଜଳସମ୍ପଦ ବିଭାଗର ୧୦୮ କୋଟିର ବୈତରଣୀ ଲେଫ୍ଟ ଏବଂ ରାଇଟ କେନାଲ ହେବ । ଭଦ୍ରକ, ବାଲେଶ୍ବର ଏବଂ କେନ୍ଦୁଝରର ୬୦ ହଜାର ହେକ୍ଟର ଜମି ଜଳ ସେଚିତ ହେବ । ସ୍ୱାସ୍ଥ୍ୟ ବିଭାଗର ୧୦୮ ସେବା ପାଇଁ ଆଗାମୀ ୫ ବର୍ଷ ପାଇଁ ୨୩୯୮ କୋଟି କ୍ୟାବିନେଟ ମଂଜୁର କରିଛି । ୮୬୬ ଟି ଆମ୍ବୁଲାନ୍ସ କାର୍ଯ୍ୟକ୍ରମ ଚାଲିବ। ବୁଧବାର ଅନୁଷ୍ଠିତ ହୋଇଥିବା କ୍ୟାବିନେଟରେ ୬ ଟି ପ୍ରସ୍ତାବ ଅନୁମୋଦିତ ହୋଇଛି ।ମହିଳା ଏବଂ ଶିଶୁ କଲ୍ୟାଣ ସେବାକୁ ଆଗକୁ ବଢାଇବା ପାଇଁ ଓଡ଼ିଶା ଶିଶୁ ଏବଂ ମହିଳା କଲ୍ୟାଣ ସେବା ନିୟମରେ ଏକ ଗୁରୁତ୍ୱପୂର୍ଣ୍ଣ ସଂଶୋଧନ କରାଯାଇଛି। ଯାହା ଦ୍ୱାରା ଜୁନିଅର ଗ୍ରେଡ୍ ପଦବୀ ପାଇଁ ଆବେଦନ କରୁଥିବା ଅଙ୍ଗନୱାଡି କର୍ମୀଙ୍କ ପାଇଁ ସର୍ବନିମ୍ନ ଶିକ୍ଷାଗତ ଯୋଗ୍ୟତା ହାଇସ୍କୁଲ ପାସ୍ ପରିବର୍ତ୍ତେ ସ୍ନାତକ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି ।

National

୪୮ ଘଣ୍ଟାରେ ଭାରତ ଛାଡିବେ ପାକ୍ ନାଗରିକ

Blog Thumbnail

ଦ କୁଇଭର ବ୍ୟୁରୋ:- ଭାରତରୁ ବିଦା ହେବେ ପାକିସ୍ତାନୀ । ଓଡ଼ିଶାରେ ବିଦା ହେବେ ୧୨ ପାକିସ୍ତାନୀ ନାଗରିକ । ରାଜ୍ୟର ବିଭିନ୍ନ ଜିଲ୍ଲାରେ ଦୀର୍ଘକାଳୀନ ଭିସାରେ ଅଛନ୍ତି ୧୨ ପାକିସ୍ତାନୀ । ସେମାନଙ୍କୁ ଭାରତ ଛାଡ଼ି ଯିବାକୁ ନୋଟିସ୍ ଦିଆଯାଇଥିବା ସୂଚନା ଦେଇଛନ୍ତି ପୋଲିସ ଡିଜିପି ୱାଇ.ବି ଖୁରାନିଆ । ଏହା ପୂର୍ବରୁ, ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ କଥା ହୋଇଥିଲେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ । କହିଥିଲେ, ରାଜ୍ୟରେ ରହୁଥିବା ପାକିସ୍ତାନୀଙ୍କୁ ତୁରନ୍ତ ଚିହ୍ନଟ କର। ଚିହ୍ନଟ କରି ସେମାନଙ୍କୁ ବିଦା କରିବା ପାଇଁ ଅମିତ ଶାହ କହିଛନ୍ତି । ୪୮ ଘଣ୍ଟା ମଧ୍ୟରେ ଭାରତ ଛାଡ଼ିବାକୁ ନିର୍ଦ୍ଦେଶ ଦିଆଯାଇଛି । ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ ପାକିସ୍ତାନୀଙ୍କୁ ଭାରତ ଛାଡ଼ିବାକୁ କଡ଼ା ନିର୍ଦ୍ଦେଶ ରହିଛି । ୨୨ତାରିଖ ସଂଧ୍ୟାରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଧ୍ୟକ୍ଷତାରେ ବସିଥିବା ସୁରକ୍ଷା ସଂପର୍କିତ କ୍ୟାବିନେଟ ବୈଠକରେ ପାକିସ୍ତାନୀ ନାଗରିକଙ୍କ ଭିସା ରଦ୍ଦ କରିବାକୁ ନିଷ୍ପତ୍ତି ହୋଇଥିଲା । ଭାରତରେ ଥିବା ସମସ୍ତ ପାକିସ୍ତାନୀ ନାଗରିକ ୨୭ ତାରିଖ ସୁଦ୍ଧା ଭାରତ ଛାଡ଼ିବେ । ସେହିପରି ମେଡିକାଲ ଭିସାରେ ଥିବା ପାକିସ୍ତାନୀଙ୍କୁ ୨୯ ତାରିଖ ପର୍ଯ୍ୟନ୍ତ ଭାରତରେ ରହିପାରିବେ ।

