Banner Ad

ବଢିଲା ଅଗ୍ନିଶମ କର୍ମଚାରୀଙ୍କ ଭତ୍ତା : ରାଜ୍ୟ ସରକାର

ବଢିଲା ଅଗ୍ନିଶମ କର୍ମଚାରୀଙ୍କ ଭତ୍ତା : ରାଜ୍ୟ ସରକାର
Published by : Jyotshna Kumari
#State
Feb 4, 2025, 3:33 PM

ଦ କୁଇଭର ବ୍ୟୁରୋ :- ଅଗ୍ନିଶମ କର୍ମଚାରୀଙ୍କ ଭତ୍ତା ବୃଦ୍ଧି କଲେ ରାଜ୍ୟ ସରକାର । ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି । ବିଭିନ୍ନ ପରିସ୍ଥିତିରେ ଲୋକଙ୍କୁ ତ୍ୱରିତ ସେବା ଯୋଗାଉଥିବା ଅଗ୍ନିଶମ କର୍ମଚାରୀଙ୍କ କଲ୍ୟାଣ ପାଇଁ ଘରଭଡ଼ା ପ୍ରଦାନ ସହ ସେମାନଙ୍କ ଭତ୍ତା ବୃଦ୍ଧି କରାଯାଇଛି । ଏହାଦ୍ଵାରା ୬୦୫୮ ଅଗ୍ନିଶମ କର୍ମଚାରୀ ଉପକୃତ ହେବେ ବୋଲି ଟ୍ୱିଟ ଯୋଗେ ମୁଖ୍ୟମନ୍ତ୍ରୀ କହିଛନ୍ତି । ତେବେ ଡାଏଟ ଭତ୍ତା ୯ ଶହରୁ ୧୪ ଶହକୁ ବଢ଼ିଲା,ମୋଟର ସାଇକେଲ୍‌ ଭତ୍ତା ୩ ଶହରୁ ୧୦୫୦ ଟଙ୍କାକୁ ବୃଦ୍ଧି ,ମୋବିଲିଟି ଭତ୍ତା ୧୫୦ରୁ ୩ ଶହ ଟଙ୍କାକୁ ବୃଦ୍ଧି,ରିସ୍କ ଭତ୍ତା ୪ ଶହରୁ ୧ ହଜାର ଟଙ୍କାକୁ ବଢ଼ିଲା l

Leave a Comment

Comments

No comments yet.

Best Biofloc Fish Farming

ad
Read more

State,Health & lifestyle

ପୁଣି ଦୋଳାରେ ବୁହା ହେଲେ ରୋଗୀ

Blog Thumbnail

ଗଜପତି ( ଦ କୁଇଭର ):- ଦୀର୍ଘ ୨୫ ବର୍ଷର ବିଜେଡି ସରକାରର ବିକାଶର ବିକଳ ଚିତ୍ର ପଦାକୁ ବାରମ୍ବାର ଆସୁଛି । ଏଠି ରାସ୍ତା ନଥିବାରୁ ଆମ୍ବୁଲାନ୍ସ ସେବାରୁ ବଞ୍ଚିତ ହେଉଛନ୍ତି ନିରୀହ ଆଦିବାସୀ । ଗଜପତି ଜିଲ୍ଲା ଆର.ଉଦୟଗିରି ବ୍ଲକ୍ ଶିଆଳିଲଟି ପଞ୍ଚାୟତ ତଇଲ ଗ୍ରାମର ଯୁରିଆ ନାୟକଙ୍କ ପତ୍ନୀ ସୁକାନ୍ତି ନାୟକଙ୍କ ସ୍ଵାସ୍ଥ୍ୟ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ଦୋଳା କରି ବୋହି ନେଉଛନ୍ତି ସଂପର୍କୀୟ ଲୋକେ । 5ଜି ଦୁନିଆରେ ମଧ୍ୟ ଲୋକେ ଏଭଳି ସମସ୍ୟା ଦେଇ ପ୍ରତିଦିନ ଗତିକରୁଛନ୍ତି , ସରକାର ରାଜ୍ୟ ତଥା ଦେଶ ବିକଶିତ ହେବାର ଡିଣ୍ଡିମ ପିଟୁଛନ୍ତି,ତେବେ କ'ଣ ସତରେ ଆମ ଦେଶ ତଥା ରାଜ୍ୟ ବିକଶିତ ହେଉଛି,!ଲୋକେ କ'ଣ ମୌଳିକ ସୁବିଧାରୁ ବଞ୍ଚିତ ହେଉନାହାନ୍ତି କି,ତେବେ ଦେଖାଯାଉ କେବେ ଏ ଅଭିଶପ୍ତ ଜୀବନରୁ ମୁକ୍ତି ପାଉଛନ୍ତି ଏ ନିରୀହ ଆଦିବାସୀ ଜନତା, ତା'କୁ ହିଁ ରହିଛି ସମସ୍ତଙ୍କ ଅପେକ୍ଷା l

State

ଆଜିଠୁ ଆରମ୍ଭ ଖଣ୍ଡଗିରି ଯାତ୍ରା : ଅଶ୍ଳୀଳ ନୃତ୍ୟକୁ ନା, କରିଲେ ହେବ ଠେଙ୍ଗା ପାହାର

Blog Thumbnail

ଖଣ୍ଡଗିରି( ଦ କୁଇଭର ):- ଆଜିଠାରୁ ଆରମ୍ଭ ହେବ ଖଣ୍ଡଗିରି ମେଳା । ଏନେଇ ଜୋରସୋରରେ ଚାଲିଛି ପ୍ରସ୍ତୁତି । ଖଣ୍ଡଗିରିରେ ସାଧୁସନ୍ଥ ମଧ୍ୟ ପହଞ୍ଚୁଥିବା ଦେଖିବାକୁ ମିଳିଲାଣି । ଯଜ୍ଞ କୁଣ୍ଡ ଓ ସାଧନାସ୍ଥଳ ପ୍ରସ୍ତୁତିରେ ସାଧୁ ଲାଗିଛନ୍ତି । ସେପଟେ ଖଣ୍ଡଗିରି ଯାତ୍ରାରେ ଅଶ୍ଳୀଳ ନୃତ୍ୟ ଓ ଦ୍ବିଅର୍ଥ ବୋଧକ କମେଡିକୁ ପ୍ରଶ୍ରୟ ଦିଆଯିବ ନାହିଁ । ଅଶ୍ଲୀଳତାକୁ ସମ୍ପୂର୍ଣ୍ଣ ବିରୋଧ କରାଯିବ । ଅଶ୍ଳୀଳ ପ୍ରଦର୍ଶନ ନେଇ ଯେଉଁମାନେ ଖୋଲା ଚ୍ୟାଲେଞ୍ଜ କରୁଛନ୍ତି ସେମାନଙ୍କୁ ସଠିକ ଜବାବ ଦିଆଯିବ। ଏଥିପାଇଁ ସୋମବାର ମା’ ବାରଭୁଜାଙ୍କ ପାଖରେ ଏକାମ୍ର ବିଧାୟକଙ୍କ ନେତୃତ୍ବରେ ଶହେ ଠେଙ୍ଗା ପୂଜା କରାଯାଇଛି । କେବଳ ଖଣ୍ଡଗିରି ନୁହେଁ ସାରା ଓଡ଼ିଶାରେ ଯୁବକ ଯୁବତୀଙ୍କ ନେତୃତ୍ୱରେ ଏଭଳି ପଦକ୍ଷେପ ନିଆଯିବ । ଅଶ୍ଲୀଳ ପ୍ରଦର୍ଶନକାରୀଙ୍କୁ ଖଣ୍ଡଗିରିରେ ପଶିବାକୁ ଦିଆଯିବ ନାହିଁ । ସେମାନଙ୍କ ସମେତ ଅନ୍ୟ ଯେଉଁମାନେ ଏଭଳି ଚେଷ୍ଟା କରିବେ ସଠିକ ଉତ୍ତର ପାଇବେ ବୋଲି କହିଛନ୍ତି ବିଧାୟକ ବାବୁ ସିଂ ।


ଅନ୍ୟପଟେ ଖଣ୍ଡଗିରି ଯାତ୍ରାରେ ଅଶ୍ଳୀଳ ନୃତ୍ୟକୁ ନେଇ ବିଏମସି କମିଶନର ଚେତାବନୀ ଦେଇଛନ୍ତି । ପରମ୍ପରା ଓ ମର୍ଯ୍ୟାଦା ଭିତରେ ଯାତ୍ରା ପରିବେଶଣ ପାଇଁ ସେ କହିଛନ୍ତି । ସବୁ ଯାତ୍ରା କମିଟି ଏନେଇ ଅବଗତ ରହିଛନ୍ତି । ଆଶା କରୁଛୁ ଗାଇଡଲାଇନ ଅନୁସାରେ ଯାତ୍ରା ହବ ବୋଲି ବିଏମସି କମିଶନର କହିଛନ୍ତି । ଏହା ସହ ଖଣ୍ଡଗିରିରେ ପରିମଳ ବ୍ୟବସ୍ଥା, ସ୍ଥାୟୀ ଆଲୋକୀକରଣ, ପାନୀୟ ଜଳକୁ ଅଧିକ ଗୁରୁତ୍ୱ ଦିଆଯିବ ବୋଲି ସେ କହିଛନ୍ତି ।

