Join Us To Make A Difference

The Drops💧

ଗୋପାଳପୁର ବେଳାଭୂମି ମହୋତ୍ସବ ଜାନୁୟାରୀ ୨୨ ରୁ ୨୬

ଗୋପାଳପୁର ବେଳାଭୂମି ମହୋତ୍ସବ ଜାନୁୟାରୀ ୨୨ ରୁ ୨୬
Published by:Jyotshna Kumari
#city

ବ୍ରହ୍ମପୁର ( ଦ କୁଇଭର ):- ଚଳିତ ବର୍ଷ ଗୋପାଳପୁର ବେଳାଭୂମି ମହୋତ୍ସବ ପାଳନ ନିମନ୍ତେ ବ୍ରହ୍ମପୁର ସ୍ଥିତ ସ୍ଵତନ୍ତ୍ର ପ୍ରଦକ୍ଷଣ ସମ୍ମିଳନୀ ଗୃହରେ ବାଣିଜ୍ୟ, ପରିବହନ ,ଖଣି ଓ ଇସ୍ପାତ ମନ୍ତ୍ରୀ ଶ୍ରୀଯୁକ୍ତ ବିଭୁତି ଭୂଷଣ ଜେନା ଙ୍କ ଅଧ୍ୟକ୍ଷତା ରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି l ଏହି ବୈଠକ ରେ ଛତ୍ରପୁର ବିଧାୟକ ଶ୍ରୀ କୃଷ୍ଣ ଚନ୍ଦ୍ର ନାୟକ,ଗଞ୍ଜାମ ଜିଲ୍ଲାପାଳ ୱି କୀର୍ତ୍ତି ୱାସନ, ବ୍ରହ୍ମପୁର ଆରକ୍ଷୀ ଅଧିକ୍ଷକ ଡ଼ ସର୍ବଣ ବିବେକ ଏମ୍, ବ୍ରହ୍ମପୁର ମହାନଗର ନିଗମ କମିଶନର ପ୍ରଥମେଶ ଅରବିନ୍ଦ ରାଜଶିର୍କେ , ବ୍ରହ୍ମପୁର ଉପଜିଲ୍ଲାପାଳ ଅବିନାଶ କୁମାର ପ୍ରମୁଖ ଉପସ୍ଥିତ ରହିଥିଲେ l ବିଗତ ବର୍ଷ ଭଳି ଚଳିତ ବର୍ଷ ଏହି ମହୋତ୍ସବ ୫ଦିନ ପାଳିତ ହେବ l ଆସନ୍ତା ୨୨ ତାରିଖରୁ ୨୬ ତାରିଖ ପର୍ଯ୍ୟନ୍ତ ଏହି ଉତ୍ସବ ଗୋପାଳପୁର ବେଳାଭୂମି ରେ ପାଳନ କରାଯିବ l ବିଭିନ୍ନ ପ୍ରତିଯୋଗିତା ଯେପରି ଝୋଟି , ଆଲୋଚନା ଚକ୍ର , କବିତା ପାଠୋତ୍ସବ , ଭଲିବଲ୍, ଫୁଟବଲ,ବୋଟ ରେସିଂ ଇତ୍ୟାଦି ପ୍ରତିଯୋଗିତା