ଦ କୁଇଭର ବ୍ୟୁରୋ :- ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି ବିରୋଧୀ ଦଳ ନେତା ତଥା କଂଗ୍ରେସ ଲୋକପ୍ରିୟ ନେତା ରାହୁଲ ଗାନ୍ଧୀ । ଭୁବନେଶ୍ବର ବରମୁଣ୍ଡାରେ ଆୟୋଜିତ ହେବାକୁ ଥିବା ସମ୍ବିଧାନ ବଞ୍ଚାଅ ସମାବେଶରେ ସାମିଲ ହେବାକୁ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାହୁଲ ଗାନ୍ଧୀ ଓ କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ । ଏଥିପାଇଁ ଉତ୍ସାହିତ କଂଗ୍ରେସ ଶିବିର । ଓଡ଼ିଶାରେ ବିଧାନସଭା ନିର୍ବାଚନ ପରେ ଏହା ରାହୁଲଙ୍କ ପ୍ରଥମ ଗସ୍ତ । ଏଥିପାଇଁ ଟ୍ରାଫିକ ବ୍ୟବସ୍ଥା କଡାକଡି ରହିଛି । ରାହୁଲଙ୍କ ଗସ୍ତ ଓ ସଭାକୁ ଆଖିରେ ରଖି ରାଜଧାନୀରେ ଟ୍ରାଫିକ୍ ବ୍ୟବସ୍ଥା କଡ଼ାକଡ଼ି ହୋଇଛି । ଏନେଇ କମିଶନରେଟ୍ ପୁଲିସ୍ ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥା ହୋଇଛି । କିଛି ରାସ୍ତାରେ ପ୍ରବଳ ଟ୍ରାଫିକ୍ ଭିଡ଼ ହେବାର ସମ୍ଭାବନା ଥିବାରୁ ଯାତ୍ରୀମାନେ ସେହି ରାସ୍ତା ବଦଳରେ ଅନ୍ୟ ରାସ୍ତାରେ ଯିବାକୁ କମିଶନରେଟ୍ ପୁଲିସ୍ ପକ୍ଷରୁ ଅନୁରୋଧ କରାଯାଇଛି । ସକାଳ ୧୦ଟାରୁ ୧୨ଟା ଭିତରେ ବିମାନ ବନ୍ଦର ଛକରୁ ଜୟଦେବ ବିହାର ଛକ ଯାଏଁ ପ୍ରବଳ ଭିଡ଼ ହୋଇପାରେ । ସେହିପରି ଅପରାହ୍ନ ୧ଟା ୩୦ରୁ ୨ଟା ପର୍ଯ୍ୟନ୍ତ ବରମୁଣ୍ଡା ଛକରୁ ହୋଟେଲ ମେ’ ଫେୟାର ଛକ ପର୍ଯ୍ୟନ୍ତ ପ୍ରବଳ ଭିଡ଼ ହେବାର ଆଶଙ୍କା ରହିଛି । ଅପରାହ୍ନ ୩ଟାରୁ ୩ଟା ୩୦ ଯାଏଁ ହୋଟେଲ ମେ’ ଫେୟାର ଛକରୁ ମାଷ୍ଟର କ୍ୟାଣ୍ଟିନ ପର୍ଯ୍ୟନ୍ତ ଟ୍ରାଫିକ୍ ଭିଡ଼ ହେବାର ସମ୍ଭାବନା ରହିଛି । ଅପରାହ୍ନ ୪ଟାରୁ ୫ଟା ଯାଏଁ ମାଷ୍ଟର କ୍ୟାଣ୍ଟିନ ଛକରୁ ବିମାନ ବନ୍ଦର ଛକ ଓ ଏହାର ଆଖପାଖ ଅଞ୍ଚଳରେ ଟ୍ରାଫିକ୍ ଭିଡ଼ ହେବାର ସମ୍ଭାବନା ରହିଛି । ତେଣୁ ସମ୍ପୃକ୍ତ ସମୟ ମଧ୍ୟରେ ସେହି ସବୁ ରାସ୍ତାରେ ନଯାଇ ଅନ୍ୟ ରାସ୍ତା ଦେଇ ଯିବାଆସିବା କରିବାକୁ କମିଶନରେଟ୍ ପୁଲିସ୍ ପକ୍ଷରୁ ଅନୁରୋଧ କରାଯାଇଛି ।
ଅନ୍ୟପଟେ ଡ୍ରାଇଭର ସଂଘର ଆନ୍ଦୋଳନ ଚତୁର୍ଥ ଦିନରେ ପହଞ୍ଚିଛି । ଯଦିଓ ସରକାର ଓ ଡ୍ରାଇଭର ସଂଘ ମଧ୍ୟରେ ଆଲୋଚନା ହୋଇଛି, ହେଲେ କିଛି ସମାଧାନ ବାହାରି ପାରିନି ନାହିଁ । ଫଳରେ ଗତ ତିନି ଦିନ ଧରି ଡ୍ରାଇଭର ଆନ୍ଦୋଳନ ଜାରି ରଖିଛନ୍ତି । ଆଜି ଡ୍ରାଇଭର ମହାସଂଘର ଷ୍ଟିଅରିଂ ଛାଡ ଆନ୍ଦୋଳନର ଚତୁର୍ଥ ଦିନ । ଆନ୍ଦୋଳନ ଯୋଗୁଁ ପରିବହନ ବ୍ୟବସ୍ଥା ଏକପ୍ରକାର ଠପ୍ ହୋଇଯାଇଛି। ଆଉ ଏହାର ପ୍ରଭାବ ବିଭିନ୍ନ କ୍ଷେତ୍ରରେ ପଡ଼ିଛି । ଡ୍ରାଇଭରଙ୍କ ଆନ୍ଦୋଳନ ଯୋଗୁଁ ବସଷ୍ଟାଣ୍ଡରେ ବସ୍, ରାସ୍ତା କଡରେ ଟ୍ରକ ଓ ଅନ୍ୟାନ୍ୟ ଗାଡ଼ି ଛିଡା ହୋଇ ରହିଛି । କେବଳ ଜରୁରୀକାଳିନ ଓ ଘରୋଇ ଗାଡିକୁ ଛାଡି ଦେଲେ ଆଉ କୌଣସି ଗାଡି ଗଡୁନଥିବାରୁ ପରିବହନ ବ୍ୟବସ୍ଥା ସମ୍ପୂର୍ଣ୍ଣ ଠପ୍ ହୋଇଯାଇଛି । ଯାହାଫଳରେ ଲୋକେ ହିନସ୍ତା ହେଉଛନ୍ତି । ଏନେଇ ସରକାର ଡ୍ରାଇଭର ମହାସଂଘ ସହ ଆଲୋଚନା କରିଛନ୍ତି । ତଥାପି ସମାଧାନର ବାଟ ବାହାରିପାରିନି ।
No comments yet.
State,Politics
ଭୁବନେଶ୍ୱର(ଦ କୁଇଭର): ବିଜେଡି ଅପରାଧ ଓ ନାରୀ କେଳେଙ୍କାରୀର ଗୁମର ଖୋଲିଛନ୍ତି ଅର୍ଚ୍ଚନା ନାଗ । ଦୁଇବର୍ଷ ପରେ ବିସ୍ଫୋରଣ କରି ଅନେକ ସତ ଓଗାଳିଛନ୍ତି । ପୂରା ବିଜେଡିକୁ କାଠଗଡ଼ାକୁ ଟାଣି ଦେଇଛନ୍ତି । ତାଙ୍କ ଅଭିଯୋଗର ତଦନ୍ତ ହେଲେ ବିଜେଡିର ଅନେକ ନେତା ଫସିବେ ବୋଲି ଜଳ ଜଳ ହୋଇ ଦିଶିଲାଣି । ଟିକେ ନଜର ପକାଇ ନେବା ତାଙ୍କ ଅଭିଯୋଗ ଉପରେ । ସେ କହିଛନ୍ତି ବିଜେଡି କର୍ପୋରେଟର ଅମରେଶ ଜେନା ଓରଫ ବାଇଁଆ ଜେଲ ଯାଇ ସୁପରିଟେଣ୍ଡାଣ୍ଟଙ୍କ ପ୍ରକୋଷ୍ଠରେ ବସୁଥିଲେ । ସେଠାକୁ ଅର୍ଚ୍ଚନାଙ୍କୁ ଡକାଇ କଥା ହେଉଥିଲେ । ତାଙ୍କୁ ଚା’ ଦିଆଯାଉଥିଲା । ଅର୍ଚ୍ଚନା ଚେୟାରରେ ବସି ଚା ପିଉଥିଲେ ।
ଏହା ମିଥ୍ୟା ନୁହେଁ ବୋଲି ବି ଜେଲର ଅନେକ କର୍ମଚାରୀ କହିଲେଣି । ଜେଲ ସୁପରିଟେଣ୍ଡାଣ୍ଟଙ୍କର ବାଇଁଆ ପାରିବାରିକ ସମ୍ପର୍କୀୟ ନଥିଲେ କି? ବାଇଁଆଙ୍କ ସହ ଜେଲ ସୁପରିଟେଣ୍ଡାଣ୍ଟଙ୍କ କି ସମ୍ପର୍କ ରହିଛି । ସୁପରିଟେଣ୍ଡାଣ୍ଟଙ୍କ ପ୍ରକୋଷ୍ଠରେ ବିଚାରାଧିନ କୈଦୀ ଅର୍ଚ୍ଚନାଙ୍କୁ ବସାଇ ଚା’ କାହିଁକି ଦିଆଯାଉଥିଲା? ତାହା ପୁଣି ବାଇଁଆଙ୍କୁ ବସାଇ । କେବଳ ସେତିକି ନୁହେଁ, ପୋଲିସ ଏସିପି ହିମାଂଶୁ ସ୍ୱାଇଁ ମଧ୍ୟ ସମାନ କାମ କରୁଥିଲେ କାହିଁକି? ତାହା କ’ଣ ଜେଲ କ୍ୟାଣ୍ଟିନ କି? ଜଣେ ବିଚାରାଧିନ କୈଦୀଙ୍କୁ ବସାଇ ଚା ପିଆଇବା ଓ ଚା’ ପିଇ ଯିବା ପରେ ଅର୍ଚ୍ଚନା ଶୋଇ ରହିବା ପଛରେ ବଡ଼ ଷଡ଼ଯନ୍ତ୍ର ସ୍ପଷ୍ଟ ହେଉ ନାହିଁ କି?
କେବଳ ସେତିକି ନୁହେଁ ତାଙ୍କୁ ଟଙ୍କା ଦିଆଯାଉଥିଲ କାହିଁକି? ଟଙ୍କାକୁ ତକ୍ରାଳୀନ ଜେଲର ଜବତ ବି କରିଥିଲେ । ଜେଲରଙ୍କୁ ସେ ଜବତ ଟଙ୍କା ଫେରାଇ ଦେବାକୁ ଜେଲ ସୁପରିଟେଣ୍ଡାଣ୍ଟ ଚାପ ପକାଇଥିଲେ କାହିଁକି? ଅର୍ଚ୍ଚନାକୁ ମାନସିକ ଭାରସାମ୍ୟ ହରାଇଥିବା କଥା ଲେଖି କୋର୍ଟଙ୍କୁ ଜଣାଇବାକୁ ବାଇଁଆ ଓ ବିବାଦୀୟ ଅଫିସରମାନେ କାହିଁକି ଚାପ ପକାଉଥିଲେ? ଏଥିରେ ଜେଲର ସହଯୋଗ ନକରିବାରୁ ତାଙ୍କୁ କାହିଁକି ହଟାଗଲା? ଏସବୁ ପଛରେ କାହାର ହାତ ଥିଲା । କାହା ଇଙ୍ଗିତରେ ଜେଲ ଭିତରେ ଏତେ ସବୁ କେଳେଙ୍କାରୀ ଚାଲିଥିଲା । ଅର୍ଚ୍ଚନାଙ୍କ ମୁହଁ ବନ୍ଦ କରିବାକୁ ଏତେ କାରସାଦୀ କାହିଁକି କରାଯାଉଥିଲା । ଏହାର ଜବାବ ବିଜେଡି ନେତା ଓ ସମ୍ପୃକ୍ତ ଅଫିସରମାନେ ଦେଇ ପାରିବେ ତ?
ଏବେ ଏହି ସବୁ ଘଟଣାର ତଦନ୍ତ କରିବାକୁ ଅର୍ଚ୍ଚନା ମୁଖ୍ୟମନ୍ତ୍ରୀଙ୍କୁ ଜଣାଇଛନ୍ତି । ତାଙ୍କୁ ପ୍ରତିଶୃତି ମିଳିଛି । ମାତ୍ର ମୁଖ୍ୟମନ୍ତ୍ରୀ ଦମ ଦେଖାଇବେ ତ? ବିବାଦୀୟ ଅଫିସରମାନେ ଏବେ ବିଜେପି ବିଧାୟକ ଓ ନେତା ମାନଙ୍କ ଖାସ ଲୋକ ହୋଇଯାଇଛନ୍ତି । ସେମାନଙ୍କ ବିରୋଧରେ ଗୃହ ବିଭାଗ ପଦକ୍ଷେପ ନେଇ ପାରିବ ନା ଲାଙ୍ଗୁଡ଼ ଜାକିବ? ଉାମଲା ପଛର ରହସ୍ୟ ପଦାକୁ ଆସିବ ତ? ମୋହନ ଖୋଲି ପାରିବେ କି ବିଜେଡି ଦ୍ୱାରା ରଚାଯାଇଥିଲା ନାରୀ କେଳେଙ୍କାରୀର ଗୁମର? ନା ମୋହନ ବି ବାଆଁରେଇବେ?