State

ଫେବୃଆରୀରେ ଉପରମୁହାଁ ପାରଦ, ତାପମାତ୍ରା ୩୫ ଡିଗ୍ରୀ ପାର୍‌

Blog Thumbnail

ଦ କୁଇଭର ବ୍ୟୁରୋ :- ରାଜ୍ୟରେ ଉପରମୁହାଁ ପାରଦ । ଆଭ୍ୟନ୍ତରୀଣ ଓଡ଼ିଶାରେ ୩୫ଡିଗ୍ରୀ ପାର କଲା ଦିନର ତାପମାତ୍ରା । ଆଭ୍ୟନ୍ତରୀଣ ଓଡ଼ିଶା ସମେତ ଉପକୂଳ ଓଡ଼ିଶାରେ ତାତି ବୃଦ୍ଧି ପାଇବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବର୍ତ୍ତମାନ ରାଜ୍ୟରେ ମେଘମୁକ୍ତ ଆକାଶ ସହ ସୂର୍ଯ୍ୟଙ୍କ ଟାଣ କିରଣ ପାଇଁ ତାତି ବୃଦ୍ଧି ପାଉଛି ବୋଲି ପାଣିପାଗ କେନ୍ଦ୍ର ସୂଚନା ଦେଇଛି । ତାତି ସହ ଅସ୍ତବ୍ୟସ୍ତ କରିବ ଅସହ୍ୟ ଗୁଳୁଗୁଳି । ଦୀର୍ଘମିଆଦି ଆକଳନରେ ଏଭଳି ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ ।ବିଶେଷ କରି ଓଡ଼ିଶାର ଅଧିକାଂଶ ଅଞ୍ଚଳରେ ତାତି ବୃଦ୍ଧି ପାଇଁ ୟେଲୋ ମାର୍କ ଦିଆଯାଇଛି । ସେପଟେ ଗତ ୨୪ ଘଣ୍ଟାରେ ପାରଳାଖେମୁଣ୍ଡିରେ ସର୍ବାଧିକ ୩୫.୬ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଥିବା ବେଳେ ଝାରସୁଗୁଡାରେ ୩୫.୨ ଡିଗ୍ରୀ ଏବଂ ବଲାଙ୍ଗୀରରେ ୩୫ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି । ଆସନ୍ତା ୫ ଦିନ ପର୍ଯ୍ୟନ୍ତ ଆହୁରି ତାପମାତ୍ରା ବୃଦ୍ଧି ପାଇବ ବୋଲି ପାଣିପାଗ କେନ୍ଦ୍ର କହିଛି । ବିଶେଷ କରି ଝରସୁଗୁଡା, ସମ୍ବଲପୁର, ବରଗଡ, ବଲାଙ୍ଗୀର, କଳାହାଣ୍ଡି, ଗଜପତି, ନୂଆପଡା, ଅନୁଗୋଳରେ ତାପମାତ୍ରା ଅହେତୁକ ଭାବରେ ବୃଦ୍ଧି ପାଇବ । ତାପମାତ୍ରା ବୃଦ୍ଧି ସହ ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଘନ କୁହୁଡିର ଆସ୍ତରଣ ଦେଖିବାକୁ ମିଳିବ ।

State

ମୁଖ୍ୟମନ୍ତ୍ରୀଙ୍କ ଅଷ୍ଟମ ଅଭିଯୋଗ ଶୁଣାଣି, ପଞ୍ଜିକୃତ ହେଲା ୧୦୦୦ ଦରଖାସ୍ତ

Blog Thumbnail

ଭୁବନେଶ୍ୱର( ଦ କୁଇଭର ):- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଷ୍ଟମ ଅଭିଯୋଗ ଶୁଣାଣି ସୋମବାର ଅନୁଷ୍ଠିତ ହୋଇଯାଇଛି । ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମରେ ୧୦୦୦ ଦରଖାସ୍ତ ପଞ୍ଜିକୃତ ହୋଇଛି ଏବଂ ୭୦୦ ଅଭିଯୋଗ ଶୁଣି କାର୍ଯ୍ୟକରି କରିବାକୁ ବିଭିନ୍ନ ବିଭାଗକୁ ପଠାଯାଇଥିବା ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି l ତେବେ ଆଜି ଯାଏଁ ମୋଟ ୮୦୩୧ ଦରଖାସ୍ତ ମିଳିଥିବାବେଳେ ୬ ହଜାର ୫୪୫ ଅଭିଯୋଗର ସମାଧାନ ହୋଇଛି। ଯେତିକି ଅଭିଯୋଗ ଆସିଛି ବିଭିନ୍ନ ବିଭାଗ ସହ ଆଲୋଚନା କରି ସମାଧାନ କରାଯାଉଛି। ପ୍ରାୟ ୮୧ ପ୍ରତିଶତ ଅଭିଯୋଗର ସମାଧାନ ହୋଇଛି।ତେବେ ଭୁବନେଶ୍ୱର ନ ଆସି ଜିଲ୍ଲାପାଳଙ୍କ ନିକଟରେ ଅଭିଯୋଗ କରିବାକୁ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ଅପିଲ କରିଛନ୍ତି। ଭୁବନେଶ୍ୱର ଆସି ଅଯଥା ଖର୍ଚ୍ଚ ନକରି ଜିଲ୍ଲାସ୍ତରରେ ଅଭିଯୋଗ କରିବାକୁ ମୁଖ୍ୟମନ୍ତ୍ରୀ କହିଛନ୍ତି।

State

ଓଡ଼ିଶା ଗସ୍ତରେ ଷୋଡ଼ଶ ଅର୍ଥ କମିଶନ

Blog Thumbnail

ଦ କୁଇଭର ବ୍ୟୁରୋ :- ଫେବ୍ରୁଆରୀ ୪ ରୁ ୭ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ଗସ୍ତରେ ଆସିବେ ଷୋଡ଼ଶ ଅର୍ଥ କମିଶନ । ଗସ୍ତ ସମୟରେ କମିଶନଙ୍କ ଆଗରେ ରାଜ୍ୟ ସରକାର ଆଗାମୀ ୫ବର୍ଷ ଲାଗି କଣ ଦାବି ରଖୁଛନ୍ତି ତାକୁ ନେଇ ଚର୍ଚ୍ଚା, ଆଲୋଚନା ଆରମ୍ଭ ହୋଇଯାଇଛି । ମିଳିଥିବା ସୂଚନା ଅନୁସାରେ ଷୋଡ଼ଶ ଅର୍ଥ କମିଶନରେ ଦାବି ସମ୍ଭାବନା । ୨ ଲକ୍ଷ ୫୬ ହଜାର ୧୪୮ କୋଟି ଟଙ୍କା ଦାବି ରଖିବେ ସରକାର । ଏହାକୁ ରାଜ୍ୟ କ୍ୟାବିନେଟରେ ମଞ୍ଜୁରୀ ମିଳିସାରିଛି ।ପ୍ରାକୃତିକ ବିପର୍ଯ୍ୟୟ ଲାଗି ସ୍ୱତନ୍ତ୍ର ପ୍ୟାକେଜ ଦାବି ହେବ । ଗ୍ରମାଞ୍ଚଳକୁ ଉନ୍ନତ କରିବା ପାଇଁ ସମସ୍ତ ଅଞ୍ଚଳରେ ନେଟୱର୍କ ସଂଯୋଗ ପରି କେତେକ ଗୁରୁତ୍ୱପୂର୍ଣ୍ଣ ଦାବି ରଖିପାରନ୍ତି ସରକାର । ସେପଟେ ରାଜ୍ୟ ଅର୍ଥ କମିଶନ ଗଠନରେ ବିଳମ୍ବ ହୋଇଥିବା କାରଣରୁ ରାଜ୍ୟ ସରକାରଙ୍କ ଦାବି ଉପରେ ପ୍ରଶ୍ନ ଉଠାଇଛନ୍ତି ବିରୋଧୀ । ପ୍ରାକୃତୀକ ଦୁର୍ବିପାକ ପ୍ରବଣ ଓଡ଼ିଶାକୁ ସ୍ୱତନ୍ତ୍ର ଅନୁଦାନ ଦାବି କରିଆସୁଥିଲେ ପୂର୍ବ ବିଜେଡି ସରକାର । ହେଲେ ତାହାକୁ ଅଣଦେଖା କରିଆସୁଥିଲେ କେନ୍ଦ୍ରରେ ବିଜେପି ସରକାର । ଏଥର ଷୋଡଶ ଅର୍ଥ କମିଶନରୁ ଅଧିକ ଆଶା ରଖିଛି ଓଡ଼ିଶା । କାରଣ ରାଜ୍ୟରେ ପ୍ରଥମଥର ପାଇଁ ଡବଲ ଇଞ୍ଜିନ ସରକାର ହୋଇଛି ଏବଂ ରାଜ୍ୟ ସ୍ୱାର୍ଥକୁ ଅଧିକ ଗୁରୁତ୍ୱ ମିଲିବ ବୋଲି ଆଶା କରାଯାଉଛି ।

State

ବିଦ୍ୟୁତ ଆଘାତରେ ଜଣେ ଯୁବକଙ୍କ ମୃତ୍ୟୁ

Blog Thumbnail

ମୋହନା ( ଦ କୁଇଭର ):-- ବିଦ୍ୟୁତ ଆଘାତରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି l ଘଟଣା ଘଟିଛି ଗଜପତି ଜିଲ୍ଲା ମୋହନା ଥାନା ଯୋଡିପତର ଗାଁରେ l ମୃତକ ଜଣକ ହେଉଛନ୍ତି କୃଷ୍ଣ ଚନ୍ଦ୍ର ଦଳବେହେରା l ଘଟଣା ପରେ ଗାଁରେ ଉତେଜନା ଦେଖାଦେଇଛି l କ୍ଷତିପୂରଣ ଦାବିରେ ଚାନ୍ଦିପୁଟ ରେ ରାସ୍ତା ଅବରୋଧ କରିଛନ୍ତି ଅଞ୍ଚଳବାସୀ l ବିଦ୍ୟୁତ ବିଭାଗ ପକ୍ଷରୁ ନୂଆ କରି ବିଦ୍ୟୁତ ଖୁଣ୍ଟ ପୋତିବା ସହ ବିଦ୍ୟୁତ ସଂଯୋଗ କରିଥିଲେ l ତେବେ ବିଦ୍ୟୁତ ଖୁଣ୍ଟରୁ ତାର ଛିଣ୍ଡି ଜମିରେ ପଡିଥିଲା l ଆଜି ସକାଳେ ଗାଁର କୃଷ୍ଣଚନ୍ଦ୍ର ନିଜ ସାଇକେଲ ରେ ସେହି ରାସ୍ତା ଦେଇ ଯାଉଥିଲେ l ବିଦ୍ୟୁତ ତାର ସଂସ୍ପର୍ଶ ରେ ଆସି ଘଟଣା ସ୍ଥଳରେ କୃଷ୍ଣ ଙ୍କ ମୃତ୍ୟୁ ଘଟିଛି l ରାସ୍ତା ଅବରୋଧ ଯୋଗୁଁ ଚାନ୍ଦିପୁଟ - ଲୁହାଗୁଡ଼ି ଯାତାୟାତ ଠପ ହୋଇଯାଇଛି l

Politics,National

ବିଜେପିରେ ମିଶିଲେ ଆପରୁ ଇସ୍ତଫା ଦେଇଥିବା ୮ ବିଧାୟକ

Blog Thumbnail

ଦ କୁଇଭର ବ୍ୟୁରୋ :- ଫେବୃଆରୀ ୫ ତାରିଖରେ ହେବାକୁ ଥିବା ଦିଲ୍ଲୀ ବିଧାନସଭା ନିର୍ବାଚନ ପୂର୍ବରୁ ଶନିବାର ଦିନ ଆମ ଆଦମୀ ପାର୍ଟିର ୮ ଜଣ ବିଧାୟକ ବିଜେପିରେ ଯୋଗ ଦେଇଛନ୍ତି। କାରଣ ଅରବିନ୍ଦ କେଜ୍ରିୱାଲଙ୍କ ଦଳ ଏହି ସମସ୍ତ ବିଧାୟକଙ୍କୁ ଟିକେଟ୍ ଦେବାକୁ ମନା କରିଦେଇଥିଲା।