ଆୟୋଜିତ କରିବା ପାଇଁ ନିଷ୍ପତି ନିଆଯାଇଥିଲା l ଶାମୁକା ସ୍ମରଣିକା ଉନ୍ମୋଚନ କରାଯିବ l ପ୍ରଥମେ ଗଞ୍ଜାମ ଜିଲ୍ଲାର କଳା ସଂସ୍କୃତି ପ୍ରାଥମିକତା ଦିଆଯିବ ତାସହ ବିଭିନ୍ନ ଜିଲ୍ଲା , ରାଜ୍ୟ ଓ ଦେଶ ର ନୃତ୍ୟ ଓ ସଙ୍ଗୀତ ପରିବେଷଣ କରାଯିବ l ଓଡିଆ,ତେଲୁଗୁ ଓ ହିନ୍ଦୀ କଣ୍ଠ ଶିଳ୍ପୀ ସଙ୍ଗୀତ ପରିବେଷଣ କରିବାର କାର୍ଯ୍ୟକ୍ରମ ରହିଛି l ପଲ୍ଲୀଶ୍ରୀ ମେଳା,ଖାଦ୍ୟ ମେଳା ଏବଂ ବିଭିନ୍ନ ଅନୁଷ୍ଠାନର ମେଳା ପ୍ରଦର୍ଶିତ ହେବ l ଓଡିଶାର ମୁଖ୍ୟମନ୍ତ୍ରୀ ଓ ରାଜ୍ୟପାଳ ଙ୍କୁ ଅତିଥି ନିମନ୍ତେ ଅନୁରୋଧ କରାଯିବ l ଗଞ୍ଜାମ ଜିଲ୍ଲାର ର ବିଭିନ୍ନ ଶକ୍ତିପୀଠ ରୁ ମଶାଲ ଶୋଭାଯାତ୍ରା, ପଦଯାତ୍ରା ଓ ସମୁଦ୍ରରେ ଲେଜର ଶୋ ଆୟୋଜନ କରାଯିବା ପାଇଁ ନିଷ୍ପତି ନିଆଯାଇଥିଲା l ବିଭିନ୍ନ କମିଟି ଗଠନ କରି ଏହି ଉତ୍ସବ ପାଳନ କରିବା ନିମନ୍ତେ ନିଷ୍ପତି ନିଆଯାଇଥିଲା l ଚଳିତ ବର୍ଷ ଗୋପାଳପୁର ବେଳାଭୂମି ମହୋତ୍ସବ କୁ କିଛି ନୂଆ ରୂପରେ ପାଳନ କରିବା ସହ ଲୋକଙ୍କ ନିମନ୍ତେ ଟ୍ରାଫିକ ବ୍ୟବସ୍ଥା,ପାର୍କିଂ ସ୍ଥଳ,ଆଇନ ଶୃଙ୍ଖଳା ଇତ୍ୟାଦି ବିଷୟରେ ଆଲୋଚନା କରାଯାଇଥିଲା l ୩୦୦ ଟି ଷ୍ଟଲ ର ଆୟୋଜନ କରିବା ନିମନ୍ତେ ନିଷ୍ପତି ନିଆଯାଇଛି l ଏହି ବୈଠକ ରେ ସମସ୍ତ ବିଭାଗୀୟ ଅଧିକାରୀ, ବିଭିନ୍ନ ଅନୁଷ୍ଠାନ ସଭ୍ୟ ସଭ୍ୟା ଓ ହୋଟେଲ ସଙ୍ଘ ର ସଭାପତି ଉପସ୍ଥିତ ରହିଥିଲେ l