National
ଦ କୁଇଭର ବ୍ୟୁରୋ :- ଅହମ୍ମଦାବାଦ ବିମାନ ଦୁର୍ଘଟଣାର ଆସିଲା ପ୍ରାଥମିକ ରିପୋର୍ଟ । ପ୍ରାରମ୍ଭିକ ରିପୋର୍ଟରେ ଆଶ୍ଚର୍ଯ୍ୟଜନକ ଖୁଲାସା । ଉଡ଼ାଣ ଆରମ୍ଭ ହେବା ମାତ୍ରେ ବନ୍ଦ ହୋଇଯାଇଥିଲା ଉଭୟ ଇଞ୍ଜିନ୍ । ଜୁନ୧୨ ତାରିଖରେ, ଏୟାର ଇଣ୍ଡିଆର ବୋଇଂ ୭୮୭-୮ ବିମାନଟି ଅହମ୍ମଦାବାଦରେ ଉଡ଼ାଣ ଭରିବାର କିଛି ସେକେଣ୍ଡ ପରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ଭାରତୀୟ ବିମାନ ଦୁର୍ଘଟଣା ତଦନ୍ତ ବ୍ୟୁରୋ AAIB ଏହି ଦୁର୍ଘଟଣା ଉପରେ ଏକ ପ୍ରାଥମିକ ରିପୋର୍ଟ ପ୍ରକାଶ କରିଛି । ରିପୋର୍ଟରେ ଅନେକ ଆଶ୍ଚର୍ଯ୍ୟଜନକ ତଥ୍ୟର ଖୁଲାସା ହୋଇଛି । AAIB ଅନୁଯାୟୀ, ଉଡ଼ାଣ ଭରିବା ପରେ ଉଭୟ ଇଞ୍ଜିନ୍ ହଠାତ୍ ବନ୍ଦ ହୋଇଯାଇଥିଲା, ଯାହା ଯୋଗୁଁ ବିମାନଟି ଆଗକୁ ଉଡ଼ି ପାରିନଥିଲା ଏବଂ ଏହା ଦୁର୍ଘଟଣାଗ୍ରସ୍ତ ହୋଇଥିଲା ।
AAIB ରିପୋର୍ଟ ଅନୁଯାୟୀ, ବିମାନଟି ଠିକ୍ ଭାବରେ ଉଡ଼ାଣ କରିଥିଲା। ଏହା ପରେ, ସବୁକିଛି ସ୍ୱାଭାବିକ ଥିଲା ଏବଂ ଏହା ଆବଶ୍ୟକ ଉଚ୍ଚତାରେ ମଧ୍ୟ ପହଞ୍ଚିଥିଲା, କିନ୍ତୁ ତା’ପରେ ଉଭୟ ଇଞ୍ଜିନର ଇନ୍ଧନ ଯୋଗାଣ ରନ ଅପ୍ ସ୍ୱିଚ କଟଅଫ୍’କୁ ଘୁଞ୍ଚିଗଲା । ଏହାର ଅର୍ଥ ହେଉଛି ଇଞ୍ଜିନକୁ ଇନ୍ଧନ ମିଳିବା ବନ୍ଦ ହୋଇଗଲା । ଯେତେବେଳେ ଇନ୍ଧନ ଇଞ୍ଜିନ ପର୍ଯ୍ୟନ୍ତ ପହଞ୍ଚିଲା ନାହିଁ, ସେତେବେଳେ ଏହା ବନ୍ଦ ହୋଇଗଲା ଏବଂ ଉଡ଼ାଣ ଭରିବାର କିଛି ସମୟ ପୂର୍ବରୁ ଦୁର୍ଘଟଣାଗ୍ରସ୍ତ ହେଲା ।ରିପୋର୍ଟରେ ଉଡ଼ାଣର ଦୁଇ ପାଇଲଟ୍ ସୁମିତ ସବରୱାଲ ଏବଂ ସହ-ପାଇଲଟ୍ କ୍ଲାଇଭ୍ କୁଣ୍ଡରଙ୍କ ମଧ୍ୟରେ ହୋଇଥିବା କଥାବାର୍ତ୍ତା ମଧ୍ୟ ପ୍ରକାଶ ପାଇଛି । ଇଞ୍ଜିନ୍ କାହିଁକି ବନ୍ଦ ହୋଇଗଲା, ଏହା ସବୁଠାରୁ ବଡ଼ ପ୍ରଶ୍ନ । କକପିଟ୍ ରେକର୍ଡିଂ ପାଇଲଟଙ୍କ କଥାବାର୍ତ୍ତା ମଧ୍ୟ ପ୍ରକାଶ କରିଛି । ଏହି ସମୟରେ ପ୍ରଥମ ପାଇଲଟ୍ ଅନ୍ୟ ପାଇଲଟଙ୍କୁ ପଚାରିଥିଲେ “ତୁମେ କାହିଁକି ସ୍ୱିଚ୍ ବନ୍ଦ କଲ?”ସେହି ସମୟରେ ଅନ୍ୟ ପାଇଲଟ ଜଣକ ଉତ୍ତର ରଖିଥିଲେ “ମୁଁ ସ୍ଵିଚ ବନ୍ଦ କରିନାହିଁ ।”ତେଣୁ, କୌଣସି ପାଇଲଟ୍ ଜାଣିଶୁଣି ଇଞ୍ଜିନକୁ ବନ୍ଦ କରି ନଥିବା ବେଳେ ରିପୋର୍ଟରୁ ଜଣାପଡୁଛି ଯେ ଏହା ଏକ ଯାନ୍ତ୍ରିକ ତ୍ରୁଟି ହୋଇଥାଇପାରେ । ତଥାପି, ଏଥିରେ ମାନବ ତ୍ରୁଟି ହେବାର ସମ୍ଭାବନା ମଧ୍ୟ ଅଛି । ବିମାନ ଦୁର୍ଘଟଣାର ଏକ ବିସ୍ତୃତ ତଦନ୍ତ ଏବେ ବି ଚାଲିଛି । ବର୍ତ୍ତମାନ, ଉଭୟ ଇଞ୍ଜିନ କିପରି ଆପେ ଆପେ ବନ୍ଦ ହୋଇଗଲା ତାହା ତଦନ୍ତ କରାଯାଉଛି ।ଇଞ୍ଜିନ୍ ବନ୍ଦ ହେବା ପରେ ରାମ୍ ଏୟାର ଟର୍ବାଇନ୍ RAT ବାହାରକୁ ବାହାରି ଆସିଥିଲା , ଯାହା ସୂଚିତ କରେ ଯେ ବିମାନକୁ ଜରୁରୀକାଳୀନ ଶକ୍ତି ଆବଶ୍ୟକ ଥିଲା। ଇଞ୍ଜିନ୍ ଆରମ୍ଭ କରିବାକୁ ଚେଷ୍ଟା କରାଯାଇଥିଲା, କିନ୍ତୁ ବହୁତ ଡେରି ହୋଇଯାଇଥିଲା । ବିମାନଟି ଆଉ ଉଚ୍ଚତାକୁ ଉଡ଼ି ନପାରିବାରୁ ବିମାନବନ୍ଦର ବର୍ଡ଼ର ପାର ହେବା ପୂର୍ବରୁ ଦୁର୍ଘଟଣାଗ୍ରସ୍ତ ହୋଇଥିଲା ।
Politics,National,State
ଦ କୁଇଭର ବ୍ୟୁରୋ :- ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି ବିରୋଧୀ ଦଳ ନେତା ତଥା କଂଗ୍ରେସ ଲୋକପ୍ରିୟ ନେତା ରାହୁଲ ଗାନ୍ଧୀ । ଭୁବନେଶ୍ବର ବରମୁଣ୍ଡାରେ ଆୟୋଜିତ ହେବାକୁ ଥିବା ସମ୍ବିଧାନ ବଞ୍ଚାଅ ସମାବେଶରେ ସାମିଲ ହେବାକୁ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାହୁଲ ଗାନ୍ଧୀ ଓ କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ । ଏଥିପାଇଁ ଉତ୍ସାହିତ କଂଗ୍ରେସ ଶିବିର । ଓଡ଼ିଶାରେ ବିଧାନସଭା ନିର୍ବାଚନ ପରେ ଏହା ରାହୁଲଙ୍କ ପ୍ରଥମ ଗସ୍ତ । ଏଥିପାଇଁ ଟ୍ରାଫିକ ବ୍ୟବସ୍ଥା କଡାକଡି ରହିଛି । ରାହୁଲଙ୍କ ଗସ୍ତ ଓ ସଭାକୁ ଆଖିରେ ରଖି ରାଜଧାନୀରେ ଟ୍ରାଫିକ୍ ବ୍ୟବସ୍ଥା କଡ଼ାକଡ଼ି ହୋଇଛି । ଏନେଇ କମିଶନରେଟ୍ ପୁଲିସ୍ ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥା ହୋଇଛି । କିଛି ରାସ୍ତାରେ ପ୍ରବଳ ଟ୍ରାଫିକ୍ ଭିଡ଼ ହେବାର ସମ୍ଭାବନା ଥିବାରୁ ଯାତ୍ରୀମାନେ ସେହି ରାସ୍ତା ବଦଳରେ ଅନ୍ୟ ରାସ୍ତାରେ ଯିବାକୁ କମିଶନରେଟ୍ ପୁଲିସ୍ ପକ୍ଷରୁ ଅନୁରୋଧ କରାଯାଇଛି । ସକାଳ ୧୦ଟାରୁ ୧୨ଟା ଭିତରେ ବିମାନ ବନ୍ଦର ଛକରୁ ଜୟଦେବ ବିହାର ଛକ ଯାଏଁ ପ୍ରବଳ ଭିଡ଼ ହୋଇପାରେ । ସେହିପରି ଅପରାହ୍ନ ୧ଟା ୩୦ରୁ ୨ଟା ପର୍ଯ୍ୟନ୍ତ ବରମୁଣ୍ଡା ଛକରୁ ହୋଟେଲ ମେ’ ଫେୟାର ଛକ ପର୍ଯ୍ୟନ୍ତ ପ୍ରବଳ ଭିଡ଼ ହେବାର ଆଶଙ୍କା ରହିଛି । ଅପରାହ୍ନ ୩ଟାରୁ ୩ଟା ୩୦ ଯାଏଁ ହୋଟେଲ ମେ’ ଫେୟାର ଛକରୁ ମାଷ୍ଟର କ୍ୟାଣ୍ଟିନ ପର୍ଯ୍ୟନ୍ତ ଟ୍ରାଫିକ୍ ଭିଡ଼ ହେବାର ସମ୍ଭାବନା ରହିଛି । ଅପରାହ୍ନ ୪ଟାରୁ ୫ଟା ଯାଏଁ ମାଷ୍ଟର କ୍ୟାଣ୍ଟିନ ଛକରୁ ବିମାନ ବନ୍ଦର ଛକ ଓ ଏହାର ଆଖପାଖ ଅଞ୍ଚଳରେ ଟ୍ରାଫିକ୍ ଭିଡ଼ ହେବାର ସମ୍ଭାବନା ରହିଛି । ତେଣୁ ସମ୍ପୃକ୍ତ ସମୟ ମଧ୍ୟରେ ସେହି ସବୁ ରାସ୍ତାରେ ନଯାଇ ଅନ୍ୟ ରାସ୍ତା ଦେଇ ଯିବାଆସିବା କରିବାକୁ କମିଶନରେଟ୍ ପୁଲିସ୍ ପକ୍ଷରୁ ଅନୁରୋଧ କରାଯାଇଛି ।
ଅନ୍ୟପଟେ ଡ୍ରାଇଭର ସଂଘର ଆନ୍ଦୋଳନ ଚତୁର୍ଥ ଦିନରେ ପହଞ୍ଚିଛି । ଯଦିଓ ସରକାର ଓ ଡ୍ରାଇଭର ସଂଘ ମଧ୍ୟରେ ଆଲୋଚନା ହୋଇଛି, ହେଲେ କିଛି ସମାଧାନ ବାହାରି ପାରିନି ନାହିଁ । ଫଳରେ ଗତ ତିନି ଦିନ ଧରି ଡ୍ରାଇଭର ଆନ୍ଦୋଳନ ଜାରି ରଖିଛନ୍ତି । ଆଜି ଡ୍ରାଇଭର ମହାସଂଘର ଷ୍ଟିଅରିଂ ଛାଡ ଆନ୍ଦୋଳନର ଚତୁର୍ଥ ଦିନ । ଆନ୍ଦୋଳନ ଯୋଗୁଁ ପରିବହନ ବ୍ୟବସ୍ଥା ଏକପ୍ରକାର ଠପ୍ ହୋଇଯାଇଛି। ଆଉ ଏହାର ପ୍ରଭାବ ବିଭିନ୍ନ କ୍ଷେତ୍ରରେ ପଡ଼ିଛି । ଡ୍ରାଇଭରଙ୍କ ଆନ୍ଦୋଳନ ଯୋଗୁଁ ବସଷ୍ଟାଣ୍ଡରେ ବସ୍, ରାସ୍ତା କଡରେ ଟ୍ରକ ଓ ଅନ୍ୟାନ୍ୟ ଗାଡ଼ି ଛିଡା ହୋଇ ରହିଛି । କେବଳ ଜରୁରୀକାଳିନ ଓ ଘରୋଇ ଗାଡିକୁ ଛାଡି ଦେଲେ ଆଉ କୌଣସି ଗାଡି ଗଡୁନଥିବାରୁ ପରିବହନ ବ୍ୟବସ୍ଥା ସମ୍ପୂର୍ଣ୍ଣ ଠପ୍ ହୋଇଯାଇଛି । ଯାହାଫଳରେ ଲୋକେ ହିନସ୍ତା ହେଉଛନ୍ତି । ଏନେଇ ସରକାର ଡ୍ରାଇଭର ମହାସଂଘ ସହ ଆଲୋଚନା କରିଛନ୍ତି । ତଥାପି ସମାଧାନର ବାଟ ବାହାରିପାରିନି ।
