ବ୍ରହ୍ମପୁର( ଦ କୁଇଭର ):- ଶନିବାର ଗଞ୍ଜାମ ଜିଲ୍ଲା ଓ ଦୌରା ଜଜ ଭାବେ ଯୋଗଦାନ କରିଛନ୍ତି ଜଷ୍ଟିସ ଅଶାନ୍ତ କୁମାର ଦାସ l ନୂତନ ଭାବେ ଯୋଗ ଦେଇଥିବା ଗଞ୍ଜାମ ଜିଲ୍ଲା ଦୌରା ବିଚାରପତି ମାନ୍ୟବର ଅଶାନ୍ତ କୁମାର ଦାସ ଙ୍କୁ ଗଞ୍ଜାମ ଓକିଲ ସଂଘ ତରଫରୁ ଆଜି ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଛି l

ବ୍ରହ୍ମପୁର( ଦ କୁଇଭର ):- ଶନିବାର ଗଞ୍ଜାମ ଜିଲ୍ଲା ଓ ଦୌରା ଜଜ ଭାବେ ଯୋଗଦାନ କରିଛନ୍ତି ଜଷ୍ଟିସ ଅଶାନ୍ତ କୁମାର ଦାସ l ନୂତନ ଭାବେ ଯୋଗ ଦେଇଥିବା ଗଞ୍ଜାମ ଜିଲ୍ଲା ଦୌରା ବିଚାରପତି ମାନ୍ୟବର ଅଶାନ୍ତ କୁମାର ଦାସ ଙ୍କୁ ଗଞ୍ଜାମ ଓକିଲ ସଂଘ ତରଫରୁ ଆଜି ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଛି l
No comments yet.
Weather,State

ଦ କୁଇଭର ବ୍ୟୁରୋ :- ବାତ୍ୟା 'ମୋନ୍ଥା' ଦୁର୍ବଳ ହୋଇ ଲଘୁଚାପରେ ପରିଣତ ହୋଇଛି । ଏହା ବର୍ତ୍ତମାନ ଦକ୍ଷିଣ-ପଶ୍ଚିମ ବିହାର ସଂଲଗ୍ନ ଝାଡ଼ଖଣ୍ଡରୁ ଉତ୍ତର-ଉତ୍ତରପୂର୍ବ ଦେଇ ଉପ-ହିମାଳୟ ପଶ୍ଚିମବଙ୍ଗ ଓ ସିକ୍କିମ ଏବଂ ଆସାମ ଆଡକୁ ଗତି କରି କିଛି ଘଣ୍ଟା ମଧ୍ୟରେ ଶକ୍ତିହୀନ ହୋଇଯିବ । ଓଡ଼ିଶାରେ ବର୍ତ୍ତମାନ କୌଣସି ପାଣିପାଗ ନିୟାମକ ସକ୍ରିୟ ନଥିବା ବେଳେ ଆହୁରି କିଛି ଦିନ ବର୍ଷା ସହ ପ୍ରବଳ ବଜ୍ରପାତ ହେବାର ସମ୍ଭାବନା ଥିବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ବିଶେଷ କରି ଉପକୂଳ ଓଡ଼଼ିଶାରେ ବର୍ଷାର ପ୍ରଭାବ ଅଧିକ ରହିବାର ସମ୍ଭାବନା ରହିଛି । ଅନ୍ୟପଟେ ବର୍ତ୍ତମାନ ଥାଇଲାଣ୍ଡର ଗଲ୍ଫ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଯାହା ଅଧିକ ଘନୀଭୂତ ହୋଇ ଲଘୁଚାପର ରୂପ ନେଇପାରେ ବୋଲି ଆକଳନ କରିଛି ପାଣିପାଗ ବିଭାଗ । କିନ୍ତୁ ଏହାର ପ୍ରଭାବ ଓଡିଶା ଉପରେ ରହିବ କି ନାହିଁ ତାହା ବର୍ତ୍ତମାନ ପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି । ଆଜି କିଛି ଜିଲ୍ଲରେ ବର୍ଷା ସହ ପ୍ରବଳ ବିଜୁଳି ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି । ଏହା ସାଙ୍ଗକୁ ଝଟକା ପବନ ବହିବ । ଯାହାକୁ ନେଇ ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ବର, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
