Banner Ad

ଆଜିଠାରୁ ଆରମ୍ଭ ହକି ଇଣ୍ଡିଆ ଲିଗ୍‌

ଆଜିଠାରୁ ଆରମ୍ଭ ହକି ଇଣ୍ଡିଆ ଲିଗ୍‌
Published by : Jyotshna Kumari
#Sports
Dec 28, 2024, 2:11 PM

ରାଉଲକେଲା( ଦ କୁଇଭର ):- ଆଜିଠାରୁ ହିରୋ ହକି ଇଣ୍ଡିଆ ଲିଗ୍‌ର ବହୁ ପ୍ରତିକ୍ଷୀତ ଐତିହାସିକ ପ୍ରତ୍ୟାବର୍ତ୍ତନ ଘଟିବାକୁ ଯାଉଛି। ବିଶ୍ବର ସର୍ବବୃହତ ବିର୍ସା ମୁଣ୍ଡା ହକି ଷ୍ଟାଡିୟମରେ ଶନିବାରଠାରୁ ଆରମ୍ଭ ହେବ ଏହି ଲିଗ୍‌। ଟିମ୍‌ ଗୋନାସିକ ଓ ଦିଲ୍ଲୀ ଏସ୍‌ଜି ପାଇପର୍ସ‌୍ ମଧ୍ୟରେ ଉଦ୍‌ଘାଟନୀ ମ୍ୟାଚ୍‌ ଖେଳାଯିବ।ସାତ ବର୍ଷର ବ୍ୟବଧାନପରେ ଫେରୁଥିବା ଏହି ଲିଗ୍‌, ପୂର୍ବାପେକ୍ଷା ଅଧିକ ଦମ୍‌ଦାର ଓ ଆକର୍ଷଣୀୟ ହେବ। ଏନେଇ ଆୟୋଜକ ହକି ଇଣ୍ଡିଆ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଶେଷ ହୋଇସାରିଛି। ହକିର ଅନ୍ତୁଡ଼ିଶାଳଭାବେ ପରିଚିତ ସୁନ୍ଦରଗଡ଼ ଜିଲ୍ଲାରେ ଏହି ହକି ମହାକୁମ୍ଭ ଆୟୋଜିତ ହେଉଥିବାରୁ, ଏହାକୁ ନେଇ ହକିପ୍ରେମୀ ମହଲରେ ଉତ୍ସାହ ସ୍ପଷ୍ଟ ବାରି ହୋଇପଡ଼ୁଛି।ଏଥର କେବଳ ପୁରୁଷ ନୁହେଁ, ବରଂ ପ୍ରଥମଥର ପାଇଁ ମହିଳା ଲିଗ୍‌ ମଧ୍ୟ ଆୟୋଜନ କରାଯାଉଛି। ପୁରୁଷ ଲିଗ୍‌ ରାଉରକେଲାରେ ଖେଳାଯିବାକୁ ଥିବାବେଳେ ରାଞ୍ଚିରେ ମହିଳା ଲିଗ୍‌ ଖେଳାଯିବ।ପୁରୁଷ ଲିଗ୍‌ରେ ୮ଟି ଓ ମହିଳାରେ ୪ଟି ଦଳ ନିଜର କଳାକୌଶଳ ପ୍ରଦର୍ଶନ କରିବେ। ପୁରୁଷ ଲିଗ୍‌ ମୋଟ୍‌ ଦୁଇଟି ପର୍ଯ୍ୟାୟରେ ଖେଳାଯିବ। ଡିସେମ୍ବର ୨୮ ତାରିଖରୁ ଜାନୁଆରି ୧୮ ତାରିଖ ପର୍ଯ୍ୟନ୍ତ ଖେଳାଯିବାକୁଥିବା ପ୍ରଥମ ପର୍ଯ୍ୟାୟରେ ସମସ୍ତ ୮ଟି ଦଳ ପରସ୍ପର ମଧ୍ୟରେ ଖେଳିବେ। ଜାନୁଆରି ୧୯ ତାରିଖରୁ ଆରମ୍ଭ ହେଉଥିବା ଦ୍ୱିତୀୟ ପର୍ଯ୍ୟାୟରେ ଦଳଗୁଡିକୁ ଦୁଇଟି ପୁଲ୍‌ରେ ବିଭକ୍ତ କରାଯାଇଛି।