National,State
ନୂଆଦିଲ୍ଲୀ( ଦ କୁଇଭର ):- ଦିଲ୍ଲୀରେ ପ୍ରଧାନମନ୍ତ୍ରୀଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସାକ୍ଷାତ ସମୟର ଫଟୋ ବଢାଇଲା ଚର୍ଚ୍ଚା । ଫଟୋରେ ମୁଖ୍ୟମନ୍ତ୍ରୀଙ୍କ ହାତରେ ଥିବା ଫାଇଲକୁ ନେଇ ଏହି ଚର୍ଚ୍ଚା ବଢିଛି । କାରଣ ରାଜ୍ୟରେ ମନ୍ତ୍ରିମଣ୍ଡଳ ସଂପ୍ରସାରଣ ଆକଳନ ଭିତରେ ଏହି ଫାଇଲ ଚର୍ଚ୍ଚାକୁ ଅଧିକ ଖୋରାକ ଯୋଗାଇଛି । ଆଗାମୀ ଦିନରେ ରାଜ୍ୟରେ ମନ୍ତ୍ରିମଣ୍ଡଳ ସଂପ୍ରସାରଣ ହେବାର ଯଥେଷ୍ଟ ସମ୍ଭାବନା ରହିଛି । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସହ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ମଧ୍ୟ ଦିଲ୍ଲୀ ଗସ୍ତରେ ଯାଇଥିଲେ । ତେଣୁ ମନ୍ତ୍ରିମଣ୍ଡଳ ସଂପ୍ରସାରଣ ନେଇ କେନ୍ଦ୍ର ବା ମୋଦୀ ସବୁଜ ସଙ୍କେତ ଦେଇଥିବା ଚର୍ଚ୍ଚା ହେଉଛି ।
State
ଦ କୁଇଭର ବ୍ୟୁରୋ :- ରାଜ୍ୟରେ ଆଉ ୪ ଦିନ ବର୍ଷା ହେବ । କେତେକ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ଥିବା ବେଳେ କିଛି କିଛି ସ୍ଥାନରେ ହାଲୁକା ବର୍ଷା ହେବ । ଏନେଇ ପୂର୍ବାନୁମାନ କରିଛି ଭୁବନେଶ୍ବର ପାଣିପାଗ କେନ୍ଦ୍ର । ଦକ୍ଷିଣ ଝାଡ଼ଖଣ୍ଡ ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳ ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହା ସହ ଉତ୍ତର ପୂର୍ବ ବଙ୍ଗୋପସାଗରରୁ ଦକ୍ଷିଣ ପୂର୍ବ ଆଡକୁ ଟ୍ରପ ଲାଇନ ସକ୍ରିୟ ରହିଛି । ଏହାର ପ୍ରଭାବରେ ରାଜ୍ୟରେ ୪ ଦିନ ଯାଏ ବର୍ଷାର ସମ୍ଭାବନା ରହିଛି । ଏହି ପ୍ରଭାବରେ ଗତକାଲି ବିଭିନ୍ନ ଜିଲ୍ଲା ଗୁଡ଼ିକରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହୋଇଥିଲା । ଆଜିଠାରୁ କମିବ ବର୍ଷାର ପରିମାଣ ଓ ବିସ୍ତୃତି । ୧୩ ତାରିଖରେ ପ୍ରବଳ ବର୍ଷା ପାଇଁ ୬ ଜିଲ୍ଲା ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁରକୁ ୟେଲୋ ଆଲର୍ଟ ଜାରି ହୋଇଛି । ଅନ୍ୟ ଜିଲ୍ଲାମାନଙ୍କରେ ବିଜୁଳି ଘଡ଼ଘଡ଼ି ସହ ହାଲୁକା ବର୍ଷାର ସମ୍ଭାବନା ରହିଛି । ସେହିପରି ୧୪ ତାରିଖରେ ପ୍ରବଳ ବର୍ଷା ସହ ବିଜୁଳି ଘଡଘଡି ପାଇଁ କେନ୍ଦୁଝର, ମୟୂରଭଞ୍ଜ, ସମ୍ବଲପୁର, ଦେବଗଡ଼, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି । ୧୫ ତାରିଖରେ ମୟୂରଭଞ୍ଜ ଜିଲ୍ଲାକୁ ପ୍ରବଳ ବର୍ଷା ସହ ବଜ୍ରପାତ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି ବଜ୍ରପାତ ସହ ବର୍ଷା ପାଇଁ କୋରାପୁଟ, ମାଲକାନଗିରି, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼ ଓ କେନ୍ଦୁଝରକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏସବୁ ଜିଲ୍ଲାରେ ପବନର ଘଣ୍ଟାପ୍ରତି ବେଗ ୩୦-୪୦ କିମି ରହିବ ବୋଲି ଅନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ l
State,Politics
ଦ କୁଇଭର ବ୍ୟୁରୋ :- ଦୀର୍ଘ ୨୨ ଦିନ ପରେ ଓଡ଼ିଶା ଫେରିଛନ୍ତି ମହାନ ଜନ ନାୟକ, ସଭିଙ୍କ ପ୍ରିୟ ନବୀନ ପଟ୍ଟନାୟକ l ଅସୁସ୍ଥ ଥିବା ବେଳେ ଅର୍ଥାତ ଜୁନ୍ ୨୦ରେ ନବୀନ ମୁମ୍ବାଇ ଗଲାବେଳେ ଯେମିତି ବିମାନବନ୍ଦର ଲୋକାରଣ୍ୟ ଥିଲା ଠିକ୍ ସେହିଭଳି ସୁସ୍ଥ ହୋଇ ଶନିବାର ମୁମ୍ବାଇରୁ ଫେରିବା ବେଳେ ବିଜୁ ପଟ୍ଟନାୟକ ବିମାନବନ୍ଦରରେ ଜନଗହଳି ସେମିତି ଦେଖିବାକୁ ମିଳିଥିଲା । ଦୀର୍ଘ ୨୨ ଦିନ ପରେ ଦଳର ମୁଖିଆ ମୁମ୍ବାଇରୁ ଫେରୁଥିବାରୁ ଚଳଚଞ୍ଚଳ ହୋଇ ଉଠିଛି ବିଜେଡି ଶିବିର । ହଜାର ହଜାର ବିଜେଡି କର୍ମୀ ଓ ନେତା ଉତ୍ସାହର ସହ ଦଳର ସୁପ୍ରିମୋଙ୍କୁ ଅପେକ୍ଷା କରିଥିଲେ । ନବୀନ ନିବାସରେ ମଧ୍ୟ ପ୍ରିୟ ନେତାଙ୍କୁ ଶଙ୍ଖୋଳି ନେବାକୁ ଏକାଠି ହୋଇଥିଲେ ବିଜେଡିର ମହିଳା ୱିଙ୍ଗ୍ । ବିମାନବନ୍ଦରରେ ପହଞ୍ଚିବା ପରେ ଭବ୍ୟ ସ୍ବାଗତ ସହ ନବୀନ ନିବାସ ପର୍ଯ୍ୟନ୍ତ ବିଜେଡି ସଭାପତିଙ୍କୁ କର୍ଡନ କରି ନେଇଥିଲେ ଦଳର ଛାମୁଆ ନେତା ଓ କର୍ମୀ । ତେବେ ଦୀର୍ଘ ୨୨ ଦିନ ଧରି ନବୀନଙ୍କ ବିନା ଖାଁ ଖାଁ ଲାଗୁଥିଲା ବିଜେଡି କ୍ୟାମ୍ପ ଏବଂ ରାଜନୀତି କ୍ୟାରିଅର ଭିତରେ ନବୀନ ମଧ୍ୟ ପ୍ରଥମ ଥର ପାଇଁ ଏତେ ଦିନ ଓଡିଶା ବାହାରେ ରହିଥିଲେ l
ଅସ୍ତ୍ରୋପଚାର ପରେ ଏବେ ବିଜେଡି ମୁଖିଆ ଓଡ଼ିଶା ଫେରିଛନ୍ତି। କର୍ମୀଙ୍କୁ ବଳ ଦେଇଛି ନବୀନଙ୍କ ଆଗମନ । ହେଲେ ସଙ୍ଗଠନକୁ କେମିତି ଇନ୍ଧନ ଦେବେ ନବୀନ ତାହା ସବୁଠୁ ବଡ ପ୍ରଶ୍ନ ? ଏଭିତରେ ଛୋଟମୋଟ ପ୍ରତିବାଦ ଓ ଆନ୍ଦୋଳନକୁ ଛାଡିଦେଲେ ବିଜେଡିର ଉପସ୍ଥିତି ଶଙ୍ଖଭବନରେ ସୀମିତ ଥିଲା । ନବୀନ ନଥିବାରୁ ଦଳର କର୍ମୀଙ୍କ ଭିତରେ ଜୋଶ ଦେଖିବାକୁ ମିଳୁନଥିଲା । ନବୀନ ମୁମ୍ବାଇରୁ ଫେରିବା ପରେ ପୁଣିଥରେ ବିଜେଡି ରାଜନୀତି କଡ ଲେଉଟାଇବ ବୋଲି ଚର୍ଚ୍ଚା ହେଉଛି । କଂଗ୍ରେସ ଓ ବିଜେପି ସାଙ୍ଗଠନିକ ଶକ୍ତି ବଢାଉଥିବା ବେଳେ ବିଜେଡି ପାଇଁ ସଙ୍ଗଠନକୁ ବଞ୍ଚାଇବା ଏବେ ବଡ ଚ୍ୟାଲେଞ୍ଜ । କାରଣ ନବୀନ ଏବେ ଗ୍ରାଉଣ୍ଡକୁ ଓହ୍ଲାଇବେ କି ନାହିଁ ତାହାକୁ ନେଇ ସନ୍ଦେହ । ତେବେ ଜୁନ୍ ୨୦ରେ ପ୍ରଧାନମନ୍ତ୍ରୀ ମୋଦୀ ଓ ଜୁଲାଇ ୧୧ରେ ରାହୁଲ ଗାନ୍ଧୀ ଆସି କର୍ମୀଙ୍କ ମନରେ ଜୋଶ ଭରିଲାପରେ ଏବେ ମଧ୍ୟ ନିର୍ବାଚନ ପରାଜୟର ୧୩ ମାସ ପରେ ନବୀନଙ୍କ ଜିଲ୍ଲାଗସ୍ତ ଆରମ୍ଭ ହୋଇନି। ଯାହା ବିଜେଡି ସଙ୍ଗଠନକୁ ଭିତରେ ଭିତରେ ଦୁର୍ବଳ କରୁଛି। ତେବେ ଦେଖାଯାଉ, ନବୀନ ସୁସ୍ଥ ହେଲା ପରେ ମଇଦାନ କୁ ଓଲ୍ହାଉଛନ୍ତି ନା ନୂଆ କିଛି ପଇଁତରା ଆପଣାଉଛନ୍ତି l
State,Sports