ସୂଚନା ଅନୁଯାୟୀ, ବିଜେପିରେ ଯୋଗ ଦେଇଥିବା ବିଧାୟକମାନେ ହେଲେ ଭାବନା ଗୌଡ (ପାଲମ), ରୋହିତ ମେହରୌଲିଆ (ତ୍ରିଲୋକପୁରୀ), ଗିରିଶ ସୋନି (ମାଦିପୁର), ମଦନ ଲାଲ (କସ୍ତୁରବା ନଗର), ରାଜେଶ ଋଷି (ଉତ୍ତମ ନଗର), ବି ଏସ ଜୁନ (ବିଜୱାସନ), ନରେଶ ଯାଦବ (ମହରୌଲି) ଏବଂ ପବନ ଶର୍ମା (ଆଦର୍ଶ ନଗର)।ଏହା ପୂର୍ବରୁ ଆମ ଆଦମୀ ପାର୍ଟିର ପୂର୍ବତନ ବିଧାୟକ ବିଜେନ୍ଦ୍ର ଗର୍ଗ ଏବଂ ଅନେକ ନେତା ମଧ୍ୟ ବିଜେପିରେ ଯୋଗ ଦେଇଥିଲେ। ବିଜେପିର ରାଷ୍ଟ୍ରୀୟ ଉପାଧ୍ୟକ୍ଷ ଏବଂ ଦଳର ଦିଲ୍ଲୀ ପ୍ରଭାରୀ ବୈଜୟନ୍ତ ପଣ୍ଡା, ରାଜ୍ୟ ସଭାପତି ବୀରେନ୍ଦ୍ର ସଚଦେବାଙ୍କ ଉପସ୍ଥିତିରେ ଏମାନେ ସମସ୍ତେ ବିଜେପିରେ ଯୋଗ ଦେଇଛନ୍ତି।


ବିଜେପିରେ ଯୋଗଦେବାର ଗୋଟିଏ ଦିନ ପୂର୍ବରୁ ସମସ୍ତ ୮ ବିଧାୟକ ଆମ ଆଦମୀ ପାର୍ଟି ଉପରେ ଦୁର୍ନୀତି ଏବଂ ଭ୍ରଷ୍ଟାଚାରର ଅଭିଯୋଗ ଲଗାଇଥିଲେ। ଏପରିକି ଦଳ ଏହାର ବିଚାରଧାରାରୁ ପଥଭ୍ରଷ୍ଟ ହେବାର ମଧ୍ଯ ଅଭିଯୋଗ ଆଣିଥିଲେ। ତେବେ ଗତ ଶୁକ୍ରବାର ଏହି ବିଧାୟକ ମାନେ ଆପର ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଇଥିଲେ।

State

ବଢିଲା ଅଗ୍ନିଶମ କର୍ମଚାରୀଙ୍କ ଭତ୍ତା : ରାଜ୍ୟ ସରକାର

Blog Thumbnail

ଦ କୁଇଭର ବ୍ୟୁରୋ :- ଅଗ୍ନିଶମ କର୍ମଚାରୀଙ୍କ ଭତ୍ତା ବୃଦ୍ଧି କଲେ ରାଜ୍ୟ ସରକାର । ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି । ବିଭିନ୍ନ ପରିସ୍ଥିତିରେ ଲୋକଙ୍କୁ ତ୍ୱରିତ ସେବା ଯୋଗାଉଥିବା ଅଗ୍ନିଶମ କର୍ମଚାରୀଙ୍କ କଲ୍ୟାଣ ପାଇଁ ଘରଭଡ଼ା ପ୍ରଦାନ ସହ ସେମାନଙ୍କ ଭତ୍ତା ବୃଦ୍ଧି କରାଯାଇଛି । ଏହାଦ୍ଵାରା ୬୦୫୮ ଅଗ୍ନିଶମ କର୍ମଚାରୀ ଉପକୃତ ହେବେ ବୋଲି ଟ୍ୱିଟ ଯୋଗେ ମୁଖ୍ୟମନ୍ତ୍ରୀ କହିଛନ୍ତି । ତେବେ ଡାଏଟ ଭତ୍ତା ୯ ଶହରୁ ୧୪ ଶହକୁ ବଢ଼ିଲା,ମୋଟର ସାଇକେଲ୍‌ ଭତ୍ତା ୩ ଶହରୁ ୧୦୫୦ ଟଙ୍କାକୁ ବୃଦ୍ଧି ,ମୋବିଲିଟି ଭତ୍ତା ୧୫୦ରୁ ୩ ଶହ ଟଙ୍କାକୁ ବୃଦ୍ଧି,ରିସ୍କ ଭତ୍ତା ୪ ଶହରୁ ୧ ହଜାର ଟଙ୍କାକୁ ବଢ଼ିଲା l

National

ଆଜି ସରସ୍ବତୀ ପୂଜା ବା ବସନ୍ତ ପଞ୍ଚମୀ

Blog Thumbnail

ଦ କୁଇଭର ବ୍ୟୁରୋ :- ଆଜି ମା’ ସରସ୍ବତୀଙ୍କ ଆରଧନାର ଦିନ । ପୌରାଣିକ ମାନ୍ୟତା ଅନୁସାରେ, ବସନ୍ତ ପଞ୍ଚମୀ ଦିନ ମା’ ସରସ୍ୱତୀଙ୍କ ସର୍ଜନା ହୋଇଥିଲା । ତେଣୁ ଏହି ଦିନକୁ ବସନ୍ତ ପଞ୍ଚମୀ ମଧ୍ୟ କୁହାଯାଏ । ମାଘ ମାସ ଶୁକ୍ଳ ପଞ୍ଚମୀ ତିଥିରେ ବସନ୍ତ ପଞ୍ଚମୀ ବା ସରସ୍ୱତୀ ପୂଜା ପାଳନ କରାଯାଇଥାଏ।ଦେବୀ ସରସ୍ବତୀ ହେଉଛନ୍ତି ବିଦ୍ୟାର ଅଧିଷ୍ଠାତ୍ରୀ ଦେବୀ । ସେ ହେଉଛନ୍ତି ବିଦ୍ୟାର ଭଣ୍ଡାର । ମା’ଙ୍କୁ ପ୍ରଜ୍ଞା,ମେଧା, ବୁଦ୍ଧି,ସାହିତ୍ୟ,ସଙ୍ଗୀତ,କଳା ଓ ପ୍ରଯୁକ୍ତି ବିଦ୍ୟାର ଅଧିଷ୍ଠାତ୍ରୀ ଦେବୀ ବୋଲି ବିବେଚନା କରାଯାଏ । ସେ ମହାବିଦ୍ୟା, ମହାବାଣୀ, ଭାରତୀ, ବାକ୍, ଆର୍ଯ୍ୟା, ବ୍ରାହ୍ମୀ, କାମଧେନୁ, ବେଦଗର୍ଭା, ଧୀଶ୍ୱରୀ, ବୁଦ୍ଧିଦାତ୍ରୀ ଆଦି ଅନେକ ନାମରେ ପରିଚିତ ।ଶାସ୍ତ୍ର ଅନୁସାରେ, ଏହି ଦିନ ମା’ ସରସ୍ୱତୀଙ୍କୁ ପୂଜା କଲେ ବାଗ୍‌ବାଦୀନି ପ୍ରସନ୍ନ ହୋଇଥାନ୍ତି । ପୂଜା ସମୟରେ ମାଙ୍କୁ ହଳଦୀ ରଙ୍ଗର ସାମଗ୍ରୀ ଲାଗି ହୋଇଥାଏ । ସରସ୍ବତୀଙ୍କ ପ୍ରିୟ ରଂଗ ହେଉଛି ହଳଦିଆ । ସେଥିପାଇଁ ଶ୍ରଦ୍ଧାଳୁମାନେ ମାଆଙ୍କ ମୂର୍ତ୍ତିକୁ ହଳଦିଆ କପଡ଼ାରେ ଢାଙ୍କି କରି ରଖିଥାନ୍ତି ଓ ମାଆଙ୍କୁ ହଳଦିଆ ରଙ୍ଗର ପୁଷ୍ପ ଦେଇ ପୂଜାର୍ଚ୍ଚନା କରିଥାନ୍ତି ।ପୌରାଣିକ କଥା ଅନୁସାରେ ଥରେ ବ୍ରହ୍ମା ସମଗ୍ର ବିଶ୍ୱ ଭ୍ରମଣରେ ବାହାରିଥିଲେ । ଏହି ସମୟରେ ସମଗ୍ର ବିଶ୍ୱ ଉଦାସୀନ ଥିବା ଦେଖିବାକୁ ପାଇଥିଲେ । ଏପରି ଦେଖିବା ପରେ ବ୍ରହ୍ମା ଭଗବାନ ବିଷ୍ଣୁଙ୍କ ନିକଟକୁ ଯାଇଥିଲେ । ଆଉ ବିଷ୍ଣୁଙ୍କ ଆଗରେ ସମସ୍ତ କଥାକୁ ପରିପ୍ରକାଶ କରିଥିଲେ । ଏହା ଶୁଣିବା ପରେ ବିଷ୍ଣୁ ଭଗବାନ ବ୍ରହ୍ମାଙ୍କୁ କହିଥିଲେ କି ଆପଣ ଦେବୀ ସରସ୍ୱତୀଙ୍କ ନିକଟକୁ ଯାଆନ୍ତୁ । ଆପଣଙ୍କର ସମସ୍ତ ସମସ୍ୟାର ସମାଧାନ ସିଏ ହିଁ କରିପାରିବେ । ଏହା ସହିତ ବ୍ରହ୍ମ ନିଜ କମଣ୍ଡଳରୁ ଜଳ ପୃଥିବୀପୃଷ୍ଠକୁ ପାଣି ଛିଞ୍ଚାଡ଼ିଥିଲେ ।ଏହି ଜଳକଣା ପଡ଼ିବା ପରେ ହାତରେ ବୀଣା, ପୁସ୍ତକ, ଓ ମାଳା ଚାରି ହସ୍ତର ଶକ୍ତି ଉଭା ହୋଇଥିଲେ । ବ୍ରହ୍ମା ବୀଣାର ତାରକୁ ଛୁଇଁବା ପରେ ସମଗ୍ର ବିଶ୍ୱରେ ଏକ ହସଖୁସିର ଲହରୀ ଖେଳିଯାଇଥିଲା । ଏହା ସହିତ ପୃଥିବୀ ପୃଷ୍ଠରେ ସମସ୍ତ ଜୀବଜଗତ ସକ୍ରିୟ ହୋଇ ଉଠିଥିଲେ । ଆଉ ସେବେଠାରୁ ଏହି ବସନ୍ତ ପଞ୍ଚମୀ ତିଥିରେ ମା ସରସ୍ୱତୀଙ୍କ ପୂଜାର୍ଚ୍ଚନା କରାଯାଏ ।ସରସ୍ୱତୀଙ୍କ ବିନା ସିଦ୍ଧି ଓ ବିଦ୍ୟାଲାଭ ଅସମ୍ଭବ । ସକଳ କ୍ଷେତ୍ରରେ ସଫଳତା ଓ ବିଦ୍ୟାର୍ଜନରେ ଯଶସ୍ୱୀ ହେବା ପାଇଁ ବିଦ୍ୟାଜନନୀ ସରସ୍ୱତୀଙ୍କ ପାଦପଦ୍ମରେ ମନପ୍ରାଣ ଅର୍ପଣ କରିବା ଉଚିତ । ବାଣୀ ଓ ବିଦ୍ୟାର ଅଧିଷ୍ଠାତ୍ରୀ ଦେବୀ ମା ସରସ୍ବତୀ ସୁଶୋଭିତ ପୁଷ୍ପମାଲ୍ୟ, ଘଣ୍ଟ, ଘଣ୍ଟା, ଶଙ୍ଖ ଆଦି ବାଦ୍ୟବାଦନ ମଧ୍ୟରେ ପୂଜିତ ହୁଅନ୍ତି । ଭୋଗ ଆକାରରେ ଖଇ, ଉଖୁଡ଼ା, ନଡ଼ିଆ ଫଳ ଆଦି ବଢ଼ାଯାଇଥାଏ ।ଶିକ୍ଷାନୁଷ୍ଠାନ,ଘର, କୋଚିଂ ସେଣ୍ଟର ଓ ମୂର୍ତ୍ତି କାରିଗର ମାନେ ମାଙ୍କ ଆବାହନ ପାଇଁ ବିଶେଷ ଆୟୋଜନ କରିଥାନ୍ତି । କିନ୍ତୁ କୋରୋନା ମହାମାରୀ ଯୋଗୁଁ ଚଳିତଥର ସରକାରଙ୍କ କୋରୋନା ଗାଇଡଲାଇନ ଅନୁସାରେ ସମସ୍ତ ଶିକ୍ଷାନୁଷ୍ଠାନ ପାଳନ ହେବ । ଅଳ୍ପ ସଂଖ୍ୟକ ଛାତ୍ରଛାତ୍ରୀଙ୍କୁ ନେଇ କରାଯାଇପାରିବ ସରସ୍ବତୀ ପୂଜା । ସ୍କୁଲ, ଶିକ୍ଷାନୁଷ୍ଠାନ ଛଡ଼ା ଅନ୍ୟ କେଉଁଠି ସରସ୍ବତୀ ପୂଜାକୁ ବାରଣ କରାଯାଇଛି। ଘରେ ରହି ପରିବାର ସହ ସରସ୍ବତୀ ପୂଜା ପାଳନ ପାଇଁ ପରାମର୍ଶ ଦିଆଯାଇଛି ।

