Join Us To Make A Difference

The Drops💧

ଅସୁସ୍ଥ ଗୋବିନ୍ଦା

ଅସୁସ୍ଥ ଗୋବିନ୍ଦା
Published by:Jyotshna Kumari
#entertainment

ଦ କୁଇଭର ବ୍ୟୁରୋ :- ବଲିଉଡ ଅଭିନେତା ଗୋବିନ୍ଦାଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର । ଗତକାଲି ରାତିରେ ଘରେ ବେହୋସ ହେବା ପରେ ପୂର୍ବତନ ସାଂସଦ ଗୋବିନ୍ଦଙ୍କୁ ହସ୍ପିଟାଲରେ ନିଆଯାଇଥିଲା । ୬୧ ବର୍ଷୀୟ ମୁମ୍ବାଇର ବଲିଉଡ ଷ୍ଟାରଙ୍କୁ ମୁମ୍ବାଇ ହସ୍ପିଟାଲର କ୍ରିଟିକାଲ୍ କେୟାର ୟୁନିଟରେ ଭର୍ତ୍ତି କରାଯାଇଛି । ବର୍ତ୍ତମାନ ତାଙ୍କୁ ମେଡିକାଲ ଅବଜରଭେସନରେ ରଖାଯାଇଛି ।ରିପୋର୍ଟ ଅନୁସାରେ ଅଚେତ ହେବାରୁ ତାଙ୍କ ଅବସ୍ଥା ବିଗିଡିଛି। ଗତକାଲି ସକାଳେ ସବୁ କିଛି ଠିକ ଥିଲା । ତେବେ ରାତିରେ ସେ ହଠାତ ବେହୋସ ହୋଇଥିଲେ । ରାତି ୧ଟାରେ ହସ୍ପିଟାଲରେ ଭର୍ତ୍ତି କରିଥିଲେ। ତାଙ୍କର ଡାକ୍ତରୀ ଟେଷ୍ଟ ହୋଇଛି । ରିପୋର୍ଟକୁ ଅପେକ୍ଷା କରାଯାଇଛି । ଏ ନେଇ ଗୋବିନ୍ଦାଙ୍କ ଆଇନଗତ ପରାମର୍ଶଦାତା ଲଳିତ ବିନ୍ଦଲ ସୂଚନା ଦେଇଛନ୍ତି ।

Comments

Leave a Comment

Comments

No comments yet.

Weather

୨ ଦିନ ପ୍ରବଳ ଶୀତ

Blog Thumbnail

ଦ କୁଇଭର ବ୍ୟୁରୋ:- ଓଡ଼ିଶାରେ ଧୀରେ ଧୀରେ ଶୀତର ପ୍ରକୋପ ବଢ଼ୁଛି । ସାରା ରାଜ୍ୟରେ ଶୀତ ଅନୁଭୂତ ହେଉଥିବା ବେଳେ ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ଥଣ୍ଡାର ପରିମାଣ ଅଧିକ ରହୁଛି । ଆଜି (ମଙ୍ଗଳବାର) ଠାରୁ ଶୀତ ଆହୁରି ବଢ଼ିବା ନେଇ ପାଣିପାଗ ବିଭାଗ ପୂର୍ବାନୂମାନ କରିଛି । ଆଗାମୀ 48 ଘଣ୍ଟା ପାଇଁ 3 ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆଗାମୀ 24 ଘଣ୍ଟା ମଧ୍ୟରେ ରାତିର ତାପମାତ୍ରା 2ରୁ 3 ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ତାପମାତ୍ର କମିବା ସହ ଶୀତ ବଢିବା । ଆଜି ରାତି ଓ ଆସନ୍ତାକାଲି (ବୁଧବାର) ଶୀତ ଲହରୀ (Cold Wave) ପାଇଁ ଝାରସୁଗୁଡ଼ା, କନ୍ଧମାଳ ଓ ସୁନ୍ଦରଗଡ ଏହି ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏହି ଦୁଇ ଦିନ ବିଶେଷ କରି ଅଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାରେ ଶୀତ ସହ ଅଧିକ କୁହୁଡି ଅନୁଭୂତ ହେବାର ସମ୍ଭାବନା ରହିଛି ।