ବଡ଼ବିଲ( ଦ କୁଇଭର ):- ସରକାରଙ୍କ ଦ୍ଵାରା ସ୍ଥାନୀୟ ଖେଳାଳିଙ୍କ ପାଇଁ ଓମ୍ବାଡ ସି ଫଣ୍ଡରେ ନିର୍ମିତ ବଡବିଲ ବହୁମୁଖି ଇଣ୍ଡୋର ଷ୍ଟାଡିୟମରେ ଆର୍ସେଲର୍ ମିତ୍ତଲ କମ୍ପାନୀ ଫାଇନାଲ ଖଣି ସୁରକ୍ଷା ସପ୍ତାହ କାର୍ଯ୍ୟକ୍ରମ କରିବାକୁ ଚେଷ୍ଟା ଚଳାଇଛି। ଖଣି କାରବାର କରି ଦୈନିକ କୋଟି କୋଟି ଟଙ୍କା ରୋଜଗାର କରୁଥିବା ଆର୍ସେଲର୍ ମିତ୍ତଲ କମ୍ପାନୀ ମାତ୍ର ୩ ହଜାର ଟଙ୍କା ଫିସ ଦେଇ କୋଟି କୋଟି ଟଙ୍କାରେ ନିର୍ମିତ ଏହି ଷ୍ଟାଡିୟମକୁ ବର୍ବାଦ୍ କରିବାକୁ ଯୋଜନା କରୁଥିବା ଅଭିଯୋଗ ହୋଇଛି। ଏଠାରେ ସୂଚନା ଥାଉ କି ବିଗତ ସରକାରଙ୍କ ଦ୍ଵାରା ନିର୍ମିତ ଏହି ଇଣ୍ଡୋର ଷ୍ଟାଡିୟମରେ ବଡବିଲ ତଥା ଆଖପାଖ ଅଞ୍ଚଳର ଖେଳାଳୀ ମାନେ ଆସି ଖେଳ ଅଭ୍ୟାସ କରୁଥିବା ବେଳେ ହଠାତ୍ ଜିଲ୍ଲା ପ୍ରଶାସନ ସ୍ୱଳ୍ପ କ୍ଷମତା ଥିବା ଏହି ଷ୍ଟାଡିୟମ ଭିତରେ ଏକ ବହୁରାଷ୍ଟ୍ରୀୟ କମ୍ପାନୀର ଖଣି ସୁରକ୍ଷା କାର୍ଯ୍ୟକ୍ରମକୁ ମଞ୍ଜୁରୀ ଦେଲେ କିପରି ? ହଜାର ହଜାର ଲୋକଙ୍କୁ ନେଇ ଯଦି ଏହି କାର୍ଯ୍ୟକ୍ରମ ହୁଏ ହେଲେ ଏହି ଷ୍ଟାଡିୟମର କ୍ଷତି ହେବା ସହ ଖେଳ ଉପଯୋଗୀ ରହିବ ନାହିଁ ବୋଲି ଆଶଙ୍କା କରିଛନ୍ତି ସ୍ଥାନୀୟ ଲୋକେ। ଅନ୍ୟ ପକ୍ଷରେ ଆର୍ସେଲର୍ ମିତ୍ତଲ କମ୍ପାନୀ ଖେଳାଳି ମାନଙ୍କ ସହ କୌଣସି ଆଲୋଚନା ନ କରି ବୁଧବାର ହଠାତ୍ ଷ୍ଟାଡିୟମ୍ ପରିସରରେ କାର୍ଯ୍ୟକ୍ରମ ପାଇଁ ବାଉଁଶ ପକାଉଥିବା ବେଳେ ଖେଳାଳି ମାନେ ଏହାର ବିରୋଧ କରିବା ସହ କମ୍ପାନୀ ଅଧିକାରୀଙ୍କୁ ଏହି କାର୍ଯ୍ୟକ୍ରମ ଅନ୍ୟତ୍ର କରିବାକୁ କହିଥିଲେ। ଲୋକଙ୍କ ବିରୋଧକୁ ଦେଖି ବାଉଁଶ ବୋଝେଇ ଟ୍ରକ ଷ୍ଟାଡିୟମ୍ ପରିସର ବାହାରକୁ ଚାଲି ଆସିଥିଲା। ଅନ୍ୟ ପକ୍ଷରେ ବୁଧବାର ଅପରାହ୍ନରେ ବଡବିଲ ସିଭିଲ ସୋସାଇଟି ପକ୍ଷରୁ ସ୍ଥାନୀୟ ବିକାଶ ମହଲଠାରେ ଏକ ବୈଠକ ଆୟୋଜନ କରାଯାଇ ଜିଲ୍ଲା ପ୍ରଶାସନ ଓ ଆର୍ସେଲର୍ ମିତ୍ତଲ କମ୍ପାନୀର ଏପରି ମନୋଭାବକୁ ନିନ୍ଦା କରା ଯାଇଛି। ଯଦି ଆର୍ସେଲର୍ ମିତ୍ତଲ କମ୍ପାନୀର କାର୍ଯ୍ୟକ୍ରମ ଇଣ୍ଡୋର ଷ୍ଟାଡିୟମରେ କରିବାର ଅନୁମତି ପ୍ରତ୍ୟାହାର ନ ହୁଏ ତେବେ ବଡବିଲବାସି ରାଜରାସ୍ତାରେ ଏହାର ବିରୋଧ କରିବେ ବୋଲି ଚେତାବନୀ ଦିଆ ଯାଇଛି। ନିର୍ମାଣ ହେବା ଦିନଠାରୁ ଏହି ଷ୍ଟାଡିୟମର ରକ୍ଷଣା ବେକ୍ଷଣ ଠିକ ଭାବେ ହେଉ ନ ଥିବାରୁ ଭିତରକୁ ବର୍ଷା ପାଣି ଗଳୁଛି। ପ୍ଲାଏ କାଠରେ ନିର୍ମିତ ବ୍ୟାଡମିଣ୍ଟନ ପିଚ୍ ଉଇ ଖାଇ ନଷ୍ଟ ହେବାକୁ ଯାଉଥିବା ବେଳେ ଅଭ୍ୟାସ କରୁଥିବା ଖେଳାଳୀ ମାନେ ଚାନ୍ଦା ଆଦାୟ କରି କାମ ଚଳାଉଛନ୍ତି। ଏତଦ୍ ବ୍ୟତୀତ ପରିସରରେ ଥିବା ବୋରୱେଲରୁ ବାହାରୁଥିବା ପାଣି ପିଇବା ଯୋଗ୍ୟ ନୁହଁ ବୋଲି ଅଭିଯୋଗ ହୋଇଛି। ଏହି ଷ୍ଟାଡିୟମର ଉପଯୁକ୍ତ ରକ୍ଷଣା ବେକ୍ଷଣ ସହ ମରାମତି କରାଇବା ପାଇଁ ସାଧାରଣରେ ଦାବି ହୋଇଛି। ତଦ ସହିତ ଖେଳାଳି ମାନଙ୍କ ପାଇଁ ଉଦ୍ଦିଷ୍ଟ ଷ୍ଟାଡିୟମକୁ ଖେଳ ବ୍ୟତୀତ ଅନ୍ୟ କୌଣସି କାର୍ଯ୍ୟକ୍ରମ ପାଇଁ ବ୍ୟବହାର କରିବାକୁ ଅନୁମତି ନ ଦିଆଯାଉ ବୋଲି ସରକାର, ସ୍ଥାନୀୟ ପ୍ରଶାସନ ଓ କ୍ରୀଡା ବିଭାଗକୁ ଅନୁରୋଧ କରିଛନ୍ତି।
State
ଦ କୁଇଭର ବ୍ୟୁରୋ :- ଗଞ୍ଜାମ ଓକିଲ ସଂଘର ପ୍ରଥମ କାର୍ଯ୍ୟକାରିଣୀ କମିଟି ସଦସ୍ୟ ଅବ ଉପଦେଷ୍ଟା କମିଟି ସଦସ୍ୟ ଙ୍କ ଉପସ୍ଥିତି ରେ ଏକ ଜରୁରୀ ବୈଠକ ସ୍ଥାନୀୟ କମାପଲ୍ଲୀ ପି ଡବ୍ଲୁ ଆଇବି ଠାରେ ସଙ୍ଘର ସଭାପତି ମନୋଜ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି ଳ ଏହି ଅବସରରେ ସଂଘ ର ନୂତନ ଉପଦେଷ୍ଟା ମଣ୍ଡଳୀ ଓ କାର୍ଯକାରୀ କମିଟି ସଦସ୍ୟଙ୍କୁ ଉପଢୌକନ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା l ଏଥିରେ ଆଇନଜୀବୀଙ୍କ କଲ୍ୟାଣ ଏବଂ ସଂଘ ର ଉନ୍ନତି ସକାଶେ ବିଭିନ୍ନ ପ୍ରକାର ସମସ୍ୟାକୁ କିଭଳି ଭାବେ କାର୍ଯ୍ୟକାରି କରାଯିବ ସେଥି ନେଇ ବିସ୍ତୁତ ଭାବରେ ଆଲୋଚନା ହୋଇଥିଲା l ବୈଠକର ଆରମ୍ଭ ରେ ବାଲେଶ୍ୱରର ବରିଷ୍ଠ ଆଇନଜୀବୀ ପୁରୁଷୋତ୍ତମ ଦାସଙ୍କ ପ୍ରତି ପୁଲିସ ଓ ପ୍ରଶାସନିକ ଅଧିକାରୀଙ୍କ ଅତ୍ୟାଚାର ଓ ଅମାନିୟ କାର୍ଯ୍ୟକୁ ନିନ୍ଦା କରାଯାଇଥିଲା ଏବଂ ବାଲେଶ୍ୱର ଓକିଲ ସଂଘ ନେଇଥିବା ନିଷ୍ପତି କୁ ପୂର୍ଣ୍ଣସମର୍ଥନ କରାଯାଇଥିଲା l ଶେଷରେ ଗଞ୍ଜାମ ଓକିଲ ସଂଘ ର ନୂତନ କୋଠା ଭିତ୍ତିପ୍ରସ୍ତର ପାଇଁ ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓ ଓଡିଶା ର ମୁଖ୍ୟ ବିଚାରପତି ଙ୍କୁ ନିମନ୍ତ୍ରଣ କରାଯିବା ନେଇ ସର୍ବସମ୍ମତିକ୍ରମେ ପ୍ରସ୍ତାବ ପାରିତ ହୋଇଥିଲା l ଏହି କାର୍ଯ୍ୟକ୍ରମରେ
ଅନ୍ୟ ମାନଙ୍କ ଭିତରେ ସମ୍ପାଦକ ଟି. ଭେଙ୍କେଟ ରାଓ, ସହସମ୍ପାଦକ ଅସିତ ସାବତ, ଉପସଭାପତି ତିରୁମଲ୍ଲା ରେଡ୍ଡୀ ଏବଂ ଉପଦେଷ୍ଟା କମିଟି ସଦସ୍ୟ ବି. ଭି.ଏଲ.ମୁର୍ତ୍ତୀ, କୈଳାଶ ପାଣିଗ୍ରାହୀ, ନାରାୟଣ ପଣ୍ଡା, ରମେଶ ପ୍ରଧାନ, ଶ୍ରୀନିବାସ ଦାସ, କିଶୋର ପଟ୍ଟନାୟକ ଏବଂ କାର୍ଯ୍ୟକାରିଣୀ କମିଟି ସଦସ୍ୟ ଅଭୟ ପଣ୍ଡା, ଗୌରାଙ୍ଗ ଚୌଧୁରୀ, ଦୁର୍ଗା ପାଢ଼ୀ, ଅମରେଶ ଚୌଧୁରୀ, ଲଳିତ ମଙ୍ଗରାଜ ଓ ମହିଳା ସଦସ୍ୟା ସଂଘମିତ୍ରା ପଣ୍ଡା ଉପସ୍ଥିତ ଥିଲେ l
State
ଗଞ୍ଜାମ ( ଦ କୁଇଭର ):- ଗଂଜାମ ଜିଲ୍ଲା ଜରଡ଼ା ଥାନା ଅନ୍ତର୍ଗତ ଠଣାଗାଁ ରାସ୍ତା ନିକଟ ତଥା ଜରଡ଼ା-ସାମନ୍ତରାପୁର ଗ୍ରାମ ମଧ୍ୟସ୍ଥଳୀ ଠାରେ ଗୋଟିଏ ବୁଲେଟ ଓ ଅନ୍ୟଟି ଯାଭା ବାଇକ୍ ମୁହାଁମୁହିଁ ଧକ୍କା ହେବା ଫଳରେ ୩ ଜଣକ ମୃତ୍ୟୁ ଘଟିଥିବା ଏକା ସମ୍ବେଦନଶୀଳ ଘଟଣା ଘଟିଛି। ମୃତକମାନେ ହେଲେ ଜରଡ଼ା ଥାନା ଅଧୀନ ସାମନ୍ତରାପୁର ଗ୍ରାମର ଦଉ ଗୌଡ(୫୫) ଓ ତାଙ୍କ ପୁଅ ସୁନିଲ ଗୌଡ (୨୫)। ସେହିଭଳି ଅନ୍ୟ ମୃତକ ଜଣକ ହେଲେ ବି. ଏନ ପୁର ଥାନା ଅଧୀନ ଗୁଇଲୁଣ୍ଡି ଅଂଚଳର ରାଜେଶ ପାଣିଗ୍ରାହୀ (୨୫)। ରାଜେଶ ଓ ତାଙ୍କ ସାଙ୍ଗମାନେ ବାର୍ହାପଥରକୁ ବଣଭୋଜି କରିବାକୁ ଯାଇଥିଲେ। ଫେରିବା ସମୟରେ ସେମାନେ ବିପରୀତ ଦିଗରୁ ଆସୁଥିବା ଗାଡ଼ି ସହିତ ଧକ୍କା ହୋଇଥିଲେ। ଦଉ ଓ ସୁନିଲ କୌଣସି କାମରେ ଜରଡ଼ା ଗ୍ରାମରୁ ନିଜ ଗ୍ରାମକୁ ଫେରିବା ସମୟରେ ଠଣାଗାଁ ନିକଟରେ ଦଉ ଓ ସୁନିଲଙ୍କ ସହିତ ମୁହାଁମୁହିଁ ହୋଇଥିଲେ। ଫଳରେ ଘଟଣାସ୍ଥଳରେ ହିଁ ସୁନିଲ ଏବଂ ରାଜେଶଙ୍କ ମୃତ୍ୟୁ ଘଟିଥିଲା। ସୁନୀଲଙ୍କ ବାପା ଦଉ ଗୁରୁତ୍ବର ଭାବେ ଆହତ ହୋଇଥିବା ବେଳେ ସ୍ଥାନୀୟ ଲୋକେ ସମସ୍ତଙ୍କୁ ପାତ୍ରପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ। ଦଉଙ୍କ ଚିକିତ୍ସା ବେଳେ ମୃତ୍ୟୁ ଘଟିଥିବା ଜଣାପଡିଛି। ଖବର ପାଇ ଜରଡ଼ା ପୁଲିସ ଘଟଣାସ୍ଥଳରେ ପହଂଚି ତଦନ୍ତ କରୁଥିବା ବେଳେ ମୃତକଙ୍କୁ ବ୍ୟବଚ୍ଛେଦ ପଠାଯାଇଥିବା ସୂଚନା ମିଳିଛି। ସେହିଭଳି ଖବର ପାଇ ପାତ୍ରପୁର ବଡ଼ିଓ ଲକ୍ଷ୍ମଣ ଚରଣ ସୋରେନ, ତହସିଲଦାର ଅଶୋକ ପଟ୍ଟନାୟକ ପହଞ୍ଚିଥିବା ମଧ୍ୟ ସୂଚନା ମିଳିଛି। ଏଭଳି ଦୁଃଖଦ ଖବର ଜଣାପଡିଵା ପରେ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।