State

ବର୍ଣ୍ଣବୋଧ’ର ପୁନଃମୁଦ୍ରିତ ସଂସ୍କରଣ ଓ ଏହାର ଡ଼ିଜିଟାଲ କପି ଉନ୍ମୋଚିତ

Blog Thumbnail

ଭୁବନେଶ୍ୱର( ଦ କୁଇଭର ):- ଭକ୍ତକବି ମଧୁସୂଦନ ରାଓଙ୍କ ଜୟନ୍ତୀ ଅବସରରେ ତାଙ୍କ ରଚିତ ‘ବର୍ଣ୍ଣବୋଧ’ର ପୁନଃମୁଦ୍ରିତ ସଂସ୍କରଣ ଓ ଏହାର ଡ଼ିଜିଟାଲ କପି ଉନ୍ମୋଚିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ଅପରାହ୍‌ଣରେ ଏହାକୁ ଉନ୍ମୋଚନ କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି, ଯେତେବେଳେ ଭାରତ ସ୍ଵାଧୀନତା ଲାଭ କରିଥିଲା ସାକ୍ଷରତା ହାର ଥିଲା ମାତ୍ର ୧୨ ପ୍ରତିଶତ, ଅର୍ଥାତ ୧୯୦୦ ମସିହା ବେଳକୁ ଏହା ଏକକ-ଅଙ୍କ ବିଶିଷ୍ଟ ଥିଲା। ସେତେବେଳେ ଓଡ଼ିଆ ଭାଷାର ଆଉ ଏକ ସମସ୍ଯା ଥିଲା। ଯଦିଓ ଓଡ଼ିଆ ଭାଷା ଓ ସାହିତ୍ଯକୁ ଅନେକ ସାରସ୍ଵତ ସାଧକ ଋଦ୍ଧିମନ୍ତ କରିଥିଲେ, ତାହା ସାଧାରଣ ଜନତାଙ୍କ ଭାଷା ରୂପେ ଆଦୃତ ହୋଇପାରିନଥିଲା। କାରଣ, ଲିଖିତ ଓଡ଼ିଆ ଭାଷାର ଗଠନ, ଉଚ୍ଚାରଣ, ଲିଖନ ଏବଂ ଶୁଦ୍ଧତା ନିଶ୍ଚିତ ଭାବେ ଜଟିଳ ଥିଲା। ତେଣୁ, ଏତେ ସଂଖ୍ୟକ ଲୋକଙ୍କୁ ଶିକ୍ଷାଦାନ କରିବା ପାଇଁ ହେଲେ ପ୍ରଥମେ ଭାଷାକୁ ସରଳ ଭାବେ, ବୋଧଗମ୍ୟ ଭାବେ ପ୍ରସ୍ତୁତ କରିବାକୁ ହେବ। ଏହା ସହିତ ଭାଷାର ନିଜତ୍ଵ, ମୂଳ ସ୍ୱରୂପକୁ ରଖିବାକୁ ପଡ଼ିବ। ତେଣୁ, ଏହାର ସମାଧାନ କରିବା ପାଇଁ ଲେଖା ହୋଇଥିଲା ‘ବର୍ଣ୍ଣବୋଧ’। ଏହାର ରଚୟିତା ଭକ୍ତକବି ମଧୁସୂଦନ ରାଓ, ଅତି ଚମତ୍କାର ଭାବେ ଅକ୍ଷର, ବର୍ଣ୍ଣ, ଯୁକ୍ତାକ୍ଷର, ଶବ୍ଦ, ଶବ୍ଦ ଗଠନ, ବାକ୍ୟ ଗଠନକୁ କିପରି ସରଳ ଭାବେ କୋମଳମତି ଛାତ୍ରଛାତ୍ରୀଙ୍କୁ ଶିଖାଇ ହେବ ଏହି ପୁସ୍ତକରେ ପ୍ରତିପାଦିତ କରିଛନ୍ତି। ବର୍ଣ୍ଣବୋଧର ଭାଷା ଅତ୍ୟନ୍ତ ସହଜ ଓ ସରଳ। ପଶୁ, ପକ୍ଷୀ, ସକାଳ, ସନ୍ଧ୍ୟା, ଆଖପାଖର ଦୃଶ୍ୟ ଭଳି ସହଜ ଉଦାହରଣ ସବୁ ଦେଇ, ସେ କୋମଳ ମନକୁ ଆକର୍ଷିତ କରିଥିଲେ। ଏହି ବହିଟି ଅତି କମ୍‍ ଦିନରେ ପ୍ରତ୍ୟେକ ଓଡ଼ିଆ ପରିବାରର ଅଂଶ ପାଲଟିଗଲା। ୧୮୯୫ରେ ବହିଟି ପ୍ରଥମେ ପ୍ରକାଶିତ ହୋଇଥିଲା। ଏହାର ଲୋକପ୍ରିୟତା ଏହି କଥାରୁ ଅନୁମେୟ ଯେ ୧୮୯୫ ରୁ ୧୯୦୧ ଭିତରେ ବହିର ଆଠଟି ସଂସ୍କରଣ ହୋଇ ସାରିଥିଲା l ମୂଳ ଲେଖାକୁ ପରିବର୍ତ୍ତିତ ନ କରି ଅବିକଳ ଛାପିବା ଦ୍ଵାରା ଏହାର ଭାବ, ଭାଷାକୁ ସମ୍ମାନ ଦିଆଯାଇଛି। ମୁଁ ଆଶା କରୁଛି, ଆମର କୁନି କୁନି ପିଲାମାନଙ୍କୁ ଏହି ପୁସ୍ତକ ଖୁବ୍‍ ଭଲ ଲାଗିବ। ଓଡ଼ିଆ ଭାଷାକୁ ସହଜରେ ଶିଖିବା ପାଇଁ ଏହା ସେମାନଙ୍କ ପକ୍ଷରେ ସହାୟକ ହେବ।