Entertainment

ଅସୁସ୍ଥ ଗୋବିନ୍ଦା

Blog Thumbnail

ଦ କୁଇଭର ବ୍ୟୁରୋ :- ବଲିଉଡ ଅଭିନେତା ଗୋବିନ୍ଦାଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର । ଗତକାଲି ରାତିରେ ଘରେ ବେହୋସ ହେବା ପରେ ପୂର୍ବତନ ସାଂସଦ ଗୋବିନ୍ଦଙ୍କୁ ହସ୍ପିଟାଲରେ ନିଆଯାଇଥିଲା । ୬୧ ବର୍ଷୀୟ ମୁମ୍ବାଇର ବଲିଉଡ ଷ୍ଟାରଙ୍କୁ ମୁମ୍ବାଇ ହସ୍ପିଟାଲର କ୍ରିଟିକାଲ୍ କେୟାର ୟୁନିଟରେ ଭର୍ତ୍ତି କରାଯାଇଛି । ବର୍ତ୍ତମାନ ତାଙ୍କୁ ମେଡିକାଲ ଅବଜରଭେସନରେ ରଖାଯାଇଛି ।ରିପୋର୍ଟ ଅନୁସାରେ ଅଚେତ ହେବାରୁ ତାଙ୍କ ଅବସ୍ଥା ବିଗିଡିଛି। ଗତକାଲି ସକାଳେ ସବୁ କିଛି ଠିକ ଥିଲା । ତେବେ ରାତିରେ ସେ ହଠାତ ବେହୋସ ହୋଇଥିଲେ । ରାତି ୧ଟାରେ ହସ୍ପିଟାଲରେ ଭର୍ତ୍ତି କରିଥିଲେ। ତାଙ୍କର ଡାକ୍ତରୀ ଟେଷ୍ଟ ହୋଇଛି । ରିପୋର୍ଟକୁ ଅପେକ୍ଷା କରାଯାଇଛି । ଏ ନେଇ ଗୋବିନ୍ଦାଙ୍କ ଆଇନଗତ ପରାମର୍ଶଦାତା ଲଳିତ ବିନ୍ଦଲ ସୂଚନା ଦେଇଛନ୍ତି ।