International

ଦ କୁଇଭର ବ୍ୟୁରୋ :- ବିଶ୍ୱସ୍ତରୀୟ ମହାଶକ୍ତି ମଧ୍ୟରେ ଏବେ ଶକ୍ତି ସଂଘର୍ଷ ଚାଲିଛି। କେଉଁ ଦେଶ କେତେ ମଜବୁତ ତାହା ପ୍ରମାଣ କରିବାରେ ଲାଗିପଡ଼ିଛନ୍ତି ଅନେକ ବଡ଼ ବଡ଼ ଦେଶ। ଏହି ପ୍ରତିଯୋଗିତା ମଧ୍ୟରେ ଭାରତ ଏବଂ ଆମେରିକା ୧୦ ବର୍ଷର ପ୍ରତିରକ୍ଷା ଚୁକ୍ତିନାମା ସ୍ୱାକ୍ଷର କରିଛନ୍ତି। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଏହାକୁ ଦୁଇ ଦେଶ ମଧ୍ୟରେ ରଣନୈତିକ ସମନ୍ୱୟର ଏକ ସଙ୍କେତ ଭାବରେ ବର୍ଣ୍ଣନା କରିଛନ୍ତି। ମାଲେସିଆର ରାଜଧାନୀ କୁଆଲାଲମ୍ପୁରରେ ଏକ ବୈଠକରେ ପ୍ରତିରକ୍ଷା ଚୁକ୍ତିନାମା ସ୍ୱାକ୍ଷରିତ ହୋଇଛି। ଚୁକ୍ତିନାମା ସ୍ୱାକ୍ଷରିତ ହେବା ସମୟରେ ଆମେରିକାର ପ୍ରତିରକ୍ଷା ସଚିବ ପିଟର ହେଗସେଥ୍ ମଧ୍ୟ ଉପସ୍ଥିତ ଥିଲେ। ଏହି ଚୁକ୍ତିନାମା ଏପରି ସମୟରେ କରାଯାଇଛି, ଯେତେବେଳେ ଶୁଳ୍କକୁ ନେଇ ଉତ୍ତେଜନା ପରେ ଉଭୟ ଦେଶ ସମ୍ପର୍କ ପୁନର୍ବାର ସ୍ଥାପନ କରିବାକୁ ଚେଷ୍ଟା କରୁଛନ୍ତି। ଆମେରିକା ଭାରତୀୟ ଉତ୍ପାଦ ଉପରେ ୫୦ପ୍ରତିଶତ ଶୁଳ୍କ ଲାଗୁ କରିଛି। ଏହି ନିଷ୍ପତ୍ତି ପରେ ବି ଭାରତ ମୁଣ୍ଡ ନୁଆଁଉନଥିବା ଦେଖି ଏବେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତ ସହିତ ସମ୍ପର୍କ ସୁଧାରିବାକୁ ଅନେକ ସଙ୍କେତ ଦେଉଛନ୍ତି। ଏମଧ୍ୟରେ ଦୁଇ ଦେଶ ମଧ୍ୟରେ ପ୍ରତିରକ୍ଷା ଚୁକ୍ତିନାମା ସ୍ୱାକ୍ଷରିତ ହେବା ଚର୍ଚ୍ଚାର ବିଷୟ ପାଲଟିଛି।ଆମେରିକାର ପ୍ରତିରକ୍ଷା ମନ୍ତ୍ରୀଙ୍କ ସହ ଆଲୋଚନା ପରେ, ରାଜନାଥ ସିଂହ ଟ୍ୱିଟରରେ ଲେଖିଛନ୍ତି, "ଏହା ଆମର ଦୃଢ଼ ପ୍ରତିରକ୍ଷା ସହଭାଗୀତାରେ ଏକ ନୂତନ ଯୁଗର ଆରମ୍ଭ।"ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ କହିଛନ୍ତି ଯେ, ଏହି ଚୁକ୍ତିନାମା ଗୁରୁତ୍ୱପୂର୍ଣ୍ଣ ନୀତିଗତ ଦିଗଦର୍ଶନ ପ୍ରଦାନ କରିବ ଏବଂ ଭାରତ-ଆମେରିକା ପ୍ରତିରକ୍ଷା ସମ୍ପର୍କରେ ଏକ ବଡ଼ ପରିବର୍ତ୍ତନ ଆଣିବ। ଏହା ଆମର ବଢ଼ୁଥିବା ରଣନୈତିକ ସମନ୍ୱୟର ସଙ୍କେତ ଦେଉଛି ଏବଂ ଏକ ନୂତନ ଦଶକର ସହଭାଗୀତାର ଆରମ୍ଭକୁ ଚିହ୍ନିତ କରିବ। ପ୍ରତିରକ୍ଷା ସମ୍ପର୍କ ଆମ ସମ୍ପର୍କର ଏକ ଦୃଢ଼ ସ୍ତମ୍ଭ। ଏହା ଭାରତ-ପ୍ରଶାନ୍ତ ମହାସାଗରୀୟ କ୍ଷେତ୍ରରେ ମୁକ୍ତ, ଖୋଲା ଏବଂ ନିୟମ-ଆଧାରିତ navigation ସୁନିଶ୍ଚିତ କରିବା ଦିଗରେ ଏକ ପ୍ରମୁଖ ପଦକ୍ଷେପ ହେବ।