ଉଲ୍ଳେଖଯୋଗ୍ୟ, ବଲିଉଡ୍‌ ତାରକାଙ୍କୁ ନେଇ ରଙ୍ଗାରଙ୍ଗ ଉଦ୍‌ଘାଟନୀ କାର୍ଯ୍ୟକ୍ରମ ସ୍ଥିରିକୃତ ହୋଇଥିଲା। ତେବେ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କ ନିଧନରେ ଦେଶ ରାଷ୍ଟ୍ରୀୟ ଶୋକ ପାଳନ କରୁଥିବାରୁ ଏହାକୁ ସ୍ଥଗିତ ରଖାଯାଇଛି। ପ୍ରତିଯୋଗିତା ଅବ୍ୟବହତି ପୂର୍ବରୁ ଷ୍ଟାଡିୟମ ପରିସରରେ ୬ଟି ଦଳର ଅଧିନାୟକ ଗଣମାଧ୍ୟମର ସମ୍ମୁଖୀନ ହୋଇଥିଲେ। ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ସୂର୍‌ମା ହକି କ୍ଲବର ଅଧିନାୟକ ହର୍ମନପ୍ରୀତ ସିଂହ, ୟୁପି ରୁଦ୍ରସ୍‌ର ହାର୍ଦ୍ଦିକ ସିଂହ, ଟିମ୍‌ ଗୋନାସିକାର ମନପ୍ରୀତ ସିଂହ, ହାଇଦ୍ରାବାଦ ତୁଫାନ୍ସର ସୁମିତ ବାଲ୍ମିକୀ, କଳିଙ୍ଗ ଲାନ୍‌ସର୍ସ‌୍‌ର କ୍ରିଷନ ବାହାଦୂର ପାଠକ, ଦିଲ୍ଲୀ ଏସ୍‌ଜି ପାଇପର୍ସ‌୍‌ର ସମଶେର୍‌ ସିଂହ ଓ ଜ୍ୟାକବ୍‌ ହ୍ବିଟନ୍‌ ପ୍ରମୁଖ ରାଉରକେଲା ଷ୍ଟାଡିୟମ ତଥା ଏଠାକାର ଦର୍ଶକଙ୍କୁ ଭୂୟସୀ ପ୍ରଶଂସା କରିଥିଲେ।

Leave a Comment

Comments

No comments yet.

Best Biofloc Fish Farming

ad
Read more

National

ଭୋଟ ଦେଲେ ରାଷ୍ଟ୍ରପତି

Blog Thumbnail

ନୂଆଦିଲ୍ଲୀ( ଦ କୁଇଭର ):- ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଚାଲିଛି ମତଦାନ । ଗଣତନ୍ତ୍ରର ଏହି ମହାପର୍ବରେ ଦେଶର ପ୍ରଥମ ନାଗରିକ ତଥା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଧ୍ୟ ନିଜ ସାମ୍ବିଧାନିକ ମତାଧିକାର ସାବ୍ୟସ୍ତ କରିଛନ୍ତି । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ହେଉଛନ୍ତି ଓଡ଼ିଆ ଝିଅ । ଯିଏକି ଦେଶର ପ୍ରଥମ ନାଗରିକ ଭାବେ ସର୍ବୋଚ୍ଚ ସାମ୍ବିଧାନିକ ପଦବୀ ଅଳଙ୍କୃତ କରି ରାଜ୍ୟକୁ ଗୌରବାନ୍ବିତ କରିଛନ୍ତି । କେବଳ ଚଳିତ ଦିଲ୍ଲୀ ବିଧାନସଭା ନିର୍ବାଚନ ନୁହେଁ, ଗତ ଲୋକସଭା ନିର୍ବାଚନରେ ମଧ୍ୟ ରାଷ୍ଟ୍ରପତି ଦିଲ୍ଲୀରେ ନିଜ ମତ ସାବ୍ୟସ୍ତ କରିଥିଲେ । କହିରଖୁଛୁ, ଓଡ଼ିଶାର ମୂଳବାସିନ୍ଦା ଦ୍ରୌପଦୀ ମୁର୍ମୁ ୨୫ ଜୁଲାଇ ୨୦୨୨ରେ ଦେଶର ରାଷ୍ଟ୍ରପତି ପଦ ଅଳଙ୍କୃତ କରିଥିଲେ । ଏହାପରେ ତାଙ୍କର ଭୋଟ ପରିଚୟ ପତ୍ର ମଧ୍ୟ ନିର୍ବାଚନ ଆୟୋଗଙ୍କ ଦ୍ବାରା ଅପଡେଟ୍‌ କରାଯାଇଥିଲା । ସେ ଦିଲ୍ଲୀ ଭୋଟର ଭାବେ ପୁନଃପଞ୍ଜିକୃତ ହୋଇଥିଲେ । ପୂର୍ବରୁ ତାଙ୍କ ପରିଚୟପତ୍ରରେ ଠିକଣାରେ ଓଡ଼ିଶା ଉଲ୍ଲେଖ ରହିଥିଲା ।