National,International

କାଶ୍ମୀର ଛାଡୁଛନ୍ତି ପର୍ଯ୍ୟଟକ

Blog Thumbnail

ଦ କୁଇଭର ବ୍ୟୁରୋ :- ସବୁଠି ଭୟ, ସବୁଠି ଆତଙ୍କର ବାତାବରଣ । ପହଲଗାମ୍ ଆତଙ୍କୀ ହମଲା ପରେ ଏବେ ଛାନିଆ କାଶ୍ମୀର ବୁଲି ଯାଇଖିବା ପର୍ଯ୍ୟଟକ । କେମିତି ଘରେ ପହଞ୍ଚିବେ ଏବଂ ସେମାନଙ୍କ ମୂଲ୍ୟବାନ ଜୀବନକୁ ସୁରକ୍ଷିତ ରଖି ନିଜ ଆତ୍ମୀୟଙ୍କ ପାଖରେ ପହଞ୍ଚିବାରେ ସକ୍ଷମ ହେବେ ଏବେ ସମସ୍ତଙ୍କୁ ସେହି ନିଶା ଘାରିଛି । ତେଣୁ ବୁଲା ବୁଲି ବନ୍ଦ କରି ବିଭିନ୍ନ ରାଜ୍ୟର ଲୋକେ ଏବେ ଘର ମୁହାଁ ହେଉଛନ୍ତି ଏବଂ କାଶ୍ମୀର ଛାଡୁଛନ୍ତି । ଦେଶ ବିଦେଶର ବିଭିନ୍ନ ପର୍ଯ୍ୟଟକ କାଶ୍ମୀରର ସୌନ୍ଦର୍ଯ୍ୟ ଉପଭୋକ କରିବାକୁ ଆସିଥିବା ବେଳେ ନିରୀହ ଲୋକଙ୍କ ଉପରେ ଆଖିବୁଲା ଆତଙ୍କୀ ଆକ୍ରମଣ ପରେ ଏବେ ସମସ୍ତେ ଡରିଯାଇଛନ୍ତି । ଆଉ ଘରକୁ ଫେରିବାକୁ ଶ୍ରୀନଗର ବିମାନ ବନ୍ଦରରେ ଭିଡ଼ ଜମାଇଛନ୍ତି । ଭିଡ଼କୁ ଲକ୍ଷ୍ୟ ରଖି ଏୟାର ଇଣ୍ଡିଆ ପକ୍ଷରୁ ସ୍ବତନ୍ତ୍ର ବିମାନର ବ୍ୟବସ୍ଥା କରାଯାଇଛି । ଗତକାଲି ଆଖି ଆଗରେ ପର୍ଯ୍ୟଟକମାନେ ଅନ୍ୟ ୨୬ ପର୍ଯ୍ୟଟକଙ୍କୁ ଆତଙ୍କବାଦୀ ହତ୍ୟା କରିବାର ଦେଖିଛନ୍ତି ତେଣୁ ଯେଉଁମାନେ ଅଳ୍ପକେ ବର୍ତ୍ତିଯାଇଛନ୍ତି ସେମାନେ ଭଗବାନଙ୍କୁ ଧନ୍ୟବାଦ ଦେବା ସହ କାଶ୍ମୀର ଛାଡି ତୁରନ୍ତ ଫେରିବାକୁ ପ୍ରକ୍ରିୟା ଆରମ୍ଭ କରିଛନ୍ତି । ସେପଟେ ଆକ୍ରମଣସ୍ଥଳରେ ପହଞ୍ଚି ସମୀକ୍ଷା କରିଛନ୍ତି ଅମିତ ଶାହା । ପରେ ଆହତଙ୍କୁ ଭେଟିବା ସହ ମୃତକଙ୍କ ପରିବାରକୁ ସମବେଦନା ଜଣାଇ ପହଲଗାମରୁ ଆତଙ୍କବାଦୀଙ୍କୁ ଚେତାବନୀ ଦେଇଛନ୍ତି । ଆକ୍ରମଣରେ ଆତ୍ମୀୟଙ୍କୁ ହରାଇବାର ଦୁଃଖ ଅବର୍ଣ୍ଣନୀୟ, ଏହି ଦୁଃଖକୁ ବଖାଣିବାକୁ ଶବ୍ଦ ନାହିଁ । ଆକ୍ରମଣକାରୀଙ୍କୁ କୌଣସି ପରିସ୍ଥିତିରେ ଛଡ଼ାଯିବନି । ଆତଙ୍କବାଦ ଆଗରେ ମୁଣ୍ଡ ନୁଆଁଇବନି ଭାରତ ବୋଲି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା କହିଛନ୍ତି ।

