ଦ କୁଇଭର ବ୍ୟୁରୋ:- ବହୁ ଚର୍ଚ୍ଚିତ ବିଜେପି ନେତା ଜଗନ୍ନାଥ ପ୍ରଧାନଙ୍କ ଜାମିନ ଆବେଦନ ଶୁଣାଣୀ ଆଜି ହେବ । ଜାମିନ ଆବେଦନ ଶୁଣାଣୀ କରିବେ ଖୋର୍ଦ୍ଧା ଜିଲ୍ଲା ଓ ଦୌରାଜଜଙ୍କ କୋର୍ଟ । ଜଗନ୍ନାଥ ପ୍ରଧାନଙ୍କ ସହ ଅନ୍ୟ ୫ ଅଭିଯୁକ୍ତ ମଧ୍ୟ କରିଛନ୍ତି ଜାମିନ ଆବେଦନ । ଖୋର୍ଦ୍ଧା ଜିଲ୍ଲା ଦୌରା ଜଜ୍ଙ୍କ ନିକଟରେ ସମସ୍ତେ ଆବେଦନ କରିଛନ୍ତି । ତେବେ ବିଏମ୍ସି ଅତିରିକ୍ତ କମିସନରଙ୍କୁ ମାଡ଼ ମାରିବା ଘଟଣାରେ ଗିରଫ ହୋଇ ଜେଲରେ ଅଛନ୍ତି ଜଗନ୍ନାଥ । ପରେ ପରେ ୧୪ ଦିନିଆ ବିଚାର ବିଭାଗୀୟ ହାଜତରେ ଏବେ ଅଛନ୍ତି ଜଗନ୍ନାଥ । ଜଗନ୍ନାଥ ପ୍ରଧାନଙ୍କ ବିରୋଧରେ ଭାରତୀୟ ନ୍ୟାୟ ସଂହିତାର ବିଭିନ୍ନ ଦଫା ଲଗାଇଥିଲା ପୁଲିସ ।ଦଫା ୩୩୩, ୧୨୧(୧), ୧୨୧(୨), ୩୫୧(୨), ୬୨ ଓ ୩୦୪ରେ ମାମଲା ରୁଜୁ କରାଯାଇଥିଲା । ଗତ ଗୁରୁବାର ରାତିରେ ସମର୍ଥକଙ୍କୁ ଧରି ଡିସିପି କାର୍ଯ୍ୟାଳୟରେ ପହଞ୍ଚିଥିଲେ ଜଗନ୍ନାଥ ପ୍ରଧାନ । ଆତ୍ମସମର୍ପଣ କଲା ପରେ କମିସନରେଟ ପୁଲିସ ଜଗନ୍ନାଥ ପ୍ରଧାନଙ୍କୁ ଗିରଫ କରିଥିଲା । ଆକ୍ରମଣ ପାଇଁ ଷଡ୍ଯନ୍ତ୍ର ଅଭିଯୋଗରେ ପୁଲିସ ତାଙ୍କୁ ଗିରଫ କରିଥିଲା । ଏହା ପରେ ତାଙ୍କର ସ୍ବାସ୍ଥ୍ୟ ପରୀକ୍ଷା ପାଇଁ କ୍ୟାପିଟାଲ ହସ୍ପିଟାଲ୍ ନେଇଥିଲା । ସେଠାରେ ଜଗନ୍ନାଥ ପ୍ରଧାନଙ୍କୁ ଦୁଇ ଜଣ ଡାକ୍ତର ସ୍ବାସ୍ଥ୍ୟ ପରୀକ୍ଷା କରିଥିଲେ । ଶେଷରେ ଡାକ୍ତରଖାନାରୁ ଜଗନ୍ନାଥ ପ୍ରଧାନଙ୍କୁ କୋର୍ଟରେ ହାଜର କରାଯାଇଥିଲା । କୋର୍ଟ ତାଙ୍କର ଜାମିନକୁ ନାମଞ୍ଜୁର କରିଦେବା ପରେ ୧୪ ଦିନ ପାଇଁ ବିଚାର ବିଭାଗୀୟ ଜେଲକୁ ଯାଇଥିଲେ ଜଗନ୍ନାଥ ପ୍ରଧାନ ।
ଅନ୍ୟପଟେ ଜଗନ୍ନାଥ ପ୍ରଧାନ ଜେଲ୍ ଯିବା ପରେ ରାଜରାସ୍ତାରେ ସମର୍ଥକଙ୍କ ହଙ୍ଗାମା ଦେଖିବାକୁ ମିଳିଥିଲା । ବିଜେପି ନେତା ଜଗନ୍ନାଥ ପ୍ରଧାନଙ୍କ ଗିରଫଦାରୀକୁ ସମର୍ଥକମାନଙ୍କ ପକ୍ଷରୁ ତୀବ୍ର ବିରୋଧ କରାଯାଇଛି । ଡିସିପିଙ୍କ କାର୍ଯ୍ୟାଳୟ ଓ ଝାରପଡ଼ା ଜେଲ୍ ସାମ୍ନାରେ ସମର୍ଥକମାନେ ବିରୋଧ କରିବା ସହ ଜୋରଦାର ହୋହଲ୍ଲା କରିଥିଲେ । ଯଦି ଜଗନ୍ନାଥ ପ୍ରଧାନ ଗିରଫ ହୋଇଛନ୍ତି, ତେବେ ବିଏମ୍ସି ଅତିରିକ୍ତ କମିସନର ରତ୍ନାକର ସାହୁ ମଧ୍ୟ ଗିରଫ ହେବା ଦରକାର ବୋଲି ତାଙ୍କ ସମର୍ଥକ ଦାବି କରିଥିଲେ । ହେଲେ କମିସନରଙ୍କ ବିରୋଧରେ ଏପର୍ଯ୍ୟନ୍ତ କୌଣସି କାର୍ଯ୍ୟାନୁଷ୍ଠାନ ହୋଇନି । ଏହାରି ଭିତରେ ଜଗାଙ୍କ ଜାମିନ ଆବେଦନ ହୋଇଥିବାରୁ ଆଜି ବେଲ୍ ମିଳିବ ନା ପୁଣି ଜେଲ୍ରେ ରହିବାକୁ ପଡ଼ିବ ତାହା ଦେଖିବାକୁ ବାକି ରହିଲା ।
No comments yet.
State
ବ୍ରହ୍ମପୁର( ଦ କୁଇଭର ):- ବାଘଲଟି ଗ୍ରାମର ବଳରାମ ଗୌଡ଼ ଏକ ସାମାନ୍ଯ ଶଡକ ଦୃଘଟଣାରେ ବ୍ରହ୍ମପୁର ବଡ ମେଡିକାଲ ରେ ଚିକିତ୍ସା ନିମନ୍ତେ ଭର୍ତି ହୋଇଥିବା ବେଳେ ଡାକ୍ତର ଦିଲ୍ଲୀପ ପ୍ରଧାନ ତାଙ୍କୁ ପ୍ରବର୍ତ୍ତାଇ ବ୍ରହ୍ମପୁର ରେ କୋର୍ଟ ପେଟା ଛକ ଠାରେ ଥିବା ଏକ ଘରୋଇ ବିନାୟକ ନାମକ ହସ୍ପିଟାଲକୁ ନେବାକୁ କହିଥିଲେ। ଏପରିକି ବିନାୟକ ନାମକ ଘରୋଇ ମେଡିକାଲ ରେ ଗୋଡର ଭୁଲ ଚିକିତ୍ସା କରି ହତ୍ଯା କରା ଯାଇଥିବା ଭଳି ସାଙ୍ଘାତିକ ଅଭିଯୋଗ ଆଣିଛନ୍ତି ପରିବାର ଲୋକ।ମୃତକ ଙ୍କ ପରିବାର ଲୋକେ ଡାକ୍ତର ଦିଲ୍ଲୀପ ପ୍ରଧାନ ଓ ବିନାୟକ ମେଡିକାଲ ବିରୋଧ ରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବି ଆଜି ବାଘଲଟିଗ୍ରାମ ବାସି ଏକ ଶୋଭାଯାତ୍ରା ରେ କମାପଲ୍ଲୀଛକ ଠାରୁ ବାହାରି ବ୍ରହ୍ମପୁର ଏସପିଙ୍କକାର୍ଯ୍ୟାଳୟ ଠାରେ ପହଞ୍ଚି ବ୍ରହ୍ମପୁର ଏସପିଙ୍କୁ ଏକ ସ୍ମାରକ ପତ୍ର ଦେବା ସହ ଦକ୍ଷିଣାଞ୍ଚଳରାଜସ୍ବ କମିଶନର କାର୍ଯ୍ୟାଳୟ ଓ ବ୍ରହ୍ମପୁର ଏମକେସିଜି ସୁପରଟେଣ୍ଟ କାର୍ଯ୍ୟଳୟ ଠାରେପହଞ୍ଚି ସ୍ମାରକ ପତ୍ର ପ୍ରଦାନ କରିଥିଲେ। ପରିଶେଷରେ ଗୋଇଲୁଣ୍ଡି ସ୍ଥିତ ବିନାୟକହସ୍ପିଟାଲ ଠାରେ ପହଞ୍ଚି ନିରବ ପ୍ରାଥନାକରାଯାଇଥିଲା। ଏହି ସଭାଯାତ୍ରା ରେ ବହୁସମାଜ ସେବି ସହ ବାଘଲଟି ଗ୍ରାମର ବହୁ ଜନ ସାଧାରଣ ଯୋଗ ଦେଇଥିଲେ।
Politics,State
ଦ କୁଇଭର ବ୍ୟୁରୋ :- ବାଲେଶ୍ବର ଫକୀରମୋହନ କଲେଜର ଛାତ୍ରୀ ସୌମ୍ୟାଶ୍ରୀଙ୍କ ଆତ୍ମାହୁତି ପ୍ରସଙ୍ଗରେ ବିରୋଧୀଙ୍କୁ କଡ଼ା ସମାଲୋଚନା କରିଛନ୍ତି ଆଇନ ମନ୍ତ୍ରୀ ପୃଥ୍ଵୀରାଜ ହରିଚନ୍ଦନ।ମନ୍ତ୍ରୀ ପୃଥ୍ଵୀରାଜ ହରିଚନ୍ଦନ କହିଛନ୍ତି, ସମ୍ବେଦନଶୀଳ ଘଟଣା ଘଟିଲା। ସରକାର ପ୍ରୋଆକ୍ଟିଭ ହୋଇ ସବୁ ପଦକ୍ଷେପ ନେଲେ। ଦୁଇ ଜଣ ନିଲମ୍ବିତ ହେଲେ ଆଉ ଗିରଫ ହେଲେ। ଆଗକୁ ଆହୁରି କଠୋର କାର୍ଯ୍ୟନୁଷ୍ଠାନ ହେବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରି ସାରିଛନ୍ତି। କିନ୍ତୁ ସବୁ କଥାରେ ରାଜନୈତିକ ରୁଟି ନ ସେକିବା ସୁସ୍ଥ ମାନସିକତା। କିନ୍ତୁ ସବୁ ଘଟଣାରେ ଶାଗୁଣା ପରି ଝାମ୍ପି ପଡିବା ଠିକ୍ ନୁହେଁ। ସେଥିରୁ ନିବୃତ ରହିବା ଆବଶ୍ୟକତା ଅଛି।ସୌମ୍ୟାଶ୍ରୀଙ୍କ ବାପାମାଙ୍କ ବାରଣ ସତ୍ତ୍ୱେ ବିରୋଧୀ ଦଳ ଏହାକୁ ରାଜନୀତିକରଣ କରିବା,ଝିଅ ବଞ୍ଚିଥିବା ବେଳେ ତାକୁ ଅପମାନିତ କଥା କହି ଏବେ ନ୍ୟାୟ ଭିକ୍ଷା କରିବା ଅତ୍ୟନ୍ତ ଅପ୍ରସଙ୍ଗ କି ଗ୍ରହଣୀୟ ନୁହେଁ। ସେ ଝିଅର କଷ୍ଟକୁ ବଢାଇବାରେ ଯାହାର ବି ସାମାନ୍ୟ ଲିଙ୍କ୍ ଅଛି, ସମସ୍ତଙ୍କୁ ତଦନ୍ତ ପରିସକୁ ଅଣାଯିବ। ସେ ଆହୁରି କହିଛନ୍ତି, ବିରୋଧୀ ଦଳ ଭୁଲ ବାଟରେ ପ୍ରସଙ୍ଗକୁ ଟାଣିବାକୁ ଚେଷ୍ଟା କରୁଛନ୍ତି। ସାରୁ ଖୋଳୁ ଖୋଳୁ ମହାଦେବ ଭଳି ଦୁନିଆ କଥା ଆସିବ। କିଏ କେଉଁ ଦଳ ସହ ସମ୍ପୃକ୍ତ ଥିଲେ। ସମସ୍ତ କ୍ୟାମ୍ପସର ସ୍ଥିତି ଉପରେ ସରକାର ନଜର ରଖିଛନ୍ତି। ସବୁ କ୍ୟାମ୍ପସ କମିଟିକୁ ପୁନଃ ଗଠନ କରାଯିବ।
