ଭୁବନେଶ୍ୱର( ଦ କୁଇଭର ):- ଆରମ୍ଭ ହୋଇଯାଇଛି 'ଲକ୍ଷପତି ଦିଦି ସମ୍ମିଳନୀ ୨୦୨୫' । ଗୁରୁବାର 'ଲକ୍ଷପତି ଦିଦି ସମ୍ମିଳନୀ ୨୦୨୫' ଲୋକସଭା ଭବନ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ମିଶନ ଶକ୍ତି ବିଭାଗ ପକ୍ଷରୁ ଆୟୋଜିତ ଏହି ସମ୍ମିଳନୀରେ ୨୫ଟି ରାଜ୍ୟର ଲକ୍ଷପତି ଦିଦି ସାମିଲ ହୋଇଛନ୍ତି । ସାରା ଭାରତରୁ ଲକ୍ଷପତି ଦିଦି ମାନେ ଏକତ୍ରିତ ହୋଇ ନିଜର ସଫଳତାର କାହାଣୀ ବଖାଣିଛନ୍ତି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇଥିଲେ । ଏହି ଅବସରରେ ସ୍ବୟଂ ସହାୟକ ସହାୟକ ଗୋଷ୍ଠୀର ମହିଳାମାନେ ଆର୍ଥିକ କାର୍ଯ୍ୟକଳାପ ଜରିଆରେ ବାର୍ଷିକ ଏକ ଲକ୍ଷ ଟଙ୍କା ବା ଅଧିକ ରୋଜଗାର କରି ପାରୁଛନ୍ତି, ତାହା ଉପରେ ଆଲୋଚନା ହୋଇଥିଲା । ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ନେତୃତ୍ୱରେ ୩ କୋଟି ଲକ୍ଷପତି ଦିଦିଙ୍କୁ ସଶକ୍ତ କରିବା ଏବଂ ମହିଳାଙ୍କୁ ଅଗ୍ରାଧିକାର କରିବା ଆଜିର କାର୍ଯ୍ୟକ୍ରମରେ ଆଲୋଚନା ହୋଇଥିଲା । ତେବେ ଏହାକୁ ନେଇ ପ୍ରଭାତୀ ପରିଡ଼ା କହିଛନ୍ତି,"ଲକ୍ଷପତି ଦିଦି ଆଗକୁ କରୋଡ଼ପତି ଦିଦି ଭାବେ ଆଖ୍ୟା ପାଇବେ । ଶିଳ୍ପପତି ଭାବେ ଗଣା ହେବେ । ଓଡ଼ିଶା ବର୍ଷକ ମଧ୍ୟରେ ୧୬ ଲକ୍ଷରୁ ଅଧିକ ଲକ୍ଷପତି ସୃଷ୍ଟି କରିଛି । ଯେଉଁଥିପାଇଁ ସମଗ୍ର ଭାରତ ବର୍ଷରେ ଏକ ନମ୍ବର ରାଜ୍ୟର ଆଖ୍ୟା ପାଇଛୁ । ଲକ୍ଷପତି ଦିଦି ହେଉଛନ୍ତି ଓଡ଼ିଶାର ଅସଲ ଶକ୍ତି । ଭାରତର ଅର୍ଥନୀତି ଶଶକ୍ତ କରିବାରେ ଲକ୍ଷ ପତି ଦିଦି ମାନଙ୍କର ବଡ଼ ଭୂମିକା ରହିଛି । ଲକ୍ଷ ପତିରୁ କରୋଡ଼ ପତି ଆଡ଼କୁ ସମସ୍ତେ ବଢ଼ନ୍ତୁ, ଆମ ସରକାର ସମସ୍ତଙ୍କ ସହ ଅଛନ୍ତି ।"
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜ ଅଭିଭାଷଣରେ କହିଛନ୍ତି,"ମହିଳା ଶସକ୍ତିକରଣରେ ଓଡ଼ିଶା ମଡେଲ, ସାରା ଦେଶରେ ଲକ୍ଷପତି ଦିଦି ସୃଷ୍ଟି କରିବାରେ ଓଡିଶା ୧ ନମ୍ବର । ଅନ୍ୟ ରାଜ୍ୟ ବି ଓଡ଼ିଶାକୁ ଅନୁସରଣ କରିବା ଉଚିତ୍ ବୋଲି କହିଥିଲେ ପ୍ରଧାନମନ୍ତ୍ରୀ । ଦିଲ୍ଲୀ ଗସ୍ତ ସମୟରେ ମହିଳା ଶସକ୍ତିକରଣ ନେଇ ପ୍ରଧାନମନ୍ତ୍ରୀ ସହିତ ଆଲୋଚନା ହୋଇଥିବା ବେଳେ ପ୍ରଧାନମନ୍ତ୍ରୀ ଓଡ଼ିଶାକୁ ବେଶ ପ୍ରଶଂସା କରିଛନ୍ତି । ଆଗକୁ ମହିଳାମାନେ କିପରି ଆଗକୁ ବଢ଼ିବେ ସେ ନେଇ ଆଲୋଚନା ହୋଇଛି । ପ୍ରଧାନମନ୍ତ୍ର ମହିଳାଙ୍କ ସମ୍ମାନ ପ୍ରତି କେବେ ବି ଅଣଦେଖା କରି ନାହାଁନ୍ତି । ସେ ଆହୁରି ମଧ୍ୟ କହିଛନ୍ତି,"ମହିଳା ଶସକ୍ତିକରଣ ପ୍ରଧାନମନ୍ତ୍ରୀଙ୍କ ପ୍ରାଥମିକତା । ମହିଳା ମାନଙ୍କୁ ଲକ୍ଷପତି ଦିଦି ସହିତ ରାଜନୀତିକ କ୍ଷେତ୍ର ପାଇଁ ବି ପଦକ୍ଷେପ ନିଆଯାଉଛି । ନିର୍ବାଚନରେ ୩୩ ପ୍ରତିଶତ ସଂରକ୍ଷଣ ନେଇ ବିଲ ପାରିତ ହୋଇଛି । ଏଠାରେ ଉପସ୍ଥିତ ଥିବା ଅନେକ ଲକ୍ଷପତି ଦିଦି ଆଗାମୀ ୨୦୨୯ ନିର୍ବାଚନରେ ବିଧାୟକ ସାଂସଦ ହୋଇ ଯାଇଥିବେ ବୋଲି ଅନୁଭବ ହେଉଛି । "
No comments yet.
State
ବ୍ରହ୍ମପୁର( ଦ କୁଇଭର ):- ଗଞ୍ଜାମ ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ବ୍ରହ୍ମପୁରର ଗୋଶାଣୀନୂଆଗାଁ ସ୍ଥିତ ଉତ୍କଳ ବାଳାଶ୍ରମ ଠାରେ ଜିଲ୍ଲା ଓ ଦ୍ରୌରା ଜର୍ଜ ତଥା ଜିଲ୍ଲା ଆଇନ ସେବା ପ୍ରାଧିକରଣ ଅଧ୍ୟକ୍ଷା ଡ଼ା ଭାଗ୍ୟଲକ୍ଷ୍ମୀ ରଥଙ୍କ ନିର୍ଦେଶ କ୍ରମେ ସଚିବ ଦେବଶ୍ରୀ ସାହୁଙ୍କ ପରିଚାଳନାରେ ଗୁରୁବାର ବିଶ୍ୱ ପରିବେଶ ଦିବସ ପାଳନ ହୋଇଯାଇଛି l ସୁସ୍ଥ ଓ ସୁଖ ଜୀବନ ପାଇଁ ପ୍ରକୃତି ଏବଂ ପରିବେଶର ସୁରକ୍ଷା ନିତ୍ୟାନ୍ତ ଆବଶ୍ୟକ l ପରିବେଶ ସୁରକ୍ଷା ଜୀବନ ରକ୍ଷା l ପ୍ଲାଷ୍ଟିକର ବହୁଳ ବ୍ୟବହାର ପରିବେଶ ପ୍ରଦୂଷଣର ଅନ୍ୟତମ ପ୍ରମୁଖ କାରଣ ତେଣୁ "ସବୁଦିନ ପାଇଁ ପ୍ଲାଷ୍ଟିକ ପ୍ରଦୂଷଣକୁ ପରିସମାପ୍ତି କରିବା" ଲକ୍ଷ ରଖି ଆଜିର କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା l
ଏହି ଅବସରରେ "ବନ୍ୟ ଜନ୍ତୁ ସୁରକ୍ଷା ଆଇନ " ଏବଂ " ପରିବେଶ ସୁରକ୍ଷା ଆଇନ " ସମ୍ବଦ୍ଧରେ ସଚେତନତା ସହ ବୃକ୍ଷରୋପଣ କରାଯାଇଥିଲା l ଏହି ପରିପ୍ରେକ୍ଷୀରେ ବ୍ରହ୍ମପୁର ଏସଡିଜେଏମ ଶ୍ରୀ କୁମାର ସ୍ପନ୍ଦନ, ଜିଲ୍ଲା ଆଇନ ସେବା ପ୍ରାଧିକରଣ ସଦସ୍ୟ ଶ୍ରୀ ଟି.କେ ରେଡ୍ଡୀ, ସଦସ୍ୟା ଶ୍ରୀମତୀ ସବିତା ସାହୁକାର,ଏସିଏଫ ବ୍ରହ୍ମପୁର ସଶ୍ମିତା ବିଶ୍ୱାଳ, ଫରେଷ୍ଟର ସୁମିତ୍ରା କୁମାରୀ ଭୂୟାଁ, ଉତ୍କଳ ବାଳାଶ୍ରମ ଅଧ୍ୟକ୍ଷା ଶ୍ରୀମତୀ ସସ୍ମିତା ରାଣୀ ପାଢ଼ୀଙ୍କ ସମେତ ଆଶ୍ରମ ର ସମସ୍ତ କର୍ମଚାରୀ ଏବଂ ଅନ୍ତେବାସିନୀ ପ୍ରମୁଖ ଉପସ୍ଥିତ ରହିଥିଲେ l
State
ବ୍ରହ୍ମପୁର( ଦ କୁଇଭର ):- ବ୍ରହ୍ମପୁର ମହିଳା ଥାନା ଏଏସଆଇ ଶ୍ରୀମତୀ ବବିତା ସୁନାଙ୍କୁ ବୁଧବାର ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଗିରଫ କରାଯାଇଛି l ପୂର୍ବରୁ ପଞ୍ଜିକୃତ ଏକ ମାମଲାରେ ସମ୍ପୃକ୍ତଙ୍କୁ ସାହାଯ୍ୟ କରିବା ପାଇଁ ୧୦,୦୦୦ ଟଙ୍କା ଲାଞ୍ଚ ମାଗୁଥିଲେ ଏବଂ ନେଉଥିଲେ,ଠିକ ସେହି ସମୟରେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି ଶ୍ରୀମତୀ ସୁନା l ଯେଉଁ ମାମଲାରେ ଶ୍ରୀମତୀ ସୁନା ତଦନ୍ତକାରୀ ଅଧିକାରୀ ଥିଲେ, ସେହି ମାମଲାରେ ଅଭିଯୁକ୍ତଙ୍କୁ ଗିରଫ କରିବାକୁ ଧମକ ଦେଉଥିଲେ, ଯଦି ତାଙ୍କୁ ଦାବି କରାଯାଇଥିବା ୧୦,୦୦୦ ଟଙ୍କା ଲାଞ୍ଚ ନଦିଆଯାଏ ତେବେ ସେ ବାଧ୍ୟ ହୋଇ ଗିରଫ କରିବେ l ତେବେ ଅନ୍ୟ କୌଣସି ଉପାୟ ନପାଇ, ଅଭିଯୋଗକାରୀ ଭିଜିଲାନ୍ସ କର୍ତ୍ତୃପକ୍ଷଙ୍କୁ ଖବର ଦେଇଥିଲେ, ଯାହା ପରେ, ଭିଜିଲାନ୍ସ ଅଧିକାରୀମାନେ ଆଜି ଶ୍ରୀମତୀ ସୁନା, ASIଙ୍କ କମ୍ପଲ୍ଟରୁ ୧୦,୦୦୦ ଟଙ୍କା ଲାଞ୍ଚ ନେଉଥିବା ସମୟରେ ଗିରଫ କରିଛନ୍ତି l ଅଭିଯୁକ୍ତ ସୁନାଙ୍କ କବଜାରୁ ସମ୍ପୂର୍ଣ୍ଣ ଲାଞ୍ଚ ଟଙ୍କା ଉଦ୍ଧାର କରାଯାଇଥିବା ସୂଚନା ଦେଇଛି ଓଡିଶା ଭିଜିଲାନ୍ସ l ତେବେ ଏହା ସହିତ ASIଙ୍କ ଦୁଇଟି ସ୍ଥାନରେ ଏକକାଳୀନ ଚଢ଼ାଉ ଜାରିରହିଛି ।ଏହି ସମ୍ପର୍କରେ, ବ୍ରହ୍ମପୁର ଭିଜିଲାନ୍ସ ପୋଲିସ ପକ୍ଷରୁ ଏକ କେସ,ମାମଲା ନମ୍ବର ୭/୨୦୨୫, U/S -୭ପିସି (ସଂଶୋଧନ) ଆଇନ, ୨୦୧୮ଅନୁଯାୟୀ ପଞ୍ଜିକୃତ ହୋଇଛି। ତେବେ ଅଭିଯୁକ୍ତ ଏଏସଆଇ ଶ୍ରୀମତୀ ସୁନାଙ୍କ ବିରୁଦ୍ଧରେ ଅଧିକ ତଦନ୍ତ ଜାରି ରହିଥିବା ସୂଚନା ଦେଇଛି ବ୍ରହ୍ମପୁର ଭିଜିଲାନ୍ସ ଟିମ l
ତେବେ ଯେଉଁଠି ଲୋକମାନେ ବା ବିଶେଷ କରି ମହିଳା ମାନେ ନ୍ୟାୟ ଭିକ୍ଷା ରେ ଯାଇଥାନ୍ତି ସେଠି ମଧ୍ୟ ଯଦି ଏପ୍ରକାର ବେଆଇନ ବା ଅନ୍ୟାୟ ଏବଂ ଶୋଷଣ ର ଶିକାର ହେବେ ତେବେ ଆଇନ କାନୁନ ଉପରେ ଭରଷା କେତେ ରହିବ....!