State

ସପ୍ତାହେ ତାତିରୁ ନିସ୍ତାର ନାହିଁ

Blog Thumbnail

ଦ କୁଇଭର ବ୍ୟୁରୋ :- ଆସନ୍ତା ସପ୍ତାହକ ପର୍ଯ୍ୟନ୍ତ ତାତିରୁ ନିସ୍ତାର ନାହିଁ। ସବୁଠି ପାରଦ ସର୍ବୋଚ୍ଚ ସ୍ତରରେ ପହଞ୍ଚିବ। ଗୋଟିଏ ଦୁଇଟି ସ୍ଥାନରେ ତାତି ୪୮ ଡିଗ୍ରି ଛୁଇଁପାରେ। ବିଶେଷକରି ପଶ୍ଚିମ ଓଡ଼ିଶାରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେବ। ଝାରସୁଗୁଡ଼ା, ସମ୍ବଲପୁର, ବୌଦ୍ଧ, ବଲାଙ୍ଗୀର, ସୁନ୍ଦରଗଡ, ନୂଆପଡ଼ା, ବରଗଡ, କଳାହାଣ୍ଡି, ସୁବର୍ଣ୍ଣପୁର ଜିଲ୍ଲାରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ହେବାକୁ ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି। ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା‌, ଜଗତ୍‌ସିଂହପୁର, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି ଜିଲ୍ଲାରେ ଉଷ୍ମ ଓ ଆର୍ଦ୍ର ପାଗ ରହିବାର ସମ୍ଭାବନା ରହିଛି। ସମ୍ବଲପୁର, ସୁନ୍ଦରଗଡ଼, ବଲାଙ୍ଗୀର ଜିଲ୍ଲାରେ ଉଷ୍ମ ରାତି ରହିବାକୁ ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ତେବେ କୋରାପୁଟ, ମାଲକାନଗିରି, ରାୟଗଡ଼ା, କଳାହାଣ୍ଡି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଅପରାହ୍ନ/ସନ୍ଧ୍ୟାରେ ୩୦ରୁ ୪୦ କିମି ବେଗରେ ପବନ ସହିତ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ପରିସ୍ଥିତିର ଗମ୍ଭୀରତା ଦେଖି ସତର୍କତା ଅବଲମ୍ବନ କରିବାକୁ ରାଜ୍ୟ ସରକାର ପରାମର୍ଶ ଦେଇଛନ୍ତି।