State
ବ୍ରହ୍ମପୁର ( ଦ କୁଇଭର ):- ରେଲୱେ ରେ ଚାକିରୀ କରେଇବାକୁ କହି ଲକ୍ଷାଧିକ ଟଙ୍କା ଠକେଇ ଘଟଣାରେ ବ୍ରହ୍ମପୁର ପୁଲିସ ଦ୍ୱାରା ଦୁଇଜଣ ଗିରଫ. ନକଲି ଡକ୍ୟୁମେଣ୍ଟସ, ନିଯୁକ୍ତିପତ୍ର, ମୋବାଇଲଫୋନ ଜବତ କରିଛି ପୁଲିସ. ସଦର ଥାନା କୁକୁଡାଖଣ୍ଡି ଶାନ୍ତିନଗର ଅଞ୍ଚଳର ଏ. ବିଘ୍ନେଶ୍ୱର ରାଓ ଦୋରା ଏବଂ ଶୁଭ ଲକ୍ଷ୍ମୀ ଦୁଇଜଣଙ୍କୁ ଗିରଫ କରିଛି ପୁଲିସ.ପାଟପୁର ଥାନା ଅନ୍ତର୍ଗତ କଂସମାରି ଗ୍ରାମର ଏସ୍. ଚୈତନ୍ୟ ଦୋରାଙ୍କ ଲିଖିତ ରିପୋର୍ଟ ଆଧାରରେ ପୁଲିସ ମାମଲା ରୁଜୁ କରି ତଦନ୍ତ କରୁଥିବା ବେଳେ ଦୁଇ ଜଣଙ୍କୁ ଗିରଫ କରିଛି. ୧୮.୦୩.୨୦୨୩ ରେ ଅଭିଯୋଗକାରୀ ତାଙ୍କ ବନ୍ଧୁମାନଙ୍କ ସହିତ ଦିଗପହଣ୍ଡି ବସ୍ ଷ୍ଟାଣ୍ଡରେ ଏ.ବିଘ୍ନେଶ୍ୱର ରାଓ ଦୋରାଙ୍କୁ ସାକ୍ଷାତ କରି ସେମାନଙ୍କ ବେକାରୀ ବିଷୟରେ ଆଲୋଚନା କରିଥିଲେ ଏବଂ ଅଭିଯୁକ୍ତ ସେମାନଙ୍କୁ ରେଳ ବିଭାଗର ଉଚ୍ଚ ଅଧିକାରୀମାନଙ୍କୁ ଜାଣିଥିବାରୁ ସେମାନଙ୍କୁ ରେଳବାଇ ଚାକିରିରେ ନିଯୁକ୍ତି ଦେବାକୁ ପ୍ରତିଶ୍ରୁତି ଦେଇଥିଲେ। ପ୍ରତ୍ୟେକ ବ୍ୟକ୍ତିଙ୍କ ପାଇଁ ସେମାନଙ୍କୁ ୧୨ ଲକ୍ଷ ପଚାଶ ହଜାର ଦେବାକୁ ପଡିବ ବୋଲି କହି ଟଙ୍କା ନେଇଥିବା ଅଭିଯୋଗ କରିଥିଲେ ଅଭିଯୋଗକାରୀ. କିଛି ଦିନ ପରେ ଅଭିଯୁକ୍ତ ଏ ବିଘ୍ନେଶ୍ୱର ରାଓ ଦୋରା ଅଭିଯୋଗକାରୀ ଏବଂ ତାଙ୍କ ବନ୍ଧୁମାନଙ୍କୁ ଭୁବନେଶ୍ୱର ନେଇ ସେମାନଙ୍କୁ ସମରଜିତ ରାଉତ @ ବସନ୍ତ ସିଂହ ଏବଂ ଶୁଭଲକ୍ଷ୍ମୀ ରାଉତଙ୍କ ସହିତ ପରିଚୟ କରାଇଥିଲେ। ବସନ୍ତ ସିଂ ନିଜକୁ ରେଳବାଇର ସ୍କାଉଟ୍ ଏବଂ ଗାଇଡ୍ରେ TTE ଭାବରେ କାର୍ଯ୍ୟରତ ଥିବା ନେଇ ପରିଚୟ ଦେଇଥିଲେ ଏବଂ ବିଭିନ୍ନ ବ୍ୟକ୍ତିଙ୍କ ଯୋଗଦାନ ପତ୍ର ଏବଂ ପୋଷ୍ଟିଂ ପତ୍ର ଦେଖାଇଥିଲେ. ପୂର୍ବ ରେଳବାଇର ଜି. ଏମର ଉଚ୍ଚ ଅଧିକାରୀଙ୍କ ଫଟୋ ଦେଖାଇଥିଲେ। ଏହା ପରେ ସେ ଭୁବନେଶ୍ୱରର ବାରମୁଣ୍ଡା ବସ୍ ଷ୍ଟାଣ୍ଡରେ ଏ ବିଘ୍ନେଶ୍ୱର ରାଓ ଦୋରାଙ୍କ ମାଧ୍ୟମରେ ପାଞ୍ଚ ଜଣ ପ୍ରାର୍ଥୀଙ୍କଠାରୁ ୧୨ ଲକ୍ଷ ପଚାଶ ହଜାର ଟଙ୍କା ନେଇଥିଲେ। ବିଗ୍ନେଶ୍ୱର ଦୋରାଙ୍କ ମାଧ୍ୟମରେ ସେମାନଙ୍କୁ ମୋଟ 62 ଲକ୍ଷ 50 ହଜାର ଟଙ୍କା ଦିଆଯାଇଥିଲା ଏବଂ ସେମାନେ ଅଭିଯୋଗକାରୀଙ୍କୁ ଡାକ ମାଧ୍ୟମରେ ନିଯୁକ୍ତି ପତ୍ର ପଠାଇବାକୁ ପ୍ରତିଶ୍ରୁତି ଦେଇଥିଲେ. ପରେ ସେମାନଙ୍କୁ ଡାକ୍ତରୀ ପରୀକ୍ଷା ପରେ ତାଲିମ ପାଇଁ କୋଲକାତା ନିଆ ଯାଇଥିଲା. ସେମାନଙ୍କର ସିଆଲଦାର ବି.ଆର.ସିଂହ ହସ୍ପିଟାଲରେ ଡାକ୍ତରୀ ପରୀକ୍ଷା କରାଯାଇଥିଲା. ଟ୍ରେନିଂ ପରେ ଘରକୁ ଫେରିଥିଲେ. କିଛି ଦିନ ପରେ ଅଭିଯୋଗକାରୀ ଏବଂ ଅନ୍ୟମାନେ ଡାକ ମାଧ୍ୟମରେ କଲ୍ ଲେଟର, ଡକ୍ୟୁମେଣ୍ଟ ଯାଞ୍ଚ ଅନୁମୋଦନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଫଳାଫଳ ପାଇଥିଲେ। ଦୁଇ ସପ୍ତାହ ପରେ ସେମାନେ ଭିନ୍ନ ଭିନ୍ନ ତାରିଖରେ ଯୋଗଦାନ ପତ୍ର ଭଳି ବିଭିନ୍ନ ନକଲି ଚିଠି ପାଇଲେ। ଅଭିଯୋଗକାରୀ ଏବଂ ଅନ୍ୟମାନେ ମେଲଗୁଡ଼ିକୁ ସନ୍ଦେହ କରିଥିଲେ ଏବଂ ବସନ୍ତ ସିଂହ ଏବଂ ଶୁଭଲକ୍ଷ୍ମୀଙ୍କୁ ଫୋନ୍ ମାଧ୍ୟମରେ ଯୋଗାଯୋଗ କରିବାକୁ ଚେଷ୍ଟା କରିଥିବା ବେଳେ ନକାରାତ୍ମକ ଶବ୍ଦ ଶୁଣିଥିଲେ. ଠକେଇରଶିକାର ହୋଇଥିବା ଜାଣି ଥାନାରେ ଅଭିଯୋଗ କରିବା ପରେ ପୁଲିସ ତଦନ୍ତ କରି ଏ ପର୍ଯ୍ୟନ୍ତ ଦୁଇଜଣଙ୍କୁ ଗିରଫ କରିଥିବା ବେଳେ ଘଟଣାରେ ସମ୍ପୃକ୍ତ ଥିବା ଅନ୍ୟ ମାନଙ୍କୁ ଖୁବ ଶୀଘ୍ର ଗିରଫ କରାଯିବ ବୋଲି ଏସ. ପି କହିଛନ୍ତି. ବିଭିନ୍ନ ନକଲି ଡକ୍ୟୁମେଣ୍ଟ, ନିଯୁକ୍ତି ପତ୍ର, କଲ ଲେଟର ପ୍ରମୁଖ ସରଞ୍ଜାମ ଜବତ କରି ଘଟଣାର ଅଧିକ ତଦନ୍ତ କରୁଥିବା ବ୍ରହ୍ମପୁର ଏସ. ପି କହିଛନ୍ତି l
State
ଦ କୁଇଭର ବ୍ୟୁରୋ :- ଫକୀର ମୋହନ ସ୍ବୟଂଶାସତ ମହାବିଦ୍ୟାଳୟ ଛାତ୍ରୀ ମୃତ୍ୟୁ ଘଟଣାର ତଦନ୍ତ ପାଇଁ ରାଜ୍ୟ ପୁଲିସ ତତ୍ପରତା ପ୍ରକାଶ ପାଇଛି। ରାଜ୍ୟ ପୁଲିସ ମୁଖ୍ୟ କାର୍ଯ୍ୟାଳୟରୁ ମିଳିଥିବା ସୂଚନା ଅନୁସାରେ କ୍ରାଇମବ୍ରାଞ୍ଚ ଘଟଣାର ତଦନ୍ତ କରିବ। କ୍ରାଇମବ୍ରାଞ୍ଚ ଡିଜିପି ବିନୟତୋଷ ମିଶ୍ରଙ୍କ ନିର୍ଦ୍ଦେଶ କ୍ରମେ ମହିଳା ଓ ଶିଶୁ ଅପରାଧ ନିରାକରଣ ଶାଖା, ଆଇଜି ଏସ. ସାଇନିଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଏହି ମାମଲାର ପୁଙ୍ଖାନୁପୁଙ୍ଖ ତଦନ୍ତ କରାଯିବ। ଡ଼ିଏସପି ଇମାନ କଲ୍ୟାଣ ନାୟକଙ୍କ ସମେତ ଏକ ସ୍ୱତନ୍ତ୍ର ଟିମ ଏହି ମାମଲାର ତଦନ୍ତ କରିବେ ବୋଲି ରାଜ୍ୟ କ୍ରାଇମବ୍ରାଞ୍ଚ ପକ୍ଷରୁ ସୂଚନା ଦିଆଯାଇଛି। ଫକୀର ମୋହନ ସ୍ବୟଂଶାସତ ମହାବିଦ୍ୟାଳୟ ଛାତ୍ରୀ ମୃତ୍ୟୁ ଘଟଣା କ୍ରାଇମବ୍ରାଞ୍ଚ ତଦନ୍ତ କରିବ। କ୍ରାଇମବ୍ରାଞ୍ଚ ଡିଜିପି ବିନୟତୋଷ ମିଶ୍ରଙ୍କ ନିର୍ଦ୍ଦେଶ କ୍ରମେ ମହିଳା ଓ ଶିଶୁ ଅପରାଧ ନିରାକରଣ ଶାଖା, ଆଇଜି ଏସ. ସାଇନିଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଏହି ମାମଲାର ପୁଙ୍ଖାନୁପୁଙ୍ଖ ତଦନ୍ତ କରାଯିବ।