Politics

ଦ କୁଇଭର ବ୍ୟୁରୋ :- ଅମର ପଟ୍ଟନାୟକ ବିଜେପିରେ ସାମିଲ୍ ହେବା ନେଇ ଚର୍ଚ୍ଚା । ବିଜେଡ଼ିର ପୂର୍ବତନ ରାଜ୍ୟସଭା ସାଂସଦ ଅମର ପଟ୍ଟନାୟକ । ଆଜି ବିଜେଡ଼ି ଛାଡି ବିଜେପିରେ ସାମିଲ ହୋଇପାରନ୍ତି ଅମର । ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଆୟୋଜିତ ହୋଇଛି ମିଶ୍ରଣ ପର୍ବ । ରାଜ୍ୟ ସଭାପତି ଓ ପ୍ରଭାରୀଙ୍କ ଉପସ୍ଥିତିରେ ହୋଇପାରନ୍ତି ସାମିଲ୍ ବୋଲି ଚର୍ଚ୍ଚା ଜୋର୍ ଧରିଛି । ତାଙ୍କ ସହ ନୂଆପଡ଼ାର କିଛି ବିଜେଡ଼ି ନେତା ବିଜେପିରେ ସାମିଲ୍ ହେବା ନେଇ ମଧ୍ୟ ଚର୍ଚ୍ଚା ।
Sports

ଦ କୁଇଭର ବ୍ୟୁରୋ :- ଭାରତୀୟ ମହିଳା ଦଳ ଇତିହାସ ସୃଷ୍ଟି କରିଛି। ମହିଳା ODI ବିଶ୍ୱକପ୍ 2025ର ଫାଇନାଲରେ ଟିମ୍ ଇଣ୍ଡିଆ ଦକ୍ଷିଣ ଆଫ୍ରିକାକୁ 52 ରନରେ ପରାସ୍ତ କରିଛି। ପ୍ରଥମେ ବ୍ୟାଟିଂ କରି ଭାରତ 50 ଓଭରରେ ସାତ ୱିକେଟ୍ ହରାଇ 298 ରନ୍ କରିଥିଲା। ଜବାବରେ ଦକ୍ଷିଣ ଆଫ୍ରିକା 246 ରନରେ ଅଲଆଉଟ୍ ହୋଇଯାଇଥିଲା। ଦୀପ୍ତି ଶର୍ମା 5ଟି ୱିକେଟ୍ ନେଇ ମ୍ୟାଚ୍ର ମୋଡ଼ ବଦଳାଇ ଦେଇଥିଲେ। ଦକ୍ଷିଣ ଆଫ୍ରିକା ଅଧିନାୟିକା ଏଲ୍ ୱୋଲଭାର୍ଡଙ୍କ 101 ରନର ଇନିଂସ ବ୍ୟର୍ଥ ଗଲା। ମହିଳା ODI ବିଶ୍ୱକପ୍ ର 52 ବର୍ଷର ଇତିହାସରେ ଏହା ଭାରତର ପ୍ରଥମ ODI ବିଶ୍ୱକପ୍ ଟାଇଟଲ୍। ପ୍ରଥମ ମହିଳା ODI ବିଶ୍ୱକପ୍ 1973ରେ ଖେଳାଯାଇଥିଲା। ଦକ୍ଷିଣ ଆଫ୍ରିକାକୁ 52 ରନ୍ ରେ ପରାସ୍ତ କରି ଭାରତାୟ ମହିଳା ହୋଇଛନ୍ତି ବିଶ୍ବ ଚାମ୍ପିଅନ୍। ଦୀପ୍ତି ଶର୍ମାଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ଭାରତ ଆଜି ମହିଳା ବିଶ୍ବକପ୍ ଚାମ୍ପିଅନ୍ ହୋଇଛି। ବ୍ୟାଟିଂ କରି ଗୁରୁତ୍ବପୂର୍ଣ୍ଣ 58 ରନ୍ କରିଥିବା ବୋଲିଂରେ ମଧ୍ୟ ଗୁରୁତ୍ବପୂର୍ଣ୍ଣ 5 ୱିକେଟ ନେଇ ବିପ7 ଟିମ୍ ର ବିପର୍ଯ୍ୟୟ ଘଟାଇଥିଲେ। ପ୍ରଥମେ ବ୍ୟାଟିଂ କରି ଭାରତ 298 ରନ୍ କରିଥିଲା ଏବଂ ଜବାବରେ ଦକ୍ଷିଣ ଆଫ୍ରିକାକୁ 246 ରନରେ ଅଲଆଉଟ୍ କରିଥିଲା। 