State

ସବୁଠି ଆତଙ୍କୀଙ୍କୁ ଦୃଢ଼ ନିନ୍ଦା, କ୍ୟାଣ୍ଡେଲ ଶୋଭାଯାତ୍ରା

Blog Thumbnail

ଦ କୁଇଭର ବ୍ୟୁରୋ:- ଜାମ୍ମୁ କାଶ୍ମୀର ର ପହଲଗାମରେ ହୋଇଥିବା ଆତଙ୍କୀ ହମଲାକୁ ନେଇ ସାରା ଦେଶ ଆଜି ସ୍ତବ୍ଧ। ଏଭଳି ଏକ ବର୍ବରଚିତ ହମଲା କୁ ଦୃଢ଼ ନିନ୍ଦା କରିଛି ଉଦଳା ୟୁନିକ ପ୍ରେସ କ୍ଲବ। ଯାହାକୁ ନେଇ ଆଜି ଉଦଳା ୟୁନିକ ପ୍ରେସ କ୍ଳବର ସଦସ୍ୟଙ୍କ ସମେତ ସ୍ଥାନୀୟ ବାସିନ୍ଦାମାନେ ଏକତ୍ରିତ ହୋଇ ଏକ ନିରବ କ୍ୟାଣ୍ଡେଲ ଶୋଭାଯାତ୍ରା କରି ଏହି ଘଟଣାକୁ ତୀବ୍ର ନିନ୍ଦା କରିଛନ୍ତି। ଉଦଳା ବସଷ୍ଟାଣ୍ଡ ଜଗଦ୍ଧାତ୍ରୀ ମନ୍ଦିର ନିକଟରୁ ନିରବ କ୍ୟାଣ୍ଡେଲ ଶୋଭାଯାତ୍ରାରେ ବାହାରି ବଜାର ପରିକ୍ରମା କରିବା ପରେ ସ୍ଥାନୀୟ ହନୁମାନ ମନ୍ଦିରରେ ପହଞ୍ଚିଥିଲେ। ସେଠାରେ ମୃତକ ପରିବାର ପ୍ରତି ସମବେଦନା ସହିତ ମୃତକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ ପାଇଁ କ୍ୟାଣ୍ଡେଲ ଜାଳିବା ସହିତ ନିରବ ପ୍ରାର୍ଥନା କରିଥିଲେ। ଭାରତ ସରକାର ଏହି ଘଟଣା କୁ ସମ୍ବେଦନଶୀଳ ଭାବେ ଗ୍ରହଣ କରି ଚିହ୍ନଟ ଆତଙ୍କୀ ମାନଙ୍କୁ ତୁରନ୍ତ ମାରି ଦେବା ସହିତ ଆଉ ଏକ ସର୍ଜିକାଲ ଷ୍ଟ୍ରାଇକ ଜରୁରୀ ବୋଲି ମତ ଦେଇଥିଲେ ସଦସ୍ୟ। ଏହା ବ୍ୟତୀତ ଇଟା ର ଜବାବ ପଥରରେ ଦେବା ଜରୁରୀ ବୋଲି କହିଛନ୍ତି।


State

ସିବିଆଇ ଅଫିସର କହି ଠକିବା ଘଟଣା, ମାଷ୍ଟରମାଇଣ୍ଡ ଙ୍କୁ ରାଜସ୍ଥାନରରୁ ଆଣିଲା ପୋଲିସ

Blog Thumbnail

ବ୍ରହ୍ମପୁର( ଦ କୁଇଭର ):- ଡିଜିଟାଲ ଆରେଷ୍ଟ ନାଁରେ ୩୪ ଲକ୍ଷ ଟଙ୍କା ଠକେଇ ଘଟଣାରେ ଜଣେ ଗିରଫ । ରାଜସ୍ଥାନର ସୁବାଷକୁ ଗିରଫ କଲା ବ୍ରହ୍ମପୁର ସାଇବର ଏବଂ ଅର୍ଥନୈତିକ ଅପରାଧ ଥାନା ପୋଲିସ । ଶୁକ୍ରବାର ବ୍ରହ୍ମପୁର ପହଞ୍ଚିବା ପରେ ଅଭିଯୁକ୍ତଙ୍କୁ ଏସଡିଜେଏମ୍ କୋର୍ଟରେ ତାକୁ ହାଜର କରାଯାଇଥିଲା । ପରେ ତାକୁ ବ୍ରହ୍ମପୁର ମଣ୍ଡଳ କାରାଗାରକୁ ପଠାଇ ଦିଆଯାଇଛି । ଏହି ଠକେଇ ମାମଲାରେ ଅନ୍ୟ ଜଣେ ଅଣଓଡ଼ିଆ ଅଭିଯୁକ୍ତ ମଧ୍ୟ ରହିଛି ।