Politics,State
ଦ କୁଇଭର ବ୍ୟୁରୋ :- ବିଜେଡ଼ିକୁ ତାରି ଚାଲରେ ଫସେଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ନବୀନ ସରକାରରେ ପ୍ରତି ବିବାଦୀୟ ଅପରାଧ ମାମଲାକୁ କ୍ରାଇମବ୍ରାଞ୍ଚ ତଦନ୍ତ ଘୋଷଣା କରି ବିରୋଧୀଙ୍କୁ ଜବାବ ଦେଉଥିବା ବିଜେଡିକୁ ସେଇ କ୍ରାଇମବ୍ରାଞ୍ଚ ତଦନ୍ତରେ ଛନ୍ଦିଛନ୍ତି ମୋହନ । ଏଫଏମ କଲେଜ ଛାତ୍ରୀଙ୍କ ଆତ୍ମାହୁତି ଘଟଣାର ତଦନ୍ତ କ୍ରାଇମବ୍ରାଞ୍ଚକୁ ହସ୍ତାନ୍ତର କରିଛନ୍ତି ମୋହନ ।
ଏଫଏମ କଲେଜ ଛାତ୍ରୀଙ୍କ ଆତ୍ମହୁତି ମାମଲାକୁ ନେଇ ବିଜେଡି ଆକ୍ରାମକ ହୋଇଛି । ବନ୍ଦ ଡାକରା ଦେଇ ହୁଲୁସ୍ତୁଲ କରୁଛି । ବିଚାର ବିଭାଗୀୟ ତଦନ୍ତ ଦାବି କରୁଛି । ପୂରା ହାଙ୍ଗାମା କରୁଛି । ଏଭଳି ସ୍ଥିତିରେ ମୋହନ ସରକାର ବିଜେଡି ମୁହଁକୁ ଶକ୍ତ ଚାପୁଡ଼ାଟିଏ ମାରିଛନ୍ତି । ମନେ ପକାଇ ଦେଇଛନ୍ତି ନବୀନଙ୍କ ଏକଛତ୍ରବାଦ କଥା । ଏହିଠାରେ କହି ରଖୁଛୁ, ନବୀନ ସରକାରଙ୍କ ସମୟରେ ଅନେକ ବିବାଦୀୟ ଅପରାଧ ମାମଲା ହୋଇଥିଲା । ବିରୋଧୀ ବିଚାର ବିଭାଗୀୟ ଓ ସିବିଆଇ ତଦନ୍ତ ଦାବି କରନ୍ତି ।ଆନ୍ଦୋଳନ ବି କରନ୍ତି, ହେଲେ ନବୀନ କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦେଶ ଦେଇ ବିରୋଧୀଙ୍କୁ ଲଲିପପ ଧରାଇ ଦିଅନ୍ତି । ସେ ପିହୁ ହେଉ କି ପରୀ, କୁନ୍ଦୁଲି ହେଉ କି ବେବିନା... ସବୁ ମାମଲାରେ କ୍ରାଇମବ୍ରାଞ୍ଚକୁ ନେଇ ଆସିଛନ୍ତି । ଏପରିକି ନବ ଦାସ ହତ୍ୟା କାଣ୍ଡ ବି କ୍ରାଇମବ୍ରାଞ୍ଚ ତଦନ୍ତ କରିଥିଲେ ।
କ୍ରାଇମବ୍ରାଞ୍ଚକୁ ଢାଲ କରି ବିଜେଡି ସରକାର ଅନେକ ଅପରାଧ ମାମଲାରେ ଆଜି ବି ବିବାଦରେ ଛନ୍ଦି ହୋଇଛନ୍ତି । ଏବେ ଏଫଏମ ଛାତ୍ରୀ ସୌମ୍ୟାଶ୍ରୀଙ୍କ ଆତ୍ମାହୂତି କୁ ନେଇ ଚାଲିଛି ରାଜନୀତି । ବିଜେପି ସରକାରକୁ ଚାରିପଟୁ ଘେରି ଗଲେଣି । ଆଜି ବିଜେଡି ଘେରିଛି, କାଲି ରାସ୍ତାକୁ ଓଲ୍ହେଇବ କଂଗ୍ରେସ । ସବୁ ବନ୍ଦ କରିଦେବ । ଏଭଳି ସ୍ଥିତିରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ନେଇଛନ୍ତି ଏକ ଗୁରୁତ୍ୱ ପୂର୍ଣ୍ଣ ନିଷ୍ପତି ।
ବିଜେଡିର କ୍ରାଇମବ୍ରାଞ୍ଚ ଚାଲ ବିଜେଡି ଉପରେ ହିଁ ପକାଇଛନ୍ତି । ଘୋଷଣା କରିଛନ୍ତି ଏଫଏମ କଲେଜ ଛାତ୍ରୀଙ୍କ ଆତ୍ମାହୂତି ଘଟଣାର ତଦନ୍ତ କ୍ରାଇମ ବ୍ରାଞ୍ଚ କରିବ । ଏହାର ତଦନ୍ତ କରିବା ପାଇଁ ଡିଏସପିଙ୍କୁ ଦେଇଛନ୍ତି । ଏଣେ ମହିଳା ଥାନା IIC ତାଙ୍କୁ ସହଯୋଗ କରିବ । ଏବେ ମାମଲା କ୍ରାଇମବ୍ରାଞ୍ଚ ହାତକୁ ଗଲା । ତଦନ୍ତ ପରେ ଯାହା ହେବ । ସରକାର ଏବେ ସ୍ପଷ୍ଟ କଲେ ଯେ ସରକାର କଠୋର ପଦକ୍ଷେପ ନେଉଛନ୍ତି । ପୂର୍ବରୁ ଅଭିଯୁକ୍ତ ଆଧ୍ୟାପ ଓ ଅଧ୍ୟକ୍ଷଙ୍କୁ ଜେଲରେ ପୁରାଇ ସାରିଛନ୍ତି । ଏବେ କ୍ରାଇମବ୍ରାଞ୍ଚ ତଦନ୍ତ କରୁଛନ୍ତି । ଦେଖାଯାଉ ଏହି ମାମଲା ଆଗକୁ କି ରୂପ ନେଉଛି ?
State
ଦ କୁଇଭର ବ୍ୟୁରୋ :- ଭଙ୍ଗା ଦଦରା ଖୁଣ୍ଟି, ଛିଣ୍ଡା ଯୋଡ଼ା ତାରରେ ଚାଲିଛି ଟାଟା ପାୱାରର ବିଜୁଳି ଯୋଗାଣ । ଦରଦରା ବ୍ୟବସ୍ଥାରେ ବିଜୁଳି ଦେଇ ଭିଡୁଛି ପୁରା ବିଲ । ଟଙ୍କାଟିଏ ବି ବିଲ ଛାଡ଼ୁନି । ସେ ଗରିବ ହେଉ କି ଚାଷୀ ବିଲ ନ ଦେଲେ ସିଧା ତାର କଟ । ଭିର୍ତ୍ତିଭୂମି ନ ସଜାଡ଼ି ପଇସା ଆଦାୟ କରି ଦେଖାଉଛି ମାଫିଆ ଗିରି । ମନ୍ତ୍ରୀ ତ ମନ୍ତ୍ରୀ ପୁରା ସରକାରଟା ଟାଟା ଆଗରେ ବିକ୍ରି ହୋଇଯାଇଛି । ମୁଣ୍ଡ ବିକିଦେଲା ଭଳି ଗରିବଙ୍କ ଶୋଷଣକୁବି ଆଖିବୁଜି ଦେଉଛି । ଏଭଳି ସ୍ଥିତି ହେଉଛି ଟାଟାର ପୁରୀ ଜିଲା ବ୍ରହ୍ମଗିରି ଅଞ୍ଚଳରେ ।
ଟିକେ ନଜର ପକେଇବା ବ୍ରହ୍ମଗିରି ବିଜୁଳି ବ୍ୟବସ୍ଥା ଉପରେ । କିଭଳି ଭିର୍ତ୍ତିଭୂମିରେ ଟାଟା ଯୋଗାଉଛି ବିଜୁଳି । ବିଲ କମ ନେଉନି । ୟୁନୁଟି ଚାର୍ଜ ପ୍ରାୟ ପ୍ରତିବର୍ଷ ବଢୁଛି । ସବୁ ତ ନେଲା, ସେବା ଯୋଗେଇଲା ବେଳକୁ କୁନ୍ଥଉଛି ଟାଟା । ଅନେକ ଜାଗାରେ ସୋଇପଡିଲାଣି ଖୁଣ୍ଟି । କେଉଁଠି ବଙ୍କୀ ଯାଇଛି ତ ଆଉ କେଉଁଠି ଅଧା ଖାଇ ଗଲାଣି ଖୁଣ୍ଟ । ତାର ଓହଳି ରହୁଛି । କେତେବେଳେ ଛିଣ୍ଡୁଛି, କେତେବେଳେ ଚାଷ ଜମିରେ ପଡ଼ି ରହୁଛି କେହି କହିପାରିବେ ନାହିଁ । କେଉଁଠି ଚାଷୀ ମଲାଣି ତ ଆଉ କେଉଁଠି ରାସ୍ତାରେ ଜାଉଥୁବା ଲୋକଙ୍କ ଉପରେ ଛିଣ୍ଡି ପଡ଼ିଲାଣି ତାର ।