Sports,City

କୌଶିକ କପ-୨୦୨୫ରେ ମୀନାକ୍ଷୀ ନଗର୍ ଜାଭିୟର୍ସ ସ୍କୁଲ ଚାମ୍ପିଅନ

Blog Thumbnail

ବ୍ରହ୍ମପୁର( ଦ କୁଇଭର ):- ମହାତ୍ମାଗାନ୍ଧି ଷ୍ଟାଡିୟମ୍ ପରିସରରେ ଶ୍ରୀ କୌଶୀକ୍ କପ୍ -୨୦୨୫ ନାମରେ ଆନ୍ତଃ ବିଦ୍ୟାଳୟ କ୍ରିକେଟ୍ ଟୁର୍ଣ୍ଣ! ମେଣ୍ଟ ଆୟୋଜିତ ହୋଇଯାଇଛି । ସେଣ୍ଟ ଜାଭିୟର୍ସ ହାଇସ୍କୁଲ ତରଫରୁ ଲିଡ୍ସ ସ୍ପୋଟିଙ୍ଗ କ୍ଲବ୍ ବ୍ରହ୍ମପୁର ସହଯୋଗରେ ଏପରି କ୍ରିକେଟ୍ ପ୍ରତିଯୋଗୀତା ସିଜନ୍-୨ ଆୟୋଜିତ ହୋଇଥିଲା । ଫାଇନାଲ ରେ ବାଳିକା ଦଳରେ ମୁଖ୍ୟ ଅତିଥିରୂପେ ଏମ୍‌କେସିଜି ମେଡ଼ିକାଲ୍ କଲେଜ୍‌ର ମାନସିକ ରୋଗ ଚିକିତ୍ସା ବିଭାଗ ର ଡ଼ା ସ୍ଵାତୀ ମିଶ୍ର ଓ ଡେପୁଟି କମିଶନର କଲ୍ୟାଣୀ ସଂଘମିତ୍ରା ଯୋଗଦେଇ ଥିଲେ । ଆଂଚଳିକ ଶିକ୍ଷା ନିର୍ଦେଶକ କାହ୍ନୁ ଚରଣ ପଣ୍ଡା ନିର୍ଦେଶକ କୁନାଲ କୌଶିକ ପଣ୍ଡା, ଓ ରାହୁଲ ରାଜ୍ ପଣ୍ଡା ଙ୍କ ତତ୍ତ୍ଵାବଧାନରେ ଏହି କ୍ରିକେଟ୍ ଟୁର୍ଣ୍ଣ ମେଣ୍ଟ ଆୟୋଜିତ ହୋଇଥିଲା । ଲିଡ୍ସ କ୍ଲବର ସମ୍ପାଦକ ମନୋଜ ଦଣ୍ଡପାଟ,କ୍ରୀଡା ଶିକ୍ଷକ ବିଶ୍ୱବନ୍ଧୁ ପାଢ଼ୀ, ଦୀପକ ପାତ୍ର ପ୍ରମୁଖ ଏଥିରେ ସହଯୋଗ କରିଥିଲେ । ଏଥିରେ ୧୧ଟି ବିଦ୍ୟାଳୟ ର ବାଳକ ଦଳ ଓ ୪ଟି ବାଳିକା ଦଳ ଯୋଗଦେଇଥିଲେ । ବାଳକ ଦଳ ଓ ବାଳିକା ଦଳରେରେ ମୀନାକ୍ଷୀ ନଗର୍ ସେଣ୍ଟ ଜାଭିଅର୍ସ ସ୍କୁଲ ଦଳ ଫାଇନାଲ ମ୍ୟାଚ୍ ରେ ଚମ୍ପିୟାନ ଦଳ ଭାବେ ପୁରସ୍କୃତ ହୋଇଥିଲେ । ସେହି ପରି ବାଳିକା ବିଭାଗ ରେ ଆମ୍ବପୂଆ ସେଣ୍ଟ ଜାଭିୟର୍ସ ସ୍କୁଲ ଓ ବାଳକ ବିଭାଗ ରେ ଡି ଏ ଭି ସ୍କୁଲ ରନସ୍ ଅପ ଦଳ ଭାବେ ପୁରସ୍କୃତ ହୋଇଥିଲେ । ଫାଇନାଲ ମ୍ୟାଚ୍ ର ପୁରସ୍କାର ବିତରଣ କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ରୂପେ ଖଲ୍ଲିକୋଟ ବିଶ୍ଵ ବିଦ୍ୟାଳୟ ର ପିଜି କାଉନସିଲ ଚେୟାରମେନ ଡ .ମନୋଜ କୁମାର ପଟ୍ଟନାୟକ ଓ ବିଶିଷ୍ଟ ବ୍ୟବସାୟୀ ପ୍ରିତମ ମହାପାତ୍ର ପ୍ରମୁଖ ଯୋଗ ଦେଇଥିଲେ । ଆଗାମୀ ବର୍ଷ ମଧ୍ୟ ଏପରି କ୍ରିକେଟ ଖେଳ ଆୟୋଜିତ କରାଯିବ ବୋଲି ଏଠାରେ ସୂଚନା ଦିଆଯାଇଥିଲା। ଉଭୟ ବାଳକ ଓ ବାଳିକା ଦଳରେ ମୀନାକ୍ଷୀ ନଗର୍ ସ୍କୁଲ ଚମ୍ପିୟାନ ହୋଇଥିବାରୁ ସ୍କୁଲ ତରଫରୁ ଚେୟାରମେନ ଗୌରୀ ଶଙ୍କର ପଣ୍ଡା ,ସମ୍ପାଦିକା ପ୍ରିୟମ୍ବଦା ଦାସ ସମସ୍ତ ଛାତ୍ର ଛାତ୍ରୀ ମାନଙ୍କୁ ଶୁଭେଛା ଓ ଶୁଭ କାମନା ଜଣାଇଛନ୍ତି ।