National
ଦ କୁଇଭର ବ୍ୟୁରୋ:- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଜମ୍ମୁ କାଶ୍ମୀର ଗସ୍ତରେ ଅଛନ୍ତି। ପ୍ରଧାନମନ୍ତ୍ରୀଙ୍କ ଏହି ଗସ୍ତକୁ ବହୁତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଉଛି। କାରଣ ପ୍ରଧାନମନ୍ତ୍ରୀ ଅପରେସନ ସିନ୍ଦୂର ପରେ ପ୍ରଥମ ଥର ପାଇଁ ଜମ୍ମୁ କାଶ୍ମୀରରେ ପହଞ୍ଚିଛନ୍ତି। ଏହି କାରଣରୁ ଏଠାରେ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ଆପଣଙ୍କୁ ଜଣାଇ ଦେଉଛୁ ଯେ, ଆଜି ଜମ୍ମୁ କାଶ୍ମୀରରେ ବିକାଶ ଏବଂ ସଂଯୋଗୀକରଣର ଏକ ନୂତନ ଯୁଗ ଆରମ୍ଭ ହେବାକୁ ଯାଉଛି। ପ୍ରଧାନମନ୍ତ୍ରୀ ମୋଦି ଆଜି ଚେନାବ ନଦୀ ଉପରେ ନିର୍ମିତ ବିଶ୍ୱର ସବୁଠାରୁ ଉଚ୍ଚ ରେଳ ସେତୁ ଏବଂ ଦେଶର ପ୍ରଥମ କେବୁଲ-ଷ୍ଟେ ଅଞ୍ଜି ସେତୁର ଉଦଘାଟନ କରିବେ। ଚମତ୍କାର ସ୍ଥାପତ୍ୟର ନିଦର୍ଶନ ଚେନାବ ରେଲ୍ ବ୍ରିଜ୍। ଯାହାକୁ ଆଜି ମୋଦି ଉଦଘାଟନ କରିବା କାର୍ଯ୍ୟକ୍ରମ ରହିଛି। ପ୍ରଧାନମନ୍ତ୍ରୀ ଏଠାରେ ମୋଟ ୪୬ ହଜାର କୋଟି ଟଙ୍କାର ପ୍ରକଳ୍ପକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିବେ। ଏହି ସେତୁ ସହିତ, ପ୍ରଧାନମନ୍ତ୍ରୀ ମୋଦି କଟରାରୁ ଶ୍ରୀନଗର ପର୍ଯ୍ୟନ୍ତ ବନ୍ଦେ ଭାରତ ଟ୍ରେନକୁ ମଧ୍ୟ ପତାକା ଦେଖାଇ ଶୁଭାରମ୍ଭ କରିବେ। ଏପର୍ଯ୍ୟନ୍ତ ମିଳିଥିବା ସୂଚନା ଅନୁଯାୟୀ, ପ୍ରଧାନମନ୍ତ୍ରୀ ମୋଦି ସକାଳ ପ୍ରାୟ ୧୧ ଟା ସୁଦ୍ଧା ବିଶ୍ୱର ସବୁଠାରୁ ଉଚ୍ଚ ସେତୁର ଉଦଘାଟନ କରିବେ। ଏହି ସେତୁ ପ୍ୟାରିସର ଏଫିଲ୍ ଟାୱାରଠାରୁ ମଧ୍ୟ ଉଚ୍ଚ। ଏହି ସେତୁ ନିର୍ମାଣ ପାଇଁ ପ୍ରାୟ ୧୫୦୦ କୋଟି ଟଙ୍କା ଖର୍ଚ୍ଚ ହୋଇଛି। ଏହି ସେତୁର ଉଦଘାଟନ କରିବାର ଗୋଟିଏ ଘଣ୍ଟା ପରେ, ଅର୍ଥାତ୍ ଦିନ ୧୨ଟାରେ ପ୍ରଧାନମନ୍ତ୍ରୀ ମୋଦି କଟରାରୁ ଶ୍ରୀନଗର ପର୍ଯ୍ୟନ୍ତ ଦୁଇଟି ବନ୍ଦେ ଭାରତ ଟ୍ରେନକୁ ପତାକା ଦେଖାଇ ଶୁଭାରମ୍ଭ କରିବେ। ଏନେଇ ରେଳବାଇ କହିଛି ଯେ, ଉଦୟପୁର-ଶ୍ରୀନଗର-ବାରାମୁଲ୍ଲା ରେଳ ସଂଯୋଗ ପ୍ରକଳ୍ପର ମୋଟ୍ ଲମ୍ବ ପ୍ରାୟ ୨୭୨ କିଲୋମିଟର। ଏବଂ ଏହାକୁ ନିର୍ମାଣ କରିବାରେ ୪୩ ହଜାର କୋଟି ଟଙ୍କାରୁ ଅଧିକ ଖର୍ଚ୍ଚ ହୋଇଛି। ଏହି ପ୍ରକଳ୍ପରେ ୩୬ଟି ସୁଡ଼ଙ୍ଗ ଏବଂ ୯୪୩ ଟି ସେତୁ ମଧ୍ୟ ଅନ୍ତର୍ଭୁକ୍ତ।
ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ସୂଚନା ଦେଇଛନ୍ତି ଯେ, ଚେନାବ ନଦୀ ଉପରେ ନିର୍ମିତ ୧ କିଲୋମିଟରରୁ ଅଧିକ ଲମ୍ବା ରେଳ ସେତୁ ପ୍ରାୟ ୩୫୯ ମିଟର ଉଚ୍ଚତାରେ ନିର୍ମିତ, ଯାହା ଏଫିଲ୍ ଟାୱାରଠାରୁ ୩୫ ମିଟର ଉଚ୍ଚ। ସେ କହିଛନ୍ତି ଯେ, ଏହି ସେତୁ ଘଣ୍ଟା ପ୍ରତି ୨୬୦ କିଲୋମିଟର ପବନ ଏବଂ ଭୂକମ୍ପ ଜୋନ୍-V ସହ୍ୟ କରିପାରିବ। ଡିଆରଡିଓ ସହାୟତାରେ ଏହି ବ୍ରିଜ୍ କୁ ବ୍ଲାଷ୍ଟ ପ୍ରୁଫ୍ କରାଯାଇଛି। ଏହାର ନିର୍ମାଣରେ ପ୍ରାୟ ୨୭ ହଜାର ମେଟ୍ରିକ୍ ଟନ୍ ଇସ୍ପାତ ବ୍ୟବହାର କରାଯାଇଛି। ଏହାର ଲମ୍ବ ୧୩୧୫ ମିଟର ଏବଂ ଏହି ପ୍ରକଳ୍ପ ଅଗଷ୍ଟ ୨୦୦୪ରେ ଆରମ୍ଭ ହୋଇଥିଲା।
State
ଦ କୁଇଭର ବ୍ୟୁରୋ:- ପୁଣି ଫେରିଲା ତାତି । ମୌସୁମୀ ବର୍ଷାର ଅନ୍ତରାଳେ ପୁଣି ନାଲି ଆଖି ଦେଖାଇଛି ଖରା । ପ୍ରବଳ ତାତି ଓ ଅସହ୍ୟ ଗରମ ଭିତରେ ଅଣନିଶ୍ବାସୀ ରାଜ୍ୟ ବାସୀ । ଦିନରେ ତ ଗରମ ରାତି ହେଲେ ଗୁଳୁଗୁଳିରେ ଆଉଟୁ ପାଉଟୁ ହେଉଛନ୍ତି ଲୋକେ । ସେପଟେ ତାତି ନେଇ ଆଗାମୀ ୪ ଦିନ ପାଇଁ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ଦିନରେ ମୁଣ୍ଡଫଟା ଖରା ହେବାକୁ ଥିବା ବେଳେ ରାତିରେ ଅସହ୍ୟ ଗୁଳିଗୁଳି ହେବା ନେଇ ଅନୁମାନ କରାଯାଇଛି ।
State
ଦ କୁଇଭର ବ୍ୟୁରୋ:- ରାଜସ୍ବ ଧିକାରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ, ତହସିଲ ସ୍ତରରେ ଅଭିଯୋଗର ସମାଧାନ କରିବାକୁ ପରାମର୍ଶ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମୁଖ୍ୟମନ୍ତ୍ରୀ କହିଛନ୍ତି, "ଏପରି ସମାଧାନ କର ଯେପରି କେହି ଭୁବନେଶ୍ବର ନ ଆସନ୍ତୁ । ଜମି ଜମା ସମସ୍ୟାର ସମାଧାନ ଅଫିସ୍ ହେଉଛି ତହସିଲ୍ । ତହସିଲ୍ସ୍ତରରେ ସମାଧାନ ହୋଇ ନ ପାରିବାରୁ ଅଦାଲତରେ ମାମଲା ବଢ଼ୁଛି । ତଳ ସ୍ତରରେ ଯଦି ସମାଧାନ ହୋଇଥାନ୍ତା, ତେବେ କେହି ଭୁବନେଶ୍ୱର ଆସୁନଥାନ୍ତେ । ଲୋକଙ୍କ ଅଭିଯୋଗ ଧୈର୍ଯ୍ୟର ସହ ଶୁଣନ୍ତୁ । ସମୟ ଭିତରେ ସମାଧାନ କରନ୍ତୁ । " ଆଜି ଲୋକସେବା ଭବନରେ ଆୟୋଜିତ ରାଜସ୍ୱ ଅଧିକାରୀଙ୍କ ସମ୍ମିଳନୀରେ ଯୋଗ ଦେଇ ଏଭଳି କହିଛନ୍ତି ମୁଖ୍ୟମନ୍ତ୍ରୀ । ଅନ୍ୟପଟେ ରାଜସ୍ୱ ଓ ବିପର୍ଯ୍ୟୟ ମନ୍ତ୍ରୀ ସୁରେଶ ପୂଜାରୀ ମଧ୍ୟ ରାଜସ୍ୱ ଅଧିକାରୀଙ୍କୁ ଆହ୍ୱାନ ଦେଇଛନ୍ତି । ମନ୍ତ୍ରୀ କହିଛନ୍ତି, "ଲୋକଙ୍କୁ ଭିଆଇପି ଟ୍ରିଟମେଣ୍ଟ ଦିଅ । ତହସିଲ ଅଫିସକୁ ପିପୁଲ ଫ୍ରେଣ୍ଡଲି କର । ମ୍ୟାଚ୍ ନୁହେଁ, ଟୁର୍ଣ୍ଣାମେଣ୍ଟ ଜିତିବାକୁ ହେବ । ବ୍ୟବହାରରେ ଲୋକଙ୍କୁ ଆପ୍ୟାୟିତ କର । ୫୧ ଟି ବିଭାଗର ମେରୁଦଣ୍ଡ ରାଜସ୍ୱ ବିଭାଗ । ଓଡ଼ିଶା ଭିଜନ ଡକ୍ୟୁମେଣ୍ଟକୁ ସଫଳ କରିବାକୁ ହେବ । କୌଣସି ତହସିଲରେ ଜଣେ ହେଲେ ଭୂମିହୀନ ରହିବେ ନାହିଁ । ଏବେବି ଜମି ଡିମାର୍କେସନ ପାଇଁ ମୋ ପାଖକୁ ମାଲକାନଗିରିରୁ ଲୋକ ଆସୁଛନ୍ତି । ଏବେ ସେବା ଆରମ୍ଭ ହେଲାଣି । ଯେବେ ଲୋକ ଆସିବା ବନ୍ଦ କରିଦେବେ ଜାଣିବି ରାଜସ୍ୱ ସେବା ଠିକ୍ ଭାବେ ଚାଲିଛି ।"
State
ଗଞ୍ଜାମ( ଦ କୁଇଭର ):- ଗଂଜାମ ଜିଲ୍ଲା ଦିଗପହଣ୍ଡି ଅଞ୍ଚଳରେ ଆଜି ଅପରାହ୍ଣରେ ଏକ ବଡ଼ଧରଣର ଦୁର୍ଘଟଣା ଘଟିଛି। ଏକ ଦ୍ରୁତଗାମୀ ଟ୍ୟାଙ୍କର ଧକ୍କାରେ ମାମୁଁ ଓ ତାଙ୍କର ୨ ଜଣ ଭାଣିଜୀଙ୍କର ମୃତ୍ୟୁ ଘଟିଛି। ରିପୋର୍ଟ ଲେଖାଯିବା ବେଳକୁ ମୃତକମାନଙ୍କର ପରିଚୟ ମିଳିପାରି ନାହିଁ l ବ୍ରହ୍ମପୁର-ଦିଗପହଣ୍ଡି ମୁଖ୍ୟ ରାସ୍ତାରେ ଆଜି ଅପରାହ୍ଣରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଦ୍ରୁତଗାମୀ ଟ୍ୟାଙ୍କର ଭାରସାମ୍ୟ ହରାଇ ବୁଲେଟ୍ରେ ଯାଉଥିବା ୩ ଜଣଙ୍କୁ ଧକ୍କା ମାରିଛି। ଘଟଣାସ୍ଥଳରେ ତିନି ଜଣଙ୍କର ମୃତ୍ୟୁ ଘଟିଛି। ସୂଚନା ଅନୁସାରେ ଗଂଜାମ ଜିଲ୍ଲା ଦିଗପହଣ୍ଡି ଅଞ୍ଚଳର ଜଣେ ବ୍ୟକ୍ତି ତାଙ୍କର ଦୁଇ ଭାଣିଜୀଙ୍କୁ ନେଇ ବ୍ରହ୍ମପୁର-ଦିଗପହଣ୍ଡି ମୁଖ୍ୟ ରାସ୍ତାରେ ଏକ ବୁଲେଟରେ ଯାଉଥିଲେ। ଦିଗପହଣ୍ଡି ଏନ୍ଏସି ନିକଟରେ ଏକ ଟ୍ୟାଙ୍କର ଧକ୍କା ଦେଇଥିଲା। ଘଟଣାସ୍ଥଳରେ ବୁଲେଟ୍ରେ ଯାଉଥିବା ତିନି ଜଣଙ୍କର ମୃତ୍ୟୁ ଘଟିଛି। ରିପୋର୍ଟ ଲେଖାଯିବା ବେଳକୁ ଘଟଣାସ୍ଥଳରେ ଉତ୍ତେଜନା ପରିସ୍ଥିତି ଦେଖାଯାଇଛି। ସ୍ଥାନୀୟ ଲୋକେ କ୍ଷତିପୂରଣ ଦାବି କରିବା ସହିତ ଅଭିଯୁକ୍ତ ଟ୍ୟାଙ୍କରଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି।
State,Shree Jagannath
ପୁରୀ( ଦ କୁଇଭର):- ବଡ଼ଦାଣ୍ଡରେ ମଦ ଓ ଆମିଷ ବିକ୍ରି ମନା। ବଡ଼ଦାଣ୍ଡ ଓ ଶ୍ରୀମନ୍ଦିରର ୨ କିଲୋମିଟର ଅବଧି ମଧ୍ୟରେ ମଦ ବାର ଖୋଲାଯିବାକୁ ବାରଣ କରାଯାଇଛି। ତେଣେ ଏହି ପରିସର ଭିତରେ ମଦ ଓ ଆମିଷ ବିକ୍ରିକୁ ନିଷିଦ୍ଧ କରାଯାଇଛି। ସବୁ ଦିନ ଲାଗି ଏହି ନିୟମ ଲାଗୁ ରହିବ। ଆଜି ଏନେଇ ଅବକାରୀ ଓ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି।
National
ଦ କୁଇଭର ବ୍ୟୁରୋ:- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୁକ୍ରବାର ଚେନାବ ନଦୀ ଉପରେ ବିଶ୍ୱର ସର୍ବୋଚ୍ଚ ରେଳ ସେତୁ ଉଦ୍ଘାଟନ କରିଛନ୍ତି। ଏହି ଇଞ୍ଜିନିୟରିଂ ଚମତ୍କାର ଉଧମପୁର-ଶ୍ରୀନଗର-ବାରମୁଳା ରେଳ ଲିଙ୍କ୍ (ୟୁଏସ୍ବିଆର୍ଏଲ୍) ପ୍ରକଳ୍ପର ଏକ ପ୍ରମୁଖ ଅଂଶ ଏବଂ ବର୍ତ୍ତମାନ କାଶ୍ମୀର ଉପତ୍ୟକାକୁ ରେଳ ମାଧ୍ୟମରେ ବାକି ଭାରତ ସହିତ ସଂଯୋଗ କରୁଛି। କାଶ୍ମୀରରେ ଏକାଧିକ ଭିତ୍ତିଭୂମି ପ୍ରକଳ୍ପର ଉଦ୍ଘାଟନ ପହଲଗାମ ଆତଙ୍କବାଦୀ ଆକ୍ରମଣ ଓ ଅପରେସନ୍ ‘ସିନ୍ଦୂର’ ପରେ ପ୍ରଥମ ଥର ପାଇଁ ଆସିଥିବା ପ୍ରଧାନମନ୍ତ୍ରୀ ମୋଦୀଙ୍କଠାରୁ ଏକ ଦୃଢ଼ ବାର୍ତ୍ତା ଦେଇଛି ଯେ ତାଙ୍କ ସରକାର ଏହି ଅଞ୍ଚଳର ବିକାଶ ପାଇଁ ପ୍ରତିଶ୍ରୁତିବଦ୍ଧ। ପ୍ରଧାନମନ୍ତ୍ରୀ ମୋଦୀ କଟ୍ରାରେ ୪୬,୦୦୦ କୋଟି ଟଙ୍କାର ଅନେକ ଉନ୍ନୟନମୂଳକ ପ୍ରକଳ୍ପ ଉଦ୍ଘାଟନ କରିଛନ୍ତି। ଚେନାବ ସେତୁ ଉଦ୍ଘାଟନ କରିବାର କିଛି ମୁହୂର୍ତ୍ତ ପରେ ପ୍ରଧାନମନ୍ତ୍ରୀ ତ୍ରିରଙ୍ଗା ହଲାଇ ସେତୁ ଉପରେ ବୁଲୁଥିବା ଦେଖିବାକୁ ମିଳିଥିଲା। ତାଙ୍କ ସହ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ, ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଓ ଜମ୍ମୁ-କାଶ୍ମୀର ଉପରାଜ୍ୟପାଳ ମନୋଜ ସିହ୍ନା ଉପସ୍ଥିତ ଥିଲେ।
ଚେନାବ ସେତୁ ୨୭୨ କିଲୋମିଟର ଦୀର୍ଘ ୟୁଏସ୍ବିଆର୍ଏଲ୍ ପ୍ରକଳ୍ପର ଏକ ଅଂଶ, ଯାହାର ମୂଲ୍ୟ ପ୍ରାୟ ୪୩,୭୮୦ କୋଟି ଟଙ୍କା ଏବଂ ଏଥିରେ ୩୬ଟି ଟନେଲ୍ (୧୧୯ କିଲୋମିଟର) ଏବଂ ୯୪୩ଟି ପୋଲ ଅନ୍ତର୍ଭୁକ୍ତ। ଏହି ପ୍ରକଳ୍ପ କାଶ୍ମୀର ଉପତ୍ୟକା ଓ ଦେଶର ବାକି ଅଞ୍ଚଳ ମଧ୍ୟରେ ସର୍ବକାଳୀନ, ନିରବଚ୍ଛିନ୍ନ ରେଳ ଯୋଗାଯୋଗ ସ୍ଥାପନ କରିବ। ୧୪୮୬ କୋଟି ଟଙ୍କା ବ୍ୟୟରେ ନିର୍ମିତ ଚେନାବ ରେଳ ସେତୁ ବିଶ୍ୱର ସର୍ବୋଚ୍ଚ ରେଳ ସେତୁ ଓ ଇଞ୍ଜିନିୟରିଂର ଚମତ୍କାର। ନଦୀଠାରୁ ୩୫୯ ମିଟର ଉଚ୍ଚ, ପ୍ୟାରିସ୍ ଆଇଫିଲ୍ ଟାୱାରଠାରୁ ୩୫ ମିଟର ଉଚ୍ଚ ଏବଂ ଦିଲ୍ଲୀ କୁତବମିନାରଠାରୁ ପ୍ରାୟ ୫ ଗୁଣ ଉଚ୍ଚ ଏହି ପୋଲରେ ୨୮,୬୬୦ ମେଗାଟନ୍ ଇସ୍ପାତ ବ୍ୟବହାର କରାଯାଇଛି। ଯାହା ଉଭୟ ଶୂନ୍ୟ ତାପମାତ୍ରା ଓ ଅତ୍ୟଧିକ ଉତ୍ତାପକୁ ସହ୍ୟ କରିବାରେ ସକ୍ଷମ। ଶକ୍ତିଶାଳୀ ଭୂମିକମ୍ପକୁ ପ୍ରତିହତ କରିବା ପାଇଁ ଡିଜାଇନ୍ କରାଯାଇଥିବା ଏହି ପୋଲରେ ଅତ୍ୟାଧୁନିକ ନିରାପତ୍ତା ବୈଶିଷ୍ଟ୍ୟ ରହିଛି। ପ୍ରଧାନମନ୍ତ୍ରୀ ଅଞ୍ଜି ନଦୀରେ ଭାରତର ପ୍ରଥମ କେବୁଲ ଷ୍ଟେଡ୍ ରେଳ ସେତୁ-ଅଞ୍ଜି ଖଡ଼ ସେତୁକୁ ଉଦ୍ଘାଟନ କରିଥିଲେ। ଅଞ୍ଜି ସେତୁ ନଦୀ ପତ୍ତନଠାରୁ ୩୩୧ ମିଟର ଉଚ୍ଚରେ ଥିବା ବେଳେ ଲମ୍ବ ୭୨୫ ମିଟର ରହିଛି। ଏଥିରେ ୯୬ଟି ହାଇ-ଟେନ୍ସିଲ (ଉଚ୍ଚ ତନ୍ୟତାଯୁକ୍ତ) କେବୁଲ ରହିଛି। ଏହି ପୋଲ ମାତ୍ର ୧୧ ମାସରେ ସମ୍ପୂର୍ଣ୍ଣ ହୋଇଥିଲା।
National
ଦ କୁଇଭର ବ୍ୟୁରୋ:- ଦେଶରେ କରୋନାର ମାତ୍ରା ବଢିଥିବା ବେଳେ ଆଜି ୫ ହଜାର ୩୬୪ରେ ପହଞ୍ଚିଛି ଆକ୍ଟିଭ କେସ୍ । ସୁସ୍ଥ ହୋଇ ଫେରିଛନ୍ତି ୪ ହଜାର ୭୨୪ ଜଣ । ଗତ ୨୪ ଘଣ୍ଟାରେ ଦେଶରେ ୪୯୮ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ୮ ଜଣଙ୍କ ମୃତ୍ୟୁ ହୋଇଛି। କେରଳରେ ସର୍ବାଧିକ ୧୬୭୯ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଅନ୍ୟପଟେ ଦେଶରେ କରୋନା ସଂକ୍ରମଣ ବଢୁଥିବାରୁ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ଜାରି କରାଯାଇଛି ଆଡଭାଇଜରୀ । ଜନଗହଳିପୂର୍ଣ୍ଣ ରେଳଷ୍ଟେସନ, ବସଷ୍ଟାଣ୍ଡ ଓ ଏୟାରପୋର୍ଟରେ ମାସ୍କ ପିନ୍ଧିବାକୁ ପରାମର୍ଶ ଦିଆଯାଇଛି । ବିଶେଷକରି ଗର୍ଭବତୀ ମହିଳା, ଶିଶୁ, ବୟସ୍କ ଏବଂ ଜଟିଳ ରୋଗରେ ଆକ୍ରାନ୍ତ ବ୍ୟକ୍ତିଙ୍କୁ ସାମାଜିକ ଦୂରତା ରକ୍ଷା କରିବାକୁ କୁହାଯାଇଛି ।