ତେବେ ସର୍ବବୃହତ୍ତ ଗାଣତାନ୍ତ୍ରିକ ରାଷ୍ଟ୍ରର ପ୍ରଥମ ନାଗରିକ ହୋଇଥିବା କାରଣରୁ ସର୍ବାଧିକ କ୍ଷମତା ଉପଭୋଗ କରନ୍ତି ରାଷ୍ଟ୍ରପତି । ତାଙ୍କୁ ଅନ୍ୟ କୌଣସି ନିର୍ବାଚିତ ଜନପ୍ରତିନିଧିଙ୍କ ପରି ପଞ୍ଜୀକୃତ ଅଞ୍ଚଳର ଭୋଟ କେନ୍ଦ୍ରକୁ ଯିବାକୁ ପଡେନାହିଁ । ରାଷ୍ଟ୍ରପତି ଭବନ ପରିସରରେ ଥିବା ଡ.ରାଜେନ୍ଦ୍ର ପ୍ରସାଦ କେନ୍ଦ୍ରୀୟ ବିଦ୍ୟାଳୟରେ ସ୍ବତନ୍ତ୍ର ପୁଲିଂ ବୁଥ ପ୍ରତିଷ୍ଠା କରନ୍ତି ନିର୍ବାଚନ ଆୟୋଗ । ସେଠାରେ ରାଷ୍ଟ୍ରପତି ଓ ରାଷ୍ଟ୍ରପତି ଭବନର ବରିଷ୍ଠ କାର୍ଯ୍ୟକର୍ତ୍ତା ମତଦାନ କରିଥାଆନ୍ତି ।

State,National

ଓଡ଼ିଶାକୁ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କ ବଡ଼ ପ୍ୟାକେଜ : ୧୦,୫୯୯ କୋଟି ଟଙ୍କାର ରେଳ ବଜେଟ