State
ଦ କୁଇଭର ବ୍ୟୁରୋ :- ଅପରେସନ ଶୁଦ୍ଧି ରେ ନୂଆପଡ଼ା ଜିଲ୍ଲା ପୋଲିସ ନିଶା ବେପାରୀ ଙ୍କ ଉପରେ ଚଡ଼କ ଛାଡିଥିବା ବେଳେ । ଦୈନନ୍ଦିନ ମଦ ଓ ଗଞ୍ଜେଇ ସହ ନିଶା କାରବାର ରେ ଲିପ୍ତ ଅଭିଯୁକ୍ତ ଙ୍କୁ ଗିରଫ କରୁଛି ନୂଆପଡ଼ା ର ବିଭିନ୍ନ ଥାନା ପୋଲିସ । ହେଲେ ଆଜି ଏକ ବଡ ଧରଣ ଗଞ୍ଜେଇ କାରବାର ଲିପ୍ତ ଦୁଇ ଗଞ୍ଜେଇ ମାଫିଆ ଦମ୍ପତି ଙ୍କ ସହ ବାର ଜଣ ଙ୍କୁ ଗିରଫ କରି ସେମାନଙ୍କ ଠାରୁ ୩୮ କେଜି ଗଞ୍ଜେଇ କୁ ଜବତ କରି ସମସ୍ତ ଅଭିଯୁକ୍ତ ଙ୍କୁ କୋର୍ଟ ଚାଲାଣ କରିଛି ଖରୀଆର ରୋଡ ଯୋଙ୍କ ପୋଲିସ ।
ସୂଚନା ଅନୁସାରେ ଗତକାଲି ଦିନ ୧୨.୩୦ ସମୟ ରେ ବିଶେଷ ସୂତ୍ର ରୁ ଖବର ପାଇ ଖରୀଆର ରୋଡ଼ ଯୋଙ୍କ ଥାନା ଆଇଆଇସି ପ୍ରଦୀପ ଧରୁଆ ଙ୍କ ନେତୃତ୍ଵ ରେ ଏକ ଆଇ-20 କାର କୁ ଅଟକ ରଖି ଛାନଭିନ କରିଥିଲା । କାର ମଧ୍ୟରେ ଥିବା ଦମ୍ପତ୍ତି ଅତି ଚତୁରତା ର ସହ ୨୪ କେଜି ଗଞ୍ଜେଇ ଚାଲାଣ କରୁଥିବା ପୋଲିସ ଜାଣିବାକୁ ପାଇଥିଲା l ପରେ ସେମାନଙ୍କୁ ପଚରା ଉଚୁରା କରିବାପରେ ଦମ୍ପତ୍ତି ଙ୍କ ଘର କୋମନା ଥାନା ଜେଠୁପାଲି ରେ ଚଢାଉ କରି ସେଠାରୁ ମଧ୍ୟପ୍ରଦେଶ ରୁ ଆସିଥିବା ୧୦ ଜଣ ଗଞ୍ଜେଇ ବେପାରୀ ଙ୍କୁ କାବୁ କରି ତାଙ୍କ ଠାରୁ ୧୪ କେଜି ଗଞ୍ଜେଇ ସହ ସମସ୍ତଙ୍କୁ ଗିରଫ କରି ଥିଲା । ଏହି ମାମଲା ରେ ବର୍ତ୍ତମାନ ୧୨ ଜଣ ଙ୍କୁ ଗିରଫ କରିଥିବା ବେଳେ ସେମାନଙ୍କ ଠାରୁ ୩୮ କେଜି ଗଞ୍ଜେଇ ସହ ଗୋଟିଏ କାର, ଚାରି ଗୋଟି ମୋବାଇଲ, ନଗଦ ୨୭ ଏକ ଶହ ଟଙ୍କା କୁ ଜବତ କରିବା ସହ ୧୨ ଜଣ ଅଭିଯୁକ୍ତ ଙ୍କୁ କୋର୍ଟ ଚାଲାଣ କରିଛି । ୧୨ ଜଣ ଙ୍କ ମଧ୍ୟରୁ ପାଞ୍ଚ ଜଣ ମହିଳା ମଧ୍ୟ ସାମିଲ ଥିବା ଜଣା ପଡିଛି । ଏହି ଗଞ୍ଜେଇ ଚୋରା ଚାଲାଣ ଆନ୍ତରାଜ୍ୟ ହୋଇଥିବା ରୁ ଏହାର ତଦନ୍ତ ପୁଙ୍ଖାନୁପୁଙ୍ଖ କରି ସମସ୍ତ ଅଭିଯୁକ୍ତ ଙ୍କୁ ଗିରଫ କରାଯିବ ବୋଲି ନୂଆପଡ଼ା ଏସପି ଏକ ସାମ୍ବାଦିକ ସମ୍ମିଳନୀ ଜରିଆରେ ସୂଚନା ଦେଇଛନ୍ତି ।
State
କେନ୍ଦୁଝର( ଦ କୁଇଭର ):- କେନ୍ଦୁଝର ଜିଲ୍ଲା ବଡ଼ବିଲ ପୋଲିସ ପଞ୍ଝାରେ ପଡିଛନ୍ତି ସୁନାଚେନ ଲୁଟିଆ ଗ୍ୟାଙ୍ଗର ୩ ଜଣ ଲୁଟେରାଙ୍କ ସହ ୨ ଜଣ ଚୋରାମାଲ୍ କ୍ରେତା । ବଡବିଲ, ଯୋଡା ତଥା ଚମ୍ପୁଆ ଅଞ୍ଚଳରେ ମହିଳାଙ୍କ ବେକରୁ ସୁନାଚେନ ଝାମ୍ପିବା ସହ ଲୁଟ କରି ଆତଙ୍କ ଖେଳାଇଥିବା ଏହି ଆନ୍ତରାଜ୍ୟ ଲୁଟିଆ ଗ୍ୟାଙ୍ଗ ପର୍ଯ୍ୟନ୍ତ ପହଞ୍ଚିବାକୁ ପୋଲିସକୁ ନାକେଦମ୍ ହେବାକୁ ପଡିଥିବା ବେଳେ ଏମାନଙ୍କୁ ଧରିବା ପାଇଁ କେନ୍ଦୁଝର ଏସପିଙ୍କ ନିର୍ଦ୍ଦେଶ କ୍ରମେ ପୋଲିସକୁ ଏକ ସ୍ପେସାଲ୍ ଟିମ୍ ଗଠନ କରିବାକୁ ପଡିଥିଲା। ପଡୋଶୀ ଝାଡଖଣ୍ଡ ରାଜ୍ୟ ମଝଗାଁ ଅଞ୍ଚଳର ରାଜେନ୍ଦ୍ର ପିଙ୍ଗୁଆ, ଦୀପକ ଗୋପ ଓ ଜଗନ୍ନାଥପୁର ଅଞ୍ଚଳର ସରୋଜ କେଶରୀ ୩ଜଣ ଯୁବକ ଏହି ସମସ୍ତ ଘଟଣାରେ ସଂପୃକ୍ତ ଥିବା ପୋଲିସ ଜାଣିବାକୁ ପାଇଥିବା ବେଳେ ପୋଲିସ ସ୍ପେସାଲ୍ ଟିମ୍ ଏହି ୩ ସନ୍ଦିଗ୍ଧଙ୍କ ସନ୍ଧାନରେ ଲାଗିଥିଲା । ସେହି କ୍ରମରେ ଏହି ଅଭିଯୁକ୍ତ ମାନେ ପୁଣି ବଡବିଲ ଗାଡାହାଟିଂରେ ଅନ୍ୟ ଏକ ଲୁଟ ପାଇଁ ପ୍ରସ୍ତୁତ ହେଉଥିଲେ। ବିଶ୍ଵସ୍ଥ ସୂତ୍ରରୁ ଜାଣିବାକୁ ପାଇ ପୋଲିସ ସେଠାରେ ଚଢାଉ କରି ୩ ଜଣଙ୍କୁ ଗିରଫ ସହ ଏକ ବାଇକ ଜବତ କରିଥିଲା। ପୋଲିସ ତାଙ୍କ ସହ ପଚରା ଉଚରା କରିବା ପରେ ସେମାନେ ବଡବିଲରେ ୫, ଯୋଡାରେ ୩ ଓ ଚମ୍ପୁଆରେ ଗୋଟିଏ ଲୁଟ ଘଟଣା ଘଟାଇଥିବା ସ୍ବୀକାର କରିଛନ୍ତି। ଲୁଟିଆ ମାନେ ଲୁଟମାଲକୁ ଝାଡଖଣ୍ଡ ରାଜ୍ୟ ବାଗବେଡା ଅଞ୍ଚଳରେ ଥିବା ଶିବଶକ୍ତି ଜ୍ୱେଲର୍ସକୁ ବିକ୍ରି କରୁଥିବା ବେଳେ ପୋଲିସ ସ୍ଥାନୀୟ ପୋଲିସ ସହାୟତାରେ ସେହି ଦୋକାନରେ ଚଢାଉ କରି ପ୍ରାୟ ୩୦ ଗ୍ରାମ ସୁନା ସହ ୩ କେଜି ରୂପା ଅଳଂକାର ମଧ୍ୟ ଜବତ କରିଛି। ଏଥି ସହ ୨ଜଣ ଚୋରା ମାଲ୍ କ୍ରେତାଙ୍କୁ ମଧ୍ୟ ଗିରଫ କରିଛି। ଗିରଫ ୩ ଜଣ ଲୁଟେରାଙ୍କ ନାମରେ ଝାଡଖଣ୍ଡ ସମେତ କେନ୍ଦୁଝର ଜିଲ୍ଲାର ବିଭିନ୍ନ ଥାନାରେ ଏକାଧିକ ମାମଲା ରହିଥିବା ବେଳେ ପୋଲିସ ଅଧିକ ତଦନ୍ତ ଜାରି ରଖିଥିବା ସୂଚନା ରହିଛି।
Politics,National
ଦ କୁଇଭର ବ୍ୟୁରୋ :- ଚଳିତ ବର୍ଷ ଶେଷରେ ବିହାରରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି । ଏହାକୁ ନେଇ ରାଜନୈତିକ ଦଳଗୁଡ଼ିକ ସକ୍ରିୟ ହୋଇ ଉଠିଛନ୍ତି ଏବଂ ନିର୍ବାଚନ ପ୍ରଚାରରେ ସମସ୍ତ ଶକ୍ତି ଖଟାଇ ଦେଇଛନ୍ତି । ଏହି ସମୟରେ, କେନ୍ଦ୍ରମନ୍ତ୍ରୀ ଚିରାଗ ପାସୱାନଙ୍କୁ ହତ୍ୟା ଧମକ ମଧ୍ୟ ମିଳିଛି । ଲୋକ ଜନଶକ୍ତି ପାର୍ଟି (ରାମ ବିଳାସ) ସଭାପତି ଏବଂ କେନ୍ଦ୍ରମନ୍ତ୍ରୀ ଚିରାଗ ପାସୱାନଙ୍କୁ ବୋମା ମାଡ଼ ଧମକ ମିଳିଛି । ଏହା ପରେ, କେନ୍ଦ୍ରମନ୍ତ୍ରୀ ପୋଲିସ ବିଭାଗର ବରିଷ୍ଠ ଅଧିକାରୀମାନଙ୍କୁ ଅବଗତ କରାଇଲେ। ପୋଲିସ ଏହି ଘଟଣାର ତଦନ୍ତ ଆରମ୍ଭ କରିଛି । ଲୋକ ଜନଶକ୍ତି ପାର୍ଟିର ମୁଖ୍ୟ ମୁଖପାତ୍ର ରାଜେଶ ଭଟ୍ଟ ସୋସିଆଲ ମିଡିଆରେ ପାର୍ଟି ଅଧ୍ୟକ୍ଷ ଚିରାଗ ପାସୱାନଙ୍କୁ ଦିଆଯାଇଥିବା ହତ୍ୟା ଧମକ ସମ୍ପର୍କରେ ସାଇବର ପୋଲିସ ଷ୍ଟେସନ ପାଟନାରେ ଅଭିଯୋଗ କରିଛନ୍ତି ।