Comments

Leave a Comment

Comments

No comments yet.

Entertainment

ରେନବୋ ମହାଧମାକାରେ ଝୁମିଲେ ଦର୍ଶକ

Blog Thumbnail

ବ୍ରହ୍ମପୁର ( ଦ କୁଇଭର ):- ବ୍ରହ୍ମପୁର ଆଇଟିଆଇ ଅଡିଟରିଅମ୍ ଠାରେ ଆୟାନି ଡାନ୍ସ ଏକାଡେମୀ ତରଫରୁ ଆୟୋଜିତ ରେନବୋ ମହାଧମାକା ର ସାଂସ୍କୃତିକ ଉତ୍ସଵ ରେ ଝୁମିଲେ ଦର୍ଶକ । ଅନୁଷ୍ଠାନର ମୁଖ୍ୟ ପରିଚାଳିକା ଅସ୍ମିତା ମହାନ୍ତି ଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଅନୁଷ୍ଟିତ କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ରୂପେ ବିଧାୟକ କେ.ଅନିଲ କୁମାର ଯୋଗ ଦେଇଥିବା ବେଳେ, ସମ୍ମାନୀତ ଅତିଥି ରୂପେ ପୂର୍ବତନ ବିଧାୟକ ଡ଼ା ରମେଶ ଚନ୍ଦ୍ର ଚ୍ୟାଉ ପଟ୍ଟନାୟକ , ମେୟର୍ ସଂଘମିତ୍ରା ଦଳାଇ, ପୂର୍ବତନ କାଜୁ ନିଗମ ଅଧ୍ୟକ୍ଷ ସୁବାସ ମହାରଣା, ସାଂସଦ ପ୍ରତିନିଧି ତଥା ବିଜେପି ନାରୀନେତ୍ରୀ ମିନା ଦ୍ୟାନ୍ ସାମନ୍ତରାୟ, ମହାନସଂଘ ସଭାପତି ସୁଶାନ୍ତ ସାବତ, କର୍ପୋରେଟର ଡ ସୋନାଲି ଗନ୍ତାୟତ, ବ୍ରହ୍ମପୁର ଫିଜିକାଲ ଏକାଡେମୀ ର ମୁଖ୍ୟ ସିମାଞ୍ଚଳ ବାରିକ, ବରିଷ୍ଠ ସାମ୍ବାଦିକ ସୁଦୀପ କୁମାର୍ ସାହୁ, ନାଟ୍ୟ ସଂଘଠକ ଅନିଲ ପାତ୍ର, ସମାଜସେବୀ ବିକ୍ରମ ଜେନା,ନାଟ୍ୟକାର ଇଞ୍ଜିନିୟର ଯାମିନି କାନ୍ତ ଦାସ, ମଡେଲର ତଥା ବିଜ୍ଞାନ ଶିକ୍ଷୟତ୍ରୀ ପୁଷ୍ପାଞ୍ଜଳି ମହାପାତ୍ର , ଶିଳ୍ପପତି ରାଜା ସେନାପତି ପ୍ରମୁଖ ଯୋଗ ଦେଇଥିଲେ ।କ୍ଷୀର ସିନ୍ଧୁ ମହାନ୍ତି ଓ ମଧୁସ୍ମିତା ଦାସ କାଯ୍ୟ କ୍ରମରେ ସଂଯୋଜନା କରିଥିଲେ । ଏହି ଅବସରରେ ବହୁ ପ୍ରତିଭାଧରୀ ଙ୍କୁ ସମ୍ବର୍ଦ୍ଧିତ କରାଯିବା ସହ ପୂର୍ବରୁ ଆୟୋଜିତ ବିଭିନ୍ନ ପ୍ରତିଯୋଗିତାର କୃତି ପ୍ରତି ଯୋଗୀ ମାନଙ୍କୁ ପୁରସ୍କାର ପ୍ରଦାନ। କରାଯାଇଥିଲା । ଶିଶୁ ମାନଙ୍କ ଠାରୁ ଯୁବକ ଓ ମହିଳା ମାନଙ୍କ ନୃତ୍ୟ ଓ ସଙ୍ଗୀତ ଦର୍ଶକ ମାନଙ୍କ ମାନଙ୍କୁ ଛୁଇଁଥିଲା। କିନ୍ନର ଲଭ୍ଲି ଙ୍କ ନେତୃତ୍ୱ ରେ ଆୟୋଜିତ ଫ୍ୟାସନ ଉଚ୍ଚ କୋଟୀର ହୋଇଥିଲା । ରେନ ବୋ ଶିକ୍ଷାନୁଷ୍ଠାନ ର ସମସ୍ତ ଶିକ୍ଷୟତ୍ରୀ ଓ ଆୟାନି ଡାନ୍ସ ଏକାଡେମୀ ର ବଣ୍ଟି ସାହୁ, ଦିଲେଶ୍ୱ ରାଓ, କିସମତ୍ କାପୁର୍, ଈଶ୍ୱର ପ୍ରସାଦ ସାହୁ, ଆର ଚନ୍ଦ୍ରମଣି ରାଓ, ପି. ହେମ ସୁନ୍ଦର ପ୍ରମୁଖ ସହଯୋଗ କରିଥିଲେ ।