87 ରନ୍ ର ଇନିଂସ ସହ 2 ୱିକେଟ ହାସଲ କରିଥିବା ଶେଫାଲି ହୋଇଛନ୍ତି, ପ୍ଲେୟର ଅଫ୍ ଦ ମ୍ୟାଚ୍। ସେହିପରି ଅଲ୍ ରାଉଣ୍ଡର ଦୀପ୍ତି ଶର୍ମା ପ୍ଲେୟର ଅଫ୍ ଦ ସିରିଜ୍ ହୋଇଛନ୍ତି। ସମ୍ପୂର୍ଣ୍ଣ ସିରିଜରେ ଦୀପ୍ତି ଦୁଇଟି ଅର୍ଦ୍ଧଶତକ ସହ 215 ରନ୍ ସଂଗ୍ରେହ କରିଥିବା ବେଳେ 22ଟି ୱିକେଟ ହାସଲ କରିଛନ୍ତି। ଭାରତ ପାଇଁ ଦୀପ୍ତି ଶର୍ମା (58) ଏବଂ ଶେଫାଲି ବର୍ମା (87) ଅର୍ଦ୍ଧଶତକ ହାସଲ କରିଥିଲେ।
ଗୋଟିଏ ସମୟରେ, ଲାଗୁଥିଲା ଯେ ଭାରତୀୟ ଦଳ 350 ରନରେ ପହଞ୍ଚିବ, କିନ୍ତୁ ମଧ୍ୟକ୍ରମରେ ୱିକେଟ ପତନ ଏବଂ ଧୀର ବ୍ୟାଟିଂ ତାହା ଘଟିବାରୁ ବାଧା ଦେଇଥିଲା ଏବଂ ଭାରତୀୟ ଦଳ କେବଳ 300 ରନ୍ ପାଖରେ ପହଞ୍ଚିପାରିଲା। ଏହା ମହିଳା ଏକଦିବସୀୟ ବିଶ୍ୱକପ ଫାଇନାଲରେ ଦ୍ୱିତୀୟ ସର୍ବାଧିକ ସ୍କୋର ଏବଂ ବିଶ୍ୱକପ ଫାଇନାଲରେ ଭାରତର ସର୍ବାଧିକ ସ୍କୋର। ମହିଳା ବିଶ୍ୱକପ୍ ଫାଇନାଲରେ ଏତେ ବଡ଼ ସ୍କୋର ପିଛା ପୂର୍ବରୁ କେବେ ହୋଇନଥିଲା। ମହିଳା ଏକଦିବସୀୟ ବିଶ୍ୱକପରେ ଦକ୍ଷିଣ ଆଫ୍ରିକାର ସର୍ବାଧିକ ପିଛା କରିବା ହେଉଛି 275 ରନ୍, ଯାହା ସେମାନେ 2022ରେ ଭାରତ ବିପକ୍ଷରେ ହାସଲ କରିଥିଲେ। ଭାରତ ପକ୍ଷରୁ ଦୀପ୍ତି ଶର୍ମା 58 ରନ୍ ଏବଂ ଶେଫାଲି 87 ରନ୍ କରିଥିଲେ। ଏହା ବ୍ୟତୀତ ସ୍ମୃତି ମନ୍ଧାନା 45 ରନ୍ କରିଥିଲେ। ରିଚା ଘୋଷ 24 ବଲ୍ ରେ 34 ରନ୍ ର ଏକ ଝଡ଼ମୟ ଇନିଂସ ଖେଳିଥିଲେ। ଜେମିମା ରଡ୍ରିଗ୍ସ 24 ରନ୍ କରି ଆଉଟ୍ ହୋଇଥିଲେ ଏବଂ ଅଧିନାୟିକା ହରମନପ୍ରୀତ କୌର 20 ରନ୍ କରି ଆଉଟ୍ ହୋଇଥିଲେ। ଯେଉଁଠାରେ, ଅମନଜୋତ କୌର 12 ରନ୍ କରିଥିଲେ। ଦକ୍ଷିଣ ଆଫ୍ରିକା ପକ୍ଷରୁ, ଆୟାବୋଙ୍ଗା ଖାକା ତିନିଟି ୱିକେଟ ନେଇଥିବା ବେଳେ ମାଲାବା, ଡି କ୍ଲାର୍କ ଏବଂ କ୍ଲୋଏ ଟ୍ରିଅନ୍ ଗୋଟିଏ ଲେଖାଏଁ ୱିକେଟ ନେଇଥିଲେ।