Blog Thumbnail

ଦ କୁଇଭର ବ୍ୟୁରୋ - ଓଡ଼ିଶାକୁ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କ ବଡ଼ ପ୍ୟାକେଜ l ରେଳ ବଜେଟ ୨୦୨୫-୨୬ରେ ଓଡ଼ିଶାକୁ ସ୍ୱତନ୍ତ୍ର ଫୋକସ । ରେଳବାଇ କ୍ଷେତ୍ରରେ ଚଳିତ ବଜେଟରେ ଓଡ଼ିଶାକୁ ମିଳିଛି ୧୦ ହଜାର ୫୯୯ କୋଟି ଟଙ୍କା । ପୂର୍ବ ବଜେଟ ଅପେକ୍ଷା ରହିଛି ସର୍ବାଧିକ ବଜେଟ । ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଏନେଇ ସୂଚନା ଦେଇଛନ୍ତି । ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କହିଛନ୍ତି, "ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ ୧୦ ହଜାର ୫୯୯ କୋଟି ଟଙ୍କା ମିଳିଛି । ଗତ ୩ ବର୍ଷ ହେଲା ଓଡ଼ିଶାକୁ ରେଳ କ୍ଷେତ୍ରରେ ୧୦ ହଜାର କୋଟି ଉପରେ ମିଳୁଛି । ଗତ ୧୦ ବର୍ଷ ମଧ୍ୟରେ ଓଡ଼ିଶାରେ ୨ ହଜାର ୪୬ କିଲୋମିଟର ନୂଆ ରେଳ ଟ୍ରାକ ତିଆରି ହୋଇଛି । ଓଡ଼ିଶାରେ ଏବେ ୧୮୯୮ କିଲୋମିଟର କବଚ କାମ ସରିଛି । ୬ ବର୍ଷ ମଧ୍ୟରେ ପୁରା ଦେଶରେ କବଚ କାର୍ଯ୍ୟ ଶେଷ ହେବ ବୋଲି ଲକ୍ଷ୍ୟ ରଖାଯାଇଛି । ସେହିଭଳି ରାଜ୍ୟରେ ଅମୃତ ଭାରତ ଯୋଜନାରେ ୫୯ ନୂଆ ଷ୍ଟେସନ ନିର୍ମାଣ ହେଉଛି । ଓଡ଼ିଶାରେ ୭୮ ହଜାର କୋଟିର ପ୍ରକଳ୍ପ ନିର୍ମାଣ ଚାଲିଛି । ଗତ ଜୁଲାଇରୁ ଆଜି ପର୍ଯ୍ୟନ୍ତ ୨୦ ହଜାର କୋଟି ଟଙ୍କାର ପ୍ରୋଜେକ୍ଟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅନୁମୋଦନ କରିଛନ୍ତି । ଏବେ ରାଜ୍ୟରେ ୬ଟି ବନ୍ଦେ ଭାରତ ଟ୍ରେନ ଚାଲିଥିବା ବେଳେ ଖୁବଶୀଘ୍ର ନୂଆ ଟ୍ରେନ ଚାଲିବ । ଆନ୍ଧ୍ର, ପଶ୍ଚିମବଙ୍ଗ ଓ ଛତିଶଗଡ଼କୁ ଏସବୁ ଟ୍ରେନ ଚାଲୁଛି । ସଂପୂର୍ଣ୍ଣ ୪ ଲେନ ହେବ କୋଲକାତାରୁ ଚେନ୍ନାଇ ରେଳପଥ । ଏବେ ବିଶାଖାପାଟଣା ପର୍ଯ୍ୟନ୍ତ ୩ ଲେନ କାମ ଚାଲିଛି । ଯେଉଁଥିରୁ କୋଲକାତାରୁ ଭଦ୍ରକ କାମ ଖୁବ ଶୀଘ୍ର କାମ ସମାପ୍ତ ହେବ ।" ରାଜ୍ୟରେ ୧,୮୯୮ କିମି ରେଳ ଲାଇନରେ କବଚ ଇନଷ୍ଟଲେସନ ଚାଲିଛି । ଚଳିତ ବର୍ଷ ବଜେଟରେ ୧ ଲକ୍ଷ ୧୪ ହଜାର କୋଟି ଟଙ୍କା କେବଳ ରେଳବାଇ କ୍ଷେତ୍ରରେ ସୁରକ୍ଷା ପାଇଁ ବ୍ୟୟ ବରାଦ ହୋଇଛି । ୨୬୪ଟି ଷ୍ଟେସନରେ ୱାଇଫାଇ କାମ ସମାପ୍ତ ହୋଇଛି । ରାଜ୍ୟରେ ଶହେ ପ୍ରତିଶତ ବୈଦ୍ୟୁତିକରଣ କାମ ସମାପ୍ତ ହୋଇଛି । ଏହା ସହ ରେଲୱେ ସୁରକ୍ଷା ପାଇଁ ୧.୪୧ ଲକ୍ଷ କୋଟି ଟଙ୍କା ବଜେଟରେ ରହିଛି ।

State

ମାର୍ଲବା ଘାଟିରେ ଯାତ୍ରୀବାହୀ ବସ୍ ଦୁର୍ଘଟଣାଗ୍ରସ୍ତ

Blog Thumbnail

ଗଜପତି( ଦ କୁଇଭର ):- ରାୟଗଡ଼ ଥାନା ଅନ୍ତର୍ଗତ ମାର୍ଲବା ଘାଟିରେ ଯାତ୍ରୀବାହୀ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି ଯେଉଁଥିରେ ୨୦ଆହତ, ୪ଗୁରୁତର ହୋଇଥିବା ସୂଚନା ମିଳିଛି । ଘାଟି ଓହ୍ଲାଇଥିବା ବେଳେ ବସଟି ଦୁର୍ଘଟଣାଗ୍ରସ୍ତ ହୋଇଛି । ସୂଚନା ପାଇବା ପରେ ଘଟଣାସ୍ଥଳରେ ପୁଲିସ ଓ ଅଗ୍ନିଶମ ବାହିନୀ ପହଂଚି ଉଦ୍ଧାର କାର୍ଯ୍ୟ କରିଥିଲେ । ବ୍ରହ୍ମପୁରରୁ ପାରଳାଖେମୁଣ୍ଡି ଅଭିମୁଖେ ଆସୁଥିଲା ଏହି ଯାତ୍ରୀବାହୀ ବସ। ପ୍ରତ୍ୟେକ ମାସରେ ଏହି ସ୍ଥାନରେ କିଛି ନା କିଛି ଛୋଟ ବଡ଼ ଦୁର୍ଘଟଣା ଘଟୁଥିବା ବେଳେ ମଙ୍ଗଳବାର ସେହି ସ୍ଥାନରେ ପୁଣି ଏହି ପ୍ରକାର ଦୁର୍ଘଟଣା ଘଟିଛି । କହିବାକୁ ଗଲେ ଏକ ବହୁତ୍ ବଡ଼ ଅଘଟଣ ରୁ ବର୍ତ୍ତି ଯାଇଛନ୍ତି ଯାତ୍ରୀମାନେ ।