Sports

ବିଶ୍ବ ବିଜୟୀ ହେଲା ଭାରତ : ଆଇସିସି ମହିଳା ଅଣ୍ଡର-୧୯ ଟି ୨୦ ଓ୍ବାର୍ଲ୍ଡ କପ ଜିତିଲା ଭାରତ

Blog Thumbnail

ଦ କୁଇଭର ବ୍ୟୁରୋ :- ପୁଣି ଇତିହାସ ରଚିଲା ଭାରତୀୟ ମହିଳା ଟିମ୍ । ସୁପର ସଣ୍ଡେରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ମ୍ୟାଲେସିଆର ବାୟୁମାସ ଓଭାଲରେ ଆଇସିସି ମହିଳା ଅଣ୍ଡର-୧୯ ଟି ୨୦ ଓ୍ବାର୍ଲ୍ଡ କପ ଫାଇନାଲ ମ୍ୟାଚ ଅନୁଷ୍ଠିତ ହୋଇଯାଇଛି । ଏହି ମ୍ୟାଚରେ ଏକତରଫା ବିଜୟ ହାସଲ କରିବା ସହ ଦକ୍ଷିଣ ଆଫ୍ରିକାକୁ ୯ ଓ୍ବିକେଟରେ ହରାଇଛି ଭାରତୀୟ ମହିଳା ଟିମ୍ । ଭାରତ ଏହି ମୁକାବିଲାରେ ଦକ୍ଷିଣ ଆଫ୍ରିକାକୁ ୯ ଓ୍ବିକେଟରେ ହରାଇଛି । ଟସ୍ ହାରି ପ୍ରଥମେ ବୋଲିଂ କରିଥିଲା ଭାରତ । ନିର୍ଦ୍ଧାରିତ ୨୦ ଓଭରରେ ଦକ୍ଷିଣ ଆଫ୍ରିକାକୁ ମାତ୍ର ୮୨ ରନରେ ସୀମିତ ରଖିପାରିଥିଲା ଭାରତୀୟ ମହିଳା ଟିମ୍ । ଏହାପରେ ଓପନର ତ୍ରିଶା ଗୋଙ୍ଗାଡି ଓ ସାନିକା ଚାଲକେ ଯଥାକ୍ରମେ ୩୩ ବଲ ଖେଳି ୪୪ ରନ୍ ଓ ୨୨ ବଲ ଖେଳି ୨୬ ରନ କରି ମାତ୍ର ୧୧.୨ ଓଭରରେ ୮୪ ରନ ସଂଗ୍ରହ କରି ଟିମକୁ ଜିତ ଦେଇଥିଲେ ।ଭାରତର ଏହି ବିଜୟୀରେ ହିରୋ ସାଜିଛନ୍ତି ଅଲରାଉଣ୍ଡର ତ୍ରିଶା ଗୋଙ୍ଗାଡି । ସେ ଏହି ମ୍ୟାଚରେ ୩ଟି ଓ୍ବିକେଟ ହାସଲ କରିବା ସହ ୮୩ ରନକୁ ଲକ୍ଷ୍ୟ କରି ୪୪ରନ ସଂଗ୍ରହ କରି ଭାରତର ବିଜୟରେ ମହତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛନ୍ତି । ତ୍ରିଶାଙ୍କ ପ୍ରଦର୍ଶନ ପାଇଁ ତାଙ୍କୁ ପ୍ଲେୟାର ଅଫ ମ୍ୟାଚ କରାଯାଇଛି । ଏଥିସହ ସେ ପ୍ଲେୟାର ଅଫ ଦ ଟୁର୍ଣ୍ଣାମେଣ୍ଟ ଟାଇଟଲ ମଧ୍ୟ ହାସଲ କରିଛନ୍ତି । ପୁରା ଟୁର୍ଣ୍ଣାମେଣ୍ଟରେ ଉଭୟ ବ୍ୟାଟିଂ ଓ ବୋଲିଂରେ ତାଙ୍କ ପ୍ରଦର୍ଶନ ବେଶ ଉଚ୍ଚକୋଟୀର ଥିଲା । ଏହି ଟୁର୍ଣ୍ଣାମେଣ୍ଟରେ ସେ ୩୦୯ ରନ ସଂଗ୍ରହ କରିଥିବା ବେଳେ ୭ଟି ଓ୍ବିକେଟ ହାସଲ କରିଛନ୍ତି ।

National

ମଧ୍ୟବିତ୍ତଙ୍କ ପାଇଁ ସରକାରଙ୍କ ବଡ଼ ଘୋଷଣା, ୧୨ ଲକ୍ଷ ପର୍ଯ୍ୟନ୍ତ ଆୟକର ଛାଡ଼

Blog Thumbnail

ଦ କୁଇଭର ବ୍ୟୁରୋ :- ଆଜି ସଂସଦରେ ଉପସ୍ଥାପନ ହୋଇଛି କେନ୍ଦ୍ର ବଜେଟ୍‌ ୨୦୨୫-୨୬ । ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଅଷ୍ଟମ ଥର ପାଇଁ ସଂସଦରେ ବଜେଟ ଉପସ୍ଥାପନ କରିଛନ୍ତି । ବଜେଟ୍‌ରେ ଇନ୍‌କମ୍‌ ଟ୍ୟାକ୍ସକୁ ନେଇ ବଡ଼ ଘୋଷଣା କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ୧୨ ଲକ୍ଷ ପର୍ଯ୍ୟନ୍ତ ଟ୍ୟାକ୍ସ ଛାଡ଼ ଘୋଷଣା କରିଛନ୍ତି ଅର୍ଥମନ୍ତ୍ରୀ । କ୍ୟାପିଟାଲ ଗେନ୍‌ ଛଡ଼ା ଅନ୍ୟ ଆୟ ୧୨ ଲକ୍ଷ ପର୍ଯ୍ୟନ୍ତ ଟିକସ ଛାଡ଼ ଘୋଷଣା କରିଛନ୍ତି ନିର୍ମଳା ସୀତାରମଣ । କ୍ୟାପିଟାଲ ଗେନ୍‌ ଥିଲେ ୮ରୁ ୧୨ ଲକ୍ଷ ପର୍ଯ୍ୟନ୍ତ ଆୟକର ୧୦ ପ୍ରତିଶତ ରହିବ । ସେହିପରି ୧୨ରୁ ୧୬ ଲକ୍ଷ ପର୍ଯ୍ୟନ୍ତ ଆୟ ପାଇଁ ୧୫% ଟିକସ । ୧୬ ଲକ୍ଷରୁ ୨୦ ଲକ୍ଷ ପର୍ଯ୍ୟନ୍ତ ଆୟ ପାଇଁ ୨୦ %, ୨୦ରୁ ୨୪ ଲକ୍ଷ ପର୍ଯ୍ୟନ୍ତ ଆୟ ପାଇଁ ୨୫%, ୨୪ ଲକ୍ଷରୁ ଅଧିକ ଆୟ ପାଇଁ ଟିକସ ୩୦ % ଟିକସ ଦେବାକୁ ପଡ଼ିବ । ଅନ୍ୟପକ୍ଷରେ ୧୨ ଲକ୍ଷ ପର୍ଯ୍ୟନ୍ତ ଆୟ ଥିଲେ ବାର୍ଷିକ ୮୦ ହଜାର ଟଙ୍କା ବଞ୍ଚିବ । ସେହିପରି ୧୮ ଲକ୍ଷ ପର୍ଯ୍ୟନ୍ତ ଆୟ ଥିଲେ ବାର୍ଷିକ ୭୦ ହଜାର ଓ ୨୫ ଲକ୍ଷ ପର୍ଯ୍ୟନ୍ତ ଆୟ ଥିଲେ ବାର୍ଷିକ ୧.୨୫ ଲକ୍ଷ ଟଙ୍କା ବଞ୍ଚିବ ।


ସେହିପରି ବଜେଟରେ ପ୍ରଧାନମନ୍ତ୍ରୀ କୃଷି ଧନ ଜନ ଯୋଜନାକୁ ଗୁରୁତ୍ୱ ଦେବା ସହ ଅର୍ଥମନ୍ତ୍ରୀ କିସାନ୍ କ୍ରେଡିଟ୍ କାର୍ଡର ଲିମିଟ୍ କେନ୍ଦ୍ର ସରକାର ବୃଦ୍ଧି କରିଥିବା ନେଇ ଘୋଷଣା କରିଛନ୍ତି । ପୂର୍ବରୁ ଏହା ୩ ଲକ୍ଷ ଟଙ୍କା ରହିଥିବା ବେଳେ,ଏବେ ଏହାକୁ ୫ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି।ଅର୍ଥମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି ଯେ, ଏହି ବଜେଟ୍ ବିକାଶକୁ ନୂଆ ଦିଗ ଦେବ। ସମସ୍ତଙ୍କ ବିକାଶ, ମଧ୍ୟବିତ୍ତଙ୍କ କ୍ଷମତା ବୃଦ୍ଧି କରିବାକୁ ଏହି ବଜେଟ୍ ସମର୍ପିତ। ଯୁବ ଚାଷୀ, ଗ୍ରାମୀଣ ମହିଳା ଏବଂ ଛୋଟ ଛୋଟ ଚାଷୀଙ୍କ ଉପରେ ଏହି ବଜେଟରେ ଫୋକସ୍ କରାଯାଇଛି । ତେବେ ପ୍ରଧାନମନ୍ତ୍ରୀ କୃଷି ଧନ ଜନ ଯୋଜନାକୁ ରାଜ୍ୟ ସରକାରଙ୍କ ସହ ମିଶି ଚଳାଇବେ କେନ୍ଦ୍ର ସରକାର । ଯାହାର ଫାଇଦା ୧.୭ କୋଟି ଚାଷୀଙ୍କୁ ମିଳିପାରିବ । ପ୍ରଥମ ପର୍ୟ୍ୟାୟରେ ୧୦୦ଟି ବିକାଶଶୀଳ କୃଷି ଜିଲ୍ଲାକୁ ଏଥିରେ ସାମିଲ କରାଯିବ ।