City

ଗୋପାଳପୁର ବେଳାଭୂମି ମହୋତ୍ସବ ଜାନୁୟାରୀ ୨୨ ରୁ ୨୬

Blog Thumbnail

ବ୍ରହ୍ମପୁର ( ଦ କୁଇଭର ):- ଚଳିତ ବର୍ଷ ଗୋପାଳପୁର ବେଳାଭୂମି ମହୋତ୍ସବ ପାଳନ ନିମନ୍ତେ ବ୍ରହ୍ମପୁର ସ୍ଥିତ ସ୍ଵତନ୍ତ୍ର ପ୍ରଦକ୍ଷଣ ସମ୍ମିଳନୀ ଗୃହରେ ବାଣିଜ୍ୟ, ପରିବହନ ,ଖଣି ଓ ଇସ୍ପାତ ମନ୍ତ୍ରୀ ଶ୍ରୀଯୁକ୍ତ ବିଭୁତି ଭୂଷଣ ଜେନା ଙ୍କ ଅଧ୍ୟକ୍ଷତା ରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି l ଏହି ବୈଠକ ରେ ଛତ୍ରପୁର ବିଧାୟକ ଶ୍ରୀ କୃଷ୍ଣ ଚନ୍ଦ୍ର ନାୟକ,ଗଞ୍ଜାମ ଜିଲ୍ଲାପାଳ ୱି କୀର୍ତ୍ତି ୱାସନ, ବ୍ରହ୍ମପୁର ଆରକ୍ଷୀ ଅଧିକ୍ଷକ ଡ଼ ସର୍ବଣ ବିବେକ ଏମ୍, ବ୍ରହ୍ମପୁର ମହାନଗର ନିଗମ କମିଶନର ପ୍ରଥମେଶ ଅରବିନ୍ଦ ରାଜଶିର୍କେ , ବ୍ରହ୍ମପୁର ଉପଜିଲ୍ଲାପାଳ ଅବିନାଶ କୁମାର ପ୍ରମୁଖ ଉପସ୍ଥିତ ରହିଥିଲେ l ବିଗତ ବର୍ଷ ଭଳି ଚଳିତ ବର୍ଷ ଏହି ମହୋତ୍ସବ ୫ଦିନ ପାଳିତ ହେବ l ଆସନ୍ତା ୨୨ ତାରିଖରୁ ୨୬ ତାରିଖ ପର୍ଯ୍ୟନ୍ତ ଏହି ଉତ୍ସବ ଗୋପାଳପୁର ବେଳାଭୂମି ରେ ପାଳନ କରାଯିବ l ବିଭିନ୍ନ ପ୍ରତିଯୋଗିତା ଯେପରି ଝୋଟି , ଆଲୋଚନା ଚକ୍ର , କବିତା ପାଠୋତ୍ସବ , ଭଲିବଲ୍, ଫୁଟବଲ,ବୋଟ ରେସିଂ ଇତ୍ୟାଦି ପ୍ରତିଯୋଗିତା ଆୟୋଜିତ କରିବା ପାଇଁ ନିଷ୍ପତି ନିଆଯାଇଥିଲା l ଶାମୁକା ସ୍ମରଣିକା ଉନ୍ମୋଚନ କରାଯିବ l ପ୍ରଥମେ ଗଞ୍ଜାମ ଜିଲ୍ଲାର କଳା ସଂସ୍କୃତି ପ୍ରାଥମିକତା ଦିଆଯିବ ତାସହ ବିଭିନ୍ନ ଜିଲ୍ଲା , ରାଜ୍ୟ ଓ ଦେଶ ର ନୃତ୍ୟ ଓ ସଙ୍ଗୀତ ପରିବେଷଣ କରାଯିବ l ଓଡିଆ,ତେଲୁଗୁ ଓ ହିନ୍ଦୀ କଣ୍ଠ ଶିଳ୍ପୀ ସଙ୍ଗୀତ ପରିବେଷଣ କରିବାର କାର୍ଯ୍ୟକ୍ରମ ରହିଛି l ପଲ୍ଲୀଶ୍ରୀ ମେଳା,ଖାଦ୍ୟ ମେଳା ଏବଂ ବିଭିନ୍ନ ଅନୁଷ୍ଠାନର ମେଳା ପ୍ରଦର୍ଶିତ ହେବ l ଓଡିଶାର ମୁଖ୍ୟମନ୍ତ୍ରୀ ଓ ରାଜ୍ୟପାଳ ଙ୍କୁ ଅତିଥି ନିମନ୍ତେ ଅନୁରୋଧ କରାଯିବ l ଗଞ୍ଜାମ ଜିଲ୍ଲାର ର ବିଭିନ୍ନ ଶକ୍ତିପୀଠ ରୁ ମଶାଲ ଶୋଭାଯାତ୍ରା, ପଦଯାତ୍ରା ଓ ସମୁଦ୍ରରେ ଲେଜର ଶୋ ଆୟୋଜନ କରାଯିବା ପାଇଁ ନିଷ୍ପତି ନିଆଯାଇଥିଲା l ବିଭିନ୍ନ କମିଟି ଗଠନ କରି ଏହି ଉତ୍ସବ ପାଳନ କରିବା ନିମନ୍ତେ ନିଷ୍ପତି ନିଆଯାଇଥିଲା l ଚଳିତ ବର୍ଷ ଗୋପାଳପୁର ବେଳାଭୂମି ମହୋତ୍ସବ କୁ କିଛି ନୂଆ ରୂପରେ ପାଳନ କରିବା ସହ ଲୋକଙ୍କ ନିମନ୍ତେ ଟ୍ରାଫିକ ବ୍ୟବସ୍ଥା,ପାର୍କିଂ ସ୍ଥଳ,ଆଇନ ଶୃଙ୍ଖଳା ଇତ୍ୟାଦି ବିଷୟରେ ଆଲୋଚନା କରାଯାଇଥିଲା l ୩୦୦ ଟି ଷ୍ଟଲ ର ଆୟୋଜନ କରିବା ନିମନ୍ତେ ନିଷ୍ପତି ନିଆଯାଇଛି l ଏହି ବୈଠକ ରେ ସମସ୍ତ ବିଭାଗୀୟ ଅଧିକାରୀ, ବିଭିନ୍ନ ଅନୁଷ୍ଠାନ ସଭ୍ୟ ସଭ୍ୟା ଓ ହୋଟେଲ ସଙ୍ଘ ର ସଭାପତି ଉପସ୍ଥିତ ରହିଥିଲେ l