State

ବସ୍ତି ଭିତରକୁ ମାଡିଗଲା ମାଲବାହୀ ଟ୍ରେନ

Blog Thumbnail

ରାଉଲକେଲା( ଦ କୁଇଭର ):- ରାଉରକେଲାରେ ଘଟିଛି ବଡ ଅଘଟଣ । ଏକ ମାଲବାହୀ ଟ୍ରେନ୍ ଭାରସାମ୍ୟ ହରାଇ ବସ୍ତି ଭିତରକୁ ପଶିଯାଇଥିବା ସୂଚନା ମିଳିଛି । ରାଉରକେଲା ମାଲଗୋଦାମ ଅଞ୍ଚଳରେ ଘଟିଛି ଏଭଳି ଘଟଣା । ମାଲବାହୀ ଟ୍ରେନଟି ଲାଇନଚ୍ୟୁତ ହୋଇଥିବା ଜଣାପଡିଛି l ତେବେ ଏଥିରେ ଟ୍ରେନ ର ପ୍ରାୟ ୩ ଟି ବଗି ଲାଇନ ଚ୍ୟୁତ ହେବାର ସୂଚନା ମିଳିଛି l

Health & lifestyle,State

ପୁଣି ଦୋଳାରେ ବୁହା ହେଲେ ରୋଗୀ

Blog Thumbnail

ଗଜପତି ( ଦ କୁଇଭର ):- ଦୀର୍ଘ ୨୫ ବର୍ଷର ବିଜେଡି ସରକାରର ବିକାଶର ବିକଳ ଚିତ୍ର ପଦାକୁ ବାରମ୍ବାର ଆସୁଛି । ଏଠି ରାସ୍ତା ନଥିବାରୁ ଆମ୍ବୁଲାନ୍ସ ସେବାରୁ ବଞ୍ଚିତ ହେଉଛନ୍ତି ନିରୀହ ଆଦିବାସୀ । ଗଜପତି ଜିଲ୍ଲା ଆର.ଉଦୟଗିରି ବ୍ଲକ୍ ଶିଆଳିଲଟି ପଞ୍ଚାୟତ ତଇଲ ଗ୍ରାମର ଯୁରିଆ ନାୟକଙ୍କ ପତ୍ନୀ ସୁକାନ୍ତି ନାୟକଙ୍କ ସ୍ଵାସ୍ଥ୍ୟ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ଦୋଳା କରି ବୋହି ନେଉଛନ୍ତି ସଂପର୍କୀୟ ଲୋକେ । 5ଜି ଦୁନିଆରେ ମଧ୍ୟ ଲୋକେ ଏଭଳି ସମସ୍ୟା ଦେଇ ପ୍ରତିଦିନ ଗତିକରୁଛନ୍ତି , ସରକାର ରାଜ୍ୟ ତଥା ଦେଶ ବିକଶିତ ହେବାର ଡିଣ୍ଡିମ ପିଟୁଛନ୍ତି,ତେବେ କ'ଣ ସତରେ ଆମ ଦେଶ ତଥା ରାଜ୍ୟ ବିକଶିତ ହେଉଛି,!ଲୋକେ କ'ଣ ମୌଳିକ ସୁବିଧାରୁ ବଞ୍ଚିତ ହେଉନାହାନ୍ତି କି,ତେବେ ଦେଖାଯାଉ କେବେ ଏ ଅଭିଶପ୍ତ ଜୀବନରୁ ମୁକ୍ତି ପାଉଛନ୍ତି ଏ ନିରୀହ ଆଦିବାସୀ ଜନତା, ତା'କୁ ହିଁ ରହିଛି ସମସ୍ତଙ୍କ ଅପେକ୍ଷା l