ଏମିତି ଘଟକୁଡି ଗ୍ରାମର ଜଣେ ବାଇକ ଆରୋହୀଙ୍କ ଉପରେ ବିଜୁଳି ତାର ଛିଣ୍ଡି ପଡ଼ିବାରୁ ତାଙ୍କ ଜୀବନ ବିପଦରେ । ସୂଚନା ଅନୁସାରେ ଘଟକୁଡି ଗ୍ରାମର ବିଜୟ ମହାପାତ୍ର ପ୍ରତିଦିନ ଭଳି ଗନ୍ତବ୍ୟ ସ୍ଥଳରୁ ନିଜ କାର୍ଯ୍ୟସାରି ବାଇକ ଯୋଗେ ଘରକୁ ଫେରୁଥିଲେ । ହଠାତ ଗଉଡ଼ିଆଘାଇ ନିକଟରେ ତାଙ୍କ ଉପରେ ବିଜୁଳି ତାର ଛିଣ୍ଡି ପଡିଥିଲା । ବିଦ୍ୟୁତ ସଂସ୍ପର୍ଶରେ ଆସି ରାସ୍ତା ତଳକୁ ଛିଟିକି ପଡ଼ିଥିଲେ ବିଜୟ । ସ୍ଥାନୀୟ ଲୋକଙ୍କ ସହାୟତାରେ ଉଦ୍ଧାର ହୋଇ ବିଜୟଙ୍କୁ ରେବଣା ନୂଆଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା । ତାଙ୍କ ଗୋଡ଼ ଓ ହାତରେ ଗୁରୁତର ଇଞ୍ଜୁଡ଼ ହେବାସହ ମେରୁଦଣ୍ଡରେ ଗଭୀର ଆଘାତ ଲାଗିଥିବା ଦେଖିବାକୁ ମିଳିଥିଲା । ଏ ନେଇ ବିଦ୍ୟୁତ ବିଭାଗକୁ ଜଣାଇଥିଲେ ଗ୍ରାମବାସୀ । ମାତ୍ର ଆଶ୍ଚର୍ଯ୍ୟର କଥା କର୍ମଚାରୀ ମାନେ ଘଟଣାସ୍ଥଳକୁ ଯାଇ ମରାମତି କାର୍ଯ୍ୟ ସାରି ଫେରିଥିଲେ ସିନା ମେଡିକାଲକୁ ଲାଗିରହିଥିବା ବିଦ୍ୟୁତ କାର୍ଯ୍ୟାଳୟର କୌଣସି ବି ଅଧିକାରୀ ଦୀର୍ଘ ୪ଘଣ୍ଟା ପର୍ଯ୍ୟନ୍ତ ପହଞ୍ଚି ନଥିଲେ ବିଜୟଙ୍କ ପାଖରେ ।
କେବଳ ଏହି ଗୋଟେ ଘଟଣା ନୁହେଁ । ଏହାପୂର୍ବରୁ ସତ୍ୟବାଦୀରେ ବି ଦୁଇଜଣଙ୍କ ଜୀବନ ଯାଇଛି । ଅବହେଳା ହେଉଛି ଟାଟାର, ଭିର୍ତ୍ତିଭୂମି ସଜାଡୁନି । ଅସଜଡ଼ା ଭିର୍ତ୍ତିଭୂମିକୁ ନେଇ ପଇସା ଆଦାୟ କରିଚାଲିଛି । ଟାଟା ଲାଭ ତ କଲାନି କିନ୍ତୁ ତା ସହ ଦୁର୍ବଳ ଭିର୍ତ୍ତିଭୂମିରେ ଲୋକଙ୍କୁ ମାରୁଛି । ଲୋକଙ୍କ ଜୀବନ ନେଇ ଲାଭ କରୁଛି ଟାଟା । ଆଉ ବିଭାଗୀୟ ମନ୍ତ୍ରୀ, ଅଫିସର ଏବଂ ସରକାର ବି ଟାଟା ଆଗରେ ଚୁପ । ପ୍ରଶ୍ନ ବି କରୁନାହାନ୍ତି ଭିର୍ତ୍ତିଭୂମି କେବେ ସଜାଡ଼ିବ । ଖାଲି ସହରାଞ୍ଚଳରେ ସଜାଡ଼ି ଦେଲେ ହେବ ନାହିଁ, ସହରର ତଳି ଅଞ୍ଚଳ ବି ବଡ଼ ଅବ୍ୟବସ୍ଥାରେ ଅଛି । ଗାଁ କଥା ତ ନ କହିଲେ ଭଲ । ଏଭଳି ସ୍ଥିତି ଶକ୍ତିମନ୍ତ୍ରୀଙ୍କ ଆଖିକୁ ଦେଖାଯିବ ନାହିଁ । ଶକ୍ତିମନ୍ତ୍ରୀ କେବଳ ଦେଖିବେ ବିଜୁଳି ବିଲ କେମିତି ଜଲ୍ଦୀ ଆଦାୟ ହେବ ଆଉ ଟାଟା ଭଲ ଦି ପଇସା ଆୟ କରିବ ।
ଟ୍ରାନ୍ସଫର୍ମର ଅବସ୍ଥା ତ ବଡ଼ ଦୟନୀୟ । ନା ଚାରିପଟେ ଅଛି କିଛି ବାଡ଼ ନା ଅଛି ଆକଟ । କେତେବେଳେ ଗାଈ ଲାଗିଯାଉଛି ତ ଆଉ କେତେବେଳେ ଆଉ କିଏ । ଏଭଳି ସ୍ଥିତିକୁ ସମ୍ଭାଳିବା ପାଇଁ ଟାଟା ପାଖରେ କାଳେ ଟଙ୍କା ନାହିଁ । ଏପଟେ ଟାଟାର ବାଲାନ୍ସ ସିଟି କହୁଛି ଯେ ଟାଟା ପାୱାର ଓଡ଼ିଶାରେ ଲାଭ କଲାଣି । ଲାଭ ନେଇ ନିଜ ପକେଟରେ ମାଡି ଦେଇ ଓଡ଼ିଶା ଲୋକଙ୍କ ଜୀବନ ନେଉଥିବା ଟାଟା ବିରୁଦ୍ଧରେ ସରକାର ପଦକ୍ଷେପ ନ ନେଲେ ଆଗକୁ ସରକାରଙ୍କ ବିରୁଦ୍ଧରେ ତେଜିବ ଆନ୍ଦୋଳନ ।
State
ବ୍ରହ୍ମପୁର( ଦ କୁଇଭର ):- ଗଞ୍ଜାମ ଜିଲ୍ଲା ଆଥଲେଟିକ୍ ଆସୋସିଏସନ୍ ପକ୍ଷରୁ ୧୬/୦୭/୨୦୨୫ ରୁ ୨୩/୦୭/୨୦୨୫ ପର୍ଯ୍ୟନ୍ତ ମହାତ୍ମା ଗାନ୍ଧୀ ଷ୍ଟାଡିୟମ, ବ୍ରହ୍ମପୁର ରେ ପ୍ରତିଷ୍ଠିତ ବରିଷ୍ଠ ପୁରୁଷ ଆନ୍ତଃ ଜିଲ୍ଲା ଫୁଟବଲ୍ ଚାମ୍ପିଅନସିପ୍ "ସାହାନି କପ୍- ୨୦୨୫" ଆୟୋଜନ ହେବାକୁ ଯାଉଛି। ଏହି ପରିପ୍ରେକ୍ଷୀରେ ସୋମବାର ଅପରାହ୍ନ ୪.୦୦ ଟାରେ ବ୍ରହ୍ମପୁର ମହାତ୍ମା ଗାନ୍ଧୀ ଷ୍ଟାଡିୟମର ସମ୍ମିଳନୀ କକ୍ଷରେ ଏକ ସାମ୍ବାଦିକ ବୈଠକ ଅନୁଷ୍ଠିତ ହୋଇଯାଇଛି l ଏହି ଟୁର୍ଣ୍ଣାମେଣ୍ଟ ଦୁଇଟି ଗ୍ରୁପ ଯଥା ଗ୍ରୁପ A ଏବଂ ଗ୍ରୁପ B ଭାବରେ ବିଭକ୍ତ କରାଯାଇଛି l ଗ୍ରୁପ A ରେ ୪ ଟି ଜିଲ୍ଲା ଅଂଶଗ୍ରହଣ କରିଥିବାବେଳେ ଗ୍ରୁପ B ରେ ୪ ଟି ଜିଲ୍ଲା ଅଂଶଗ୍ରହଣ କରିଛନ୍ତି l ସେହିପରି ୧୬ ଜୁଲାଇ ରୁ ଆରମ୍ଭ ହୋଈ ୨୧ ଜୁଲାଇ ପର୍ଯ୍ୟନ୍ତ ହେବାକୁ ଥିବା ଏହି ଟୁର୍ନାମେଣ୍ଟ ରେ ପ୍ରତ୍ୟେକ ଦିନ ଦୁଇଟି ଜିଲ୍ଲା ମଧ୍ୟରେ ଖେଳ ଖେଳାଯିବ ଏବଂ ୨୩ ଜୁଲାଇ ଦିନ ଫାଇନାଲ ଫଳାଫଳ ଘୋଷଣା ହେବା ସହ ବିଜେତା ଟିମ ଙ୍କୁ ପୁରସ୍କୃତ କରାଯିବ l ଏ ତମାମ ବିଷୟରେ ଆଲୋଚନା ହେବା ସହ ଆଜିର ବୈଠକରେ ଟୁର୍ନାମେଣ୍ଟ ର ଜେନେରାଲ ସେକ୍ରେଟାରୀ j କାମେଶ୍ୱର ରାଓ, ତାରିଣୀ ସାମନ୍ତରାୟ,କେଦାରନାଥ ଚୌଧୁରୀ, ଦୁର୍ଗା ପଟ୍ଟନାୟକ, D ବାବୁ ରାଓ, ପ୍ରମୋଦ ମହାରଣା, ଆସିଷ୍ଟାଣ୍ଟ ସେକ୍ରେଟାରୀ ଫୁଟବଲ G ମନ୍ମଥ ବାବୁ, D ଆପା ରାଓ,j ବାପି ପାତ୍ର, ମେଚ କମିଶନର ସୁଜିତ କୁମାର ପାତ୍ର,ଡମ୍ବୁରୁଧର ଗନ୍ତାୟତ ଏବଂ ରାଜେନ୍ଦ୍ର ଗନ୍ତାୟତ ପ୍ରମୁଖ ଉପସ୍ଥିତ ରହିଥିଲେ l
Health & lifestyle,State
ବ୍ରହ୍ମପୁର ( ଦ କୁଇଭର ):- ବ୍ରହ୍ମପୁର ଏମକେସିଜି ବଡ ଡାକ୍ତର ଖାନା ର ପ୍ଲାଷ୍ଟିକ ସର୍ଜରୀ ବିଭାଗ ତରଫରୁ ମଙ୍ଗଳବାର ବିଶ୍ଵ ପ୍ଲାଷ୍ଟିକ ସର୍ଜରୀ ଦିବସ ପାଳିତ ହୋଇଯାଇଛି। ବିଭାଗୀୟ ମୁଖ୍ୟ ପ୍ରଫେସର ପ୍ରୁଥିରାଜ୍ ସିଂହ ଙ୍କ ଅଧ୍ୟକ୍ଷତାରେ ପ୍ରଥମେ ଏକ ସଚେତନତା ରାଲି ବାହାରି ମେଡିକାଲ ଅଞ୍ଚଳ ପରିକ୍ରମା କରି ଚିକିତ୍ସା କ୍ଷେତ୍ରରେ ପ୍ଲାଷ୍ଟିକ ସର୍ଜରୀ ର ଆବଶ୍ୟକତା ନେଇ ଜନସାଧାରଣଙ୍କୁ ଅବଗତ କରାଯାଇଥିଲା । ଏହି ଅବସରରେ ବିଭାଗ ସମ୍ମିଳନୀ କକ୍ଷରେ ଏକ ଆଲୋଚନା ଚକ୍ର ଆୟୋଜିତ ହୋଇଥିଲା । ଏଠାରେ ପ୍ଲାଷ୍ଟିକ ସର୍ଜରୀ ଦିବସ ସମ୍ପର୍କ ରେ ବିଭାଗୀୟ ମୂଖ୍ୟ ପ୍ରଫେସର ସିଂହ ଆଲୋକପାତ କରିଥିଲେ । ଏହି ଦିବସ ଉପଲକ୍ଷେ କେକ କଟା ଯାଇଥିଲା। ଅନ୍ୟ ମାନଙ୍କ ମଧ୍ୟରେ ସହକାରୀ ପ୍ରଫେସର ତନ୍ମୟ କୁମାର ମହାପାତ୍ର, ଡ଼ା ଜସ୍ମିନ କୁମାର୍ ପାଣିଗ୍ରାହୀ, ଡ଼ା ଶିବରାମ କ୍ରିଷ୍ଣା , ଡ଼ା ଜ୍ୟୋତି ରଞ୍ଜନ ପ୍ରଧାନ ଡ଼ା ଲିପ୍ସା ସ୍ୱାଇଁ , ଡ଼ା ପ୍ରେମ୍ ପ୍ରକାଶ, ଡ଼ା ଜ୍ୟୋତିଶି ଙ୍କ ସମେତ ବହୁ ଡାକ୍ତର ଛାତ୍ରଛାତ୍ରୀ, ସେବିକା ଅନ୍ୟାନ୍ୟ କର୍ମଚାରୀ ଉପସ୍ଥିତ ଥିଲେ । ସୂଚନା ଯୋଗ୍ୟ ପ୍ଲାଷ୍ଟିକ ସର୍ଜରୀ ବିଭାଗରେ ବହୁ ଗୁରୁତ୍ଵ ପୂର୍ଣ୍ଣ ଅସ୍ତ୍ରୋପଚାର କରାଯାଉଛି । ଗ୍ରହଣ ଖଣ୍ଡିଆ, ସ୍ତନ କର୍କଟ, ମୁଖ ରୋଗ କର୍କଟ ଚିକିତ୍ସା, ଦୁର୍ଘଟଣା ଜନିତ କ୍ଷତ , ମୁଖ ରେ ଲୋମ ଉଠିବା, ଏପରି ବହୁ ଜଟିଳ ଅସ୍ତ୍ରୋପଚାର କରାଯାଉଛି । ପ୍ରତ୍ୟେକ ଜନସାଧାରଣ ଏହାର ସୁଯୋଗ ନେବାକୁ କୁହାଯାଇଥିଲା।