City

ଅରୂପା ତରଫରୁ ବ୍ରହ୍ମପୁରରେ ଅନୁଷ୍ଠିତ ହେବ ବାଣିଜ୍ୟ ମେଳା-୨୦୨୫

Blog Thumbnail

ବ୍ରହ୍ମପୁର ( ଦ କୁଇଭର ):- ଅରୂପା ଭୁବନେଶ୍ଵର ତରଫରୁ ବ୍ରହ୍ମପୁର ଠାରେ 'ବ୍ରହ୍ମପୁର ବାଣିଜ୍ୟ ମେଳା-୨୦୨୫' ଅନୁଷ୍ଠିତ ହେବା ନେଇ ଗୁରୁବାର ଏକ ସାମ୍ବାଦିକ ସମ୍ମିଳନୀରେ ସୁଚନା ଦିଆଯାଇଛି । ଏହି ସମ୍ମିଳନୀରେ ସବିଶେଷ ସୂଚନା ଦିଆଯାଇଛି,ଯେପରିକି ସର୍ବଭାରତୀୟ ହସ୍ତଶିଳ୍ପ ଓ ହସ୍ତତନ୍ତ ବସ୍ତ୍ରର ବିଶାଳ ପ୍ରଦର୍ଶନୀର ଆୟୋଜନ କରାଯିବ । ଅରୂପା ୧୯୯୦ ମସିହା ଠାରୁ ଓଡ଼ିଶାର ୩୦ଟି ଜିଲ୍ଲାରେ ହସ୍ତଶିଳ୍ପ ଓ ବୁଣାକାରମାନଙ୍କ ସର୍ବାଙ୍ଗୀନ ଉନ୍ନତି ପାଇଁ କାର୍ଯ୍ୟ କରି ଆସୁଅଛି | ହସ୍ତଶିଳ୍ପ ସାମଗ୍ରୀ ବିକ୍ରିବଟା ଠାରୁ ଆରମ୍ଭ କରି କୌଶଳ ବୃଦ୍ଧି, ନୂତନ ଡିଜାଇନ ପ୍ରସ୍ତୁତି, ବିଭିନ୍ନ ଜିଲ୍ଲାର ସଦର ମହକୁମାରେ ସର୍ବଭାରତୀୟ ହସ୍ତଶିଳ୍ପ ପ୍ରଦର୍ଶନୀ ଆୟୋଜନ କରି,ହସ୍ତଶିଳ୍ପ ପରିବାର ଏବଂ ବୁଣାକାରଙ୍କ ପରିବାରଙ୍କୁ କରୋନା ସହାୟତା ପ୍ରଦାନ କରିଆସୁଅଛି |ଆସନ୍ତା ନଭେମ୍ବର ୧୫ ତାରିଖ ଠାରୁ ୨୬ ତାରିଖ ପର୍ଯ୍ୟନ୍ତ ବ୍ରହ୍ମପୁର ବାଣିଜ୍ୟ ମେଳା-୨୦୨୫ ଆୟୋଜନ ହେବାକୁ ଯାଉଅଛି । ଏଥିରେ ଓଡ଼ିଶାର ବିଭିନ୍ନ ଜିଲ୍ଲାର ହସ୍ତଶିଳ୍ପୀ କାରିଗର, ବୁଣାକାର ଏବଂ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗୀ ତଥା ସ୍ଵୟଂ ସହାୟକ ଗୋଷ୍ଠୀର ସଭ୍ୟ ଓ ସଭ୍ୟlମାନେ ଯୋଗଦାନ କରିବେ । ବିଶେଷକରି ଓଡ଼ିଶାର ପିପିଲିର ଚାନ୍ଦୁଆ, ଖଣ୍ଡପଡ଼ାର