ନିୟମିତ ହାତ ଧୋଇବା କିମ୍ବା ହ୍ୟାଣ୍ଡ ସାନିଟାଇଜ ବ୍ୟବହାର ପରାମର୍ଶ ଦିଆଯାଇଛି । ଜ୍ବର, ଥଣ୍ଡା, କାଶ , ଗଳା ଯନ୍ତ୍ରଣା କିମ୍ବା ଶ୍ବାସକ୍ରିୟା ସମସ୍ୟା ପରି ଲକ୍ଷଣ ଦେଖାଦେଲେ ତୁରନ୍ତ ନିକଟସ୍ଥ ସ୍ବାସ୍ଥ୍ୟ କେନ୍ଦ୍ରରେ ପରାମର୍ଶ କରନ୍ତୁ । ସମସ୍ତ ରାଜ୍ୟକୁ ପରିସ୍ଥିତିର ମୁକାବିଲା କରିବାକୁ କେନ୍ଦ୍ର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ମଧ୍ୟ ପରାମର୍ଶ ଦିଆଯାଇଛି । ରାଜ୍ୟଗୁଡ଼ିକୁ ଅକ୍ସିଜେନ, ଆଇସୋଲେସନ ବେଡ଼, ଭେଣ୍ଟିଲେଟର ଓ ଆବଶ୍ୟକ ଔଷଧର ଉପଲବ୍ଧତା ସୁନିଶ୍ଚିତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି l କେରଳ ପରେ ଗୁଜରାଟରେ ଦ୍ବିତୀୟ ସର୍ବାଧିକ ସଂକ୍ରମଣ । ୬୧୫ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଦିଲ୍ଲୀ ଏବଂ ପଶ୍ଚିମବଙ୍ଗରେ ୫୦୦ରୁ ଅଧିକ କେସ୍ । କୋଭିଡ ସଂକ୍ରମଣ ବଢୁଥିବାରୁ ଜନଗହଳି ସ୍ଥାନରେ ମାସ୍କ ପିନ୍ଧିବାକୁ ପରାମର୍ଶ ଦିଆଯାଇଛି । ରାଜ୍ୟରେ ଏଯାଏ ୩୮ଟି କୋଭିଡ କେସ ଚିହ୍ନଟ ହୋଇଛି । ୭୫୫ଟି ନମୁନା ପରୀକ୍ଷା କରାଯାଇଥିବା ବେଳେ ସେଥିରୁ ୩୮ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସମସ୍ତ ରାଜ୍ୟକୁ ପରିସ୍ଥିତିର ମୁକାବିଲା କରିବାକୁ କେନ୍ଦ୍ର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ମଧ୍ୟ ପରାମର୍ଶ ଦିଆଯାଇଛି । ରାଜ୍ୟଗୁଡ଼ିକୁ ଅକ୍ସିଜେନ, ଆଇସୋଲେସନ ବେଡ଼, ଭେଣ୍ଟିଲେଟର ଓ ଆବଶ୍ୟକ ଔଷଧର ଉପଲବ୍ଧତା ସୁନିଶ୍ଚିତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି ।
Shree Jagannath
ପୁରୀ ( ଦ କୁଇଭର )- ଶ୍ରୀମନ୍ଦିରରେ ଗରମ ଡାଲି ପଡି ୫ ଭକ୍ତ ଆହତ । ୩ ମହିଳାଙ୍କ ସମେତ ଦୁଇ ଯୁବତୀ ଆହତ । ଶ୍ରୀମନ୍ଦିର ଆମ୍ବୁଲାନ୍ସ ଯୋଗେ ସେମାନଙ୍କୁ ସଦର ମୁଖ୍ୟ ଚିକିତ୍ସାଳୟ ଅଣାଯାଇଥିଲା । ପାଦରେ ଗରମ ଡାଲି ପଡ଼ିଥିଲା । ପ୍ରାଥମିକ ଚିକିତ୍ସା ପରେ ସମସ୍ତେ ସୁସ୍ଥ ହୋଇ ଫେରି ଯାଇଛନ୍ତି । ଗତକାଲି ରବିବାର ଥିବାରୁ ଶ୍ରୀମନ୍ଦିରରେ ପ୍ରବଳ ଭିଡ଼ ଥିଲା। ଭୋଗ ମଣ୍ଡପ ଉଠିବା ପରେ ଅପରାହ୍ଣ ସମୟରେ ବୋଝିଆ ସେବାୟତମାନେ ଗରମ ଡାଲି ନେଇ ଯାଉଥିବା ବେଳେ ଅବସାବଧାନତା କାରଣରୁ ଗରମ ଡାଲି ପଡ଼ି ଯାଇଥିଲା। ଏହି ଘଟଣାରେ ୭ ଜଣ ଶ୍ରଦ୍ଧାଳୁ ଆହତ ହୋଇଥିବା ଜଣାପଡ଼ିଛି । ଆହତ ହୋଇଥିବା ଭକ୍ତମାନେ ନୟାଗଡ଼ର ବୋଲି କୁହାଯାଉଛି।
State
ଦ କୁଇଭର ବ୍ୟୁରୋ:- ମଣିପୁରର ବିଭିନ୍ନ ଜିଲ୍ଲାରେ ପୁଣି ହିଂସାକାଣ୍ଡ ଓ ଉତ୍ତେଜନା ବୃଦ୍ଧି ପାଇଛି। ଗତରାତିରୁ ହିଂସା ଲାଗି ରହିଥିବା ବେଳେ ଆଜି ସକାଳେ କର୍ଫ୍ୟୁ ଜାରି କରାଯାଇଛି। ଏହା ସହିତ ୫ଟି ଜିଲ୍ଲାରେ ଇଣ୍ଟରନେଟ୍ ସେବା ବନ୍ଦ ରଖାଯାଇଛି। ଶନିବାର ରାତିରେ ମୈତେୟୀ ସଂଗଠନ ଆରାମବାଇ ତେଙ୍ଗଗୋଲର ଜଣେ ନେତା ଓ ଅନ୍ୟ କିଛି ସଦସ୍ୟଙ୍କୁ ଗିରଫ କରାଯାଇଥିବା ଖବର ପ୍ରଚାରିତ ହେବା ପରେ ରାଜଧାନୀ ଇମ୍ଫାଲ ସମେତ ବିଭିନ୍ନ ଅଞ୍ଚଳରେ ହିଂସା ଦେଖିବାକୁ ମିଳିଥିଲା। ଆନ୍ଦୋଳନକାରୀଙ୍କ ରାସ୍ତା ଅବରୋଧ ଓ ପୋଡ଼ାଜଳା ଯୋଗୁଁ ଜୀବନଯାତ୍ରା ବ୍ୟାହତ ହୋଇଛି। ବିକ୍ଷୋଭକାରୀମାନେ ରାସ୍ତା ମଝିରେ ଟାୟାର ଓ ପୁରୁଣା ଆସବାବପତ୍ର ଜାଳି ଦେବା ସହ ବିମାନବନ୍ଦର ପ୍ରବେଶ ପଥ ଘେରାଉ କରିଥିଲେ। ଗିରଫ ହୋଇଥିବା ନେତାଙ୍କୁ ମୁକ୍ତ କରିବା ଦାବିରେ ସୁରକ୍ଷାବାହିନୀ ସହ ଧସ୍ତାଧସ୍ତି ମଧ୍ୟ ହୋଇଥିଲା ଏବଂ କେତେକ ଆନ୍ଦୋଳନକାରୀ ନିଜ ଉପରେ ପେଟ୍ରୋଲ ଢାଳି ଆତ୍ମହତ୍ୟା କରିବାକୁ ଉଦ୍ୟମ କରିଥିଲେ।ଗିରଫ ହୋଇଥିବା ମୈତେୟୀ ନେତା ବିଭିନ୍ନ ଅଞ୍ଚଳରେ ହିଂସା ଭିଆଇବା ପାଇଁ ଉଦ୍ୟମ କରୁଥିବା ଅଭିଯୋଗ ହୋଇଥିବା ବେଳେ ପୁଲିସ ଉକ୍ତ ନେତାଙ୍କ ପରିଚୟ ସଂପର୍କରେ କିଛି କହିନାହିଁ। ତେବେ ଏହି ନେତାଙ୍କ ନାମ କାନନ ସିଂହ ବୋଲି କେତେକ ସୂତ୍ରରୁ ଜଣାପଡ଼ିଛି। ଶନିବାର ରାତିରେ ରାଜଧାନୀର ବିଭିନ୍ନ ସ୍ଥାନରେ ସୁରକ୍ଷା କର୍ମୀଙ୍କ ସହ ବିକ୍ଷୋଭକାରୀ ମୁହାଁମୁହିଁ ହୋଇଥିଲେ ଏବଂ ଆଜି ଅପରାହ୍ନ ପର୍ଯ୍ୟନ୍ତ ପ୍ରବଳ ଉତ୍ତେଜନା ଦେଖିବାକୁ ମିଳିଥିଲା। ଇମ୍ଫାଲ ପୂର୍ବ ଜିଲ୍ଲାର ଖୁରାଇ ଲାମଙ୍ଗ ଅଞ୍ଚଳରେ ଉତ୍ତ୍ୟକ୍ତ ଜନତା ଏକ ବସ୍ରେ ନିଆଁ ଲଗାଇ ଦେଇଛନ୍ତି। କ୍ୱାକେଇଥେଲରେ ଦୁଇ ଗୋଷ୍ଠୀ ମଧ୍ୟରେ ଗୁଳିମାଡ଼ ହୋଇଥିବା ମଧ୍ୟ ଜଣାପଡ଼ିଛି।
ଅନ୍ୟପକ୍ଷରେ ଗିରଫ ମୈତେୟୀ ନେତାଙ୍କୁ ରାଜ୍ୟ ବାହାରକୁ ପଠାଯିବା ଖବର ମିଳିବା ପରେ ତୁଲିହାଲସ୍ଥିତ ଇମ୍ଫାଲ ବିମାନବନ୍ଦର ଗେଟ୍ ବାହାରେ ବିକ୍ଷୋଭକାରୀମାନେ ଏକାଠି ହୋଇଥିଲେ। ମଣିପୁରରୁ ନେତାଙ୍କୁ ଅନ୍ୟତ୍ର ନେବା ପାଇଁ କୌଣସି ପ୍ରୟାସକୁ ରୋକିବା ପାଇଁ ବିକ୍ଷୋଭକାରୀମାନେ ବିମାନବନ୍ଦର ରାସ୍ତାକୁ ରାତିସାରା ଅବରୋଧ କରିଥିଲେ। ସିବିଆଇ ରବିବାର ଇମ୍ଫାଲ ବିମାନ ବନ୍ଦରରୁ ଆରାମବାଇ ତେଙ୍ଗଗୋଲର ଜଣେ ସଦସ୍ୟଙ୍କୁ ଗିରଫ କରିଛି। ସେ ୨୦୨୩ରେ ମଣିପୁର ହିଂସା ସହ ଜଡ଼ିତ ବିଭିନ୍ନ ଆପରାଧିକ କାର୍ଯ୍ୟକଳାପରେ ସମ୍ପୃକ୍ତ ଥିବା ଜଣାପଡ଼ିଛି। ବିଭିନ୍ନ ସ୍ଥାନରୁ ଉତ୍ତ୍ୟକ୍ତ ଜନତାଙ୍କୁ ହଟାଇବା ପାଇଁ ସୁରକ୍ଷା ବାହିନୀ ଲୁହବୁହା ଗ୍ୟାସ ସେଲ୍ ପ୍ରୟୋଗ କରିଥିଲା। ଲାଠିମାଡ଼ ଯୋଗୁଁ ଜଣେ ଆନ୍ଦୋଳନକାରୀର ମୃତ୍ୟୁ ହୋଇଥିବା ମଧ୍ୟ ସୂଚନା ମିଳିଛି। ପରିସ୍ଥିତିକୁ ନିୟନ୍ତ୍ରଣକୁ ଆଣିବା ପାଇଁ ଅଶାନ୍ତ ଅଞ୍ଚଳରେ ଅତିରିକ୍ତ ଯବାନ ମୁତୟନ କରାଯାଇଛି ଏବଂ ରାଜଭବନକୁ ଯାଉଥିବା ରାସ୍ତାରେ ସୁରକ୍ଷା ବଢ଼ାଇ ଦିଆଯାଇଛି। ବିଷ୍ଣୁପୁର ଜିଲ୍ଲାରେ କର୍ଫ୍ୟୁ ଜାରି କରାଯାଇଥିବା ବେଳେ ଇମ୍ଫାଲ ପୂର୍ବ, ଇମ୍ଫାଲ ପଶ୍ଚିମ, ଥୋବଲ ଏବଂ କାକଚିଂ ଉପତ୍ୟକା ଜିଲ୍ଲାରେ ୫ ଜଣ ତା’ଠାରୁ ଅଧିକ ଲୋକଙ୍କ ସମାଗମ ଉପରେ କଟକଣା ଜାରି କରାଯାଇଛି। ଅନ୍ଲାଇନରେ ହିଂସା ସୃଷ୍ଟି କରିବାକୁ ଉଦ୍ୟମ କରାଯାଉଥିବାରୁ ୫ ଦିନ ପାଇଁ ସଂପୃକ୍ତ ଅଂଚଳରେ ଇଣ୍ଟରନେଟ୍ ସେବା ବନ୍ଦ କରାଯାଇଛି।