ଏଥି ସହ ଜାଣିରଖନ୍ତୁ ଯେ, ଚିରାଗ ପାସୱାନ ୨୦୨୪ ଲୋକସଭା ନିର୍ବାଚନରେ ହାଜିପୁର ଆସନରୁ ଏକ ବଡ଼ ବିଜୟ ହାସଲ କରିଥିଲେ । ସେ ବର୍ତ୍ତମାନ ପ୍ରଧାନମନ୍ତ୍ରୀ ମୋଦିଙ୍କ କ୍ୟାବିନେଟରେ ଜଣେ ମନ୍ତ୍ରୀ ଅଛନ୍ତି । ସକ୍ରିୟ ରାଜନୀତିରେ ଯୋଗ ଦେବା ପୂର୍ବରୁ, ଚିରାଗ ଜଣେ ବଲିଉଡ ଅଭିନେତା ମଧ୍ୟ ଥିଲେ । ସିନେମା ଜଗତରେ କ୍ୟାରିଅର ଆରମ୍ଭ କରିଥିବା ଚିରାଗ ପାସୱାନ ବର୍ତ୍ତମାନ ତାଙ୍କ ପିତା ରାମବିଳାସ ପାସୱାନଙ୍କ ରାଜନୈତିକ ଉତ୍ତରାଧିକାରକୁ ସମ୍ଭାଳିଛନ୍ତି ।ପୂର୍ବରୁ, ଛାପ୍ରାରେ ଆୟୋଜିତ ‘ନବ ସଂକଳ୍ପ ମହାସଭା’କୁ ସମ୍ବୋଧିତ କରିବା ସମୟରେ, ଚିରାଗ ପାସୱାନ ବିହାରର ସମସ୍ତ ଆସନରେ ନିର୍ବାଚନ ଲଢ଼ିବା ପାଇଁ ଘୋଷଣା କରିଥିଲେ । ସେ କହିଥିଲେ ଯେ ଯେତେବେଳେ ସେ ବିହାର ଆସି ନିର୍ବାଚନ ଲଢ଼ିବା ବିଷୟରେ କଥା ହୁଅନ୍ତି, ଅନେକ ଲୋକ ବିରକ୍ତ ହୋଇଯାଆନ୍ତି । ତାଙ୍କୁ ପଚରାଯାଏ ଯେ ସେ କେତେ ଆସନରେ ଲଢ଼ିବେ। ଏପରି ପରିସ୍ଥିତିରେ, ଆଜି ମୁଁ ଘୋଷଣା କରୁଛି ଯେ ମୁଁ ବିହାରର ୨୪୩ ଆସନରେ ନିର୍ବାଚନ ଲଢ଼ିବି ।ସେହି ସମୟରେ, ସେ ସ୍ପଷ୍ଟ କରିଥିଲେ ଯେ ସେ ଏନଡିଏର ଅଂଶ ରହିବେ ଏବଂ ଚିରାଗ ପାସୱାନ ପ୍ରତ୍ୟେକ ଆସନରେ ନିର୍ବାଚନ ଲଢ଼ିବେ । କାହାର ନାମ ନ ନେଇ ସେ କହିଥିଲେ, ‘‘ତାଙ୍କୁ ବିହାର ଆସିବାରୁ ରୋକିବା ପାଇଁ ଏକ ଷଡ଼ଯନ୍ତ୍ର ଚାଲିଛି, କିନ୍ତୁ ସେ କାହାକୁ ଭୟ କରିବେ ନାହିଁ । ଆଜି, ସାରଣର ଏହି ପବିତ୍ର ଭୂମିରୁ, ମୁଁ ଆପଣମାନଙ୍କ ସମସ୍ତଙ୍କ ସାମ୍ନାରେ କହୁଛି ଯେ ହଁ, ମୁଁ ନିର୍ବାଚନ ଲଢ଼ିବି । ମୁଁ ବିହାରର ଲୋକଙ୍କ ପାଇଁ, ମୋ ଭାଇମାନଙ୍କ ପାଇଁ, ମୋ ମା’ମାନଙ୍କ ପାଇଁ, ମୋ ଭଉଣୀମାନଙ୍କ ପାଇଁ ନିର୍ବାଚନ ଲଢ଼ିବି ଏବଂ ବିହାରରେ ଏପରି ଏକ ବ୍ୟବସ୍ଥା ସୃଷ୍ଟି କରିବି, ଏପରି ଏକ ବିହାର ସୃଷ୍ଟି କରିବି, ଯାହା ପ୍ରକୃତରେ ରାଜ୍ୟକୁ ବିକାଶ ପଥରେ ଆଗକୁ ନେଇଯିବ ।”
State
ଦ କୁଇଭର ବ୍ୟୁରୋ :- ସମ୍ବଲପୁର ଝାରସୁଗୁଡା ବିଜୁ ଏକ୍ସପ୍ରେସ ୱେର ଶାସନ ଟୋଲ ଗେଟ ଠାରେ ଅବକାରୀ ବିଭାଗ ଗଞ୍ଜେଇ ବୋଝେଇ ଗାଡି ଯାଞ୍ଚ ସମୟରେ ବାହାରିଲା ୧୧୦ କେଜି ରୁପା l ରେଙ୍ଗାଲି ଅବକାରୀ ବିଭାଗ ଗଞ୍ଜେଇ ଚୋରା ଚାଲାଣ ହେଇଥିବା ସନ୍ଦେହ ରେ ସ୍କୋର୍ପିଓ ଗାଡି ଯାଞ୍ଚ ସମୟରେ ବାହାରିଲା ରୁପା ଇଟା l ସୂଚନା ଅନୁସାରେ ନାଶିକରୁ ରାଞ୍ଚି ଯାଉଥିଲା ରୁପା lଅବକାରୀ ବିଭାଗ ଯାଞ୍ଚ କରୁଥିବା ସମୟରେ ଗାଡିରେ ଏକ ସିକ୍ରେଟ ଚେମ୍ବର ଭିତରେ ୧୧୦ କେଜି ରୁପା ମିଳିଥିଲା l ତେବେ ଏତେ ପରିମାଣ ରୁପାର କୌଣସି କାଗଜପତ୍ର ମଗାଯିବାରୁ ଗାଡିରେ ଥିବା 2 ଜଣ ବ୍ୟକ୍ତି କୌଣସି କାଗଜ ପତ୍ର ଦେଖେଇ ପାରି ନଥିଲେ l ଫଳରେ ଗାଡିକୁ ଅଟକ ରଖା ଯାଇ ସବୁ ରୁପାକୁ ରେଙ୍ଗାଲି ଅବକାରୀ ବିଭାଗ ଅଫିସକୁ ନିଆଯାଇଥିଲା l ସମ୍ବଲପୁର ସିଟି ଜିଏସଟିର ଏକ ଟିମ ଘଟଣା ସ୍ଥଳକୁ ଯାଇ ଅଟକ ଲୋକଙ୍କୁ ପଚରା ଉଚରା ଜାରି ରଖିଛି lଅବକାରୀ ବିଭାଗ ଅଧିକ୍ଷକ ଅଶୋକ ସେଠଙ୍କ ସୂଚନା ଅନୁସାରେ ଏହି ରୁପା ମହାରାଷ୍ଟ୍ରର ନାଶିକରୁ ରାଞ୍ଚିକୁ ଯାଉଥିଲା l ଅଟକ ଯୁବକ ଜଣକ ହେଲେ ଡ୍ରାଇଭର ସଂଜୟ ପଟେଲ ଓ ସହଯୋଗୀ ଚନ୍ଦ୍ରକାନ୍ତ ପଟେଲ l ଅବକାରୀ ବିଭାଗର ଟିମ ଚୋରା ଗଞ୍ଜେଇ ଚାଲାଣ ରୋକିବାକୁ ନିୟମିତି ଯେମିତି ସମ୍ବଲପୁର- ଝାରସୁଗୁଡା ରାସ୍ତା ଓ ସମ୍ବଲପୁର ରେଢ଼ାଖୋଲ ରାସ୍ତାରେ ଗାଡି ଗୁଡିକର ଯାଞ୍ଚ କରିଥାଏ, ସେହିପରି ଆଜି ମଧ୍ୟ ଶାସନ ଟୋଲ ଗେଟ ଠାରେ ଗାଡି ଗୁଡିକର ଯାଞ୍ଚ କରୁଥିଲା l ତେବେ ଏକ ମହିନ୍ଦ୍ର ସ୍କୋର୍ପିଓ ଗାଡିରେ ସନ୍ଦେହ ହେବାରୁ ଅବକାରୀ ଟିମ ଗାଡିଟିର ଯାଞ୍ଚ କରିଥିଲା l
State,National
ଦ କୁଇଭର ବ୍ୟୁରୋ :- ଡେଲାଙ୍ଗରେ ବାର୍ଡ଼ ଫ୍ଲୁ ବ୍ୟାପିଛି। ଭୋପାଳରୁ ରକ୍ତ ନମୁନାର ରିପୋର୍ଟ ଆସିବା ପରେ ଡେଲାଙ୍ଗର ୩ ଟି ସ୍ଥାନକୁ ନିଷେଦ୍ଧାଞ୍ଚଳ ଘୋଷଣା କରାଯାଇଛି। ଡେଲାଙ୍ଗ ସଂକ୍ରମିତ ଅଞ୍ଚଳରୁ ପ୍ରଶାସନ ପକ୍ଷରୁ ୬୫୦୦ କୁକୁଡ଼ା ମରାଯିବ ବୋଲି କୁହାଯାଉଛି। ସଂକ୍ରମଣ ହୋଇଥିବା ସ୍ଥାନ ଠାରୁ ୧୦ କିଲୋମିଟର ପର୍ଯ୍ୟନ୍ତ ରଖାଯାଇଥିବା ଜୀବଙ୍କ ଉପରେ କଡ଼ା ନଜର ରଖାଯିବ। ଏନେଇ ଡେଲାଙ୍ଗ ବ୍ଲକ୍ ପ୍ରାଣୀ ଚିକିତ୍ସା ଅଧିକାରୀ ଡାକ୍ତର ସୋମନାଥ ଦାସ ସୂଚନା ପ୍ରଦାନ କରାଯାଇଛି।
Politics,National
ଦ କୁଇଭର ବ୍ୟୁରୋ :- ପବିତ୍ର ଯମୁନା ନଦୀକୁ ନେଇ ବହୁତ କିଛି କହିଥିଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା । ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବାଠୁ ଲାଗିପଡ଼ିଥିଲେ । କହିଲେ ଯମୁନା ହେବ ପ୍ରଦୂଷଣ ମୁକ୍ତ । ସ୍ୱଚ୍ଛ ହେବ ପାଣି, ଫେରିବ ପବିତ୍ରତା । ଲୋକଙ୍କର ସବୁଠୁ ବଡ଼ ସମସ୍ୟାକୁ ଦୂର କରିଦେବେ । ହେଲେ ୬ ମାସ ଯାଇନି ଫସର ଫାଟିଲାଣି । ଯମୁନା ପ୍ରଦୂଷଣ ମୁକ୍ତ ହେବ କଣ ? ଅଧିକ ପ୍ରଦୂଷିତ ହେଲାଣି । ଦେଖନ୍ତୁ ଏହି ସ୍ଥିତି ।
ଅସମ୍ଭାଳ ହେଲାଣି ଯମୁନା ସ୍ଥିତି । ପ୍ରଦୂଷଣ ଭୟଙ୍କର ରୂପ ନେଲାଣି । ହେଲେ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତାଙ୍କୁ ଏ ସବୁ ଦିଶୁନି । ବିଜେପିକୁ ବି ଦିଶୁନି । ସବୁଠୁ ବଡ଼ କଥା ହେଲା ବିରୋଧୀ ଆପ ବି ଚୁପ ହୋଇ ବସିଛି । ପ୍ରଦୂଷଣ ଦିଲ୍ଲୀରେ ଭୟଙ୍କର ରୂପ ନେଇ ଚାଲିଛି । ବାୟୁ ବା ଧୂଳି ପ୍ରଦୂଷଣକୁ କୃତ୍ରିମ ବର୍ଷା ଦ୍ୱାରା ରୋକି ପାରିବେ, ହେଲେ ଯମୁନା ପ୍ରଦୂଷଣ ଏବେ ବଡ଼ ଚିନ୍ତା । ଲମ୍ବା ଲମ୍ବା କଥା ଫିକା ପଡ଼ିଗଲାଣି । ରେଖା ଗୁପ୍ତାଙ୍କ ସରକାର ଆଣ୍ଠେଇ ପଡ଼ିଲାଣି । ଯମୁନା ଦେଖାଉଛି ରେଖା ଗୁପ୍ତାଙ୍କ ଫେଲ ମଡ଼େଲ ।
ଯମୁନାର ପ୍ରଦୂଷଣ ଆଗରେ ସମସ୍ତେ ହାରୁଛନ୍ତି, ହେଲେ ମାନୁନାହାନ୍ତି । ପ୍ରଦୂଷଣ ଏତେ ଗମ୍ଭୀର ଯେ, କିଛି କରିବା କଷ୍ଟକର ହେଲାଣି । ପ୍ରଦୂଷଣକାରୀ ଶିଳ୍ପ ସଂସ୍ଥା ମାନଙ୍କ ବିରୁଦ୍ଧରେ ପଦକ୍ଷେପ ବୋଲି ଶୂନ । ରାଜନୈତିକ ଚାନ୍ଦା ଦେଇ ଦେଇ ଶିଳ୍ପପତି ପ୍ରକୃତିକୁ ଖିନଭିନ କରୁଛନ୍ତି । ଆଉ ଚାନ୍ଦା ପାଇ କେବଳ ଲୋକଙ୍କ ଆଖିରେ ପରଦା ପକାଇବା ପାଇଁ ହୋହାଲ୍ଲା କରି ନିରବ ବସୁଛନ୍ତି ନେତାମାନେ । ଯାହା ଫଳରେ ପ୍ରଦୂଷଣର ପ୍ରଭାବ ସବୁ ଲୋକଙ୍କ ଉପରେ ପଡୁଛି । ଦେଖାଯାଉ ରେଖା ଗୁପ୍ତାଙ୍କ ସରକାର ଯମୁନାକୁ ବାସ୍ତବରେ ପ୍ରଦୂଷଣ ମୁକ୍ତ କରୁଛନ୍ତି ନା କର୍ଦମୁକ୍ତ କରୁଛନ୍ତି ?