ସେହିପରି ମେଡିକାଲ ଉପକରଣମୋବାଇଲ, କାର୍‌ ବ୍ୟାଟେରୀ ଇଲେକ୍ଟ୍ରିକ ଗାଡ଼ି ଏଲଇଡି ଟିଭି ଲିଥିୟମ ଆୟନ ବ୍ୟାଟେରୀ କପଡ଼ା, ଜୋତା, ପର୍ସ, ଲେଦର ଜ୍ୟାକେଟ୍‌ ବୈଦ୍ୟୁତିକ ଉପକରଣ କ୍ୟାନ୍ସର ଶସ୍ତା୬୫ ଔଷଧ ଉପରୁ ସୀମା ଶୁଳ୍କ ଛାଡ଼ lଜୀବନ ରକ୍ଷାକାରୀ ଔଷଧ ଉପରେ କଷ୍ଟମ ଡ୍ୟୁଟି ଛାଡ଼ । ୩୬ଟି ଜୀବନ ରକ୍ଷାକାରୀ ଔଷଧ ଉପରେ କଷ୍ଟମ ଡ୍ୟୁଟି ଛାଡ଼ ନେଇ ଘୋଷଣା କଲେ ନିର୍ମଳା । ଦେଶରେ ସ୍ବାସ୍ଥ୍ୟସେବାର ଅଗ୍ରଗତି ପାଇଁ ୧୦ ବର୍ଷରେ ମେଡିକାଲ ସିଟ୍‌ ୧.୧ ଲକ୍ଷ ବୃଦ୍ଧି କରାଯିବ। ସବୁ ଜିଲ୍ଲାରେ କ୍ୟାନ୍ସର ହସ୍ପିଟାଲ୍‌ ପ୍ରତିଷ୍ଠା କରାଯିବ। ଆବଶ୍ୟକ ଡାକ୍ତର ରହିବେ । ଆସନ୍ତା ୩ ବର୍ଷରେ ଲକ୍ଷ୍ୟ ପୂରଣ କରାଯିବ ବୋଲି କହିଛନ୍ତି ସୀତାରମଣ।ମେଡ଼ିକାଲ ପାଠ୍ୟକ୍ରମକୁ ଗୁରୁତ୍ବ । ୫ ବର୍ଷରେ ୭୫ ହଜାର ମେଡ଼ିକାଲ ସିଟ୍‌ ବୃଦ୍ଧି କରାଯିବ । ଆସନ୍ତାବର୍ଷ ଆଉ ୧୦ ହଜାର ମେଡିକାଲ ସିଟ୍‌ ବୃଦ୍ଧି ହେବ । ଡାଲି ଜାତୀୟ ଶସ୍ୟରେ ଆତ୍ମନିର୍ଭର ହେବ ଭାରତ । ଡାଲି ଜାତୀୟ ଶସ୍ୟ ଉତ୍ପାଦନ ପାଇଁ ୬ ବର୍ଷୀୟ ଯୋଜନା । ହରଡ଼, ମସୁର ଓ ବିରି ଉତ୍ପାଦନ ଉପରେ ସ୍ବତନ୍ତ୍ର ପ୍ରାଧାନ୍ୟ ଦିଆଯିବ ସହିତ ମାଛ ଉତ୍ପାଦନରେ ଭାରତ ଦ୍ବିତୀୟ ବୃହତ୍ତ ଦେଶ । ସବୁ ଉଚ୍ଚମାଧ୍ୟମିକ ସ୍କୁଲରେ ବ୍ରଡବ୍ୟାଣ୍ଡ ବ୍ୟବସ୍ଥା ହେବ । ୨ ବର୍ଷ ମଧ୍ୟରେ ପ୍ରତିଷ୍ଠା ହେବ ୫୦ ହଜାର ଅଟଳ ଟିଙ୍କରିଂ ଲ୍ୟାବ୍‌ । ଏଆଇ ଶିକ୍ଷାକୁ ପ୍ରୋତ୍ସାହନ ପାଇଁ ୫ଶହ କୋଟିର ସ୍ବତନ୍ତ୍ର ବ୍ୟୟବରାଦ କରାଯିବ ।ଖାଇବା ତେଲରେ ଆତ୍ମନିର୍ଭର ହେବା ଲକ୍ଷ୍ୟ । ଏଥିପାଇଁ ୬ ବର୍ଷିଆ ସ୍କିମ୍‌ ସରକାର ଆରମ୍ଭ କରିବାକୁ ଯାଉଛନ୍ତି । ଏହାସହ ବିହାରରେ ଏକ ମଖାନା ବୋର୍ଡ ଗଠନ କରାଯିବ । ମଖାନା ବୋର୍ଡ ବିହାର କୃଷକଙ୍କୁ ତାଲିମ ପ୍ରଦାନ କରିବ । ସେପଟେ ମତ୍ସ୍ୟ ଉତ୍ପାଦନରେ ଭାରତ ସାରା ବିଶ୍ବରେ ଦ୍ବିତୀୟ ବୋଲି ଗୃହରେ ଅବଗତ କଲେ କେନ୍ଦ୍ର ଅର୍ଥମନ୍ତ୍ରୀ । ବଜେଟରେ ଗ୍ରାମୀଣ ମହିଳା ଓ ଯୁବବର୍ଗଙ୍କୁ ଅତିରିକ୍ତ ସହାୟତା ମିଳିବ । ଭାରତର ଅର୍ଥନୀତି ଗତିଶୀଳ ରହିଛି । ଆସନ୍ତା ୫ ବର୍ଷରେ ସମସ୍ତଙ୍କ ବିକାଶକୁ ଅଗ୍ରାଧିକାର ଦିଆଯିବ । ଜ୍ଞାନ ଉପରେ ଆମର ଫୋକସ ,ବିକଶିତ ଭାରତ ପାଇଁ ବଜେଟ୍ ପ୍ରସ୍ତୁତ ହୋଇଛି । କପା ଚାଷୀଙ୍କୁ ସର୍ବୋତ୍ତମ ବୈଷୟିକ ସୁବିଧା ଯୋଗାଇ ଦିଆଯିବ ବୋଲି କହିଲେ ଅର୍ଥମନ୍ତ୍ରୀ ।

National

ଆଜି ବିଶ୍ବ କ୍ୟାନସର ଦିବସ

Blog Thumbnail

ଦ କୁଇଭର ବ୍ୟୁରୋ :- ଆଜି ବିଶ୍ବ କ୍ୟାନସର ଦିବସ l ପ୍ରତିବର୍ଷ ଫେବୃଆରୀ ୪ ତାରିଖରେ ପାଳନ ହୁଏ 'ବିଶ୍ବ କ୍ୟାନସର ଦିବସ' । କର୍କଟ ରୋଗ ବିଷୟରେ ସଚେତନତା ପୂର୍ବକ ଏହି ଦିନକୁ ପାଳନ କରାଯାଏ । ପ୍ରତିବର୍ଷ ଅନେକ ଲୋକ କର୍କଟ ରୋଗରେ ପ୍ରାଣ ହରାଉଛନ୍ତି । ତେଣୁ କର୍କଟ ବା କ୍ୟାନସର ରୋଗ ବିଷୟରେ ଜାଣିବା ସମସ୍ତଙ୍କ ପାଇଁ ନିହାତି ଗୁରୁତ୍ବପୂର୍ଣ୍ଣ । ଇଣ୍ଡିଆନ କାଉନସିଲ ଅଫ୍ ମେଡିକାଲ ରିସର୍ଚ୍ଚ ଦ୍ୱାରା ସଦ୍ୟ ପ୍ରକାଶିତ ତଥ୍ୟ ଅନୁଯାୟୀ, ଦେଶରେ କର୍କଟ ରୋଗ ୧୨ ରୁ ୧୮ ପ୍ରତିଶତ ବୃଦ୍ଧି ହେବାର ଆଶଙ୍କା ରହିଛି । ପ୍ରତିବର୍ଷ ଆଜିର ଦିନରେ ଏନେଇ ସଚେତନ କରାଯାଇଥାଏ । କର୍କଟ ରୋଗର ଲକ୍ଷଣ, ଏହାର ଚିକିତ୍ସା ଏବଂ କର୍କଟ ରୋଗର ପ୍ରତିରୋଧ ବିଷୟରେ ସଚେତନତା ସୃଷ୍ଟି କରାଯାଏ ।


ତେବେ କ୍ୟାନସର କବଳରୁ ନିଜକୁ ସୁରକ୍ଷିତ ରଖିବାକୁ ହେଲେ, ତମ୍ବାଖୁରୁ ଦୂରରେ ରୁହନ୍ତୁ,

ନିଜ ଓଜନ ନିୟନ୍ତ୍ରଣ ରଖନ୍ତୁ,

ଉତ୍ତମ ଜୀବନଶୈଳୀ ଆପଣନ୍ତୁ,

ଉତ୍ତମ ଆହାର ଭୋଜନ କରନ୍ତୁ,

ନିୟମିତ ବାୟାମ କରନ୍ତୁ,

ପ୍ରକ୍ରିୟାକୃତ ମାଂସ ଖାଆନ୍ତୁ ନାହିଁ.... ଇତ୍ୟାଦି ନିୟମ ପାଳନ କରନ୍ତୁ l

Sports

ବାରବାଟୀରେ ଅଧଘଣ୍ଟାରେ ଅଧା ଟିକେଟ ବିକ୍ରି

Blog Thumbnail

କଟକ( ଦ କୁଇଭର ):- ବାରବାଟୀରେ କ୍ରିକେଟ କ୍ରେଜ୍‌ । ଅଧଘଣ୍ଟାରେ ଅଧା ଟିକେଟ ବିକ୍ରି lବାରବାଟୀରେ ଭାରତ-ଇଂଲଣ୍ଡ ଦିନିକିଆ ମ୍ୟାଚ୍ ପାଇଁ ଚାଲିଛି ଟିକେଟ୍ ବିକ୍ରି । ୪ଟାରେ ଅନଲାଇନ ଟିକେଟ ବିକ୍ରି ଆରମ୍ଭ ହୋଇଥିବା ବେଳେ ମାତ୍ର ଅଧଘଣ୍ଟା ମଧ୍ୟରେ ୨ ଓ ୪ ନମ୍ବର ଏହି ଦୁଇଟି ଗ୍ୟାଲେରିର ଟିକେଟ ବିକ୍ରି ହୋଇ ସାରିଛି । ମୋଟ୍‌ ୪ହଜାର ଟିକଟ୍‌ ଅନଲାଇନରେ ବିକ୍ରି କରିବାକୁ ଓସିଏ ସ୍ଥିର ରହିଛି । ଫେବ୍ରୁଆରି ୯ରେ ଖେଳାଯିବାକୁ ଥିବା ମ୍ୟାଚ୍‌ ପାଇଁ କ୍ରିକେଟପ୍ରେମୀ ଟିକେଟ୍‌ ବୁକ୍‌ କରୁଛନ୍ତି । ମୋବାଇଲ ଆପ୍ଲିକେସନ district by zomato କିମ୍ବା ଗୁଗଲ୍‌ ବ୍ରାଉଜରରେ zomato.in ଲଗ୍‌ ଇନ କରି ଟିକଟ୍‌ ବୁକ୍‌ କରିହେବ। ୫ ଓ ୬ ତାରିଖରେ କାଉଣ୍ଟର ଯାଇ ଦର୍ଶକ ଟିକେଟ କିଣି ପାରିବେ । ବାରବାଟୀ କ୍ରିକେଟ୍‌ ଷ୍ଟାଡିୟମରେ ଆସନ୍ତା ୯ ତାରିଖ ଦିନ ଭାରତ-ଇଂଲଣ୍ଡ ଦିନିକିଆ ଶୃଙ୍ଖଳାର ଦ୍ବିତୀୟ ମୁକାବିଲା ଖେଳାଯିବ ।