ଆଜି ନଭି ମୁମ୍ବାଇର ଡିୱାଇ ପାଟିଲ ଷ୍ଟାଡିୟମରେ ୨୦୨୫ ମହିଳା ବିଶ୍ୱକପର ଫାଇନାଲ ଖେଳାଯାଉଛି। ଭାରତ ଏବଂ ଦକ୍ଷିଣ ଆଫ୍ରିକା ପରସ୍ପର ମୁହାଁମୁହିଁ ହେଉଛନ୍ତି। ଏହି ମ୍ୟାଚ୍ ଏକ ଆକର୍ଷଣୀୟ ହେବ ବୋଲି ଆଶା କରାଯାଉଛି। ମ୍ୟାଚ୍ ଅପରାହ୍ନ ୩ଟାରେ ଆରମ୍ଭ ହେବାର ଥିଲା, କିନ୍ତୁ ବର୍ଷା ଯୋଗୁଁ ଟସ୍ ପ୍ରାୟ ଦୁଇ ଘଣ୍ଟା ବିଳମ୍ବ ହୋଇଥିଲା। ଦକ୍ଷିଣ ଆଫ୍ରିକା ଟସ୍ ଜିତି ଭାରତକୁ ପ୍ରଥମେ ବ୍ୟାଟିଂ କରିବାକୁ ଆମନ୍ତ୍ରଣ କରିଥିଲା। ଟୁର୍ଣ୍ଣାମେଣ୍ଟର ପ୍ରଥମ ମ୍ୟାଚ୍ ରେ ଆୟୋଜକ ଭାରତ, ଶ୍ରୀଲଙ୍କାକୁ ପରାସ୍ତ କରିଥିବା ବେଳେ ଦ୍ବିତୀୟ ମ୍ୟାଚ୍ ରେ ପାକିସ୍ତାନକୁ ପରାସ୍ତ କରିଥିଲା। ହେଲେ ଏହାପରେ ଭାରତ କ୍ରମାଗତ ଭାବେ ଦକ୍ଷିଣ ଆଫ୍ରିକା, ଅଷ୍ଟ୍ରେଲିଆ ଓ ଇଂଲଣ୍ଡ ଠାରୁ ପରାସ୍ତ ହୋଇଥିଲା। ଏହାପରେ ଏକ ଗୁରୁତ୍ବପୂର୍ଣ୍ଣ ମ୍ୟାଚ୍ ରେ ଘରୋଇ ଦଳ ନ୍ୟୁଜିଲାଣ୍ଡକୁ ପରାସ୍ତ କରିବା ସହ ଚତୁର୍ଥ ଦଳ ଭାବେ ସେମିଫାଇନାଲରେ ସ୍ଥାନ ପକ୍କା କରିଥିଲା। ଆଉ ସେମି ଫାଇନାଲରେ ଟିମ୍ ଇଣ୍ଡିଆର ମୁକାବିଲା ଥିଲା ଡିଫେଣ୍ଡିଂ ଚାମ୍ପିଅନ୍ ଅଷ୍ଟ୍ରେଲିଆ ସହିତ। ଏକ ହାଇସ୍କୋରିଂ ମ୍ୟାଚ୍ ରେ ଜେମିମା ରୋଡ୍ରିଗ୍ସଙ୍କ ଦମଦାର୍ ଅପରାଜିତ ଶତକ ବଳରେ 339 ରନ୍ ର ଟାର୍ଗେଟକୁ ହାସଲ କରିବା ସହ ଫାଇନାଲକୁ ଉନ୍ନୀତ ହୋଇଥିଲା, ଆୟୋଜକ ଭାରତ।
Shree Jagannath

ଦ କୁଇଭର ବ୍ୟୁରୋ :- ଧର୍ମର ମାସ କାର୍ତ୍ତିକ ପରେ ଆଜିଠୁ ଆରମ୍ଭ ମାର୍ଗଶିର ମାସ ଆଉ ଆଜି ହେଉଛି ମାର୍ଗଶିର ପ୍ରଥମ ଗୁରୁବାର । ଓଡ଼ିଆ ଘରର ବଡ଼ ପୂଜା । ଘରେ ଘରେ ପୂଜା ପାଉଛନ୍ତି ମାଆ ଲକ୍ଷ୍ମୀ । ନାରୀ ଶକ୍ତିର ପ୍ରତୀକ ମାଣବସା ଗୁରୁବାରକୁ ନେଇ ଗାଁଠୁ ସହର ସବୁଠି ଉତ୍ସାହର ମାହୋଲ । ଓଡ଼ିଆ ଘରେ ମାଣବସା ଗୁରୁବାରର ବିଶେଷ ମହତ୍ବ ରହିଛି । ଆମ ସମାଜ ସହ ଅଙ୍ଗାଅଙ୍ଗି ଭାବେ ଜଡ଼ିତ ଏହି ମାଣବସା ପୂଜା । ବଡଠାକୁର ବଳଭଦ୍ର, ମହାପ୍ରଭୁ ଜଗନ୍ନାଥ ଏବଂ ମାଆ ଲକ୍ଷ୍ମୀ ପାରିବାରିକ ସମ୍ପର୍କକୁ ନେଇ ମାଣବସା ଗୁରୁବାର ପୂଜା କରାଯାଇଥାଏ । ଧନ ଓ ସମୃଦ୍ଧିର ପ୍ରତୀକ ମାଆ ଲକ୍ଷ୍ମୀଙ୍କ ପୂଜାରେ ବ୍ୟସ୍ତ ଓଡ଼ିଆ ଘରର ବୋହୂ । ସିନ୍ଦୁରା ଫାଟିବା ପୂର୍ବରୁ ଘରର ମହିଳାମାନେ ଉଠି ନିତ୍ୟକର୍ମ ସାରିବା ପରେ ଗୋବର ପବିତ୍ର ଜଳରେ ଘର ଦାଣ୍ଡ ପରିଷ୍କାର କରିବା ପରେ ଗାଧୋଇ ମାଆଙ୍କ ପୂଜା ଆରମ୍ଭ କରିଛନ୍ତି । ନୂଆ ଧାନରେ କେନ୍ଦା କରି, ମାଣରେ ସିନ୍ଦୁର ଓ କଉଡିରେ ମାଆଙ୍କ ପ୍ରତୀମା ପ୍ରସ୍ତୁତ କରି କାଠ ଖଠୁଲିରେ ମାଆଙ୍କ ପୂଜା କରାଯାଉଛି । ପିଠାପଣା, ସହ ଭଳିକି ଭଳି ସ୍ବାଦିଷ୍ଟ ବ୍ୟଞ୍ଜନରେ ମହକୁଛି ଗାଁ ଦାଣ୍ଡ ।