କାଠକାମ, ଗୁଜୁରାଟି ଅଳଙ୍କାର, ବେଙ୍ଗଲ ଶାଢୀ, କଲିକତାର ଲାଖଚୁଡ଼ି, ବନାରସୀ ଶାଢ଼ୀ ଏବଂ ଡ୍ରେସ୍, ସମ୍ବଲପୁରୀ ଡ୍ରେସ୍, କଟକ ଶାଢୀ ଏବଂ ସିଲ୍କ ଶାଢୀ, କଟକର ମାଣିଆବନ୍ଧର ଡ୍ରେସ୍, ସମ୍ବଲପୁରୀ ଶାଢୀ, କଟନ ଶାଢୀ ଏବଂ ସିଦ୍ଧ ଶାଢ଼ୀ, ଅଗରବତୀ, ଫିନାଇଲ୍, କତାକାମ, ପଥର ଖୋଦେଇ, ସାହାରଙ୍ଗ ପୁରର କାଠ କାମ ଓ ସୋଫା ସେଟ୍, ୟୁ.ପି. ଭଦୋଇର କାର୍‌ପେଟ, ମୁରାଦାବାଦ ର ପିତଳ କାମ, ମହାରାଷ୍ଟ୍ରର ବେଡ୍‌ସିଟ୍, ହରିୟାଣାର ଡ୍ରେସ୍ ସେଟ୍ ଏବଂ ବେଡ୍‌ସିଟ୍, ଆନ୍ଧ୍ରପ୍ରଦେଶ ର ଡ୍ରେସ୍ ଏବଂ ଶାଢୀ ଏବଂ ଆହୁରି ଅନେକ ହସ୍ତଶିଳ୍ପ, ହସ୍ତତନ୍ତ ଏବଂ ଏସ୍ଏସ୍ଏମ୍‌ଇ ଉଦ୍ୟୋଗୀ ଦ୍ଵାରା ପ୍ରସ୍ତୁତ ସାମଗ୍ରୀ ଏଠାରେ ପ୍ରଦର୍ଶନ କରାଯିବ । ଏହା ସହିତ ସନ୍ଧ୍ୟା ସମୟରେ ବିଭିନ୍ନ ସାଂସ୍କୃତିକ ଦଳ ଦ୍ବାରା ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯିବ । ସ୍କୁଲ ଓ କଲେଜ ପିଲାଙ୍କ ପାଇଁ ସଙ୍ଗୀତ, ବକ୍ତୃତା, ନୃତ୍ୟ, ମେହେନ୍ଦି, ଚିତ୍ରାଙ୍କନ ଆଦି ପ୍ରତିଯୋଗିତା ଆୟୋଜନ କରି ଅରୂପା ତରଫରୁ କୃତି ପିଲାମାନଙ୍କୁ ଟ୍ରଫି ସହିତ ସାର୍ଟିଫିକେଟ ପ୍ରଦାନ କରାଯିବ । ଏହି କର୍ଯ୍ୟକ୍ରମ ନଭେମ୍ବର ୧୫ ତାରିଖ ସନ୍ଧ୍ୟା ୬ ଘଟିକା ସମୟରେ ଉଦ୍‌ଘାଟନ ହେବ ବୋଲି ଅରୂପାର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧୁକାରୀ ଶ୍ରୀ ଅଶୋକ ସାହୁ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ।