State

ମୁଖ୍ୟମନ୍ତ୍ରୀଙ୍କ ଅଷ୍ଟମ ଅଭିଯୋଗ ଶୁଣାଣି, ପଞ୍ଜିକୃତ ହେଲା ୧୦୦୦ ଦରଖାସ୍ତ

Blog Thumbnail

ଭୁବନେଶ୍ୱର( ଦ କୁଇଭର ):- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଷ୍ଟମ ଅଭିଯୋଗ ଶୁଣାଣି ସୋମବାର ଅନୁଷ୍ଠିତ ହୋଇଯାଇଛି । ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମରେ ୧୦୦୦ ଦରଖାସ୍ତ ପଞ୍ଜିକୃତ ହୋଇଛି ଏବଂ ୭୦୦ ଅଭିଯୋଗ ଶୁଣି କାର୍ଯ୍ୟକରି କରିବାକୁ ବିଭିନ୍ନ ବିଭାଗକୁ ପଠାଯାଇଥିବା ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି l ତେବେ ଆଜି ଯାଏଁ ମୋଟ ୮୦୩୧ ଦରଖାସ୍ତ ମିଳିଥିବାବେଳେ ୬ ହଜାର ୫୪୫ ଅଭିଯୋଗର ସମାଧାନ ହୋଇଛି। ଯେତିକି ଅଭିଯୋଗ ଆସିଛି ବିଭିନ୍ନ ବିଭାଗ ସହ ଆଲୋଚନା କରି ସମାଧାନ କରାଯାଉଛି। ପ୍ରାୟ ୮୧ ପ୍ରତିଶତ ଅଭିଯୋଗର ସମାଧାନ ହୋଇଛି।ତେବେ ଭୁବନେଶ୍ୱର ନ ଆସି ଜିଲ୍ଲାପାଳଙ୍କ ନିକଟରେ ଅଭିଯୋଗ କରିବାକୁ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ଅପିଲ କରିଛନ୍ତି। ଭୁବନେଶ୍ୱର ଆସି ଅଯଥା ଖର୍ଚ୍ଚ ନକରି ଜିଲ୍ଲାସ୍ତରରେ ଅଭିଯୋଗ କରିବାକୁ ମୁଖ୍ୟମନ୍ତ୍ରୀ କହିଛନ୍ତି।

State

ଆତଙ୍କ ଖେଳାଉଛି ‘ମୋ ବସ୍’ : ଚାପି ହୋଇଗଲା କୁନିଝିଅ

Blog Thumbnail

ଭୁବନେଶ୍ୱର( ଦ କୁଇଭର ):- ଲଗାତାର କିଛି ଦିନ ଧରି ରାଜଧାନୀରେ ଏକପ୍ରକାର ଆତଙ୍କ ରଚୁଛି ‘ମୋ ବସ୍‌’। ସ୍ପିଡ୍ ଉପରେ ନାହିଁ ନିୟନ୍ତ୍ରଣ। କେତେବେଳେ କାର୍‌କୁ ଧକ୍କା ଦେଉଛି ତ ଆଉ କେତେବେଳେ କାହା ଉପରେ ମାଡି ଯାଉଛି। ମଙ୍ଗଳବାର ସକାଳୁ ସକାଳୁ ପୁଣି ଗୋଟିଏ ମୁଣ୍ଡ ନେଇଛି। ବସ୍ ଧକ୍କାରେ ୧୨ ବର୍ଷୀୟ ଝିଅର ମୃତ୍ୟୁ ହୋଇଛି । ନନ୍ଦନକାନନ ଥାନା ରଘୁନାଥପୁରରେ ନାବାଳିକା ଉପରେ ‘ମୋ ବସ୍‌’ମାଡ଼ି ଯାଇଛି। ଘଟଣାସ୍ଥଳରେ ଝିଅଟିର ମୃତ୍ୟୁ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଦେଖାଦେଇଛି l

ମୋ ବସ ଦୁର୍ଘଟଣା ପରେ ତାତିଥିଲେ ସ୍ଥାନୀୟ ଲୋକେ । ରାସ୍ତାରେ ବାଉଁଶ ପକାଇ ନନ୍ଦନକାନନ-ପଟିଆ ରାସ୍ତା ଅବରୋଧ କରିଥିଲେ । ଟାୟାର ଜାଳିଥିଲେ । ମୋ ବସକୁ ବି ଅଟକାଇଥିଲେ । ଫଳରେ ଦୀର୍ଘସମୟ ଧରି ଗାଡି ଚଳାଚଳ ଠପ ହୋଇଯାଇଥିଲା । ଘଟଣାକୁ ସ୍ଥଳରେ କ୍ରୁଟ ଅଧିକାରୀ ଓ ପୁଲିସ ପ୍ରଶାସନ ପଂହଚି ସମସ୍ୟାର ସମାଧାନ ପାଇଁ ଉଦ୍ୟମ କରିଥିଲେ । ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା କ୍ଷତିପୂରଣ ମିଳିବାକୁ ପ୍ରତିଶ୍ରୃତି ମିଳିବା ପରେ ରାସ୍ତାରୋକ ହଟିଥିଲା ।


ସୂଚନା ପ୍ରକାରେ ଝିଅଟି ସାଇକେଲରେ ଯାଉଥିବା ବେଳେ ତାକୁ ‘ମୋ ବସ୍‌’ଧକ୍କା ଦେଇଥିଲା । ପ୍ରତ୍ୟକ୍ଷଦର୍ଶୀଙ୍କ କହିବା ଅନୁଯାୟୀ ଝିଅଟି ସାଇକେଲ୍‌ରେ ଯାଉଥିଲା। ଏହି ସମୟରେ ଦ୍ରୁତ ଗତିରେ ଆସୁଥିବା ‘ମୋ ବସ୍‌’ତାକୁ ଧକ୍କା ଦେଇଥିଲା। ଡ୍ରାଇଭରଙ୍କ ବେପରୁଆ ଗାଡ଼ି ଚାଳନା ପାଇଁ ଅନେକ ଜୀବନ ଗଲାଣି। ଦୁର୍ଘଟଣା ପରେ ସ୍ଥାନାୟ ଅଞ୍ଚଳରେ ଉତ୍ତେଜନା ଦେଖାଦେଇଛି। ସ୍ଥାନୀୟ ଲୋକେ ୩ଟି ମୋ ବସ୍ କୁ ଅଟକ ରଖିଛନ୍ତି । ଏହାସହ ରାସ୍ତାରେ ବାଉଁଶ ପକାଇ ନନ୍ଦନକାନନ ପଟିଆ ରାସ୍ତା ଅବରୋଧ କରାଯାଇଛି । ଗାଡ଼ିର ବେଗ ୪୦ କିଲୋମିଟର ରଖିବାକୁ ନିର୍ଦ୍ଦେଶ ଦିଆଯାଇଥିଲା। ବେପରୁଆ ଗାଡ଼ି ଚାଳନା କଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ମନ୍ତ୍ରୀ ବି କହିଥିଲେ। ହେଲେ ଏହାକୁ ଫୁ କରି ଉଡାଇ ଦେଉଛନ୍ତି ଡ୍ରାଇଭର। ଆଖି ଦୃଶିଆ କାର୍ଯ୍ୟାନୁଷ୍ଠାନ ନ ହେବାରୁ ଦୁର୍ଘଟଣା ବଢିବାରେ ଲାଗିଛି।