ଅନ୍ୟପକ୍ଷରେ ମଣିପୁର ରାଜ୍ୟପାଳ ଅଜୟ କୁମାର ଭଲ୍ଲା ବରିଷ୍ଠ ପ୍ରଶାସନିକ ଓ ସୁରକ୍ଷା ଅଧିକାରୀଙ୍କ ସହ ସମୀକ୍ଷା ବୈଠକ କରିଛନ୍ତି। ବିଧାୟକଙ୍କ ଏକ ଗୋଷ୍ଠୀ ରାଜଭବନରେ ଭଲ୍ଲାଙ୍କୁ ଭେଟି ରାଜ୍ୟର ସାମ୍ପ୍ରତିକ ସ୍ଥିତି ସମ୍ପର୍କରେ ଅବଗତ କରାଇବା ସହ ଏହି ମାମଲାରେ ତାଙ୍କର ହସ୍ତକ୍ଷେପ ଲୋଡ଼ିଛନ୍ତି। ସମସ୍ୟାର ସମାଧାନ ଏବଂ ସ୍ୱାଭାବିକ ସ୍ଥିତି ଫେରାଇ ଆଣିବା ପାଇଁ ସମସ୍ତ ପଦକ୍ଷେପ ନିଆଯାଉଛି ବୋଲି ରାଜ୍ୟପାଳ ପ୍ରତିନିଧି ଦଳକୁ କହିଛନ୍ତି।
State
ଗଞ୍ଜାମ( ଦ କୁଇଭର):- ଗୁରୁବାର ଦିନିକିଆ ଗଞ୍ଜାମ ଗସ୍ତରେ ଆସିଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି । ପ୍ରଥମେ ଜିଲ୍ଲାର ରମ୍ଭା ସରକାରୀ ଉଚ୍ଚ ବିଦ୍ୟାଳୟରେ ପହଞ୍ଚି ସେଠାରେ ଉତ୍କଳ ସଂଗ୍ରାମୀ ସ୍ମାରକୀ ପୀଠର ଉଦଘାଟନ କରିଥିଲେ । ଏହାପରେ ଛତ୍ରପୁର ସ୍ଥିତ ଅନସ୍ଲୋ ହାଇସ୍କୁଲ ଖେଳପଡ଼ିଆରେ ପହଞ୍ଚି ୧୨ଟି ପ୍ରକଳ୍ପର ଶିଳାନ୍ୟାସ କରିଥିଲେ ମୁଖ୍ୟମନ୍ତ୍ରୀ । ଏଥିମଧ୍ୟରେ ଟାଟା ଇଣ୍ଡଷ୍ଟ୍ରିଆଲ ପାର୍କ ମଧ୍ୟରେ ୫ଟି ନୂତନ ଶିଳ୍ପର ମୁଖ୍ୟମନ୍ତ୍ରୀ ଶିଳାନ୍ୟାସ କରିଥିଲେ । ଏହି ୫ଟି ଶିଳ୍ପ ପ୍ରାୟ ୨୮ ହଜାର କୋଟି ଟଙ୍କାର ପୁଞ୍ଜି ନିବେଶ କରିବା ସହ ପ୍ରାୟ ୧୫ ହଜାରରୁ ଅଧିକ ଯୁବକ ଯୁବତୀଙ୍କ ପାଇଁ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ । ଛତ୍ରପୁର ପରେ ଟାଟା ଏସଇଜାଡ୍ ପ୍ଲାଣ୍ଟକୁ ଯାଇ ସେଠାରେ ପ୍ଲାଣ୍ଟ ପରିଦର୍ଶନ କରିବା ସହ ଦୀପକ ଫଟିଲାଇଜର ପ୍ଲାଣ୍ଟକୁ ମଧ୍ୟ ବୁଲି ଦେଖିଥିଲେ ମୁଖ୍ୟମନ୍ତ୍ରୀ । ଶେଷରେ ବ୍ରହ୍ମପୁର ଲାଞ୍ଜିପଲ୍ଲୀ ମାଁ ତାରାଦେବୀଙ୍କ ଯାତ୍ରାରେ ପହଞ୍ଚି ମା'ଙ୍କୁ ଦର୍ଶନ କରି ଭୁବନେଶ୍ୱର ଅଭିମୁଖେ ବାହାରିଥିଲେ ମୁଖ୍ୟମନ୍ତ୍ରୀ ।
ଓଡ଼ିଶାରେ ଶିଳ୍ପାୟନର ଏକ ନୂଆ ଯୁଗ ଆରମ୍ଭ ହେବାକୁ ଯାଉଛି । ଆଉ ଗଞ୍ଜାମ ହେବ ଏହି ଶିଳ୍ପାୟନର ମୂଳଦୂଆ । ଶିଳ୍ପାୟନ ବଢ଼ିବା ସହ ବଢ଼ିବ ବାଣିଜ୍ୟ ଆଉ ଏହାର ରାଜଧାନୀ ହେବ ଗଞ୍ଜାମ । ଦିନିକିଆ ଗଞ୍ଜାମ ଗସ୍ତରେ ଆସି ଏଭଳି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି । ଆଜି ଦିନିକିଆ ଗଞ୍ଜାମ ଗସ୍ତରେ ଆସିଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି । ପ୍ରଥମେ ଜିଲ୍ଲାର ରମ୍ଭା ସରକାରୀ ଉଚ୍ଚ ବିଦ୍ୟାଳୟରେ ପହଞ୍ଚି ସେଠାରେ ଉତ୍କଳ ସଂଗ୍ରାମୀ ସ୍ମାରକୀ ପୀଠର ଉଦଘାଟନ କରିଥିଲେ । ଉତ୍କଳ ପ୍ରଦେଶ ଗଠନରେ ଯୋଗ ଦେଇଥିବା ୬୦ ବରପୁତ୍ରଙ୍କ ମଧ୍ୟରୁ ୪୧ଟି ପ୍ରତିମୂର୍ତ୍ତି ଉନ୍ମୋଚନ କରିଥିଲେ ମୁଖ୍ୟମନ୍ତ୍ରୀ । ସେଠାରୁ ଛତ୍ରପୁର ଅନସ୍ଲୋ ହାଇସ୍କୁଲ ଖେଳପଡ଼ିଆରେ ପହଞ୍ଚି ୧୨ଟି ପ୍ରକଳ୍ପର ଶିଳାନ୍ୟାସ କରିଥିଲେ ମୁଖ୍ୟମନ୍ତ୍ରୀ । ଏହି ୧୨ଟି ଶିଳାନ୍ୟାସରେ ୨୮ ହଜାର କୋଟି ଟଙ୍କାର ପୁଞ୍ଜି ନିବେଶ ହେବ ଯେଉଁଥିରେ ପ୍ରାୟ ୧୫ ହଜାରରୁ ଅଧିକ ଲୋକେ ନିଯୁକ୍ତି ପାଇପାରିବେ । ପ୍ରକଳ୍ପର ଶିଳାନ୍ୟାସ କରିବା ପରେ ନିଜର ଅଭିଭାଷଣ ରଖିଥିଲେ ମୁଖ୍ୟମନ୍ତ୍ରୀ । ନୂତନ ବିଜେପି ସରକାର ଆସିବାର ଏକ ବର୍ଷ ନ ପୁରୁଣୁ ସରକାର ଯାହା ପ୍ରତିଶ୍ରୁତି ଦେଇଥିଲେ ତାହାକୁ ପୂରଣ କରିଆସୁଛନ୍ତି । ବିଶେଷ କରି ଶିଳ୍ପାୟନର ଅଭିବୃଦ୍ଧି ହୋଇ ଚାଲିଛି ଓଡ଼ିଶାରେ । ଶିଳ୍ପାୟନ ବଢ଼ିବା ଦ୍ବାରା ବାଣିଜ୍ୟ ବଢ଼ିବ ଯାହାଫଳରେ ରାଜ୍ୟର ଆର୍ଥିକ ସ୍ଥିତି ମଧ୍ୟ ଆହୁରି ସୁଦୃଢ଼ ହେବ । ନୂତନ ସରକାର ମାତ୍ର ୫ ମାସ ମଧ୍ୟରେ ଓଡ଼ିଶାରେ ୧ ଲକ୍ଷ କୋଟି ଟଙ୍କାର ପୁଞ୍ଜି ନିବେଶ ସହ ୯୦ ହଜାର ଲୋକଙ୍କୁ ନିଯୁକ୍ତି ସୁଯୋଗ ସୃଷ୍ଟି କରିପାରିଛୁ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ।
ଗୁରୁବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଶିଳାନ୍ୟାସ କରିଥିବା ୧୨ଟି ପ୍ରକଳ୍ପ ମଧ୍ୟରୁ ୫ଟି ପ୍ରକଳ୍ପ ଛତ୍ରପୁର ନିର୍ବାଚନ ମଣ୍ଡଳୀର ଟାଟା ଏସଇଜାଡ୍ ପ୍ଲାଣ୍ଟ ମଧ୍ୟରେ ହେବାକୁ ଯାଉଛି । ଆସନ୍ତା ୫ ରୁ ୭ ବର୍ଷ ମଧ୍ୟରେ ଏହି ୫ଟି ପ୍ରକଳ୍ପ ଶେଷ ହୋଇଯିବ । ଏହି ୫ଟି ପ୍ରକଳ୍ପ ମଧ୍ୟରେ ଏଚ୍ଏଚ୍ ପି ପ୍ରାଇଭେଟ୍ ଲିମିଟେଡ଼ ୮୦ ଏକର ଜମିରେ ଓ ଓକିଅର ଏନର୍ଜି ଗୋପାଳପୁର ୱାନ ପ୍ରାଇଭେଟ୍ ଲିମିଟେଡ଼ ୫୦ ଏକର ଜମିରେ ଏକ ଗ୍ରୀନ ହାଇଡ୍ରୋଜେନ ତଥା ଗ୍ରୀନ ଆମୋନିଆ ଉତ୍ପାଦନ ୟୁନିଟ, ସାତ୍ତ୍ୱିକ ସୋଲାର ଇଣ୍ଡଷ୍ଟ୍ରିଜ୍ ପ୍ରାଇଭେଟ୍ ଲିମିଟେଡ଼ ୮୪ ଏକର ଜମିରେ ଓ ୱାଲର୍ଡ ଗ୍ରୀନ ଏନେର୍ଜି ପ୍ରାଇଭେଟ୍ ଲିମିଟେଡ଼ ୫୦ ଏକର ଜମିରେ ଏକ ସୌର ସେଲ ଏବଂ ମଡ୍ୟୁଲ ଉତ୍ପାଦନ ୟୁନିଟ ଏବଂ ସୁପରଫର୍ମ ଲିମିଟେଡ଼ ୬୦ ଏକର ଜମିରେ ଏକ ସ୍ପେସିଆଲଟି କେମିକାଲ ଉତ୍ପାଦନ ୟୁନିଟ ସ୍ଥାପନ କରିବାକୁ ଯାଉଛି । ଏହି ୫ଟି ଶିଳ୍ପ ମୁଖ୍ୟ ମାନେ ଆଜି ମୁଖ୍ୟମନ୍ତ୍ରୀଙ୍କ ସହ ନିଜର ଶିଳ୍ପ ଓ ଏହାର କାମ ସମ୍ପର୍କରେ କଥା ହୋଇଥିଲେ । ସମସ୍ତ ଶିଳ୍ପ ଗୁଡ଼ିକ କୈାଣସି ପ୍ରଦୂଷଣ ହେବ ନାହିଁ। ସମସ୍ତ ପ୍ରକାରର ଅତ୍ୟାଧୁନିକ ଉପାୟରେ ଶିଳ୍ପ ପରିଚାଳିତ ହେବ । ଯାହାଫଳରେ ସ୍ଥାନୀୟ ବାସିନ୍ଦାଙ୍କୁ ମଧ୍ୟ ଏହି ଶିଳ୍ପ ଦ୍ଵାରା କୈାଣସି ଅସୁବିଧା ହେବ ନାହିଁ । ଟାଟା ଏସଇଜାଡ୍ ପ୍ଲାଣ୍ଟ ପରିସରରେ ନିଜର ଶିଳ୍ପ ପ୍ରତିଷ୍ଠା କରିବାକୁ ନେଇ ବେଶ ଉତ୍ସାହିତ ଥିବା ବେଳେ ଠିକ ସମୟରେ ଶିଳ୍ପକୁ ଶେଷ କରି ଲୋକଙ୍କୁ ରୋଜଗାର ଯୋଗାଇ ଦିଆଯିବ ବୋଲି କହିଛନ୍ତି ବିଭିନ୍ନ ଶିଳ୍ପରୁ ଆସିଥିବା ମୁଖ୍ୟ ମାନେ ।