State
ଦ କୁଇଭର ବ୍ୟୁରୋ :- ଚତୁର୍ଥ ଦିନରେ ପହଞ୍ଚିଲା ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ। ଅଖ ଚକ ସବୁ ବନ୍ଦ ଯୋଗୁଁ ସାଧାରଣ ଜନତା ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି l ଓଡ଼ିଶା ଡ୍ରାଇଭର ମହାସଂଘର ଷ୍ଟିଅରିଂ ଛାଡ଼ ଆନ୍ଦୋଳନ ଯୋଗୁଁ ସାରା ରାଜ୍ୟରେ ଗମନାଗମନ ଓ ପରିବହନ ସେବା ଠପ୍ ହୋଇଯାଇଥିବା ବେଳେ, ସାମ୍ନାକୁ ଆସୁଛି ଯାତ୍ରୀ ଯନ୍ତ୍ରଣାର ପୁଳା ପୁଳା ଚିତ୍ର। କେଉଁଠି ବସଷ୍ଟାଣ୍ଡରେ ଛୁଆପିଲା ଧରି କଲବଲ ହେଉଛନ୍ତି ଲୋକ, ତ କିଏ ଗାଡ଼ି ନପାଇ ମେଡିକାଲରୁ ମାଇଲ ମାଇଲ ବାଟ ଚାଲି ଚାଲି ଘରକୁ ଫେରୁଛି। ୬ ଦଫା ଦାବିରେ ଷ୍ଟିୟରିଂ ଛାଡ଼ ଆନ୍ଦୋଳନକୁ ଓହ୍ଲାଇଥିବା ଡ୍ରାଇଭର ମହାସଂଘର ଅଧିକାଂଶ ଦାବି ଉପରେ ସରକାର ବିଚାର କରୁଥିବା କହିଥିଲେ ମଧ୍ୟ, ସରକାରଙ୍କଠାରୁ ଲିଖିତ ପ୍ରତିଶ୍ରୁତି ଦାବିରେ ସଂଘ ଅଡ଼ି ବସିଥିବାରୁ କ୍ରମାଗତ ଚତୁର୍ଥ ଦିନ ପାଇଁ ରାଜ୍ୟବ୍ୟାପୀ ଠପ୍ ହୋଇଛି ପରିବହନ ସେବା।ସେପଟେ ଡ୍ରାଇଭରଙ୍କ ଆନ୍ଦୋଳନ ଯେତେ ଲମ୍ବୁଛି, ପେଟ୍ରୋଲ ଟାଙ୍କିରୁ ତେଲ ସରି ସରି ଆସୁଛି। ରାଜ୍ୟରେ ପ୍ରତିଦିନ ପ୍ରାୟ ୩୬ ଲକ୍ଷ ଲିଟର ପେଟ୍ରୋଲ ଓ ୮୫ ଲକ୍ଷ ଲିଟର ଡିଜେଲ ଦରକାର। ଏଥିପାଇଁ ଡିପୋରୁ ପ୍ରତିଦିନ ୬୦୦ ଟ୍ୟାଙ୍କର ତେଲ ବିଭିନ୍ନ ପେଟ୍ରୋଲ ପମ୍ପକୁ ଆସିଥାଏ। ସାଧାରଣତଃ ରାଜ୍ୟର ପେଟ୍ରୋଲ ପମ୍ପଗୁଡ଼ିକରେ ୪ ଦିନର ଷ୍ଟକ୍ ରହିଥାଏ। ଏବେ ସୁଦ୍ଧା ପ୍ରାୟ ୪୦୦ ଟ୍ୟାଙ୍କର ଆସୁଥିବା ସୂଚନା ରହିଛି। ତେବେ ଖାଦ୍ୟ, ଗମନାଗମନ, ସ୍ୱାସ୍ଥ୍ୟ ସେବା, ଅନ୍ୟାନ୍ୟ କାର୍ଯ୍ୟ ରେ ବାଧା ଦେଖାଦେଇଥିବା ସାଧାରଣରେ ଦେଖାଦେଇଛି, ତେଣୁ ଏସବୁର ସମାଧାନ ଯେତେ ଶୀଘ୍ର ହେବ, ସାଧାରଣ ଜନତା ସେତେ ଶୀଘ୍ର ଉପକୃତ ହେବେ ବୋଲି ସୂଚନା ଚର୍ଚ୍ଚା ଚାଲିଛି l
State,Education
ବାଲେଶ୍ୱର ( ଦ କୁଇଭର ):- ବାଲେଶ୍ବର ଫକୀରମୋହନ ସ୍ବୟଂଶାସିତ ମହାବିଦ୍ୟାଳୟରେ ଘଟିଛି ହୃଦୟ ବିଦାରକ ଘଟଣା। ଜଣେ ସହକାରୀ ପ୍ରଫେସରଙ୍କ ଦ୍ବାରା ନିର୍ଯାତନାର ଶିକାର ହୋଇ ଆସୁଥିବା ଛାତ୍ରୀ ମହାବିଦ୍ୟାଳୟ କ୍ୟାମ୍ପସ୍ରେ ଆତ୍ମାହୁତି ଉଦ୍ୟମ କରିଛନ୍ତି। ପୀଡ଼ିତା ଛାତ୍ରୀଙ୍କ ଶରୀରର ୯୦ ପ୍ରତିଶତ ପୋଡ଼ି ଯାଇଛି। ସେ ବର୍ତ୍ତମାନ ଏମ୍ସ ଭୁବନେଶ୍ବରରେ ଜୀବନମରଣ ସହ ସଂଘର୍ଷ କରୁଛନ୍ତି। ଘଟଣାକୁ ନେଇ ବାଲେଶ୍ବର ସହରରେ ଉତ୍ତେଜନା ପ୍ରକାଶ ପାଇଛି। ରାଜ୍ୟ ଉଚ୍ଚଶିକ୍ଷା ବିଭାଗ ତ୍ବରିତ୍ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି କଲେଜର ଅଧ୍ୟକ୍ଷ ଦିଲ୍ଲୀପ କୁମାର ଘୋଷ ଓ ଅଭିଯୁକ୍ତ ସହକାରୀ ପ୍ରଫେସର ସମୀର କୁମାର ସାହୁଙ୍କୁ ନିଲମ୍ବିତ କରିଛନ୍ତି। ଏଥି ସହିତ ସହକାରୀ ପ୍ରଫେସର ଶ୍ରୀ ସାହୁଙ୍କୁ ଗିରଫ କରାଯାଇଛି। ପୀଡ଼ିତା ଛାତ୍ରୀ ଭୋଗରାଇ ଅଞ୍ଚଳର। ସେ ଏଫ୍ଏମ୍ କଲେଜରେ ଇଣ୍ଟିଗ୍ରେଟେଡ୍ ବିଏଡ୍ ଦ୍ବିତୀୟ ବର୍ଷର ଛାତ୍ରୀ। ସେ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ (ଏବିଭିପି)ର ଜଣେ କର୍ମକର୍ତ୍ତା। ଗତ କିଛିମାସ ହେବ ତାଙ୍କୁ ବିଏଡ୍ ବିଭାଗର ବିଭାଗୀୟ ମୁଖ୍ୟ (ଏଚ୍ଓଡି) ତଥା ସହକାରୀ ପ୍ରଫେସର ସମୀର କୁମାର ସାହୁ ହଇରାଣ କରିଆସୁଥିଲେ। ତାଙ୍କୁ ଅସଦାଚରଣ ସହ ପରୋକ୍ଷରେ ଶାରୀରିକ ସମ୍ପର୍କ ପାଇଁ ବାଧ୍ୟ କରୁଥିବା ନେଇ ସେ ମହାବିଦ୍ୟାଳୟର ଆଭ୍ୟନ୍ତରୀଣ ଅଭିଯୋଗ କମିଟି (ଆଇସିସି)ରେ ଜୁଲାଇ ୧ରେ ଅଭିଯୋଗ କରିଥିଲେ। ପ୍ରାୟ ୩ ଦିନ ତଳେ କମିଟି ଏ ନେଇ କଲେଜର ଅଧ୍ୟକ୍ଷ ଦିଲ୍ଲୀପ କୁମାର ଘୋଷଙ୍କୁ ରିପୋର୍ଟ ପ୍ରଦାନ କରିଥିଲା। ତେବେ, ଏଥିରେ ଅଭିଯୁକ୍ତ ଏଚ୍ଓଡି ସମୀର କୁମାରଙ୍କୁ ସୁହାଇଲା ଭଳି ରିପୋର୍ଟ ପ୍ରଦାନ ସହ ମାମଲାର ସମାଧାନ ପାଇଁ ଛାତ୍ରୀଙ୍କ ଉପରେ ଚାପ ପକାଯାଇଥିଲା ବୋଲି କୁହାଯାଉଛି। ଶନିବାରଦିନ ପ୍ରାୟ ସାଢ଼େ ୧୧ଟା ସମୟରେ ଛାତ୍ରୀଜଣକ କମିଟିର ରିପୋର୍ଟ ସମ୍ପର୍କରେ ପଚାରିବାକୁ ଅଧ୍ୟକ୍ଷଙ୍କ ପ୍ରକୋଷ୍ଠକୁ ଯାଇଥିଲେ। ଅଧ୍ୟକ୍ଷ ତାଙ୍କୁ ସମାଧାନ କରିବାକୁ ଚାପ ପକାଇବା ସହ ବଦନାମର ଭୟ ଦେଖାଇଥିଲେ ବୋଲି କୁହାଯାଉଛି। ଏହାପରେ ଛାତ୍ରୀଜଣକ ଅଧ୍ୟକ୍ଷଙ୍କ କାର୍ଯ୍ୟାଳୟ ଆଗରେ ଶରୀରରେ ପେଟ୍ରୋଲ ଢାଳି ନିଜକୁ ନିଆଁ ଲଗାଇ ଦେଇଥିଲେ। ଉପସ୍ଥିତ ଛାତ୍ରଛାତ୍ରୀ, କଲେଜ କର୍ତ୍ତୃପକ୍ଷ ତାଙ୍କୁ ଉଦ୍ଧାର କରିବାକୁ ଚେଷ୍ଟା କରି ବିଫଳ ହୋଇଥିଲେ। ତାଙ୍କୁ ପ୍ରଥମେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଏବଂ ପରେ ଏମ୍ସ ସ୍ଥାନାନ୍ତର କରାଯାଇଛି। ପୀଡ଼ିତାଙ୍କୁ ଉଦ୍ଧାର କରିବାକୁ ଯାଇ ଯୁକ୍ତ ୩ର ଛାତ୍ର ଜ୍ୟୋତିପ୍ରକାଶ ବିଶ୍ବାଳ ଆହତ ହୋଇଛନ୍ତି। ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା ବିଦ୍ୟୁତ୍ ବେଗରେ ପ୍ରଚାରିତ ହେବାପରେ ସାଂସଦ ପ୍ରତାପଚନ୍ଦ୍ର ଷଡ଼ଙ୍ଗୀ, ବିଧାୟକ ମାନସ କୁମାର ଦତ୍ତ, ଏସ୍ପି ରାଜପ୍ରସାଦ, ଉପଜିଲ୍ଲାପାଳ ମଧୁସ୍ମିତା ସାମନ୍ତରାୟ ପ୍ରମୁଖ ମହାବିଦ୍ୟାଳୟ ଓ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ପହଞ୍ଚି ପରିସ୍ଥିତି ଅନୁଧ୍ୟାନ କରିଥିଲେ।