State
ବ୍ରହ୍ମପୁର ( ଦ କୁଇଭର ):- ବାଲେଶ୍ୱର ଫକିରମୋହନ ସ୍ୱୟଂଶାସିତ ମହାବିଦ୍ୟାଳୟର ଛାତ୍ରୀ ତାଙ୍କ ଉପରେ ଘଟୁଥିବା ଅନ୍ୟାୟ ଓ ଅବଞ୍ଛନୀୟ ଆଚରଣ ବିରୋଧରେ ନ୍ୟାୟ ଦାବି କରି ଆତ୍ମହୁତି କରିଥିବା ଘଟଣା ଦୁଃଖଦ, ନିନ୍ଦନୀୟ ଓ ରାଜ୍ୟର ଶିକ୍ଷା, ଶାସନ ଓ ନ୍ୟାୟ ବ୍ୟବସ୍ଥା ଉପରେ ଗମ୍ଭୀର ପ୍ରଶ୍ନ ଉଠାଉଛି।ଏହି ଘଟଣା ବିରୋଧରେ ଗଞ୍ଜାମ ଯୁବ କଂଗ୍ରେସ ତରଫରୁ ଜୋରଦାର ପ୍ରତିବାଦ ଆନ୍ଦୋଳନ ଅନୁଷ୍ଠିତ ହୋଈଛି। ଏହି ଆନ୍ଦୋଳନର ଅଂଶ ଭାବେ ମଙ୍ଗଳବାର ଖଲ୍ଲିକୋଟ ବିଶ୍ୱବିଦ୍ୟାଳୟ ପ୍ରାଙ୍ଗଣରେ ଏକ ଉଦ୍ବୋଧନୀ ସଭା ଅନୁଷ୍ଠିତ ହୋଇଥିଲା। ପରେ ଯୁବ କଂଗ୍ରେସ କାର୍ଯ୍ୟକର୍ତ୍ତାମାନେ ଏକ ଶାନ୍ତିପୂର୍ଣ୍ଣ ରାଲି ନେଇ ଛାତ୍ରପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟକୁ ଗଲେ ଓ ଦାବିପତ୍ର ପ୍ରଦାନ କରିଥିଲେ। ଘଟଣାର ତ୍ୱରିତ ଓ ନିଷ୍ପକ୍ଷ ତଦନ୍ତ,ଦୋଷୀଙ୍କ ବିରୋଧରେ ଦୃଢ଼ ଆଇନଗତ କାର୍ଯ୍ୟାନୁଷ୍ଠାନ, ପୀଡିତାଙ୍କ ପରିବାର ପାଇଁ ଅର୍ଥିକ ସହାୟତା ଓ ପୁନଃସ୍ଥାପନ ସମର୍ଥନ ଓ ରାଜ୍ୟରେ ଶିକ୍ଷା ସଂସ୍ଥାନରେ ଶିଶୁ-ନାରୀ ସୁରକ୍ଷା ପାଇଁ ସୁଦୃଢ଼ ନିତି ଓ ଆଇନ ନିର୍ମାଣ କରିବା ପାଇଁ ଯୁବ ଓ ଛାତ୍ର କଂଗ୍ରେସ ଦାବି କରିଛନ୍ତି l
ଯୁବ କଂଗ୍ରେସ ଅଧ୍ୟକ୍ଷ ବିକାଶ ନାୟକ କହିଛନ୍ତି ଯେ,ବିଜେପି ନେତୃତ୍ୱରେ ରାଜ୍ୟ ସରକାର ଏକ ରିମୋଟ କଣ୍ଠେଇ ସରକାର ଭାବରେ ଚାଲିଛି। ମୁଖ୍ୟମନ୍ତ୍ରୀ ମୋହନ ମାଝି ନାମମାତ୍ର ମୁଖ୍ୟମନ୍ତ୍ରୀ ଭାବରେ ଅଛନ୍ତି, ଯେଉଁଠାରେ ମନ୍ତ୍ରୀମାନେ ଅନେକ ଅନୁଚିତ ଅର୍ଥସଂଗ୍ରହ କାର୍ଯ୍ୟରେ ଲିପ୍ତ ଓ ପୋଲିସ ନୀରବ ଦର୍ଶକ ସାଜିଛନ୍ତି l ସେ ଏହା ମଧ୍ୟ କହିଛନ୍ତି ଗଞ୍ଜାମ ଓ ବ୍ରହ୍ମପୁର ଅଞ୍ଚଳରେ ବଢ଼ୁଥିବା ଅପରାଧ ଦର ଏହି ଅବ୍ୟବସ୍ଥାକୁ ସ୍ପଷ୍ଟ କରୁଛି l ବ୍ରହ୍ମପୁର ଓ ଗୋପାଳପୁର ବିଧାୟକ ଓ ତାଙ୍କ ନେତାମାନେ ଅପରାଧୀମାନଙ୍କ ସହ ଘନିଷ୍ଠ ସମ୍ପର୍କ ରଖିଛନ୍ତି ଓ ପୋଲିସ ସେମାନଙ୍କୁ ସୁରକ୍ଷା ଦେଉଛି। ବାଲି, ଖଣି ଓ ଅନ୍ୟାନ୍ୟ ଅସାମାଜିକ କାର୍ଯ୍ୟରେ ସେମାନେ ଲିପ୍ତ ଥିବାର ଦାବି ମଧ୍ୟ କରାଯାଇଛି। ବ୍ରହ୍ମପୁର ସାଂସଦଙ୍କ ନାଁ ଉଠାଇ ସେ କହିଛନ୍ତି ଯେ ସେ ଏହି ସବୁ ପଛର ନିର୍ଦ୍ଦେଶକ ବୋଲି କଡା ଭାଷାରେ ବର୍ତମାନର ସରକାରଙ୍କୁ ନିନ୍ଦା କରିଛନ୍ତି l
ଏହି କାର୍ଯ୍ୟକ୍ରମରେ ଛାତ୍ର ନେତା ନରେଶ ଘଡେ଼ଇ, ଅତିଶ ଦଳେଇ, ଜିତେନ୍ଦ୍ର ଘଡେ଼ଇ, ନୀଳମାଧବ ସାହୁ (ଭବାନୀ), ରୁଦ୍ର ପ୍ରସାଦ ଖଟୁଆ ଓ ଅନ୍ୟାନ୍ୟ ଯୁବ ଓ ଛାତ୍ରମାନେ ଯୋଗଦାନ କରିଥିଲେ ।
State
କୁକୁଡାଖଣ୍ଡି( ଦ କୁଇଭର ):- ଆଜି ସାରା ଓମଫେଡ୍ କର୍ମଚାରୀଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ ଡାକରା । କୁକୁଡାଖଣ୍ଡି ବ୍ଲକ ଅନ୍ତର୍ଗତ ଅଙ୍କୁଶପୁର ଓମଫେଡ୍ ଡେରି ରେ କାର୍ଯ୍ୟରତ କର୍ମଚାରୀ ସ୍ଥାୟୀ ନିଯୁକ୍ତି ଦାବି ନେଇ ଧାରଣାରେ ବସିଛନ୍ତି ,ଦାବି ପୂରଣ ନହେଲେ ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଆନ୍ଦୋଳନ ଜାରି ରଖିବେ ଓମଫେଡ୍ ସଭାପତି ଦାଶରଥି ସେଠି କହିଛନ୍ତି । ଦୀର୍ଘ ୨୫ ବର୍ଷ ହେଲାଣି କର୍ମଚାରୀ ମାନେ ନିଜର କାର୍ଯ୍ୟ ଓ କୌଶଳ ଦକ୍ଷତାରେ ଓମଫେଡ୍ ଡେରିରେ କାର୍ଯ୍ୟକରୁଛନ୍ତି । କିନ୍ତୁ ଏ ପର୍ଯ୍ୟନ୍ତ ହୋଇନି ସ୍ଥାୟୀ ନିଯୁକ୍ତି, ଅଣକୁଶଳୀ ଶ୍ରମିକଙ୍କ ପରି ମଜୁରୀ ପାଇ ଅସନ୍ତୋଷ ପ୍ରକାଶ କରିଛନ୍ତି କର୍ମଚାରୀ । ସରକାର ଘୋଷଣା କରିଥିବା ସର୍ବନିମ୍ନ ମଜୁରୀ ପ୍ରଦାନ କରୁନି ଓମଫେଡ୍ ବୋଲି କହିଛନ୍ତି କର୍ମଚାରୀ ମାନେ । ସାରା ଓଡ଼ିଶାରେ ପ୍ରାୟ ୨୦୦ ରୁ ଅଧିକ ନିଯୁକ୍ତି ଓମଫେଡ୍ ରେ ଖାଲି ଅଛି କିନ୍ତୁ ତାହା ପୂରଣ ହେଉନି । ଶ୍ରମିକଙ୍କ କାର୍ଯ୍ୟ ଦକ୍ଷତା ଅନୁଯାଇ ତାଙ୍କୁ ସ୍ଥାୟୀ ନିଯୁକ୍ତିରେ ସାମିଲ କରି ଖାଲି ପଦବୀକୁ ପୂରଣ କରାଗଲେ କିଛି କର୍ମଚାରୀ ଉପକୃତ ହୋଇପାରିବେ । ବାରମ୍ବାର କାର୍ଯ୍ୟ ବନ୍ଦ କରି ଦାବି କରିଆସୁଛନ୍ତି କର୍ମଚାରୀ କିନ୍ତୁ ଫଳ ଶୂନ l ତେଣୁ ଆଜିଠୁ ସାରା ଓଡିଶାରେ ଓମଫେଡ କର୍ମଚାରୀ ସଂଘ ନିଜର ଦାବି ଜଣାଇ ଅନିର୍ଦ୍ଧିଷ୍ଟ କାଳ ପର୍ୟ୍ୟନ୍ତ କାର୍ଯ୍ୟବନ୍ଦ ଡାକରା ଦେଇଥିବା ବେଳେ ଆଙ୍କୁଶପୁର ଓମଫେଡ ଅଫିସ ଆଗର ଧର୍ମଘଟ କରିଥିଲେ କର୍ମଚାରୀ l ଏ ଅବସରରେ ସମ୍ପାଦକ ସତୀଶ ମିଶ୍ର, କୋଷାଧକ୍ଷ କାଁହୁ ମହାରଣା, ଉପସଭାପତି ସନ୍ତୋଷ ପାଣିଗ୍ରାହୀ, ସହ ସମ୍ପାଦକ ଗୁରୁ ନାଥ ରାଉଳ ସମେତ ଅରୁଣ ସାହୁ, ନିଲୁ ସେଠି, ହେମନ୍ତ ମହାରଣା, ବବିତା ଗୌଡ଼, ନାଗଭୂଷଣ ଶତପଥି ସମେତ ବହୁ କାର୍ଯ୍ୟକାରୀ ସଭ୍ୟ ମାନେ ଉପସ୍ଥିତ ଥିଲେ l