State,National

ଆସିଲା ଅର୍ଥନୈତିକ ସର୍ଭେ ରିପୋର୍ଟ: ମନ୍ଥର ଗତିରେ ଅର୍ଥନୀତି,

Blog Thumbnail

ଦ କୁଇଭର ବ୍ୟୁରୋ :- ଆସନ୍ତା ଆର୍ଥିକ ବର୍ଷରେ ଦେଶର ମୋଟ ଘରୋଇ ଉତ୍ପାଦ (ଜିଡିପି) ଅଭିବୃଦ୍ଧି ହାର ୬.୩ ପ୍ରତିଶତରୁ ୬.୮ ପ୍ରତିଶତ ମଧ୍ୟରେ ରହିବ। ଶୁକ୍ରବାର ସଂସଦରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଉପସ୍ଥାପନ କରିଥିବା ଅର୍ଥନୈତିକ ସର୍ବେକ୍ଷଣ ରିପୋର୍ଟରୁ ଏହା ଜଣାପଡ଼ିଛି। ବିଶ୍ବସ୍ତରରେ ବିଭିନ୍ନ ସାମଗ୍ରୀର ଚାହିଦା ଦୁର୍ବଳ ରହିବା ଏବଂ ଦେଶ ଭିତରେ ଜଳବାୟୁ ପରିବର୍ତ୍ତନର ପ୍ରଭାବ ସଂପର୍କିତ କାରଣ ପାଇଁ ଅଭିବୃଦ୍ଧି କମ୍ ରହିବ। ତେବେ ଚଳିତ ଆର୍ଥିକ ବର୍ଷ ୨୦୨୪-୨୫ରେ ଅଭିବୃଦ୍ଧି ୬.୪ ପ୍ରତିଶତ ରହିବ ବୋଲି ଆକଳନ କରାଯାଇଛି। ରିପୋର୍ଟ କହୁଛି, ୨୦୪୭ ସୁଦ୍ଧା ଭାରତ ବିକଶିତ ହେବାକୁ ହେଲେ ଦୁଇ ଦଶନ୍ଧି ପର୍ଯ୍ୟନ୍ତ ବାର୍ଷିକ ୮ ପ୍ରତିଶତ ହାରରେ ଅଭିବୃଦ୍ଧି ଆବଶ୍ୟକ। ଏହାକୁ ହାସଲ ପାଇଁ ଅର୍ଥାତ୍ ଦ୍ରୁତ ବିକାଶ ଲାଗି ଭାରତକୁ ଭିତ୍ତିଭୂମିରେ ବ୍ୟାପକ ନିବେଶ କରିବାକୁ ପଡ଼ିବ। କେବଳ ସରକାର ଚାହିଲେ ସବୁ କାମ ହୋଇପାରିବ ନାହିଁ। ଘରୋଇ ସଂସ୍ଥାଗୁଡ଼ିକୁ ସହଯୋଗିତାର ହାତ ବଢ଼ାଇବାକୁ ପଡ଼ିବ। ଉଚ୍ଚ ଅଭିବୃଦ୍ଧି ଲାଗି ବିନିୟନ୍ତ୍ରଣ (ଡିରେଗୁଲେସନ୍‌)କୁ ଗୁରୁତ୍ବ ଦେବାକୁ କୁହାଯାଇଛି। ଆୟୁଷ୍ମାନ ଭାରତ ଯୋଜନା ଲୋକମାନଙ୍କ ପକେଟ୍‌ରୁ ଚିକିତ୍ସା ପାଇଁ ହେଉଥିବା ଖର୍ଚ୍ଚ କମ୍ କରିବ ବୋଲି ରିପୋର୍ଟରେ ଦାବି କରାଯାଇଛି। ସର୍ଭେରେ ଆଉ କେତେକ ଗୁରୁତ୍ବପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋକପାତ କରାଯାଇଛି। କର୍ମ-ଜୀବନ ସନ୍ତୁଳନକୁ ନେଇ ଲାଗିରହିଥିବା ବିତର୍କ‌ ସମ୍ପର୍କରେ କୁହାଯାଇଛି ଯେ ସପ୍ତାହକୁ ୬୦ ଘଣ୍ଟାରୁ ଅଧିକ ସମୟ କାମ କଲେ ତାହା ସ୍ବାସ୍ଥ୍ୟକୁ ପ୍ରଭାବିତ କରିବ।


ସେହିଭଳି ଡାକ୍ତରୀ ପାଠପଢ଼ା ଲାଗି ଦରକାର ହେଉଥିବା ମୋଟା ଫି’କୁ ନେଇ ଉଦ୍‌ବେଗ ପ୍ରକାଶ କରାଯାଇଛି। ଫି’ ୧ କୋଟି ଟଙ୍କାକୁ ହ୍ରାସ ହେବା ଦରକାର ବୋଲି ଆହ୍ବାନ ଦିଆଯାଇଛି। ସୋସିଆଲ୍ ମିଡିଆର ଅତ୍ୟଧିକ ବ୍ୟବହାର, ଅତ୍ୟଧିକ କାମ ଚାପ ଓ କମ୍ ବ୍ୟାୟାମ ଲୋକମାନଙ୍କ ମାନସିକ ସ୍ବାସ୍ଥ୍ୟ ବିଗାଡ଼ୁଛି। ଦରଦାମ୍‌ ଉପରେ ନିୟନ୍ତ୍ରଣ ଆଣିବା ଲାଗି ଶସ୍ୟଜାତୀୟ ଖାଦ୍ୟ, ଡାଲି ଓ ଖାଇବା ତେଲ ଉତ୍ପାଦନ ବଢ଼ାଇବାକୁ ପରାମର୍ଶ ଦିଆଯାଇଛି। ବଜାରରେ ବିକ୍ରି ହେଉଥିବା ଅତି ପ୍ରକ୍ରିୟାକରଣ ଖାଦ୍ୟ ସାମଗ୍ରୀ ଉପରେ ‘ସ୍ବାସ୍ଥ୍ୟ’ ଟିକସ ଲଗାଇବାକୁ ସର୍ଭେରେ ପରାମର୍ଶ ଦିଆଯାଇଛି। ଦେଶର ବିକାଶର ଲାଭ କେଉଁ କ୍ଷେତ୍ରକୁ କିଭଳି ମିଳୁଛି ତାହାର ଚିତ୍ର ଉପସ୍ଥାପନ କରିବା ଲାଗି ସର୍ଭେରେ କୁହାଯାଇଛି ଯେ କର୍ପୋରେଟ୍ ସଂସ୍ଥାଗୁଡ଼ିକର ଲାଭ ଗତ ୧୫ ବର୍ଷରେ ସର୍ବାଧିକ ହୋଇଛି। କିନ୍ତୁ ଗରିବ ଲୋକମାନେ ପାଉଥିବା ମଜୁରି ଯେଉଁଠିଥିଲା, ଏବେ ବି ସେଇଠି ସ୍ଥିର ହୋଇ ରହିଯାଇଛି। ଗତ ତିନି ବର୍ଷରେ ସିଷ୍ଟମେଟିକ୍ ଇନ୍‌ଭେଷ୍ଟମେଣ୍ଟ୍ ପ୍ଲାନ୍ (ଏସ୍‌ଆଇପି)ରେ ନିବେଶ ଦ୍ବିଗୁଣିତ ହୋଇଛି। କାରଖାନାରେ ଅଧିକ ସଂଖ୍ୟାରେ ମହିଳା ଯେଭଳି କାମ କରିପାରିବେ ସେଥିପାଇଁ ରାଜ୍ୟଗୁଡ଼ିକ ନିୟମ କୋହଳ କରିବା ଦରକାର ବୋଲି ସର୍ଭେରେ ପରାମର୍ଶ ଦିଆଯାଇଛି। ଆର୍ଥିକ ସୁବିଧାକୁ ମାତ୍ରାଧିକ ଲୋକଙ୍କ ପାଖରେ ପହଞ୍ଚାଇବା ଦ୍ବାରା ଋଣ ବୋଝ ବଢ଼ିବା ଆଶଙ୍କା ରହିଥିବାର ସର୍ଭେ ସତର୍କ କରାଇଛି। ଏଆଇର ଖରାପ ପ୍ରଭାବକୁ ନିୟନ୍ତ୍ରଣ କରିବା ଲାଗି ପଦକ୍ଷେପ ନେବାର ଆବଶ୍ୟକତା ରହିଥିବା ରିପୋର୍ଟରେ କୁହାଯାଇଛି।

State

ଉଦଘାଟିତ ହେଲା ଖଡ଼ିଆଳ ମହୋତ୍ସବ-୨୦୨୫

Blog Thumbnail

ନୂଆପଡା( ଦ କୁଇଭର ):- ହର୍ଷ ଉଲ୍ଲାସରେ ଆାରମ୍ଭ ହେଲା ଖଡ଼ିଆଳ ମହୋତ୍ସବ । ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ରେ ଝୁମିଲେ ହଜାର ହଜାର ଦର୍ଶକ । କଳା, ସାହିତ୍ୟ, ସଂସ୍କୃତି ଐତିହ୍ୟ , ପ୍ରାଚୀନ ଲୋକଗୀତ, ଲୋକନୃତ୍ୟ ର ପୁନର୍ଜିବିତ କରିବା ଉଦ୍ଦେଶ୍ୟ ନେଇ ଖଡ଼ିଆଳ ମହୋତ୍ସବ ମହା ସମାରୋହରେ ଉଦଘାଟିତ ହୋଇଯାଇଛି । ଉଦଘାଟନିର ପ୍ରଥମ ସନ୍ଧ୍ୟାର ସାଂସ୍କୃତିକ କାର୍ଯ୍ୟକ୍ରମ ରେ ଝୁମିଳେ ହଜାର ହଜାର କଳାପ୍ରେମୀ । ତେବେ ଏହି ଖଡ଼ିଆଳ ସହରରେ ସାହିତ୍ୟ କଳା ଓଡ଼ିଶାରେ ତାର ସ୍ୱତନ୍ତ୍ର ପରିଚୟ ରହି ଆସିଛି । ଦୀର୍ଘ ୧୯ ବର୍ଷ ହେବ ଖଡ଼ିଆଳରେ ଏହି ମହୋତ୍ସବ ପାଳିତ ହୋଇଆସୁଛି ।


ଏହି ୧୯ତମ ଖଡ଼ିଆଳ ମହୋତ୍ସବ ନୂଆପଡା ଜିଲ୍ଲା ପରିଷଦ ଅଧ୍ୟକ୍ଷା ଦ୍ୱାରା ଉଦଘାଟିତ ହୋଇଯାଇଛି । ଏହି ଅବସରରେ ଆୟୋଜକ କମିଟି ଙ୍କ ସହ ଖଡ଼ିଆଳ ବାସୀ ପ୍ରଥମେ ମାଁ ସମଲେଶ୍ବରୀ,ମାଁ ଠାକୁରାଣୀ ବଡ଼ ଦଧିବାମନ ଏବଂ ଗଡଜାତ ଦେବୀ ରକ୍ତା ମ୍ବରୀ ଙ୍କ ପୀଠ ରେ ପୂଜାର୍ଚ୍ଚନା କରି ପ୍ରସିଦ୍ଧ ଯୋଗୀମଠ ରୁ ମଶାଲ ଅଣାଯାଇଥିଲା । ଏହି ଅବସର ରେ ବାଜାଗାଯା, ଘୁମୁରା, ସଂକୀର୍ତ୍ତନ ଓ ଆଦିବାସୀ ଲୋକନୃତ୍ୟ ରେ ଏକ ବିରାଟ ଶୋଭାଯାତ୍ରା କରି ନଗର ପରିକ୍ରମା କରି ମହୋତ୍ସବ ପଡିଆ ରେ ପହଞ୍ଚି ଥିଲେ ।ଖଡ଼ିଆଳ ମହୋତ୍ସବର ପ୍ରଥମ ସାଂସ୍କୃତିକ ସଭା ପରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା । ଏଥିରେ କଳାହାଣ୍ଡି କଳାକେନ୍ଦ୍ର ର ଓଡିଶୀ, କୋଲକାତା ର ଆଦି ନୃତ୍ୟ କଳା, ଯୌଷ୍ଣା ଗ୍ରୁପ ପଦ୍ମପୁର, ଖଡିଆଳ ଡାନ୍ସ ହବ,ସାଙ୍ଗକୁ ରସରକେଲି ଡାଲଖାଇ ନାଚ ରେ ହଜାର ହଜାର ଦର୍ଶକ ଙ୍କ ମନ ମୋହିଥିଲେ । ଖଡ଼ିଆଳ ମହୋତ୍ସବ ର ଆୟୋଜକ ଓ ଆୟୋଜନ ସହ ଦର୍ଶକ ମାନଙ୍କ ଉତ୍ସାହ କୁ କଳାକାର ମାନେ ଭୁରିଭୁରି ପ୍ରଶଂସା କରିଥିଲେ । ଖଡିଆଳ ର ଗର୍ବ ଓ ଗୌରବ କୁହାଯାଉଥିବା ଖଡ଼ିଆଳ ମହୋତ୍ସବ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ସହ ଉଦଘାଟିତ ହୋଇଥିବା ଆସନ୍ତା ଚାରିଦିନ ବିଶେଷ କରି ହ୍ୟୁମାନ ସାଗର ଓ ବଲିଉଡ୍ ଗାୟକ ଜାଭେଡ ଅଲି ଙ୍କ ଆଗମନ ରେ ଲକ୍ଷାଧିକ ଦର୍ଶକ ଙ୍କ ସମାଗମ ହେବାର ସମ୍ଭାବନା ସୃଷ୍ଟି କରିଛି ।