Education

ଫାଷ୍ଟକ୍ରାଏ ଇଣ୍ଟେଲି ଟୋଟସ ପ୍ରୀ ସ୍କୁଲ ଡେ କେୟାରର ପ୍ରଥମ ବାର୍ଷିକ କ୍ରୀଡା ଉତ୍ସବ

Blog Thumbnail

ବ୍ରହ୍ମପୁର( ଦ କୁଇଭର ):- ବ୍ରହ୍ମପୁର ସହର ସ୍ଥିତ ଉମା ଚରଣ ପଟ୍ଟନାୟକ ଇଞ୍ଜିନିୟରିଂ ସ୍କୁଲ ଖେଳ ପଡ଼ିଆରେ ଫାଷ୍ଟ କ୍ରାଏ ଏଣ୍ଟେଲି ଟୋଟସ ପ୍ରି ସ୍କୁଲ ଡେ କେୟାର ର ପ୍ରଥମ ବାର୍ଷିକ କ୍ରୀଡ଼ା ଉତ୍ସବ ଶନିବାର ଆୟୋଜିତ ହୋଇଯାଇଛି । ନିର୍ଦ୍ଦେଶିକା ଡ.ମିତ୍ରବିନ୍ଦା ପଣ୍ଡା ଙ୍କ ଅଧ୍ୟକ୍ଷତା ରେ ଆୟୋଜିତ କ୍ରିଡ଼ା ଉତ୍ସବ ରେ ମୁଖ୍ୟ ଅତିଥି ରୂପେ ବରିଷ୍ଠ ସାମ୍ବାଦିକ ତଥା ଗାୟକ ସୁଦୀପ କୁମାର୍ ସାହୁ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ସାମ୍ୱାଦିକ ଦେବହରି ବେହେରା ଓ କ୍ରୀଡା ପ୍ରଶିକ୍ଷକ ବିଶ୍ଵ ବନ୍ଧୁ ପାଢ଼ୀ ପ୍ରମୁଖ ଯୋଗ ଦେଇ ଶିଶୁ ମାନଙ୍କୁ ଉତ୍ସାହିତ କରିଥିଲେ । ଏହି ଅବସରରେ ବିଭିନ୍ନ କ୍ରୀଡା ପ୍ରତି ପ୍ରତି ଯୋଗିତାର କୃତି ଶିଶୁ ପ୍ରତି ଯୋଗୀ ମାନଙ୍କୁ ଅତିଥି ମାନଙ୍କ ଦ୍ବାରା ପୁରସ୍କାର ପ୍ରଦାନ କରାଯାଇଥିଲା । ସେହି ପରୀ ଅଭିଭାବକ ମାନଙ୍କ ମଧ୍ୟରେ ଆୟୋଜିତ କ୍ରୀଡା ର ପୁରସ୍କାର ପ୍ରଦାନ କରାଯାଇଥିଲା ।ସ୍କୁଲ ର ବିଜନେସ ପାର୍ଟନର ଡ଼ା ସ୍ଵାତୀ ଦାସ ଏହି ଅବସରରେ ସ୍କୁଲ ବିଷୟରେ ସୂଚନା ଦେଇଥିଲେ । ସେଣ୍ଟର୍ ହେଡ ସରସ୍ଵତୀ ପାତ୍ର ଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ ।ଏଥିରେ ସ୍କୁଲ ର ସମସ୍ତ ଶିକ୍ଷକ ଓ ଶିକ୍ଷୟତ୍ରୀ ସହ ଯୋଗ କରିଥିଲେ । କାହୁଁ ରାଉତ କାର୍ଯ୍ୟକ୍ରମ ରେ ସଂଯୋଜନା କରିଥିଲେ ।