ମୁଖ୍ୟମନ୍ତ୍ରୀଙ୍କ ସହ ଏହି କାର୍ଯ୍ୟକ୍ରମରେ ଶିଳ୍ପ ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ବାଇଁ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା, ମତ୍ସ୍ୟ ଓ ପଶୁସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକଙ୍କ ସମେତ ଜିଲ୍ଲାର ଦୁଇ ସାଂସଦ ଓ ବହୁ ବିଧାୟକ ମାନେ ଯୋଗ ଦେଇଥିଲେ ।
Sports
ଦ କୁଇଭର ବ୍ୟୁରୋ:- ଆଇପିଏଲ ବିଜୟ ଉତ୍ସବ ବେଳେ ଦଳାଚକଟା ହୋଇ ୧୧ ଜଣଙ୍କ ମୃତ୍ୟୁ । ବେଙ୍ଗାଲୁରୁ ଚିନ୍ନାସ୍ବାମୀ ଷ୍ଟାଡିୟମ୍ ବାହାରେ ଏହି ଦଳାଚକଟା ହୋଇଛି । ଏଥିରେ ଏକାଧିକ ଲୋକ ଆହତ ହୋଇଛନ୍ତି । ଏବେସୁଦ୍ଧା ୧୧ ଜଣଙ୍କ ମୃତ୍ୟୁ ସୂଚନା ଥିବାବେଳେ ଏହି ସଂଖ୍ୟା ଆହୁରି ବଢିବାର ଆଶଙ୍କା ରହିଛି । ଷ୍ଟାଡିୟମରେ ବିଜୟ ଉତ୍ସବ ବେଳେ ବହୁତ ସଂଖ୍ୟାରେ କ୍ରିକେଟ୍ ଫ୍ୟାନ୍ ଭିଡ଼ ଜମାଇବାରୁ ଅଘଟଣ ଘଟିଛି । କାଲି IPLରେ ଦମଦାର ବିଜୟ ପରେ ଆଜି ଟ୍ରଫି ନେଇ ବେଙ୍ଗାଲୁରୁରେ ପହଞ୍ଚିଥିଲା ଆରସିବି ଟିମ୍ । ଆଇପିଏଲ ବିଜେତା RCB ଟିମ୍କୁ ସ୍ବାଗତ କରିବା ପାଇଁ ପ୍ରବଳ ଉତ୍ସାହ । ବେଙ୍ଗାଲୁରୁରେ ବିଧାନସୌଧ ଆଗରେ କ୍ରିକେଟ ପ୍ରେମୀ ମାନେ ଭିଡ଼ ଜମାଇଛନ୍ତି
ସୂଚନା ପ୍ରକାରେ ଆରସିବି ୧୮ ବର୍ଷ ପରେ IPL ଟ୍ରଫି ଜିତିବାର ଉତ୍ସବ ପାଳନ କରିବାକୁ ଚିନ୍ନାସ୍ୱାମୀ ଷ୍ଟାଡିୟମ ବାହାରେ ହଜାର ହଜାର ସଂଖ୍ୟାରେ ପ୍ରଶଂସକ ଭିଡ ଜମାଇଥିଲେ । ପ୍ରତ୍ୟକ୍ଷଦର୍ଶୀଙ୍କ କହିବା ମୁତାବକ, ବିଜୟ ସେଲିବ୍ରେସନ ବେଳେ ଷ୍ଟାଡିୟମ ବାହାରେ ଅଚାନକ ଭିଡ଼ ବେକାବୁ ହୋଇପଡିଥିଲା । ଯାହାଫଳରେ ଭୟଙ୍କର ଦଳାଚକଟା ଘଟି ବହୁସଂଖ୍ୟାକ ଲୋକ ଆହତ ହୋଇଥିଲେ। ଏହି ଘଟଣା ପରେ ଚିନ୍ନାସ୍ବାମୀ ଷ୍ଟାଡିୟମ ବାହାରେ ମେଟ୍ରୋ ଷ୍ଟେସନ୍ ବନ୍ଦ କରାଯାଇଛି । ତେବେ ପ୍ରଥମ ଥର ଆଇପିଏଲରେ ଚାମ୍ପିଅନ ହୋଇଛି ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ । ଗତକାଲି ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମଠାରେ ଖେଳାଯାଉଥିବା ଆଇପିଏଲ ୨୦୨୫ର ଫାଇନାଲ ମ୍ୟାଚରେ ପଞ୍ଜାବ କିଙ୍ଗସକୁ ହରାଇ ଦମଦାର ବିଜୟ ହାସଲ କରିଥିଲା ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ।
National,State
ଦ କୁଇଭର ବ୍ୟୁରୋ:- ବଦଳିଲା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଓଡ଼ିଶା ଗସ୍ତର ତାରିଖ । ଆସନ୍ତା ଜୁନ୍ ୧୨ ତାରିଖ ନୁହଁ ବରଂ ଜୁନ୍ ୨୦ ରେ ଓଡ଼ିଶା ଗସ୍ତରେ ଆସିବେ ମୋଦି । ମୋହନ ସରକାରକୁ ବର୍ଷେ ପୂରଣ ନେଇ ଆୟୋଜିତ ହେବାକୁ ଥିବା କାର୍ଯ୍ୟକ୍ରମରେ ହେବ ସାମିଲ । ଏନେଇ ସୂଚନା ଦେଇଛନ୍ତି ଖାଦ୍ୟ ଯୋଗଣ ଏବଂ ଖାଉଟି କଲ୍ୟାଣ କୃଷ୍ଣଚନ୍ଦ୍ର ପାତ୍ର । ବିଜେପି ସରକାରକୁ ବର୍ଷେ ପୂରଣ ଅବସରରେ ଜୁନ୍ ୨୦ରେ ବିଶାଳ କାର୍ଯ୍ୟକ୍ରମର ଆୟୋଜନ କରାଯିବ । ଯେଉଁଥିରେ ଲକ୍ଷାଧିକ ଲୋକ ସାମିଲ ହେବେ । କିନ୍ତୁ କେଉଁ ସ୍ଥାନରେ କାର୍ଯ୍ୟକ୍ରମ ଆୟୋଜନ ହେବ ସେନେଇ ଚୂଡାନ୍ତ ନିଷ୍ପତ୍ତି ହୋଇନାହିଁ । ଭୁବନେଶ୍ୱର ଜନତା ମଇଦାନ ନଚେତ ବାଲିଯାତ୍ରା ପଡ଼ିଆରେ ଆୟୋଜନ ହେବ ସରକାରଙ୍କ ବର୍ଷ ପୂର୍ତ୍ତି ସମାରୋହ । ଖାଦ୍ୟ ଯୋଗଣ ଏବଂ ଖାଉଟି କଲ୍ୟାଣ କୃଷ୍ଣଚନ୍ଦ୍ର ପାତ୍ର କହିଛନ୍ତି,"ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୧୨ରେ ଆସିବାର ଥିଲା, କିନ୍ତୁ ସେ ୨୦ ତାରିଖରେ ଆସିବେ । ସେହି ଦିନ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମ ହେବ । କେଉଁ ସ୍ଥାନରେ ତାହା ହେବ ସେନେଇ ସ୍ଥିର ହୋଇନାହିଁ । ଲକ୍ଷାଧିକ ଲୋକେ ବିରାଟ କାର୍ଯ୍ୟକ୍ରମରେ ସାମିଲ ହେବେ । ବିଜେପି ସରକାରରେ ଗୋଟିଏ ବର୍ଷ ପୂରଣ ହେବ । ସେହି କାର୍ଯ୍ୟକ୍ରମରେ ଆମେ ରିପୋର୍ଟକାର୍ଡ ଦେବୁ । " ଆଇନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ କହିଛନ୍ତି," ୨୦ ତାରିଖରେ ଭୁବନେଶ୍ବରରେ କାର୍ଯ୍ୟକ୍ରମ ହେବ । ଦେଢ ଲକ୍ଷରୁ ଉର୍ଦ୍ଧ୍ବ ଲୋକ ସାମିଲ ହେବେ । କେଉଁ ସ୍ଥାନରେ ହେବ, କାର୍ଯ୍ୟକ୍ରମ କିପରି ହେବେ ସେନେଇ ବିସ୍ତୃତ ଭାବେ ଆଲୋଚନା ଚାଲିଛି । ୧୩ ତାରିଖରେ ମହିଳା ସମାବେଶ, ୧୮ ତାରିଖରେ ଜନଜାତି ଲୋକଙ୍କ ସମାବେଶ, ୧୯ ତାରିଖରେ କୃଷକ ମାନଙ୍କର ଓ ୨୧ ରେ ଯୁବକ ମାନଙ୍କର ଏକତା କରାଯିବ । ୨୦ ତାରିଖରେ ପ୍ରଧାନମନ୍ତ୍ରୀ ଆସିବେ । ସେନେଇ ବିରାଟ କାର୍ଯ୍ୟକ୍ରମର ଆୟୋଜନ କରାଯିବ । "
State
ଦ କୁଇଭର ବ୍ୟୁରୋ:- ଆଜିଠୁ ଆହୁରି ବଢ଼ିବ ତାତି । ସାରା ରାଜ୍ୟରେ ଗରମ ଓ ଗୁଳୁଗୁଳି,ଦିନ ତାପମାତ୍ରାରେ ୨ରୁ ୩ ଡିଗ୍ରୀ ସେଲସିୟସ ବୃଦ୍ଧି ସମ୍ଭାବନା ରହିଛି । ଆଗାମୀ ୫ଦିନ ଉପକୂଳ ଓଡ଼ିଶାରେ ପ୍ରବଳ ଗୁଳୁଗୁଳି ହେବ । ଏନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆଜି ବିଜୁଳି, ଘଡ଼ଘଡ଼ି ପାଇଁ ମୟୂରଭଞ୍ଜ, ଭଦ୍ରକ, ବାଲେଶ୍ବର, ଗଞ୍ଜାମ, ଗଜପତି, ରାୟଗଡା, କୋରାପୁଟ, ମାଲକାନଗିରି ଓ ନବରଙ୍ଗପୁର ଜିଲ୍ଲାକୁ ୟେଲୋ ଆଲର୍ଟ ଦିଆଯାଇଛି । ସେହିପରି ତାତି ଓ ଆର୍ଦ୍ରତା ପାଇଁ ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର ସମେତ ୧୧ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର l