State,Politics
ବାଲେଶ୍ୱର( ଦ କୁଇଭର ) :- ଫକୀରମୋହନ ସ୍ୱୟଂ ଶାସିତ ମହାବିଦ୍ୟାଳୟ ଘଟଣା ଦିନକୁ ଦିନ ଜଟିଳ ହେଉଛି । ଯାହା ଉପରକୁ ଦୋଷ ଯାଉଛି ସେ ଦୋଷ ଖସେଇ ଦେଉଛି ଅନ୍ୟ ମୁଣ୍ଡକୁ । ଏବେ ବାଲେଶ୍ୱର ଏମପି ପ୍ରତାପ ଷଡ଼ଙ୍ଗୀ ଓରଫ ନନା, ବାଲେଶ୍ୱର ଏସପିଙ୍କୁ ଟାଣି ଆଣିଛନ୍ତି ବିବାଦକୁ । ବିଜେଡ଼ି ଯେତେବେଳେ ପ୍ରତାପ ଷଡ଼ଙ୍ଗୀଙ୍କୁ ଏହି ଦଲଦଲ ଭିତରକୁ ଟାଣି ଥିଲା, ସେତେବେଳେ ନନା ନିଜ ଉପରୁ ଦୋଷ ଖସେଇ ଦେଇଛନ୍ତି ଏସପିଙ୍କ ଉପରକୁ । ଏବେ ଏସପି ଆସିଲେଣି ବିବାଦକୁ ।
ଘଟଣା ହେଉଛି ଛାତ୍ରୀ ଜଣଙ୍କ ତାଙ୍କ ପ୍ରତି ହୋଇଥିବା ନିର୍ଯ୍ୟାତନା ସମ୍ପର୍କରେ ପ୍ରତାପ ଷଡ଼ଙ୍ଗୀକୁ ଜଣାଇଥିଲେ । ପ୍ରତାପ ଷଡ଼ଙ୍ଗୀ ନିରବ ରହିଲେ ବୋଲି ବିଜେଡ଼ି ଅଭିଯୋଗ କରିଛି । ଫଳରେ ଛାତ୍ରୀଙ୍କୁ ନ୍ୟାୟ ମିଳିପାରିଲା ନାହିଁ । ନନାଙ୍କୁ ଦାୟିତ୍ୱହୀନ ବୋଲି ବିଜେଡ଼ି କହିବା ପରେ ନନା ପୁରା ରାଗିପାଚି ଲାଲ । ସିଧା ସଳଖ ଚ୍ୟାଲେଞ୍ଜ କରିଛନ୍ତି । ଯଦି କାହାର ଦମ ଅଛି ମୋ ସାଙ୍ଗରେ ତର୍କ କର । ମୁଁ ଦୁଃଖ ପ୍ରକାଶ କରୁଛି ଛାତ୍ରୀଙ୍କ ଅବସ୍ଥା ପାଇଁ । କିନ୍ତୁ ମୁଁ ଦାୟିତ୍ୱହୀନ କାମ କରିନାହିଁ । କୌଣସି ଅଭିଯୋଗ ପାଇଲା ପରେ ଏମପି ଓ ବିଧାୟକ ଯାଇ ଅଭିଯୁକ୍ତଙ୍କୁ ଗିରଫ କରିବେ ନାହିଁ । ସେଥିପାଇଁ ପୋଲିସ ଅଛି, ବ୍ୟବସ୍ଥା ଅଛି । ଏମପି ଓ ବିଧାୟକ ମାନେ ପୋଲିସକୁ କହିବେ, ସେଥିପାଇଁ ମୁଁ ବାଲେଶ୍ୱର ଏସପିଙ୍କୁ ଏହାଉପରେ ପଦକ୍ଷେପ ନେବାକୁ କହିଥିଲି । ଏତିକି କହିଦେଇ ନନା ସିଧା ସଳଖ ବାଲେଶ୍ୱର ଏସପିଙ୍କୁ ବିବାଦୀୟ କରିଦେଇଛନ୍ତି ।
ଯଦି ଏମପି ଏସପିଙ୍କୁ ଜଣାଇଥିଲେ ଏହି ପ୍ରସଙ୍ଗରେ, ତାହେଲେ ଏସପି କାହିଁକି ନିରବ ଥିଲେ ? କାହିଁକି ଏହି ଘଟଣାର ଉଚ୍ଚ ସ୍ଥରୀୟ ତଦନ୍ତ କରିନଥିଲେ ? କାହିଁକି ପୋଲିସ ଆକ୍ସନ ନେଇନଥିଲା ? ଏହି ପ୍ରସଙ୍ଗ ପାଇଁ ଏସପିଙ୍କୁ କାହିଁକି ନିଲମ୍ବନ କରା ନ ଯିବ ? ସେ ପ୍ରଶ୍ନ ଏବେ ଉଠିଲାଣି । ଦେଖାଯାଉ ସରକାର ଏମପିଙ୍କ କଥା ଅନୁସାରେ ଏସପିଙ୍କୁ ଦଣ୍ଡ ଦେଉଛନ୍ତି ନା ନନାଙ୍କ କଥାକୁ ବେଖାତିର କରି ଘଟଣା ଉପରେ ପରଦା ପକାଇ ଦେଉଛନ୍ତି ?
State
ବ୍ରହ୍ମପୁର ( ଦ କୁଇଭର ):- ଅନ୍ତଃ ଜିଲ୍ଲା ବାଇକ ଲୁଟେରାକୁ କାବୁ କରିଲା ବ୍ରହ୍ମପୁର ଟାଉନ ପୁଲିସ. ୬ ଲୁଟେରାଙ୍କୁ ଗିରଫ କରିବା ସହ ୧୦ ଟି ବାଇକକୁ ପୁଲିସ ଉଦ୍ଧାର କରିଥିବା ସୂଚନା ଦେଇଛନ୍ତି ବ୍ରହ୍ମପୁର ଏସ. ପି. ଉଦ୍ଧାର ହୋଇଥିବା ୧୦ଟି ମୋଟର ସାଇକେଲ ମଧ୍ୟରୁ ୭ଟି ମୋଟର ସାଇକେଲ ସମ୍ପର୍କରେ ବ୍ରହ୍ମପୁର ପୋଲିସ ଜିଲ୍ଲାର ବିଭିନ୍ନ ଥାନାରେ ମାମଲା ରୁଜୁ ହୋଇଛି। ଅଭିଯୁକ୍ତମାନେ ୩ଟି ମୋଟର ସାଇକେଲରୁ ଇଞ୍ଜିନ କିମ୍ବା ଚେସିସ ନମ୍ବର ଲିଭାଇ ଦେଇଛନ୍ତି। ବାକି ବାଇକ୍ଗୁଡ଼ିକର ମାଲିକାନା ନିର୍ଣ୍ଣୟ କରାଯାଉଛି। ସମସ୍ତ ଅଭିଯୁକ୍ତ ଏକ ସଂଗଠିତ ଗ୍ୟାଙ୍ଗରେ କାମ କରୁଥିଲେ। ଏହି ଗ୍ୟାଙ୍ଗର ଅନ୍ୟ ସଦସ୍ୟମାନଙ୍କୁ ପୁଲିସ ଖୋଜୁଛି। ସମସ୍ତ ୬ ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇ ଆଜି କୋର୍ଟ ଚାଲାଣ କରିଛି ପୁଲିସ। ମୋଟର ସାଇକେଲ ଚୋରି ଗ୍ୟାଙ୍ଗରେ ଥିବା ଅନ୍ୟ ଅଭିଯୁକ୍ତମାନଙ୍କୁ ଚିହ୍ନଟ କରିବା ପାଇଁ ଅଧିକ ତଦନ୍ତ ଚାଲିଥିବା ଏସ. ପି ସୂଚନା ଦେଇଛନ୍ତି।
State
ବ୍ରହ୍ମପୁର ( ଦ କୁଇଭର ):- ଭାରତର ସମସ୍ତ ହାଇକୋର୍ଟ, ଜିଲ୍ଲା କୋର୍ଟ,ତାଲୁକ କୋର୍ଟଗୁଡିକରେ ପଡ଼ି ରହିଥିବା ମାମଲାଗୁଡ଼ିକର ସମାଧାନ ପାଇଁ ୯୦ ଦିନିଆ 'ଦେଶ ପାଇଁ ମଧ୍ୟସ୍ଥତା' କାର୍ଯ୍ୟକ୍ରମକୁ ସଫଳ ରୂପେ ସମାଧାନ କରିବା ଉଦ୍ଦେଶ୍ୟରେ ଏକ ପ୍ରସ୍ତୁତି ବୈଠକ ଜାତୀୟ ଆଇନ୍ ସେବା ପ୍ରାଧୀକରଣ, ନୂଆଦିଲ୍ଲୀ ଏବଂ ଓଡ଼ିଶା ରାଜ୍ୟ ଆଇନ୍ ସେବା ପ୍ରାଧିକରଣ କଟକଙ୍କ ନିର୍ଦ୍ଦେଶକ୍ରମେ ଗଞ୍ଜାମ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ଅଧ୍ୟକ୍ଷା ତଥା ଜିଲ୍ଲା ଓ ଦୌରା ଜଜ ଡ଼ା ଭାଗ୍ୟଲଷ୍ମୀ ରଥଙ୍କ ନିର୍ଦ୍ଦେଶ କ୍ରମେ ସଚିବ ଦେବଶ୍ରୀ ସାହୁଙ୍କ ପରିଚାଳନାରେ ସୋମବାର ରିଜିଓନାଲ ଜୁଡ଼ିସିଆଲ ଏକାଡେମୀର ଟ୍ରେନିଂ ହଲରେ ଅନୁଷ୍ଠିତ ହୋଇଯାଇଛି l
'ଦେଶ ପାଇଁ ମଧ୍ୟସ୍ଥତା ' ଅଭିଯାନ ୧ ଜୁଲାଇ ୨୦୨୫ ରୁ ୩୦ ସେପ୍ଟେମ୍ବର ୨୦୨୫ ପର୍ଯ୍ୟନ୍ତ ଚାଲୁ ରହିବ । ମଧ୍ୟସ୍ଥତା ହେଉଛି ବିବାଦ ସମାଧାନର ଏକ ବିକଳ୍ପ ବ୍ୟବସ୍ଥା, ଯେଉଁଥିରେ କି ଉଭୟ ପକ୍ଷ ମଧ୍ୟସ୍ଥଙ୍କ ସହାୟତାରେ ସେମାନଙ୍କର ବିବାଦକୁ କମ ଖର୍ଚ୍ଚରେ ଏବଂ ଅଳ୍ପ ସମୟରେ ସମାଧାନ କରିପାରିବେ । ମଧ୍ୟସ୍ଥତାଦ୍ୱାରା ମାମଲାଟି ସମାଧାନ ହୋଇଗଲେ ଦାୟର ହୋଇଥିବା କୋର୍ଟ ଫି ଫେରସ୍ତ ଦିଆଯିବାର ବ୍ୟବସ୍ଥା ମଧ୍ୟ ରହିଛି l