ଅପରାହ୍ଣ ସାଢ଼େ ୬ଟା ପର୍ଯ୍ୟନ୍ତ ମହାବିଦ୍ୟାଳୟ ଅଧ୍ୟକ୍ଷ, ଛାତ୍ରୀଙ୍କ ଅଭିଭାବକ, ଏସ୍ପି, ସାଂସଦ ପ୍ରମୁଖଙ୍କ ଉପସ୍ଥିତିରେ ମହାବିଦ୍ୟାଳୟର ଆଭ୍ୟନ୍ତରୀଣ ଅଭିଯୋଗ କମିଟି କ’ଣ ରିପୋର୍ଟ ଦେଇଥିଲା, ଛାତ୍ରୀ ଜଣଙ୍କ କାହିଁକି ଏଭଳି ନିଷ୍ପତ୍ତି ନେଲେ ତାକୁ ନେଇ ଆଲୋଚନା ହୋଇଥିଲା। ଏ ସମ୍ପର୍କରେ ଏସ୍ପି ରାଜପ୍ରସାଦ କହିଛନ୍ତି, ମହାବିଦ୍ୟାଳୟ ଆଭ୍ୟନ୍ତରୀଣ ଅଭିଯୋଗ କମିଟିର ଯଦି କିଛି ତ୍ରୁଟି ଥିବ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ତେବେ ପୀଡ଼ିତା ଛାତ୍ରୀଙ୍କ ଅଭିଯୋଗ ଆଧାରରେ ମହାବିଦ୍ୟାଳୟରେ ଗଠିତ ହୋଇଥିବା ଆଇସିସି କମିଟି ସମ୍ପର୍କରେ ପୁଲିସ ଅବଗତ ଥିଲା; ଏହାସତ୍ତ୍ବେ ପୁଲିସ ତତ୍ପରତା ଦେଖାଇ ନଥିଲା ବୋଲି ଅଭିଯୋଗ ହୋଇଛି। ସେହିପରି, ପୀଡ଼ିତା ଏ ସମ୍ପର୍କରେ ସାଂସଦଙ୍କୁ ଅବଗତ କରିଥିଲେ ମଧ୍ୟ କାହିଁକି ନ୍ୟାୟ ପାଇଲେନି ବୋଲି ସାଧାରଣରେ ପ୍ରଶ୍ନ ଉଠିଛି। ଏହିଭଳି ଏକ ସମ୍ବେଦନଶୀଳ ଘଟଣା ପରେ ଅଭିଯୁକ୍ତ ସହକାରୀ ପ୍ରଫେସରଙ୍କ ବିରୋଧରେ ଲମ୍ବା ଅଭିଯୋଗ ଆସିଛି। କଲେଜର ବହୁ ଛାତ୍ରଛାତ୍ରୀ ଅଭିଯୋଗ କରିଛନ୍ତି, ସହକାରୀ ପ୍ରଫେସର ବ୍ୟାକ୍ ଲଗାଇ ଦେବା, ଫେଲ୍ କରିଦେବା ଆଦି ଭୟ ଦେଖାଇ ବିଭିନ୍ନ ଉପାୟରେ ହଇରାଣ କରି ଆସୁଥିଲେ। ଆତ୍ମାହୁତି ଉଦ୍ୟମ କରିଥିବା ଛାତ୍ରୀ ଗତ ୧ ତାରିଖରେ ଏ ନେଇ ଅଭିଯୋଗ କରିବା ପରେ ୨ ତାରିଖରେ ୩ ଜଣ ପୁରାତନ ଛାତ୍ରଛାତ୍ରୀ ସଂପୃକ୍ତ ସହକାରୀ ପ୍ରଫେସରଙ୍କ ବିରୋଧରେ ଅଭିଯୋଗ କରିଥିଲେ। ଆଜି ମହାବିଦ୍ୟାଳୟରେ ପୁଲିସର ତଦନ୍ତ ବେଳେ ବହୁ ପୁରାତନ ଓ ବର୍ତ୍ତମାନର ଛାତ୍ରଛାତ୍ରୀ ଅଭିଯୁକ୍ତ ସହକାରୀ ପ୍ରଫେସରଙ୍କ ବିରୋଧରେ ମୁହଁ ଖୋଲିଛନ୍ତି। ସମସ୍ତ ଘଟଣାର ତଦନ୍ତ କରାଯିବ ବୋଲି ଏସ୍ପି ଗଣମାଧ୍ୟମକୁ କହିଛନ୍ତି।
ବାଲେଶ୍ବର ଫକୀରମୋହନ ମହାବିଦ୍ୟାଳୟ ପରିସରରେ ଆତ୍ମାହୁତି ଉଦ୍ୟମ କରି ଗୁରୁତର ହୋଇପଡ଼ିଥିବା ଛାତ୍ରୀଙ୍କୁ ଶନିବାର ଅପରାହ୍ନରେ ଏମ୍ସ ଭୁବନେଶ୍ବରରେ ଭର୍ତ୍ତି କରାଯାଇଛି। ତାଙ୍କୁ ଆଇସିୟୁ ଭେଣ୍ଟିଲେଟର୍ରେ ରଖାଯାଇଛି। ଏ ନେଇ ଏମ୍ସ ଚିକିତ୍ସାଧିକାରୀ କହିଛନ୍ତି, ବର୍ତ୍ତମାନ ଛାତ୍ରୀଙ୍କ ଅବସ୍ଥା ଅତ୍ୟନ୍ତ ଜଟିଳ ରହିଛି। ୧୨ଜଣିଆ ଡାକ୍ତରୀ ଦଳ ଚିକିତ୍ସାରେ ନିୟୋଜିତ ରହିଛନ୍ତି। ଶରୀରର ୯୦ ପ୍ରତିଶତରୁ ଅଧିକ ଜଳିଯାଇଛି। ତାଙ୍କୁ ୭୨ଘଣ୍ଟା ନିରୀକ୍ଷଣରେ ରଖାଯିବ। ଚେତା ଫେରିବା ପରେ ଯାହା କିଛି କହିହେବ। ଅପରପକ୍ଷେ ରାଜ୍ୟ ସରକାର ପୀଡ଼ିତାଙ୍କ ସମସ୍ତ ଚିକିତ୍ସା ଖର୍ଚ୍ଚ ବହନ କରିବେ ବୋଲି ଘୋଷଣା କରିଛନ୍ତି। ପୀଡ଼ିତାଙ୍କ ସମ୍ପର୍କୀୟଙ୍କ ରହିବା ପାଇଁ ଏମ୍ସ ନିକଟସ୍ଥ ଧର୍ମଶାଳାରେ ବ୍ୟବସ୍ଥା କରିବାକୁ ସରକାରଙ୍କ ପକ୍ଷରୁ ଏମ୍ସ ନିର୍ଦ୍ଦେଶକଙ୍କୁ ନିର୍ଦ୍ଦେଶ ଦିଆଯାଇଛି।ଘଟଣା ସମ୍ପର୍କରେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ କହିଛନ୍ତି ‘ଏହା ଏକ ଦୁର୍ଭାଗ୍ୟଜନକ ଘଟଣା। ରାଜ୍ୟ ସରକାର ଏହାକୁ ଅତ୍ୟନ୍ତ ସମ୍ବେଦନଶୀଳ ଭାବେ ଗ୍ରହଣ କରିଛନ୍ତି। ତ୍ବରିତ୍ ପଦକ୍ଷେପ ସ୍ବରୂପ ଏଚ୍ଓଡିଙ୍କୁ ଗିରଫ କରାଯାଇ କୋର୍ଟଚାଲାଣ କରାଯାଇଛି। ପୀଡ଼ିତାଙ୍କ ଉନ୍ନତ ଚିକିତ୍ସା ପାଇଁ ଏକ ଟିମ୍ ସହିତ ଆଲୋଚନା କରାଯାଇଛି। ଘଟଣାର ପୁଙ୍ଖାନୁପୁଙ୍ଖ ତଦନ୍ତ ପାଇଁ ଉଚ୍ଚଶିକ୍ଷା ନିର୍ଦ୍ଦେଶକଙ୍କ ଅଧ୍ୟକ୍ଷତାରେ ଜଣେ ଯୁଗ୍ମ ସଚିବ ରୢାଙ୍କର ମହିଳା ଅଧିକାରୀ, ଜଣେ ବରିଷ୍ଠ କଲେଜ ଅଧ୍ୟକ୍ଷାଙ୍କୁ ନେଇ ଏକ କମିଟି ଗଠନ କରାଯାଇଛି। କମିଟିର ରିପୋର୍ଟ ଆଧାରରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଯିଏ ଦୋଷୀ ତାଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଯାହାଦ୍ବାରା ଭବିଷ୍ୟତରେ ଏଭଳି ଘଟଣା ଘଟିବା ତ ଦୂର କଥା, ଏ ନେଇ କେହି ଚିନ୍ତା ମଧ୍ୟ କରିବେ ନାହିଁ।’ ଛାତ୍ରୀଜଣକ ରିପୋର୍ଟ କରିବା ସମୟରେ ସରକାରଙ୍କୁ କାହିଁକି କଲେଜ କର୍ତ୍ତୃପକ୍ଷ ଅବଗତ କଲେ ନାହିଁ ସେ ନେଇ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ମନ୍ତ୍ରୀ କହିଛନ୍ତି।ଏହି ଘଟଣାରେ ଓଡ଼ିଶା ଅଭିଭାବକ ମହାସଂଘ ଉଦ୍ବେଗ ପ୍ରକାଶ କରିବା ସହ ଘଟଣାର ତ୍ୱରିତ୍, ତୁରନ୍ତ ଓ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ପାଇଁ ଦାବି କରିଛି। ଘଟଣା ଅତ୍ୟନ୍ତ ସ୍ପର୍ଶକାତର ହୋଇଥିବାରୁ ଏଥିରେ ସମ୍ପୃକ୍ତ ଓ ଦାୟିତ୍ୱହୀନ କାର୍ଯ୍ୟ ପାଇଁ ସମସ୍ତଙ୍କ ବିରୋଧରେ ମାମଲା ରୁଜୁ କରି ତୁରନ୍ତ ଗିରଫ ପାଇଁ ମହାସଂଘ ସଭାପତି ବାସୁଦେବ ଭଟ୍ଟ, କାର୍ଯ୍ୟକାରୀ ସଭାପତି ପ୍ରସନ୍ନ ବିଷୋୟୀ, ମହାସଚିବ ଅଶୋକ ପାଇକରାୟ ଦାବି କରିଛନ୍ତି। ଏଥି ସହିତ ଏହି ମାମଲାରେ କାର୍ଯ୍ୟାନୁଷ୍ଠାନ ପାଇଁ ଜାତୀୟ ମାନବାଧିକାର କମିସନଙ୍କୁ ମହାସଂଘ ଉପଦେଷ୍ଟା ମନୋଜ ଜେନା ଅନୁରୋଧ କରିଛନ୍ତି l
State
ଭଞ୍ଜନଗର( ଦ କୁଇଭର ):- ଭଞ୍ଜନଗର ବାଇବାଲି ମୁନିଆକଣ ଜଙ୍ଗଲରେ ପୋତା ଯାଇଥିବା ଯୁବକଙ୍କ ମୃତ ଦେହ ଉଦ୍ଧାର ଘଟଣାକୁ ଗୋଟିଏ ଦିନ ଏବେ ବି କାରଣ ଅସ୍ଵଷ୍ଟ ।ଖବରରୁ ଜଣାଯାଏ ଯେ ଭଞ୍ଜନଗର ଥାନା ବାଇବାଲି ଗାଁର ମୁନିଆକଣ ଜଙ୍ଗଲ ମଧ୍ଯ ଭାଗରେ ମାଟି ତଳେ ପୋତାଯାଇଥିବା ଜଣେ ଯୁବକଙ୍କ ମୃତ ଦେହ ଉଦ୍ଧାର କରିଥିଲା ପୋଲିସ ପ୍ରଶାସନ । ଗତକାଲି ଦିନ 12 ଘଣ୍ଟ ସମୟରେ ଉଦ୍ଧାର ହୋଇଥିଲେ ମଧ୍ଯ ଘଟଣାକୁ ଗୋଟିଏ ଦିନ ବିତିଗଲା ତଥାପି ଯୁବକଙ୍କ ପରିଚୟ ମିଳୁନଥିବା ବେଳେ ପରିଚୟ ସଂଗ୍ରହ ପାଇଁ ଗଞ୍ଜାମ ଓ କନ୍ଧମାଳ ଜିଲ୍ଲାର ସମସ୍ତ ଥାନାକୁ ଅବଗତ କରାଯାଇଛି ଖୁବଶୀଘ୍ର ଜଣାପଡିବ ବୋଲି ଆଜି ଦିନ ଦୁଇଘଣ୍ଟ ସମୟରେ ଭଞ୍ଜନଗର SDPO ସୂଚନା ଦେଇଛନ୍ତି ।
State
ଦ କୁଇଭର ବ୍ୟୁରୋ :- ଭୁଶୁଡୁଛି ମାଓ ଦୁର୍ଗ । ଧ୍ବଂସ ପାଉଛି ଲାଲ୍ ଗଡ଼ । ଭାରତକୁ ମାଓମୁକ୍ତ କରିବାକୁ ଅଭିଯାନ ଆରମ୍ଭ ହୋଇଥିବା ବେଳେ ନକ୍ସଲଙ୍କୁ ନିସ୍ତାର ଦେଉନାହାନ୍ତି ସୁରକ୍ଷାକର୍ମୀ । ଗୋଟେ ପଟେ ନକ୍ସଲଙ୍କୁ ନିପାତ କରାଯାଉଥିବା ବେଳେ ଅନ୍ୟପଟେ ପ୍ରାଣ ବିକଳରେ ଆତ୍ମସମର୍ପଣ କରୁଛନ୍ତି ମାଓବାଦୀ । ଆଉ ଏହି କ୍ରମରେ ଛତିଶଗଡ ନାରାୟଣପୁରରେ ପୁଣି ଆତ୍ମସମର୍ପଣ କରିଛନ୍ତି ୨୨ ମାଓବାଦୀ । ତେବେ ନାରାୟଣପୁର ପୋଲିସ ପାଖରେ ୨୨ ଜଣ ମାଓବାଦୀ ଆତ୍ମସମର୍ପଣ କରିଥିବା ବେଳେ ସେମାନଙ୍କ ମଧ୍ଯରେ ୮ ଜଣ ମହିଳା ଅଛନ୍ତି । ୨୨ ମାଓବାଦୀଙ୍କ ନାଁରେ ୩୭ ଲକ୍ଷ ଟଙ୍କାର ପୁରସ୍କାର ଥିଲା। ଏମାନେ ଅବୁଝମାଡ ଡିଭିଜନର ଡିସିଏମ, ଏସିଏମ, ପାର୍ଟି ମେମ୍ବର ଭାବେ ସକ୍ରୀୟ ଥିଲେ। ତେବେ ଆତ୍ମସର୍ପଣ ପରେ ସମସ୍ତଙ୍କୁ ୫୦ ହଜାର ଟଙ୍କାର ପ୍ରୋତ୍ସାହନ ରାଶି ପ୍ରଦାନ କରାଯାଇଛି।ମାଓବାଦୀଙ୍କ ଆତ୍ମସମର୍ପଣ ପରେ ମୁଖ୍ଯମନ୍ତ୍ରୀ କହିଛନ୍ତି- ମାଓବାଦୀମାନେ ଏବେ ବନ୍ଧୁକ ଛାଡି ବିକାଶର ରାସ୍ତା ବାଛୁଛନ୍ତି । ଏହି ସରକାରରେ ମୋଟ ୧୪୭୬ ଜଣ ମାଓବାଦୀ ଆତ୍ମସମର୍ପଣ କଲେଣି ।