State
ଗଞ୍ଜାମ( ଦ କୁଇଭର):- ଗୁରୁବାର ଦିନିକିଆ ଗଞ୍ଜାମ ଗସ୍ତରେ ଆସିଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି । ପ୍ରଥମେ ଜିଲ୍ଲାର ରମ୍ଭା ସରକାରୀ ଉଚ୍ଚ ବିଦ୍ୟାଳୟରେ ପହଞ୍ଚି ସେଠାରେ ଉତ୍କଳ ସଂଗ୍ରାମୀ ସ୍ମାରକୀ ପୀଠର ଉଦଘାଟନ କରିଥିଲେ । ଏହାପରେ ଛତ୍ରପୁର ସ୍ଥିତ ଅନସ୍ଲୋ ହାଇସ୍କୁଲ ଖେଳପଡ଼ିଆରେ ପହଞ୍ଚି ୧୨ଟି ପ୍ରକଳ୍ପର ଶିଳାନ୍ୟାସ କରିଥିଲେ ମୁଖ୍ୟମନ୍ତ୍ରୀ । ଏଥିମଧ୍ୟରେ ଟାଟା ଇଣ୍ଡଷ୍ଟ୍ରିଆଲ ପାର୍କ ମଧ୍ୟରେ ୫ଟି ନୂତନ ଶିଳ୍ପର ମୁଖ୍ୟମନ୍ତ୍ରୀ ଶିଳାନ୍ୟାସ କରିଥିଲେ । ଏହି ୫ଟି ଶିଳ୍ପ ପ୍ରାୟ ୨୮ ହଜାର କୋଟି ଟଙ୍କାର ପୁଞ୍ଜି ନିବେଶ କରିବା ସହ ପ୍ରାୟ ୧୫ ହଜାରରୁ ଅଧିକ ଯୁବକ ଯୁବତୀଙ୍କ ପାଇଁ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ । ଛତ୍ରପୁର ପରେ ଟାଟା ଏସଇଜାଡ୍ ପ୍ଲାଣ୍ଟକୁ ଯାଇ ସେଠାରେ ପ୍ଲାଣ୍ଟ ପରିଦର୍ଶନ କରିବା ସହ ଦୀପକ ଫଟିଲାଇଜର ପ୍ଲାଣ୍ଟକୁ ମଧ୍ୟ ବୁଲି ଦେଖିଥିଲେ ମୁଖ୍ୟମନ୍ତ୍ରୀ । ଶେଷରେ ବ୍ରହ୍ମପୁର ଲାଞ୍ଜିପଲ୍ଲୀ ମାଁ ତାରାଦେବୀଙ୍କ ଯାତ୍ରାରେ ପହଞ୍ଚି ମା'ଙ୍କୁ ଦର୍ଶନ କରି ଭୁବନେଶ୍ୱର ଅଭିମୁଖେ ବାହାରିଥିଲେ ମୁଖ୍ୟମନ୍ତ୍ରୀ ।
ଓଡ଼ିଶାରେ ଶିଳ୍ପାୟନର ଏକ ନୂଆ ଯୁଗ ଆରମ୍ଭ ହେବାକୁ ଯାଉଛି । ଆଉ ଗଞ୍ଜାମ ହେବ ଏହି ଶିଳ୍ପାୟନର ମୂଳଦୂଆ । ଶିଳ୍ପାୟନ ବଢ଼ିବା ସହ ବଢ଼ିବ ବାଣିଜ୍ୟ ଆଉ ଏହାର ରାଜଧାନୀ ହେବ ଗଞ୍ଜାମ । ଦିନିକିଆ ଗଞ୍ଜାମ ଗସ୍ତରେ ଆସି ଏଭଳି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି । ଆଜି ଦିନିକିଆ ଗଞ୍ଜାମ ଗସ୍ତରେ ଆସିଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି । ପ୍ରଥମେ ଜିଲ୍ଲାର ରମ୍ଭା ସରକାରୀ ଉଚ୍ଚ ବିଦ୍ୟାଳୟରେ ପହଞ୍ଚି ସେଠାରେ ଉତ୍କଳ ସଂଗ୍ରାମୀ ସ୍ମାରକୀ ପୀଠର ଉଦଘାଟନ କରିଥିଲେ । ଉତ୍କଳ ପ୍ରଦେଶ ଗଠନରେ ଯୋଗ ଦେଇଥିବା ୬୦ ବରପୁତ୍ରଙ୍କ ମଧ୍ୟରୁ ୪୧ଟି ପ୍ରତିମୂର୍ତ୍ତି ଉନ୍ମୋଚନ କରିଥିଲେ ମୁଖ୍ୟମନ୍ତ୍ରୀ । ସେଠାରୁ ଛତ୍ରପୁର ଅନସ୍ଲୋ ହାଇସ୍କୁଲ ଖେଳପଡ଼ିଆରେ ପହଞ୍ଚି ୧୨ଟି ପ୍ରକଳ୍ପର ଶିଳାନ୍ୟାସ କରିଥିଲେ ମୁଖ୍ୟମନ୍ତ୍ରୀ । ଏହି ୧୨ଟି ଶିଳାନ୍ୟାସରେ ୨୮ ହଜାର କୋଟି ଟଙ୍କାର ପୁଞ୍ଜି ନିବେଶ ହେବ ଯେଉଁଥିରେ ପ୍ରାୟ ୧୫ ହଜାରରୁ ଅଧିକ ଲୋକେ ନିଯୁକ୍ତି ପାଇପାରିବେ । ପ୍ରକଳ୍ପର ଶିଳାନ୍ୟାସ କରିବା ପରେ ନିଜର ଅଭିଭାଷଣ ରଖିଥିଲେ ମୁଖ୍ୟମନ୍ତ୍ରୀ । ନୂତନ ବିଜେପି ସରକାର ଆସିବାର ଏକ ବର୍ଷ ନ ପୁରୁଣୁ ସରକାର ଯାହା ପ୍ରତିଶ୍ରୁତି ଦେଇଥିଲେ ତାହାକୁ ପୂରଣ କରିଆସୁଛନ୍ତି । ବିଶେଷ କରି ଶିଳ୍ପାୟନର ଅଭିବୃଦ୍ଧି ହୋଇ ଚାଲିଛି ଓଡ଼ିଶାରେ । ଶିଳ୍ପାୟନ ବଢ଼ିବା ଦ୍ବାରା ବାଣିଜ୍ୟ ବଢ଼ିବ ଯାହାଫଳରେ ରାଜ୍ୟର ଆର୍ଥିକ ସ୍ଥିତି ମଧ୍ୟ ଆହୁରି ସୁଦୃଢ଼ ହେବ । ନୂତନ ସରକାର ମାତ୍ର ୫ ମାସ ମଧ୍ୟରେ ଓଡ଼ିଶାରେ ୧ ଲକ୍ଷ କୋଟି ଟଙ୍କାର ପୁଞ୍ଜି ନିବେଶ ସହ ୯୦ ହଜାର ଲୋକଙ୍କୁ ନିଯୁକ୍ତି ସୁଯୋଗ ସୃଷ୍ଟି କରିପାରିଛୁ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ।
ଗୁରୁବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଶିଳାନ୍ୟାସ କରିଥିବା ୧୨ଟି ପ୍ରକଳ୍ପ ମଧ୍ୟରୁ ୫ଟି ପ୍ରକଳ୍ପ ଛତ୍ରପୁର ନିର୍ବାଚନ ମଣ୍ଡଳୀର ଟାଟା ଏସଇଜାଡ୍ ପ୍ଲାଣ୍ଟ ମଧ୍ୟରେ ହେବାକୁ ଯାଉଛି । ଆସନ୍ତା ୫ ରୁ ୭ ବର୍ଷ ମଧ୍ୟରେ ଏହି ୫ଟି ପ୍ରକଳ୍ପ ଶେଷ ହୋଇଯିବ । ଏହି ୫ଟି ପ୍ରକଳ୍ପ ମଧ୍ୟରେ ଏଚ୍ଏଚ୍ ପି ପ୍ରାଇଭେଟ୍ ଲିମିଟେଡ଼ ୮୦ ଏକର ଜମିରେ ଓ ଓକିଅର ଏନର୍ଜି ଗୋପାଳପୁର ୱାନ ପ୍ରାଇଭେଟ୍ ଲିମିଟେଡ଼ ୫୦ ଏକର ଜମିରେ ଏକ ଗ୍ରୀନ ହାଇଡ୍ରୋଜେନ ତଥା ଗ୍ରୀନ ଆମୋନିଆ ଉତ୍ପାଦନ ୟୁନିଟ, ସାତ୍ତ୍ୱିକ ସୋଲାର ଇଣ୍ଡଷ୍ଟ୍ରିଜ୍ ପ୍ରାଇଭେଟ୍ ଲିମିଟେଡ଼ ୮୪ ଏକର ଜମିରେ ଓ ୱାଲର୍ଡ ଗ୍ରୀନ ଏନେର୍ଜି ପ୍ରାଇଭେଟ୍ ଲିମିଟେଡ଼ ୫୦ ଏକର ଜମିରେ ଏକ ସୌର ସେଲ ଏବଂ ମଡ୍ୟୁଲ ଉତ୍ପାଦନ ୟୁନିଟ ଏବଂ ସୁପରଫର୍ମ ଲିମିଟେଡ଼ ୬୦ ଏକର ଜମିରେ ଏକ ସ୍ପେସିଆଲଟି କେମିକାଲ ଉତ୍ପାଦନ ୟୁନିଟ ସ୍ଥାପନ କରିବାକୁ ଯାଉଛି । ଏହି ୫ଟି ଶିଳ୍ପ ମୁଖ୍ୟ ମାନେ ଆଜି ମୁଖ୍ୟମନ୍ତ୍ରୀଙ୍କ ସହ ନିଜର ଶିଳ୍ପ ଓ ଏହାର କାମ ସମ୍ପର୍କରେ କଥା ହୋଇଥିଲେ । ସମସ୍ତ ଶିଳ୍ପ ଗୁଡ଼ିକ କୈାଣସି ପ୍ରଦୂଷଣ ହେବ ନାହିଁ। ସମସ୍ତ ପ୍ରକାରର ଅତ୍ୟାଧୁନିକ ଉପାୟରେ ଶିଳ୍ପ ପରିଚାଳିତ ହେବ । ଯାହାଫଳରେ ସ୍ଥାନୀୟ ବାସିନ୍ଦାଙ୍କୁ ମଧ୍ୟ ଏହି ଶିଳ୍ପ ଦ୍ଵାରା କୈାଣସି ଅସୁବିଧା ହେବ ନାହିଁ । ଟାଟା ଏସଇଜାଡ୍ ପ୍ଲାଣ୍ଟ ପରିସରରେ ନିଜର ଶିଳ୍ପ ପ୍ରତିଷ୍ଠା କରିବାକୁ ନେଇ ବେଶ ଉତ୍ସାହିତ ଥିବା ବେଳେ ଠିକ ସମୟରେ ଶିଳ୍ପକୁ ଶେଷ କରି ଲୋକଙ୍କୁ ରୋଜଗାର ଯୋଗାଇ ଦିଆଯିବ ବୋଲି କହିଛନ୍ତି ବିଭିନ୍ନ ଶିଳ୍ପରୁ ଆସିଥିବା ମୁଖ୍ୟ ମାନେ ।ମୁଖ୍ୟମନ୍ତ୍ରୀଙ୍କ ସହ ଏହି କାର୍ଯ୍ୟକ୍ରମରେ ଶିଳ୍ପ ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ବାଇଁ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା, ମତ୍ସ୍ୟ ଓ ପଶୁସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକଙ୍କ ସମେତ ଜିଲ୍ଲାର ଦୁଇ ସାଂସଦ ଓ ବହୁ ବିଧାୟକ ମାନେ ଯୋଗ ଦେଇଥିଲେ ।