Weather

ହାଡ଼ଭଙ୍ଗା ଶୀତରେ ଥରୁଛି ସାରା ରାଜ୍ୟ

Blog Thumbnail

ଦ କୁଇଭର ବ୍ୟୁରୋ :- ଜାଡରେ ଥରୁଛି ଓଡ଼ିଶା । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୨୧ ସହରରେ ୧୫ ଡିଗ୍ରୀ ତଳେ ରହିଛି ପାରଦ । ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ସ୍ଥାନରେ ରାତି ତାପମାତ୍ରା ସ୍ବାଭାବିକଠାରୁ ୫ରୁ ୭ ଡିଗ୍ରୀ ପର୍ଯ୍ୟନ୍ତ କମ ରହିଛି । ସେହିଭଳି ଉପକୂଳ ଓଡ଼ିଶାର ଅନେକ ସ୍ଥାନରେ ଓ ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ସ୍ଥାନରେ ରାତି ପାରଦ ୩ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ କମ ରହିଛି । ଦାରିଙ୍ଗବାଡିରେ ପାରଦ ତଳମୁହାଁ ହୋଇ ୮.୫ ଡିଗ୍ରୀରେ ପହଞ୍ଚିଛି । ସେହିଭଳି ଜି ଉଦୟଗିରି ରେ ୮.୭ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି ।ଅନ୍ୟପଟେ ଭୁବନେଶ୍ୱରରେ ୧୫.୫ ଡିଗ୍ରୀ ସେଲସିୟସ ଓ କଟକ ରେ ୧୫.୨ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି । ଆସନ୍ତା ୫ ଦିନ ମଧ୍ୟରେ ଉଭୟ ଦିନ ଓ ରାତ୍ରି ତାପମାତ୍ରାରେ ୨ ରୁ ୪ ଡିଗ୍ରୀ ସେଲସିୟସ ହ୍ରାସ ପାଇବ ବୋଲି ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି । ସେହିଭଳି ରାଜ୍ୟର କିଛି କିଛି ସ୍ଥାନରେ ଘନ କୁହୁଡି ଦେଖିବାକୁ ମିଳିପାରେ ବୋଲି ଆକଳନ କରାଯାଇଛି । ଗତ ୨୪ ଘଣ୍ଟାରେ ସୁନ୍ଦରଗଡ଼ ଓ କଳାହାଣ୍ଡିରେ ଘନ କୁହୁଡିର ଆସ୍ତରଣ ଦେଖିବାକୁ ମିଳିଛି । ରାଜ୍ୟରେ ବର୍ତ୍ତମାନ ଶୁଷ୍କ ବାୟୁ ପ୍ରଭାବିତ ହେଉଥିବାରୁ ଦକ୍ଷିଣ ଉପକୂଳ ସହ ଦକ୍ଷିଣ ଆଭ୍ୟନ୍ତରୀଣ ଜିଲ୍ଲା ଗୁଡ଼ିକରେ ଆସନ୍ତା ୩ ରୁ ୪ ଦିନ ମଧ୍ୟରେ ଆହୁରି ୩ ରୁ ୪ ଡିଗ୍ରୀ ପାରଦ ଖସିବା ର ସମ୍ଭାବନା ରହିଥିବା ଆକଳନ କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର ।

State,Weather

ଜାଡରେ ଥରୁଛି ଓଡ଼ିଶା

Blog Thumbnail

ଦ କୁଇଭର ବ୍ୟୁରୋ :-:ଅସହ୍ୟ ଶୀତରେ ଥରୁଛି ଓଡ଼ିଶା । ଉପକୂଳରୁ ଉପାନ୍ତ ସବୁଠି ଶୀତ ଲହରୀ । ପାହାଡ଼ିଆ ଅଞ୍ଚଳରେ ଶୀତର ପ୍ରକୋପ ଅଧିକ ଥିବାରୁ ଜନଜୀବନ ପ୍ରଭାବିତ । ରାଜ୍ୟର ବିଭିନ୍ନ ସ୍ଥାନରେ ସର୍ବନିମ୍ନ ତାପମାତ୍ରା ୧୦ ଡିଗ୍ରୀ ତଳେ ରହିଛି । ଦାରିଙ୍ଗିବାଡ଼ିଠାରେ ସର୍ବନିମ୍ନ ତାପମାତ୍ରା ୭.୫ ଡିଗ୍ରି ରେକର୍ଡ ହୋଇଛି । ପରବର୍ତ୍ତୀ ୩ ଦିନରେ ରାତି ତାପମାତ୍ରା ୨ରୁ ୩ ଡିଗ୍ରୀ ସେଲସିୟସ ବଢ଼ିବାର ସମ୍ଭାବନା ରହିଛି । ଏହା ପରେ ପୁଣି ବିଭିନ୍ନ ଜିଲ୍ଲାରେ ୨ରୁ ୪ ଡିଗ୍ରି ସେଲିସିୟସ କମିବ ତାପମାତ୍ରା । ଶୀତ ସହିତ ଘନ କୁହୁଡ଼ି ଜନଜୀବନକୁ ଅସ୍ତବ୍ୟସ୍ତ କରୁଛି। ସକାଳୁ ସକାଳୁ ପ୍ରବଳ କୁହୁଡ଼ି ଯୋଗୁ ରାସ୍ତା ଠିକରେ ଦେଖାଯାଉନାହିଁ । ଫଳରେ ଯାନବାହନ ଚଳାଚଳ ପ୍ରଭାବିତ ହୋଇଛି। ଘନ କୁହୁଡ଼ି ଯୋଗୁଁ ୨୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତା ୫ ତାରିଖ ପର୍ଯ୍ୟନ୍ତ ଏହିଭଳି ଘନକୁହୁଡ଼ି ପଡ଼ିବାର ଆଶଙ୍କା ରହିଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।