Weather

ହାଡ଼ଭଙ୍ଗା ଶୀତରେ ଥରୁଛି ସାରା ରାଜ୍ୟ

Blog Thumbnail

ଦ କୁଇଭର ବ୍ୟୁରୋ :- ଜାଡରେ ଥରୁଛି ଓଡ଼ିଶା । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୨୧ ସହରରେ ୧୫ ଡିଗ୍ରୀ ତଳେ ରହିଛି ପାରଦ । ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ସ୍ଥାନରେ ରାତି ତାପମାତ୍ରା ସ୍ବାଭାବିକଠାରୁ ୫ରୁ ୭ ଡିଗ୍ରୀ ପର୍ଯ୍ୟନ୍ତ କମ ରହିଛି । ସେହିଭଳି ଉପକୂଳ ଓଡ଼ିଶାର ଅନେକ ସ୍ଥାନରେ ଓ ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ସ୍ଥାନରେ ରାତି ପାରଦ ୩ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ କମ ରହିଛି । ଦାରିଙ୍ଗବାଡିରେ ପାରଦ ତଳମୁହାଁ ହୋଇ ୮.୫ ଡିଗ୍ରୀରେ ପହଞ୍ଚିଛି । ସେହିଭଳି ଜି ଉଦୟଗିରି ରେ ୮.୭ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି ।ଅନ୍ୟପଟେ ଭୁବନେଶ୍ୱରରେ ୧୫.୫ ଡିଗ୍ରୀ ସେଲସିୟସ ଓ କଟକ ରେ ୧୫.୨ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି । ଆସନ୍ତା ୫ ଦିନ ମଧ୍ୟରେ ଉଭୟ ଦିନ ଓ ରାତ୍ରି ତାପମାତ୍ରାରେ ୨ ରୁ ୪ ଡିଗ୍ରୀ ସେଲସିୟସ ହ୍ରାସ ପାଇବ ବୋଲି ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି । ସେହିଭଳି ରାଜ୍ୟର କିଛି କିଛି ସ୍ଥାନରେ ଘନ କୁହୁଡି ଦେଖିବାକୁ ମିଳିପାରେ ବୋଲି ଆକଳନ କରାଯାଇଛି । ଗତ ୨୪ ଘଣ୍ଟାରେ ସୁନ୍ଦରଗଡ଼ ଓ କଳାହାଣ୍ଡିରେ ଘନ କୁହୁଡିର ଆସ୍ତରଣ ଦେଖିବାକୁ ମିଳିଛି । ରାଜ୍ୟରେ ବର୍ତ୍ତମାନ ଶୁଷ୍କ ବାୟୁ ପ୍ରଭାବିତ ହେଉଥିବାରୁ ଦକ୍ଷିଣ ଉପକୂଳ ସହ ଦକ୍ଷିଣ ଆଭ୍ୟନ୍ତରୀଣ ଜିଲ୍ଲା ଗୁଡ଼ିକରେ ଆସନ୍ତା ୩ ରୁ ୪ ଦିନ ମଧ୍ୟରେ ଆହୁରି ୩ ରୁ ୪ ଡିଗ୍ରୀ ପାରଦ ଖସିବା ର ସମ୍ଭାବନା ରହିଥିବା ଆକଳନ କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର ।