State

ବାଇକ ଚୋରା ରାକେଟର ପର୍ଦ୍ଦାଫାଶ, ମାଷ୍ଟର ମାଇଣ୍ଡ ସହ ୬ ଗିରଫ, ୫ଟି ଚୋରା ବାଇକ ଉଦ୍ଧାର

Blog Thumbnail

ଯୋଡ଼ା( ଦ କୁଇଭର ):- କେନ୍ଦୁଝର ଜିଲ୍ଲା ଯୋଡ଼ା ପୋଲିସ ଏକ ଚୋରା ବାଇକ୍ ରାକେଟର ପର୍ଦ୍ଦାଫାଶ କରି ଏଥିରେ ସଂପୃକ୍ତ ୬ ଅଭିଯୁକ୍ତଙ୍କୁ ଗିରଫ ସହ ୫ଟି ଚୋରା ବାଇକ ଉଦ୍ଧାର କରିଛି। ସୂଚନାନୁସାରେ ଯୋଡା ସହରର ଆମବାଗାନଠାରେ ରହୁଥିବା ବି. ଜୟ ରାମ ରେଡ୍ଡୀଙ୍କ ଘରୁ ବାଇକ ଚୋରି ହୋଇଥିବା ବେଳେ ଯୋଡାରୁ ଚୋରି ବାଇକ ଚମ୍ପୁଆ ଥାନାରେ ଜବତ ହୋଇ ଥିଲା। ଏହି ବାଇକ ଚୋରା ରାକେଟର ମାଷ୍ଟର ମାଇଣ୍ଡ ଯୋଡା ଵାଚୁ ହାଟିଂରୁ ଗିରଫ ହେବା ପରେ ଏହି ରାକେଟରେ ସଂପୃକ୍ତ ଥିବା ଅନ୍ୟ ୫ଜଣଙ୍କୁ ଯୋଡା ପୋଲିସ ଗିରଫ କରିଛି। ଏହା ବ୍ୟତୀତ ପୋଲିସ ଚଢାଉ ବେଳେ ସଦର ଥାନାରୁ ଚୋରି ହୋଇଥିବା ଗୋଟିଏ ବାଇକ ସହ ମୋଟ ୫ଟି ଚୋରା ବାଇକ ମଧ୍ୟ ଉଦ୍ଧାର କରିଛି। ଏହି ଚୋରମାନେ ଚୋରା ବାଇକରେ ଜାଲ ନମ୍ବର ଲଗାଇ ରାଜ୍ୟ ବାହାରେ କମ୍ ଦାମରେ ବିକ୍ରି କରୁଥିବା ପୋଲିସର ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି।

Shree Jagannath

ଘୋଷଯାତ୍ରା ପାଇଁ ଅନୁକୂଳ ହେଲା ରଥ କାଠ

Blog Thumbnail

ପୁରୀ ( ଦ କୁଇଭର ):- ବିଶ୍ୱପ୍ରସିଦ୍ଧ ରଥଯାତ୍ରା ୨୦୨୫ ପାଇଁ ପରମ୍ପରା ଅନୁଯାୟୀ ଶ୍ରୀପଞ୍ଚମୀରେ ରଥକାଠ ପୂଜା ହୋଇଛି । ତିନିରଥ ପାଇଁ ତିନିଖଣ୍ତ ଧଉରା କାଠ ଗଜପତି ମହାରାଜାଙ୍କ ରାଜଗୁରୁ ଓ ପୁରୋହିତଙ୍କ ଦ୍ୱାରା ପୂଜାର୍ଚ୍ଚନା କରିଥଲେ । ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ସମ୍ମୁଖରେ ଚୁନପାଣି ପଡ଼ି ପବିତ୍ର କରାଯିବା ପରେ ତିନୋଟି ଧଉରା କାଠର ମାଜଣା କରାଯାଇଥିଲା । ଏହା ପରେ ରାଜଗୁରୁ ଓ ପୁରୋହିତଙ୍କ ଦ୍ୱାରା କାଠ ତ୍ରୟର ପୂଜାର୍ଚ୍ଚନା ହୋଇଥଲା । ସେହିପରି ଆସନ୍ତା ରାମ ନବମୀ ତିଥିରେ ରଥ କାଠ ଚିରଟ ପ୍ରକ୍ରିୟା ଆରମ୍ଭ କରାଯିବାର ବିଧି ରହିଛି । ଆସନ୍ତା ଅକ୍ଷୟ ତୃତୀୟା ତିଥିରେ ରଥ ଖଳାରେ ରଥ ନିର୍ମାଣ ଅନୁକୂଳ ପରେ ତିନି ରଥର ନିର୍ମାଣ କାର୍ଯ୍ୟ ଆରମ୍ଭ ହେବ । ଚଳିତବର୍ଷ ୨୦୨୫ ରଥଯାତ୍ରା ପାଇଁ ପୁରୀରେ ପହଞ୍ଚି ସାରିଛି ପ୍ରଥମ ପର୍ଯ୍ୟାୟ ରଥକାଠ । ନୟାଗଡ ଦଶପଲ୍ଲା ରେଞ୍ଜରୁ ଆସିଛି ଏହି କାଠ । ରଥ ନିର୍ମାଣ ପାଇଁ ସମୁଦାୟ ୮୬୫ ଖଣ୍ଡ କାଠର ଆବଶ୍ୟକତା ରହିଥିବା ବେଳେ ପୂର୍ବରୁ ଶ୍ରୀମନ୍ଦିର ପ୍ରଶାସନ ପାଖରେ ବଳକା ରହିଛି ୫୧ ଖଣ୍ଡ କାଠ । ମୋଟ ୮୧୪ ଖଣ୍ଡ ଅସନ, ଧଉରା ଏବଂ ଫାସୀ କାଠର ଆବଶ୍ୟକତା ରହିଛି । ତେବେ ନୟାଗଡ ଦଶପଲ୍ଲା ରେଞ୍ଜରୁ ତିନୋଟି ଟ୍ରକରେ ପୁରୀରେ ଆସି ପହଞ୍ଚିଛି । ୧୦୧ ଖଣ୍ଡ ଧଉରା ଓ ଅସନ କାଠ ଆସିଛି । ଏଥିରେ ୫୩ ଖଣ୍ଡ ଧଉରା, ୪୮ ଖଣ୍ଡ ଅସନ କାଠ ରହିଛି । ପର୍ଯ୍ୟାୟ କ୍ରମେ ବାକି କାଠ ଆସି ପହଞ୍ଚିବ ।

Shree Jagannath,State

ଆଜି ପୁଣି ମୁଖ୍ୟମନ୍ତ୍ରୀଙ୍କ ଲୋକଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ

Blog Thumbnail

ଭୁବନେଶ୍ୱର( ଦ କୁଇଭର ):- ଆଜି ପୁଣି ମୁଖ୍ୟମନ୍ତ୍ରୀଙ୍କ ଲୋକଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଏଥିଲାଗି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକେଷ୍ଠରେ ଲୋକେ ପହଞ୍ଚିଲେଣି। ସେମାନେ ନିଜ ନିଜ ଅଭିଯୋଗର ସମାଧାନ ଆଶା ନେଇ ଦୂରଦୂରାନ୍ତରୁ ପହଞ୍ଚିଛନ୍ତି। ହଜାର ଲୋକ ଅଭିଯୋଗ ଶୁଣାଣି ପାଇଁ ପଞ୍ଜୀକରଣ କରିଥିବା ଜଣାଯାଇଛି।ସୂଚନାଯୋଗ୍ୟ, ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ। ମୁଖ୍ୟମନ୍ତ୍ରୀ ଓ ମନ୍ତ୍ରିମଣ୍ଡଳର ସଦସ୍ୟମାନେ ସମସ୍ତଙ୍କ ଅଭିଯୋଗକୁ ଗୁରୁତ୍ୱ ଦେଇ ଶୁଣୁଛନ୍ତି। ସମାଧାନ ପାଇଁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ଉପସ୍ଥିତ ବରିଷ୍ଠ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଉଛି।


ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଗତ ବର୍ଷ ଶେଷ ସୁଦ୍ଧା ବ୍ୟକ୍ତିଗତ ଓ ଗୋଷ୍ଠୀଗତ ଭାବେ ୩୦ ହଜାରରୁ ୩୫ ହଜାର ଅଭିଯୋଗକାରୀ ସେମାନଙ୍କ ସମସ୍ୟା ନେଇ ଅଭିଯୋଗ ପ୍ରକୋଷ୍ଠକୁ ଆସିଛନ୍ତି। ଜୁଲାଇ ପହିଲାରେ ହୋଇଥିବା ପ୍ରଥମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ୮୮% ଅଭିଯୋଗର ସମାଧାନ ହୋଇଛି। ଜୁଲାଇ ୧୫ ତାରିଖରେ ୮୪%, ଅଗଷ୍ଟ ୫ରେ ୮୨%, ସେପ୍ଟେମ୍ବର ୨୩ରେ ୮୦%, ଅକ୍ଟୋବର ୨୧ତାରିଖରେ ୭୭% ଓ ଡିସେମ୍ବର ୧୬ ତାରିଖରେ ହୋଇଥିବା କାର୍ଯ୍ୟକ୍ରମରେ ୧୬ % ଅଭିଯୋଗର ସମାଧାନ କରାଯାଇଛି। ବାକି ରହିଥିବା ଅଭି‌ଯୋଗଗୁଡ଼ିକର ଖୁବଶୀଘ୍ର ସମାଧାନ କରାଯିବ। ପ୍ରତି ଜିଲ୍ଲାରେ ମଧ୍ୟ ଜିଲ୍ଲାପାଳଙ୍କ ଜରିଆରେ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଜାରି ରହିଛି।