ତେଵେ ଜାଣିଛନ୍ତି କି କାହିଁକି ଓଡ଼ିଆ ଘରେ ପାଳନ ହୁଏ ମାଣବସା ଗୁରୁବାର:- ଓଡିଶା ହେଉଛି ଜାଗନ୍ନାଥଙ୍କ ରାଜ୍ୟ ବାର ମାସରେ ତେର ପର୍ବ ପାଳନ କରିଥାନ୍ତି ଓଡିଶାବାସୀ । ଆଉ ସେଥିରୁ ଅନ୍ୟତମ ହେଉଛି ମାର୍ଗଶୀର ମାସ ମାଣବସା ଗୁରୁବାର । ଆଜି ହେଉଛି ମାର୍ଗଶିର ମାସ ଗୁରୁବାର । ଧନଦାତ୍ରି ମା ଲକ୍ଷ୍ମୀଙ୍କୁ ମାର୍ଗଶିର ମାସ ଗୁରବାର ଦିନ ସଧବା ନାରୀ ମାନେ ଅଗଣାରେ ରଙ୍ଗବିରଙ୍ଗ ଝୋଟି ପକାଇ ନୂଆ ଲୁଗା ପରିଧାନ କରି ଘରେ ଧାନ ଖଟୁଲିକୁ ସୁସଜ୍ଜିତ କରି ମାଙ୍କୁ ଆବାହନ କରିଥାନ୍ତି । ଏଥି ପାଇଁ ଗାଁ ଠୁ ସହର ଚାରିଆଡେ ଉତ୍ସବର ପରିବେଶ । ପୁରାଣରେ ବର୍ଣିତ ଅଛି ମାଙ୍କ ର ଟିକେ କୃପା ମିିଳିଲେ ଗରିବ ଧନୀ ହୋଇଯାଏ । ଏଥିପାଇ ସଧବା ନାରୀ ନିଷ୍ଠା ର ସହ ଏହି ବ୍ରତ କରିଥାନ୍ତି । ଏ ପୂଜା ରେ ଜାତି,ଅଜାତି ନାହିଁ । ବ୍ରାହ୍ମଣ ଠାରୁ ଚଣ୍ଡାଳ ପର୍ଯ୍ୟନ୍ତ ସବୁ ଓଡ଼ିଆଙ୍କ ଘରେ ଏ ପର୍ବ ପାଳନ କରାଯାଏ । ମାର୍ଗଶୀର ମାସ ମାଣବସା ଗୁରୁବାର ୪ ବା ୫ ପାଳି ପଡିଥାଏ । ଏହା ଓଡ଼ିଆଙ୍କ ଛଡ଼ା ଅନ୍ୟ କେଉଁଠି ପାଳିତ ହେଉଥିବା ଦୃଷ୍ଟିଗୋଚର ହୁଏନାହିଁ।
ମାଣବସା ଗୁରୁବାର ଓଷା ପୂର୍ବଦିନ ରାତିରେ ଗୃହିଣୀମାନେ ଘରଦ୍ୱାର ଲିପାପୋଛା କରି ଝୋଟିଚିତା ପକାଇଥାନ୍ତି । ଘରର ପ୍ରତ୍ୟକ ଦୁଆର ଅଗଣା କାନ୍ଥ ଓ ଚାରିପାଖ ଝୋଟି ଚିତାଦ୍ୱାରା ସଜାଯାଇଥାଏ । ମାଣ ଖଟୁଲି ଉପରେ ଏକ ନୂଆ ମାଣରେ ଧଳାଧାନ ଭରି ରଖାଯାଏ । ଖଟୁଲିରେ ରଖି ତା ଉପରେ ଧାନର ମେଣ୍ଟାକୁ ରଖାଯାଏ । ନାଲିଛିଟ ଓ ସୁନ୍ଦର ପାଟକନାରେ ଓଢଣୀ ଦେଇ ଏହାକୁ ଏକ ନବ ବଧୂର ରୂପ ସଦୃଶ କରାଯାଏ । ମା’ଲକ୍ଷ୍ମୀଙ୍କର ଖଟୁଲି ବା ଆସ୍ଥାନ ଚାରିପଟେ ଷୋଳ ପାଖୁଡା ବିଶିଷ୍ଟ ଦିବ୍ୟ, ପଦ୍ମ ଅଙ୍କନ କରାଯାଇଥାଏ । ଘରର ଚତୁଃପାଶ୍ୱର୍ରୁ ମା’ଙ୍କର ପଦ୍ମ ପାଦର ଚିତା ଆସ୍ଥାନ ପର୍ଯ୍ୟନ୍ତ ଅଙ୍କାଯାଏ । ଲକ୍ଷ୍ମୀଙ୍କର ସ୍ଥାପନା ପାଇଁ ଠାକୁରଘରର ଏକ ସ୍ୱତନ୍ତ୍ର ସ୍ଥାନ ନିରୂପଣ କରାଯାଏ । ପୂଜା ପାଇଁ ପୂର୍ବରୁ ପ୍ରସ୍ତୁତ କରି