District

ଦାଦନ ଶ୍ରମିକ ମାନଙ୍କ ସମସ୍ୟା ଏବଂ ସମାଧାନ ପାଇଁ କାର୍ଯ୍ୟକ୍ରମ

Blog Thumbnail

ଦ କୁଇଭର ବ୍ୟୁରୋ :- ଗଞ୍ଜାମ ଜିଲ୍ଲାର ଦାଦନ ଶ୍ରମିକ ମାନଙ୍କ ବିଭିନ୍ନ ସମସ୍ୟା ଏବଂ ସେମାନଙ୍କ ସମାଧାନ ପାଇଁ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ନିର୍ଧାରଣ ପାଇଁ ଜିଲ୍ଲାରେ ସକ୍ରିୟ ଥିବା ସାମାଜିକ ସଂଗଠନର ମୁଖ୍ୟ ମାନଙ୍କୁ ନେଇ ରବିବାର ଅରୁଣା NGO ଦ୍ୱାରା ଏକ ପରିଚାଳିତ ସଭା ଖୋଡାସିଙ୍ଗି ସ୍ଥିତ ସହରାଞ୍ଚଳ ସ୍ୱାସ୍ଥ୍ୟ ଜେନ୍ଦ୍ର ଠାରେ ଅନୁଷ୍ଠିତ ହୋଇଯାଇଛି l ଯେଉଁଥିରେ ଜିଲ୍ଲାର ବିଭିନ୍ନ ଜନକଲ୍ୟାଣକାରୀ ଅନୁଷ୍ଠାନମାନଙ୍କର ସଦସ୍ୟ ଏବଂ ସଦସ୍ୟା ବୃନ୍ଦଙ୍କ ଉପସ୍ଥିତି ଦେଖିବାକୁ ମିଳିଛି l

Weather

ଆଉ ୪ ଦିନ ଘନ କୁହୁଡ଼ି

Blog Thumbnail

ଦ କୁଇଭର ବ୍ୟୁରୋ :- ଆଉ ୪ ଦିନ ଘନ କୁହୁଡ଼ି । ଜଗତସିଂହପୁର, ପୁରୀ, କଟକ ଓ ଖୋର୍ଧାରେ ଘନ କୁହୁଡ଼ିର ଆଶଙ୍କା ରହିଥିବା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଶୀତ ସହ କଲବଲ କରୁଛି ଘନ କୁହୁଡ଼ି । ସକାଳ ୯ଟା ପର୍ଯ୍ୟନ୍ତ ରାସ୍ତାଘାଟ ଦୁଶୁନି । ଦୃଶ୍ୟମାନ ଦୂରତା ୫୦ ମିଟରରୁ ବି କମ ରହୁଛି । ଯାନବାହନ ଚଳାଚଳ ପ୍ରଭାବିତ ହୋଇଛି । ଗତ ୨୪ ଘଣ୍ଟାରେ ଫୁଲବାଣୀରେ ସର୍ବନିମ୍ନ ତାପମାତ୍ରା ରହିଥିଲା ୭.୫ ଡିଗ୍ରି ।ଅନ୍ୟପଟେ ଭୁବନେଶ୍ବରର ପାରଦ ସ୍ତର ଗତକାଲି ରାତିରେ ୧୨.୫ ଡିଗ୍ରି ରେକର୍ଡ ହୋଇଥିବା ବେଳେ କଟକରେ ରହିଥିଲା ୧୨ ଡିଗ୍ରି । ରାଜ୍ୟରେ ଆସନ୍ତା ୨ ଦିନରେ ତାପମାତ୍ରା ୨ରୁ ୩ ଡିଗ୍ରି ପର୍ଯ୍ୟନ୍ତ ବଢ଼ିପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି । ଏହାପରେ ପୁଣି ପାରଦ ସ୍ତର ନିମ୍ନଗାମୀ ହେବ ଓ ପରବର୍ତ୍ତୀ ସମୟରେ ତାପମାତ୍ରା ଆହୁରି ୨ରୁ ୪ ଡିଗ୍ରି ପର୍ଯ୍ୟନ୍ତ ଖସିବ । ଫଳରେ ଆଗକୁ ବି ଶୀତ ଜାରି ରହିବ ।ଆସନ୍ତା ୬ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଘନ କୁହୁଡ଼ି ଆଶଙ୍କା ରହିଥିବା ପାଣିପାଗ ବିଭାଗ କହିଛି । କୁହୁଡି ଯୋଗୁ ବିମାନ ଚଳାଚଳ ବି ପ୍ରଭାବିତ ହେଉଛି । ପ୍ରବଳ କୁହୁଡ଼ି ଯୋଗୁ ଚିଲିକାରେ ଦିନ ୧୧ଟା ଯାଏ ବନ୍ଦ ରହିବ ଡଙ୍ଗା ଚଳାଚଳ । ବାରମ୍ବାର ଦୁର୍ଘଟଣା ଘଟୁଥିବା ଯୋଗୁ ଜିଲ୍ଲାପାଳ ନିଷ୍ପତ୍ତି ନେଇଛନ୍ତି ।