ଏହି ମଧ୍ୟସ୍ଥତା ଅଭିଯାନରେ ବୈବାହିକ ବିବାଦ ମାମଲା,ଦୁର୍ଘଟଣା ଦାବି ମାମଲା,ଘରୋଇ ହିଂସା ମାମଲା, ଚେକ୍ ବାଉନ୍ସ ମାମଲା, ବାଣିଜ୍ୟିକ ବିବାଦ ମାମଲା,ଫୌଜଦାରୀ ମାମଲା,ଗ୍ରାହକ ବିବାଦ ମାମଲା, ଋଣ ଆଦାୟ ମାମଲା,ବହିଷ୍କାର ମାମଲା,ଜମି ଅଧିଗ୍ରହଣ ମାମଲା,ଅନ୍ୟାନ୍ୟ ଉପଯୁକ୍ତ ଦେୱାନୀ ମାମଲା ଗୁଡିକର ସମାଧାନ ହୋଇପାରିବ l ଏହି କାର୍ଯ୍ୟକ୍ରମରେ ଜିଲ୍ଲା ଆଇନ ସେବା ପ୍ରାଧିକରଣର ଅନେକ ମଧ୍ୟସ୍ଥ ଉପସ୍ଥିତ ରହିଥିଲେ l ଜିଲ୍ଲା ଓ ଦୌରା ଜଜ ତଥା ଅଧ୍ୟକ୍ଷା ଉପସ୍ଥିତ ମଧ୍ୟସ୍ଥ ମାନଙ୍କୁ କିପରି ଅଧିକରୁ ଅଧିକ ମାମଲା ମଧ୍ୟସ୍ଥତା ମାଧ୍ୟମରେ ସମାଧାନ ହୋଇପାରିବ, ସେ ଉପରେ ଆଲୋଚନା କରିଥିଲେ l
National
ଦ କୁଇଭର ବ୍ୟୁରୋ :- ଯୁବପୀଢିଙ୍କ ମଧ୍ୟରେ ସିନେମାକୁ ନେଇ ସବୁବେଳେ ଉତ୍ସାହ ରହିଆସିଛି । ଟଙ୍କା ୧୦୦ ହେଉ କି ୫୦୦, ସିନେମା ଦେଖିବାର ଉତ୍ସାହ ଆଗରେ ଟଙ୍କା କିଛି ଗୁରୁତ୍ୱବହନ କରିନଥାଏ । ହେଲେ କିଛି ଏଭଳି ଲୋକ ମଧ୍ୟ ଅଛନ୍ତି ଯେଉଁମାନେ ଅଧିକ ଟିକେଟ୍ ଦାମ୍ ପାଇଁ ବଡ଼ ବଡ଼ ସିନେମା ହଲ୍କୁ ଯିବାରୁ ବଞ୍ଚିତ ହୁଅନ୍ତି। ଇଚ୍ଛା ଥାଇ ମଧ୍ୟ ଟଙ୍କା ଅଧିକ ରହୁଥିବାରୁ ସେମାନେ ଭଲ ପରଦା ବା ଭଲ ସାଉଣ୍ଡ୍ ଥିବା ହଲ୍କୁ ଯାଇପାରନ୍ତି ନାହିଁ। ହେଲେ ଏବେ ଏହି ସମସ୍ୟାର ସମାଧାନ ଆଣିଛନ୍ତି ସରକାର। ମାତ୍ର ୨୦୦ଟଙ୍କାରେ ସବୁ ସିନେମା ହଲରେ ଲୋକେ ଫିଲ୍ମ ଦେଖିପାରିବେ କହିଛନ୍ତି କର୍ଣ୍ଣାଟକ ସରକାର। ପ୍ରଥମ ଥର କର୍ଣ୍ଣାଟକ ସରକାର ସିନେମା ଟିକେଟ୍ ଉପରେ ଏକ ସର୍ବାଧିକ ମୂଲ୍ୟ ଧାର୍ଯ୍ୟ କରିଛନ୍ତି । କର୍ଣ୍ଣାଟକ ସରକାର ରାଜ୍ୟର ସମସ୍ତ ସିନେମା ହଲ, ମଲ୍ଟିପ୍ଲେକ୍ସ ଆଦି ପାଇଁ ଏକ ନିର୍ଦ୍ଦେଶନାମା ଜାରି କରିଛନ୍ତି । ଏଥିରେ କୁହାଯାଇଛି କି, କୌଣସି ସ୍ଥାନରେ ସିନେମା ଟିକେଟ ୨୦୦ ଟଙ୍କାରୁ ଅଧିକ ମୂଲ୍ୟରେ ବିକ୍ରି ହେବ ନାହିଁ । ଏହି ଦାମ୍ ଏଣ୍ଟରଟନମେଣ୍ଟ ଟ୍ୟାକ୍ସ ସହ ୨୦୦ ଟଙ୍କା ରହିବ । କର୍ଣ୍ଣାଟକ ସରକାରଙ୍କ ତରଫରୁ ମଙ୍ଗଳବାର ଦିନ ଏକ ଡ୍ରାଫ୍ଟ ନୋଟିଫିକେସନ ଜାରି କରାଯାଇଥିଲା । ଏଥିରେ କୁହାଯାଇଛି ଯେ, ରାଜ୍ୟର ସମସ୍ତ ସିନେମା ହଲ୍, ମଲ୍ଟିପ୍ଲେକ୍ସରେ କୌଣସି ଭାଷାର ସିନେମା ପାଇଁ ଟିକେଟର ମୂଲ୍ୟ ଏଣ୍ଟରଟନମେଣ୍ଟ ଟ୍ୟାକ୍ସ ସହ ୨୦୦ ଟଙ୍କାରୁ ଅଧିକ ଟଙ୍କାରେ ବିକ୍ରି କରାଯାଇପାରିବ ନାହିଁ । ରାଜ୍ୟ ସରକାର ଏନେଇ ଲୋକଙ୍କଠାରୁ ୧୫ ଦିନ ମଧ୍ୟରେ ପରାମର୍ଶ ଓ ଅଭିଯୋଗ ମାଗିଛନ୍ତି । ଡ୍ରାଫ୍ଟରେ କୁହାଯାଇଛି କି, କୌଣସି ବି ବ୍ୟକ୍ତି ଏନେଇ ପରାମର୍ଶ ଓ ଅଭିଯୋଗ ଦାଖଲ କରିପାରିବେ, ଏହା ପରେ ଯାଇ ସରକାର ଶେଷ ନିଷ୍ପତ୍ତି ନେବେ l
National,Politics,State
ଦ କୁଇଭର ବ୍ୟୁରୋ :- ପୀଡ଼ିତାଙ୍କ ବାପା ସହ କଥାହେଲେ ରାହୁଲ । ବାଲେଶ୍ବର ଏଫଏମ୍ କଲେଜ ଛାତ୍ରୀ ମୃତ୍ୟୁ ମାମଲାରେ ପୀଡ଼ିତାଙ୍କ ବାପା ସହ କଥାହେଲେ ରାହୁଲ ଗାନ୍ଧୀ । ନିଜେ ଟ୍ବିଟ କରି ସୂଚନା ଦେଲେ ରାହୁଲ । ଯାହା ଘଟିଥିଲା ତାହା ଅମାନବୀୟ, ଲଜ୍ଜାଜନକ । ନ୍ୟାୟ ଦେବା ପାଇଁ ଭରସା ଦେଇଛି କହିଲେ ରାହୁଲ ଗାନ୍ଧୀ। ପୀଡ଼ିତାଙ୍କ ପରିବାର ସହ ରହିଛି କଂଗ୍ରେସ ବୋଲି କହିଛନ୍ତି ରାହୁଲ। ଝିଅର କଷ୍ଟ, ସ୍ବପ୍ନ ଓ ସଂଘର୍ଷକୁ ଭଲଭାବେ ହୃଦୟଙ୍ଗମ କରିପାରୁଛି । ତେବେ ବାଲେଶ୍ୱର ଘଟଣା ପରେ ଖୁବଶୀଘ୍ର ପ୍ରିୟଙ୍କା ଗାନ୍ଧୀ ଓଡିଶା ଗସ୍ତରେ ଆସିପାରନ୍ତି ବୋଲି ସୂଚନା ମିଳିଛି ।
ସେପଟେ ସୌମ୍ୟାଶ୍ରୀଙ୍କ ମୃତ୍ୟୁ ପରେ ଜୋର ଧରିଛି ରାଜନୀତି । ବିରୋଧୀ ମାନେ ଏହାକୁ ମୁଖ୍ୟ ପ୍ରସଙ୍ଗ କରି ସରକାରକୁ ଘେରିବାକୁ ଅସ୍ତ୍ର ସଜାଇଛନ୍ତି । ସେହି କ୍ରମରେ ଆଜି ବାଲେଶ୍ବର ବନ୍ଦ ଡାକରା ଦେଇଛି ବିଜେଡି । ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟରେ ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ମୃତ୍ୟୁ ମାମଲାରେ ଆଜି ବାଲେଶ୍ଵର ବନ୍ଦ କରିଛି ବିଜେଡି । ବିଜେଡି ଏହି ଆନ୍ଦୋଳନକୁ ଜୋରଦାର କରିବା ସହ ବାଲେଶ୍ବରରୁ ଆରମ୍ଭ କରିଛି ଅଭିଯାନ । ଆଜି ସକାଳ ୬ଟାରୁ ଦିବା ୨ ଯାଏଁ ବନ୍ଦ ଡାକରା ଦିଆଯାଇଥିବା ବେଳେ ବାଲେଶ୍ବରରେ ଏହାର ପ୍ରଭାବ ଦେଖିବାକୁ ମିଳିଛି । ସହରର ବିଭିନ୍ନ ସ୍ଥାନରେ ଟାୟାର ଜାଳି ରାସ୍ତା ଅବରୋଧ କରିଛି ବିଜେଡି । ଆଜି ବିଜେଡି ପକ୍ଷରୁ ବନ୍ଦ ପାଳନ ହେଉଥିବା ବେଳେ ଆସନ୍ତାକାଲି କଂଗ୍ରେସ ଏବଂ ବାମପନ୍ଥୀ ଦଳ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି ।
State