ରଖାଯାଇଥାଏ ଅମଳ ହୋଇଥିବା ଶୁକ୍ଳଧାନ , ମାଣ, ଗୁଆ, କଉଡି, ନଡିଆ, ଦୁବ, ବରକୋଳି ପତ୍ର, ସିନ୍ଦୂର, ଧୂପଦୀପ ଓ ନୈବେଦ୍ୟ । ମାଣ ବସାଇବା ପୂର୍ବରୁ ସେହିମାଣକୁ ହଳଦୀ ପାଣିରେ ଧୋଇ ଖରାରେ ଶୁଖିଯିବା ପରେ ସିନ୍ଦୂର ବୋଳାଯାଏ । ବିଧି ଅନୁଯାୟୀ ଖଟୁଲି ଉପରେ ଲକ୍ଷ୍ମୀଙ୍କର କାଠରେ ନିର୍ମିତ ପ୍ରତିମା, ପାନିଆଁ, ଆଇନା, କଜ୍ଜଳ ଏବଂ ଖଟୁଲି ପାଖରେ ଆଖୁ, ମୂଳା ନିକଟରେ ରଖାଯାଇଥାଏ । ଏଥି ସହିତ ମଣ୍ଡା ପିଠା ତିଆରି କରାଯାଇ ଭୋଗ ଦିଆଯାଇଥାଏ । ବିଭିନ୍ନ ପାଳିରେ ଭିନ୍ନ ଭିନ୍ନ ପିଠାପଣା ପ୍ରସ୍ତୁତ କରି ଲକ୍ଷ୍ମୀଙ୍କୁ ପାଖରେ ଲାଗି କରାଯାଇଥାଏ । ଲକ୍ଷ୍ମୀଙ୍କୁ ଧୂପ, ଦୀପ, ନେବେଦ୍ୟ ସହ ବାଳଭୋଗରେ ଛୋନା, ଗୁଡ଼, ନଡ଼ିଆ, କଦଳୀକୁ ଚକଟି ଭୋଗ ଲଗାଯାଏ । ଏହି ଭୋଗ ଘରର ପ୍ରତ୍ୟେକ ସଦସ୍ୟ ଖାଇଥାନ୍ତି । ଏହିଭୋଗକୁ ପରିବାର ଛଡ଼ା ଅନ୍ୟ କାହାକୁ ନଦେବାର ନିୟମ ଅଛି । ମାର୍ଗଶିର ମାସର ଶେଷ ଗୁରୁବାର ଦିନ ବ୍ରତ ସାରି ଉଜୁଆ ଯାଏ । ଏହି ଦିନ ପୂର୍ବଭଳି ସମସ୍ତ ନୀତିରେ ମାଣ ବସାଇ ମଣ୍ଡା ପିଠା ଓ ଖିରି ଭୋଗ କରାଯାଏ । ସଞ୍ଜ ଭୋଗ ପରେ ସେହି ମାଣରେ ଥିବା ଧାନକୁ ଆଉ ଏକ ଜାଗାରେ ଅଜାଡ଼ି ରଖାଯାଏ । ପୂଜାର ଅନ୍ୟ ସମସ୍ତ ସଜକୁ ନେଇ ପୋଖରୀ ଆଦି ଜଳାଶୟରେ ବିସର୍ଜନ କରାଯାଏ । ପୂଜାରେ ବ୍ୟବହୃତ ଧାନକୁ କୁଟି ସେହି ଚାଉଳରେ ଖିରି ବା ଜାଉ ରାନ୍ଧି କେବଳ ଘର ଲୋକଙ୍କ ମଧ୍ୟରେ ଖିଆଯାଏ । ଏହିପରି ଲକ୍ଷ୍ମୀଙ୍କୁ ଆବାହନ କରିବାଠାରୁ ବିସର୍ଜନ କରାଯିବା ପର୍ଯ୍ୟନ୍ତ ସମସ୍ତ ବିଧି ବିଧାନକୁ ପାଳନ କରି ଘରର ବିବିଧ ଉନ୍ନତି କାମନା କରାଯାଏ ।ରହିଗଲେ । ସେକାଳରେ ସମାଜରେ ଛୁଆଁ ଅଛୁଆଁ ଭେଦଭାବ ରହିଥିଲା ।ଏହା ଦେଖିପ୍ରଭୁ ବଳରାମ କୋପ ପ୍ରକାଶ କଲେ । ଚଣ୍ଡାଳୁଣୀର ଘରେ ପାଦ ଦେଇଥିବାରୁ ବଡ଼ଦେଉଳ ଦ୍ୱାର ଲକ୍ଷ୍ମୀଙ୍କ ପାଇଁ ବନ୍ଦ ହୋଇଥିଲା । ପରେ ଅପମାନିତ ହୋଇ ମାଆ ମଧ୍ୟ ମନ୍ଦିରରୁ ବାହାରି ଗଲେ । ଲକ୍ଷ୍ମୀଙ୍କ ନିର୍ଦ୍ଦେଶରେ ସମୁଦ୍ର କୂଳରେ ବିଶ୍ୱକର୍ମା ଆଉ ଏକ ପ୍ରାସାଦ ଗଢ଼ିଦେଲେ । ତାଳ ବେତାଳଙ୍କୁ ଡକାଇ ମାଆ ବଡ଼ଦେଉଳରୁ ସବୁ ଜିନିଷ ଲୁଟିନେଇ ଶ୍ରୀମନ୍ଦିରକୁ ଶ୍ରୀହୀନ କରିଦେଲେ । ଖାଇବାକୁ ନପାଇ ଦୁଇଭାଇ ଭୋକରେ ଆଉଟୁ ପାଉଟୁ ହୋଇ ଶେଷରେ ସେହି ପ୍ରାସାଦ ସମ୍ମୁଖରେ ପହଞ୍ଚିଲେ। ପ୍ରାସାଦ ମାଲିକାଣୀଙ୍କ ଅତିଥେୟତାରେ ବିମୁଗ୍ଧ ହୋଇ ସେମାନେ ପ୍ରାସାଦ ମୁରବିଙ୍କୁ ଭେଟିବାକୁ ଚାହିଁଲେ। ଆଉ ପରିଚୟ ପାଇବା ପରେ ନିଜକୁ ଲଜ୍ଜିତ ମନେ କଲେ ଦୁଇ ଭାଇ। ଶୁଚିଶୁଦ୍ଧ ଲୋକର ଦ୍ୱାରକୁ ଯିବାକୁ ବାରଣ ନାହିଁ କି ଛୁଆଁ ଅଛୁଆଁ ଭେଦଭାବ ରହିବ ନାହିଁ ବୋଲି ପ୍ରତିଶ୍ରୁତି ପାଇବା ପରେ ଲକ୍ଷ୍ମୀ ଶ୍ରୀମନ୍ଦିରକୁ ବାହୁଡ଼ିଥିଲେ ।
ତେଵେ ଲକ୍ଷ୍ମୀ ପୂରାଣ ସହ କୋଉଠି ନା କୋଉଠି ଆଜି ଭି ଘରେ ଘରେ ଜଡିତ ସମ୍ପର୍କ ରହିଛି l ଆଉ ପ୍ରତି ଓଡ଼ିଆଙ୍କ ଆରାଧ୍ୟା ଦେବୀ ଦେବତା ଯେହେତୁ ମା ଲକ୍ଷ୍ମୀ ଏବଂ ଭଗବାନ ଶ୍ରୀ ଜଗନ୍ନାଥ ତେଣୁ ଏହି ମାର୍ଗଶିର ମାସର ପ୍ରତ୍ୟକ ଗୁରୁବାରକୁ ଲୋକେ ଭକ୍ତିର ସହ ପୂଜା ଅର୍ଚ୍ଚନା କରି ଆତ୍ମସନ୍ତୋଷ ଲାଭ କରନ୍ତି l
Politics

ଦ କୁଇଭର ବ୍ୟୁରୋ :- ଆଜି (ଗୁରୁବାର) ବିହାର ବିଧାନସଭା ନିର୍ବାଚନ 2025ର ପ୍ରଥମ ପର୍ଯ୍ୟାୟ ମତଦାନ। ଏହି ପର୍ଯ୍ୟାୟରେ 18ଟି ଜିଲ୍ଲାର 121ଟି ବିଧାନସଭା ଆସନ ପାଇଁ ମତଦାନ ହେବ। ଯେଉଁଥିପାଇଁ ପ୍ରଶାସନିକ ପ୍ରସ୍ତୁତି ଶେଷ ହୋଇଛି । ନିର୍ବାଚନର ପୂର୍ବ ସନ୍ଧ୍ୟାରେ, ସମସ୍ତ ଜିଲ୍ଲାର ବିଭିନ୍ନ ମତଦାନ କେନ୍ଦ୍ରକୁ ଇଭିଏମ୍, ଭିଭିପ୍ୟାଟ୍, କାଳି, ବାଲଟ୍ ବାକ୍ସ ଏବଂ ଅନ୍ୟାନ୍ୟ ଆବଶ୍ୟକୀୟ ସାମଗ୍ରୀ ପଠାଯାଇଛି । ଏସବୁ ସାମଗ୍ରୀ ନେଇ ସୁରକ୍ଷାକର୍ମୀଙ୍କ ସହିତ ପୋଲିଂ କର୍ମଚାରୀମାନେ ମୋଟ୍ 45,341 ମତଦାନ କେନ୍ଦ୍ରକୁ ପ୍ରସ୍ଥାନ କରିସାରିଛନ୍ତି। ନିର୍ବାଚନ ହେବାକୁ ଥିବା ଜିଲ୍ଲାଗୁଡ଼ିକ ହେଉଛି ମଧେପୁରା, ସହରସା, ଦରଭଙ୍ଗା, ମୁଜାଫରପୁର, ଗୋପାଳଗଞ୍ଜ, ସିୱାନ୍, ସାରଣ, ବୈଶାଳୀ, ସାମସ୍ତିପୁର, ବେଗୁସରାଇ, ଖାଗରିଆ, ମୁଙ୍ଗେର, ଲଖିସରାଇ, ଶେଖପୁରା, ନାଲନ୍ଦା, ପାଟନା, ଭୋଜପୁର ଏବଂ ବକ୍ସର।115 ବିଧାନସଭା ନିର୍ବାଚନମଣ୍ଡଳୀର 43,206ଟି ମତଦାନ କେନ୍ଦ୍ରରେ ସକାଳ 7ଟାରୁ ସନ୍ଧ୍ୟା 6ଟା ପର୍ଯ୍ୟନ୍ତ ମତଦାନ ହେବ । ମାତ୍ର 6ଟି ବିଧାନସଭା ନିର୍ବାଚନମଣ୍ଡଳୀର 2,135ଟି ମତଦାନ କେନ୍ଦ୍ରରେ ସକାଳ 7ଟାରୁ ସନ୍ଧ୍ୟା 5ଟା ପର୍ଯ୍ୟନ୍ତ ମତଦାନ ହେବ ।