ଗଞ୍ଜାମ କୁକୁଡ଼ାଖଣ୍ଡି ଅଞ୍ଚଳର ଜଣେ ବ୍ୟକ୍ତିଙ୍କୁ ସିବିଆଇ ଅଫିସର କହି ୩୪ ଲକ୍ଷ ୫୦ ହଜାର ଟଙ୍କା ଠକି ନେଇଥିଲେ ସାଇବର ଠକ । ଏନେଇ ଜାନୁଆରୀ ୨୯ ତାରିଖରେ ବ୍ରହ୍ମପୁର ସାଇବର ଥାନାରେ ଅଭିଯୋଗ କରିଥିଲେ ଠକେଇର ଶିକାର ହୋଇଥିବା ବ୍ୟକ୍ତି । ତଦନ୍ତ ବେଳେ ଗୁଜରାଟ ଭୁଜ ପୋଲିସ ଦ୍ବାରା ଗିରଫ ହୋଇଥିବା ଦୁଇଜଣ ବ୍ୟକ୍ତିଙ୍କ ଏହି ସାଇବର ଠକେଇରେ ସଂପୃକ୍ତି ଥିବା ଜାଣିବାକୁ ପାଇଥିଲା ବ୍ରହ୍ମପୁର ପୋଲିସ । ଭୁଜ୍ ପୋଲିସ ଯୋଗାଯୋଗ କରି ସୁବାଷକୁ ରିମାଣ୍ଡରେ ଆଣିଛି ପୋଲିସ । ଅନ୍ୟ ଅଭିଯୁକ୍ତ ଗୋବର୍ଦ୍ଧନରମର ରିମାଣ୍ଡ ପାଇଁ ମଧ୍ୟ ଆବେଦନ କରାଯାଇଥିବା ପୋଲିସ ସୂଚନା ଦେଇଛି । ଅଭିଯୁକ୍ତଙ୍କ ଦୁଇଟି ବ୍ୟାଙ୍କ ଆକାଉଣ୍ଟକୁ ସିଜ କରିଛି ପୋଲିସ । ଦୁଇଟି ଆକାଉଣ୍ଟରେ ପ୍ରାୟ ୨୨ଲକ୍ଷରୁ ଅଧିକ ଟଙ୍କା ରହିଛି ।

State,National

ଶିମିଳିପାଳକୁ ମିଳିଲା ଜାତୀୟ ଉଦ୍ୟାନର ମାନ୍ୟତା

Blog Thumbnail

ଶିମିଳିପାଳ( ଦ କୁଇଭର):- ଦୀର୍ଘ ଦିନର ବ୍ୟବଧାନ ପରେ ଶିମିଳିପାଳକୁ ମିଳିଛି ଜାତୀୟ ଉଦ୍ୟାନ ମାନ୍ୟତା। ଯାହା ଓଡ଼ିଶାର ସଂରକ୍ଷଣରେ ଏକ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ ହୋଇ ରହିବ ବୋଲି କହିଛନ୍ତି, ପିସିସିଏଫ ପ୍ରେମ କୁମାର ଝା। ଆମ ଶିମିଳିପାଳ ଯୋଜନା ପାଇଁ ଚଳିତ ବର୍ଷ ୨୦୨୫ ବଜେଟ୍‌ରେ ୫୦ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି। ଶିମିଳିପାଳ ଆମ ରାଜ୍ୟର ଗର୍ବ ଓ ଗୌରବ। କେବଳ ଆମ ରାଜ୍ୟ ନୁହେଁ, ଏପରି କି ସମଗ୍ର ଭାରତରେ ଶିମିଳିପାଳ ଏକ ଅନନ୍ୟ ଜୈବବିବିଧତା ସୁନାମ ଆଣି ଦେଇଛି। ୧୯୮୦ ମସିହାରେ ଆରମ୍ଭ ହୋଇଥିବା ଏହି ଦୀର୍ଘକାଳୀନ ପ୍ରସ୍ତାବ ଏବେ ସାକାର ହୋଇଛି। ଏହା ଓଡ଼ିଶାରେ ସଂରକ୍ଷଣ ପାଇଁ ଏକ ବଡ଼ ପଦକ୍ଷେପ" ବୋଲି କହିଛନ୍ତି ପିସିସିଏଫ ପ୍ରେମ କୁମାର ଝା। ଅଞ୍ଚଳ ଜଙ୍ଗଲ କ୍ଷୟ, ବିସ୍ଥାପନ ଏବଂ ସ୍ଥାନୀୟ ଅନୁସୂଚିତ ଜାତି ଏବଂ ଅନୁସୂଚିତ ଜନଜାତି ସମ୍ପ୍ରଦାୟ ପାଇଁ ଶିକ୍ଷା ଏବଂ ସ୍ବାସ୍ଥ୍ୟସେବା ଉପଲବ୍ଧତାର ଅଭାବ ଆଦି ଚ୍ୟାଲେଞ୍ଜର ମଧ୍ୟ ସମ୍ମୁଖୀନ ହେଉଛି।