National
ଦ କୁଇଭର ବ୍ୟୁରୋ:- ବାହା ହେଲେ ବିଜେଡିର ପୂର୍ବତନ ପୁରୀ ଏମପି ପିନାକୀ ମିଶ୍ର ଓରଫ ପିନାକୀ ଭାଇନା । ଅତି ଅନ୍ତରଙ୍ଗ ବନ୍ଧୁମାନଙ୍କ ଗହଣରେ ତୃଣମୂଳ କଂଗ୍ରେସ ଏମପି ମହୁଆ ମୈତ୍ରଙ୍କୁ ବିବାହ କରିଛନ୍ତି । ମେ ୩ ତାରିଖ ଜର୍ମାନୀରେ ତାଙ୍କର ବିବାହ ଉତ୍ସବ ଅନୁଷ୍ଠିତ ହୋଇଛି । ୬୫ବର୍ଷ ବୟସ୍କ ପିନାକୀ ଭାଇନାଙ୍କ ବିବାହ ଏବେ ସାରା ଦେଶରେ ଚର୍ଚ୍ଚାର ବିଷୟ ହୋଇଛି । ପୂର୍ବରୁ ସଂସଦରେ କ୍ୟାସ ଫର କ୍ୱରି ଅଭିଯୋଗରେ ଉଭୟଙ୍କ ନାମ ଚର୍ଚ୍ଚାକୁ ଆସିଥିଲା । ତାଙ୍କ ପାଇଁ ନବୀନଙ୍କ ଦେହରେ କଳଙ୍କ ବି ଲାଗିଥିଲା । ସେତେବେଳେ ମହୁଆଙ୍କ ସହ ତାଙ୍କ ସମ୍ପର୍କକୁ ନେଇ ଚର୍ଚ୍ଚା ଚାଲିଥିଲା । ଏବେ ସବୁ ଚର୍ଚ୍ଚା ସରିଲା । ପିନାକୀ ଭାଇନା ମହୁଆଙ୍କ ସ୍ୱାମୀ ହେଲେ । ଏନେଇ ଜାତୀୟ ଗଣମାଧ୍ୟମରେ ଜୋରଶୋରେ ଚର୍ଚ୍ଚା ଚାଲିଛି ।
ପିନାକୀ ଉଭୟ ରାଜନୀତି ଓ ଓକିଲାତିରେ ବେଶ ଧୁରନ୍ଧର । ୫ଥର ଏମପି ଭାବେ ଲୋକସଭାକୁ ଯାଇଛନ୍ତି ପିନାକୀ । ରାଜନୈତିକ ପରିବାରରୁ ଆସିଥିବା ପିନାକୀ ପୂର୍ବତନ ପ୍ରତିରକ୍ଷା ମନ୍ତ୍ରୀ କେସି ପନ୍ଥଙ୍କ ନାତୁଣୀଙ୍କୁ ବିବାହ କରିଥିଲେ । ଦିଲ୍ଲୀ, ଲଣ୍ଡନ ସମେତ ବିଭିନ୍ନ ସ୍ଥାନରେ ଶହଶହ କୋଟିର ସମ୍ପତ୍ତି ତାଙ୍କର ରହିଛି । ତାଙ୍କ ରାଜନୈତିକ କ୍ୟାରିୟରେ ସର୍ବଦା ସହଯୋଗ କରିଥିବା ପତ୍ନୀଙ୍କୁ ଏବେ ଛାଡ଼ିଛନ୍ତି ପିନାକୀ । ରାଜନୀତି ଛାଡ଼ିବା ସହ ରାଜନୈତିକ କ୍ୟାରିୟରରେ ସହଗାମୀ ହୋଇଥିବା ପତ୍ନୀଙ୍କୁ ଛାଡ଼ି ବଙ୍ଗୀୟ ନେତ୍ରୀଙ୍କୁ ବିବାହ କରିଛନ୍ତି ।
ପିନାକୀ କାଳେ ବଙ୍ଗୀୟ ନେତ୍ରୀ ମହୁଆଙ୍କ ପ୍ରେମରେ ବହୁବର୍ଷରୁ ପଡ଼ିଥିଲେ । ଯାହାକୁ ନେଇ ପାରିବାରିକ ବାଦ ବିବାଦ ବି ଥିଲା । ଲୋକସଭାରେ କ୍ୟାସ ଫର କ୍ୱରି ବିବାଦରେ ମହୁଆ ଫସିବା ସହ ତାଙ୍କ ବନ୍ଧୁ ପିନାକୀ ବି ବିବାଦକୁ ଆସିଥିଲେ । ମାମଲା ଅଟକି ଯାଇଥିଲା, ପରେ ନିର୍ବାଚନରେ ସବୁ କିଛି ନୀରବ ହୋଇଗଲା । ନିର୍ବାଚନର ୧ବର୍ଷ ପରେ ଉଭୟ ମହୁଆ ଓ ପିନାକୀ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି । ବେଶ ହସ ହସ ମୁହଁରେ ଉଭୟ ଉଭୟଙ୍କ ହାତ ଧରାଧରି ହୋଇ ବାହାରିଛନ୍ତି । ଦେଖାଯାଉ ବୁଢ଼ା ବୟସର ଏହି ବିବାହ କେତେଦିନ ଓ କିପରି ଯାଉଛି ?
State
ଦ କୁଇଭର ବ୍ୟୁରୋ:- ପାଗରେ ଅସ୍ବାଭାବିକ ପରିବର୍ତ୍ତନ ଦେଖାଦେବା ସହ ଦିନରେ ଗରମ, ଅପରାହ୍ଣରେ ବର୍ଷା ଦେଖିବାକୁ ମିଳୁଛି । ଦିନବେଳା ଭୀଷଣ ଗୁଳୁଗୁଳି ଓ ଗରମ ଅନୁଭୂତ ହେଉଥିବା ବେଳେ ଅପରାହ୍ଣରେ ହଠାତ ପାଗରେ ପରିବର୍ତ୍ତନ ଆସୁଛି । ପ୍ରଚଣ୍ଡ ଘଡ଼ଘଡ଼ି ପବନ ସହ ବର୍ଷା ହେଉଛି । ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ରାଜ୍ୟରେ ସକ୍ରିୟ ହେବା ପର୍ଯ୍ୟନ୍ତ ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ଅସହ୍ୟ ତାତିରେ ଭାଜି ହେଉଛି ସାରା ଓଡ଼ିଶା । ଉପକୂଳରୁ ଉପାନ୍ତ ସବୁଠି ତାତି । ଆଜିଠୁ ରାଜ୍ୟରେ ତାପମାତ୍ରା କ୍ରମଶଃ ବଢିବ। ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ୨ ରୁ ୩ ଡ଼ିଗ୍ରୀ ବଢିବ ତାପମାତ୍ରା । ଅନେକ ସ୍ଥାନରେ ତାପମାତ୍ରା ୪୨ ଡ଼ିଗ୍ରୀ ଅତିକ୍ରମ କରିିବା ନେଇ ଆଗୁଆ ଆକଳନ କରିଛି ପାଣିପାଗ ବିଭାଗ ।
State
ପୁରୀ( ଦ କୁଇଭର ):- ମହାପ୍ରଭୁଙ୍କ ରଥଯାତ୍ରାକୁ ଚଳିତ ବର୍ଷ ଶୃଙ୍ଖଳିତ ଭାବେ ପରିଚାଳନା କରିବା ପାଇଁ ରାଜ୍ୟ ସରକାର ମନ୍ତ୍ରୀସ୍ତରୀୟ କମିଟି ଗଠନ କରିଛନ୍ତି। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ଅଧ୍ୟକ୍ଷତାରେ ଏହି କମିଟି ଗଠନ କରାଯାଇଛି। ଏନେଇ ଆଜି ରାଜ୍ୟ ସରକାରଙ୍କ ଆଇନ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି। ଏହି କମିଟିରେ ଆଇନ, ସ୍ବାସ୍ଥ୍ୟ, ଗୃହ ନିର୍ମାଣ ଓ ନଗର ଉନ୍ନୟନ, ପରିବହନ ମନ୍ତ୍ରୀ ସଦସ୍ୟ ରହିଛନ୍ତି। ସେହିପରି ଆଇନ ବିଭାଗ ପ୍ରମୁଖ ସଚିବଙ୍କୁ କମିଟିର ଆବାହକ ଦାୟିତ୍ବ ଦିଆଯାଇଛି। ମହାପ୍ରଭୁଙ୍କ ୯ ଦିବସୀୟ ରଥଯାତ୍ରା ସମୟ ପାଖେଇ ଆସୁଛି। ଆଉ ମାତ୍ର ୨୦ ଦିନ ପରେ ରଥଯାତ୍ରାର ଆୟୋଜନ ହେବ। ଏଥି ପାଇଁ ରାଜ୍ୟ ସରକାର, ପୁରୀ ଜିଲ୍ଲା ପ୍ରଶାସନ ଓ ଶ୍ରୀମନ୍ଦିର ପ୍ରଶାସନ ରଥଯାତ୍ରା ସଂପର୍କିତ କାର୍ଯ୍ୟକୁ ତ୍ବରାନ୍ବିତ କରିଛନ୍ତି। ରଥଖଳାରେ ବିଭିନ୍ନ ସେବାୟତମାନେ ମଧ୍ୟ ରଥ ନିର୍ମାଣକୁ ତୀବ୍ର କରିଦେଇଛନ୍ତି। ଆଜି ଥିଲା ରଥ ନିର୍ମାଣର ୩୫ତମ ଦିବସ। ଆଜି ସୁଦ୍ଧା ତିନି ରଥର ଚକ ଅଖ ଥାକ ସହ ଦିଗ ନିର୍ଣ୍ଣୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ତିନିରଥର ଦଣ୍ଡା ଫ୍ରେମ୍ର ବିଭିନ୍ନ ଅଂଶଗୁଡ଼ିକର ନମ୍ବର କରାଯାଇ କଳସା ପାଇଁ ମାପ ଚିହ୍ନ ଗାରିଆ ହୋଇସାରିଛି। ରଥଖଳାରେ ରଥର ବିଭିନ୍ନ ଅଂଶ ନିର୍ମାଣ ଜାରି ରହିଥିଲା। ଅପରାହ୍ଣରେ ତିନିରଥର ମୁଖ୍ୟ ମହାରଣା ଏବଂ ଭୋଇ ସେବକଙ୍କ ସହାୟତାରେ ଚକରେ ଅଖ ସଂଯୋଗ ପୂର୍ବକ ଚକ ଅଖ ଥାକ କାର୍ଯ୍ୟ ସମ୍ପନ୍ନ ହୋଇଥିଲା। ନନ୍ଦିଘୋଷ ରଥ ଅଖଗୁଡ଼ିକର ସଂଶୋଧନ କରିବାକୁ ପଡ଼ିବାରୁ ଚକର ଦିଗ ନିର୍ଣ୍ଣୟ କାର୍ଯ୍ୟ ସମ୍ପନ୍ନ ହୋଇପାରିନାହିଁ। ତାଳଧ୍ୱଜ ରଥ ଓ ଦର୍ପଦଳନ ରଥର ଅଖଗୁଡ଼ିକର ସଂଶୋଧନ କାର୍ଯ୍ୟ ବିଶେଷ ନଥିବାରୁ ଚକ ଅଖକୁ ନିର୍ଦ୍ଦିଷ୍ଟ ସ୍ଥାନରେ ରଖାଯାଇ ଦିଗ ନିର୍ଣ୍ଣୟ କାର୍ଯ୍ୟ ସମ୍ପନ୍ନ ହୋଇଛି। ଚକ ଆଗକୁ ଗଡ଼ି ନଯିବା ପାଇଁ ଚକ ଦୁଇ ପାର୍ଶ୍ୱରେ ବାନ୍ଧ ଲାଗି କରାଯାଇଛି।