ଦ କୁଇଭର ବ୍ୟୁରୋ :- ଆହୁରି ୪ ଦିନ ବର୍ଷିବ । ଆଜି ପ୍ରବଳରୁ ଅତିପ୍ରବଳ ବର୍ଷା ପାଇଁ ୫ ଜିଲ୍ଲା ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ବିଜୁଳି ଘଡ଼ଘଡ଼ି ସହ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ପବନ ପାଇଁ ୧୫ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି । ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷିବା ସମ୍ଭାବନା ରହିଛି । ଝାଡ଼ଖଣ୍ଡ ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରୁ ଅବପାତ ଦୂର୍ବଳ ହୋଇ ସୁଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି । ଏହା ଉତ୍ତର ଝାଡ଼ଖଣ୍ଡ ଓ ସଂଲଗ୍ନ ଦକ୍ଷିଣ ବିହାର ଉପରେ ସକ୍ରିୟ ରହିଛି । ଏହା ଧୀରେ ଧୀରେ ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଗତି କରିବ । ଏହା ସହ ଉତ୍ତର ପୂର୍ବ ବଙ୍ଗୋପସାଗର ଉପରେ ମଧ୍ୟ ଏକ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି । ଏହା ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷାର ପୂର୍ବାନୁମାନ ହୋଇଛି । ୧୯ ଯାଏ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ଥିବା ସତର୍କ କରିଛି ଭୁବନେଶ୍ବର ପାଣିପାଗ କେନ୍ଦ୍ର ।
State
ବ୍ରହ୍ମପୁର( ଦ କୁଇଭର ):- ବ୍ରହ୍ମପୁର ନିକଟ ନିମଖଣ୍ଡି ଥାନା ଅଞ୍ଚଳରେ ଗଞ୍ଜାମ ଥାନା ଅଞ୍ଚଳର ଜଣେ ମହିଳାଙ୍କୁ ଗଣ ଦୁଷ୍କର୍ମ ହୋଇଥିବା ଅଭିଯୋଗ ହୋଇଛି । ନିମଖଣ୍ଡି ଥାନା ପୁଲିସ ମେଡ଼ିକାଲରେ ପିଡ଼ିତାଙ୍କ ବୟାନ ରେକର୍ଡ କରିଥିବା ଜଣାପଡିଛି । ମହିଳାଙ୍କ ନିଜ ସ୍ୱାମୀ ମହିଳାଙ୍କୁ ଇଞ୍ଜେକ୍ସନ ଦେଇ ଅନ୍ୟ ମାନଙ୍କ ଦ୍ୱାରା ଗଣ ଦୁଷ୍କର୍ମ କରିଥିବା ଅଭିଯୋଗ କରିଛନ୍ତି ନିଜେ ପୀଡିତା l ଥାନାକୁ ଅଭିଯୋଗ ଦେବା ଯିବା ରାସ୍ତାରେ ଅଚେତ ହୋଈ ପଡ଼ିଥିଲେ ପୀଡିତା, ପୋଲିସ ଉଦ୍ଧାର କରି ମେଡିକାଲ ନେଇଥିବା ସୂଚନା ମିଳିଛି l
Sports,State
ବ୍ରହ୍ମପୁର( ଦ କୁଇଭର ):- ଆଜି ବ୍ରହ୍ମପୁର ସ୍ଥିତ ମହାତ୍ମାଗାନ୍ଧୀ ଷ୍ଟାଡିଅମ ଠାରେ "ସାହାଣୀ କପ ୨୦୨୫" ଫୂଟବଲ ଚାମ୍ପିୟନସିପ ବ୍ରହ୍ମପୁର ଜୋନରେ ଉଦଘାଟିତ ହୋଇଛି। ଉଦଘାଟନ ର ପ୍ରଥମ ମ୍ୟାଚ ନବରଙ୍ଗପୁର ଜିଲ୍ଲା ସହ ଭୁବନେଶ୍ୱର ଜିଲ୍ଲା ମଧ୍ୟରେ ହୋଇଥିଲା। ନବରଙ୍ଗପୁର ଦଳ ୦ ଗୋଲ କରିଥିବା ବେଳେ ଭୁବନେଶ୍ୱର ଦଳ ୩ ଗୋଲ କରି ବିଜୟୀ ହାସଲ କରିଛନ୍ତି। ଏହି ମ୍ୟାଚ ରେ ରେଫେରୀ ଶ୍ରୀ ନିତ୍ୟାନନ୍ଦ ମେହେର, ଲକ୍ସମନ ସେଠ, ସୁଜିତ ରାଜହଂସ, ଦିଗବିଜୟ ଦାସ ଥିଲେ। ସେହିପରି ଦ୍ୱିତୀୟ ମ୍ୟାଚ ଗଞ୍ଜାମ ଜିଲ୍ଲା ଓ ଗଜପତି ଜିଲ୍ଲା ମଧ୍ୟରେ ହୋଇଥିଲା। ନିର୍ଧାରିତ ସମୟ ମଧ୍ୟରେ ଉଭୟ ଦଳ କୋଣସି ଗୋଲ କରିପାରିନଥିଲେ ଏବଂ ଏଥି ସହ ଖେଳ ଅମିମାନାସିତ ରହିଲା। ଦ୍ଵିତୀୟ ମ୍ୟାଚ ରେଫ୍ରି ଥିଲେ ଶ୍ରୀ ଶିବ ଶଙ୍କର ପଣ୍ଡା, ଶିବ ପ୍ରସାଦ ସାମନ୍ତରାୟ, ଶିବ ଦେଉରି, ସୁନୀଲ ବେହେରା ଏବଂ ମ୍ୟାଚ କାମସିନର ଶ୍ରୀ ସୁଜିତ କୁମାର ପାତ୍ର।ଉଦ୍ଘାଟନୀ ଉତ୍ସବ ରେ ମୁଖ୍ୟ ଅତିଥିଭାବେ ଯୋଗଦେଇଥିଲେ ଓଡିଶା ଫୂଟବଲ ସଙ୍ଘ (ଫାଓ) କୋଷାଧକ୍ଷ ଶ୍ରୀ ଭକ୍ତ ବାଲହବ୍ ଦାସ, ଓଡିଶା ଫୂଟବଲ ସଙ୍ଘ ସଦସ୍ୟ ଶ୍ରୀ ନବକିଶୋର ମିଶ୍ର, ମ୍ୟାଚ ନିରୀକ୍ଷକ ଶ୍ରୀ ଗୋପବନ୍ଧୁ ସାହୁ ଓ ଶ୍ରୀ ମାନସ ସାମଲ ପୂର୍ବତନ ସନ୍ତୋଷ ଟ୍ରଫି ଖେଳାଳି ଏବଂ ଅନ୍ୟାନ୍ୟ ଅତିଥିଭାବେ ଏଲ. କେ ରାଓ, ଡି. ଆପା ରାଓ, ବିଜୟ କୁମାର ପଟ୍ଟନାୟକ, କେଦାରନାଥ ଚୌଧୁରୀ, ତାରିଣୀ ସାମନ୍ତରାୟ, ଦୁର୍ଗା ପଟ୍ଟନାୟକ, ଡି.ଡି ଗନ୍ତାୟତ,ଜି. ଏମ. ବାବୁ, ରାଜେନ୍ଦ୍ର ଗନ୍ତାୟତ, ରାଜ ନାରାୟଣ ପାତ୍ର ଓ ଗଞ୍ଜାମ ଜିଲ୍ଲା କ୍ରୀଡା ସଙ୍ଘର ଅନ୍ୟାନ୍ୟ ସଦସ୍ୟ ଓ ପୂର୍ବତନ ଖେଳାଳି ମାନେ ମଧ୍ୟ ଉପସ୍ଥିତ ଥିଲେ ବୋଲି ଗଞ୍ଜାମ ଜିଲ୍ଲା କ୍ରୀଡା ସଙ୍ଘ ସାଧାରଣ ସମ୍ପାଦକ ଜେ. କାମେଶ୍ୱର ରାଓ ସୂଚନା ଦେଇଛନ୍ତି।
State
ବ୍ରହ୍ମପୁର ( ଦ କୁଇଭର ):- ମାଲକାନାଗିରି ଜିଲ୍ଲା ମୋଟୁ ଥାନା ଅଂଚଳରେ ୱେବ୍ ଚାନେଲ ସାମ୍ବାଦିକ ସି.ଏଚ୍ ନରେଶଙ୍କ ହତ୍ୟାର ଅନୁସନ୍ଧାନ, ହତ୍ୟାକାରୀଙ୍କ ବିରୋଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ ଦାବିନେଇ ବୁଧବାର ଦକ୍ଷିଣାଚଳ ରାଜସ୍ବ କମିଶନର ଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗଞ୍ଜାମ ଜିଲ୍ଲା ମିଡିଆ ଏସୋସିଏସନ୍ ତରଫରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ଏପରି ଘଟଣା ନେଇ ଏସୋସିଏସନ୍ର କର୍ମକର୍ତାମାନେ ଦୃଢ଼ ନିନ୍ଦା କରିବା ସହ ମୃତ୍ୟୁବରଣ କରିଥିବା ସାମ୍ବାଦିକଙ୍କ ପରିବାରକୁ କ୍ଷତି ପୁରଣ ପ୍ରଦାନ କରିବା ଏବଂ ବିଭିନ୍ନ କ୍ଷେତ୍ରରେ କାର୍ଯ୍ୟରତ ସାମ୍ବାଦିକ ମାନଙ୍କୁ ସୁରକ୍ଷା ଦେବା ପାଇଁ ଦାବି କରାଯାଇଥିଲା। ବିଭିନ୍ନ ଦାବିନେଇ ଏକ ସ୍ମାରକପତ୍ର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ପ୍ରଦାନ କରାଯାଇଥିଲା। ସଭାପତି କୃଷ୍ଣଚନ୍ଦ୍ର ପାଳ, ସମ୍ପାଦକ ସଂଜୟ କୁମାର ଦାସଙ୍କ ନେତୃତ୍ବରେ ଅନୁଷ୍ଠିତ୍ କାର୍ଯ୍ୟକ୍ରମରେ ବରିଷ୍ଠ ଆଇନଜୀବୀ ପୀତବାସ ପଣ୍ଡା, ବରିଷ୍ଠ ସାମ୍ବାଦିକ ରବିରଥ, ଶକ୍ତିଧର ରାଜଗୁରୁ, ସୁଦୀପ ସାହୁ ,ରାଜେଶ ସାହୁ, ପଦ୍ମ ଚରଣ ଦାସ, ବାଳକୃଷ୍ଣ ସାହୁ, ଜଟ ସାହୁ, ସୁରେଶ ବେହେରା, ହୃଷିକେଶ ପଣ୍ଡା, ଗୋପାଳକୃଷ୍ଣ ରେଡୀ, ଭି.କେ ବିଶାରଦ, ମାନସ ରଜନ ପଟନାୟକ, ରାକେଶ ପାତ୍ର, ଅଜୟ କୁମାର ସ୍ବାଇଁ, କୃଷ୍ଣ ସାହୁଙ୍କ ସମେତ ଅନ୍ୟାନ୍ୟ ସଂଘ କର୍ମକର୍ତା ଉପସ୍ଥିତ ଥିଲେ ।