National

ଆଜି ବିଶ୍ବ କ୍ୟାନସର ଦିବସ

Blog Thumbnail

ଦ କୁଇଭର ବ୍ୟୁରୋ :- ଆଜି ବିଶ୍ବ କ୍ୟାନସର ଦିବସ l ପ୍ରତିବର୍ଷ ଫେବୃଆରୀ ୪ ତାରିଖରେ ପାଳନ ହୁଏ 'ବିଶ୍ବ କ୍ୟାନସର ଦିବସ' । କର୍କଟ ରୋଗ ବିଷୟରେ ସଚେତନତା ପୂର୍ବକ ଏହି ଦିନକୁ ପାଳନ କରାଯାଏ । ପ୍ରତିବର୍ଷ ଅନେକ ଲୋକ କର୍କଟ ରୋଗରେ ପ୍ରାଣ ହରାଉଛନ୍ତି । ତେଣୁ କର୍କଟ ବା କ୍ୟାନସର ରୋଗ ବିଷୟରେ ଜାଣିବା ସମସ୍ତଙ୍କ ପାଇଁ ନିହାତି ଗୁରୁତ୍ବପୂର୍ଣ୍ଣ । ଇଣ୍ଡିଆନ କାଉନସିଲ ଅଫ୍ ମେଡିକାଲ ରିସର୍ଚ୍ଚ ଦ୍ୱାରା ସଦ୍ୟ ପ୍ରକାଶିତ ତଥ୍ୟ ଅନୁଯାୟୀ, ଦେଶରେ କର୍କଟ ରୋଗ ୧୨ ରୁ ୧୮ ପ୍ରତିଶତ ବୃଦ୍ଧି ହେବାର ଆଶଙ୍କା ରହିଛି । ପ୍ରତିବର୍ଷ ଆଜିର ଦିନରେ ଏନେଇ ସଚେତନ କରାଯାଇଥାଏ । କର୍କଟ ରୋଗର ଲକ୍ଷଣ, ଏହାର ଚିକିତ୍ସା ଏବଂ କର୍କଟ ରୋଗର ପ୍ରତିରୋଧ ବିଷୟରେ ସଚେତନତା ସୃଷ୍ଟି କରାଯାଏ ।


ତେବେ କ୍ୟାନସର କବଳରୁ ନିଜକୁ ସୁରକ୍ଷିତ ରଖିବାକୁ ହେଲେ, ତମ୍ବାଖୁରୁ ଦୂରରେ ରୁହନ୍ତୁ,

ନିଜ ଓଜନ ନିୟନ୍ତ୍ରଣ ରଖନ୍ତୁ,

ଉତ୍ତମ ଜୀବନଶୈଳୀ ଆପଣନ୍ତୁ,

ଉତ୍ତମ ଆହାର ଭୋଜନ କରନ୍ତୁ,

ନିୟମିତ ବାୟାମ କରନ୍ତୁ,

ପ୍ରକ୍ରିୟାକୃତ ମାଂସ ଖାଆନ୍ତୁ ନାହିଁ.... ଇତ୍ୟାଦି ନିୟମ ପାଳନ କରନ୍ତୁ l

National

ଡେଲିଭରୀ ବୟଙ୍କ ପାଇଁ ଖୁସି ଖବର

Blog Thumbnail

ଦ କୁଇଭର ବ୍ୟୁରୋ :- ବଜେଟରେ ଆମାଜନ୍, ଫ୍ଲିପକାର୍ଟ, ଜୋମାଟୋ ଆଉ ସ୍ୱିଗି ଭଳି ଡେଲିଭରୀ କରୁଥିବା ଲୋକଙ୍କ ପାଇଁ ଖୁସି ଖବର । ମୋଦୀ ସରକାର ଖୁବଶୀଘ୍ର ଏହି ୧ କୋଟି କର୍ମଚାରୀଙ୍କୁ ପରିଚୟ ପ୍ରଦାନ କରିବେ । ଏହାସହିତ ଇ-ଶ୍ରମ ପୋର୍ଟାଲରେ ମଧ୍ୟ ସେମାନଙ୍କର ପଞ୍ଜୀକରଣ କରାଯିବ । କେନ୍ଦ୍ରୀୟ ବଜେଟ୍ ଉପସ୍ଥାପନ କରି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ କହିଛନ୍ତି ଯେ, ସହରୀ ଶ୍ରମିକଙ୍କ ସାମାଜିକ-ଆର୍ଥିକ ଉନ୍ନତି ଉଦ୍ଦେଶ୍ୟରେ ଏହା କରାଯିବ । ଯାହାର ଫାଇଦା ଫ୍ଲିପକାର୍ଟ, ଆମାଜନ୍, ଜୋମାଟୋ ଆଉ ସ୍ୱିଗି ଭଳି କମ୍ପାନୀରେ ଡେଲିଭରୀ କରୁଥିବା କୋଟି କୋଟି କର୍ମଚାରୀଙ୍କୁ ମିଳିବ ।


ତେବେ ପ୍ରଥମ ଥର ପାଇଁ ମୋଦୀ ସରକାର ଏହି ଗିଗ୍ ଓ୍ୱାର୍କସଙ୍କ ପାଇଁ ବଡ଼ ଘୋଷଣା କରିଛି । ଦେଶର ଅର୍ଥମନ୍ତ୍ରୀଙ୍କ କହିବା ମୁତାବକ, ଏହି କର୍ମଚାରୀଙ୍କୁ ପରିଚୟ ପତ୍ର ପ୍ରଦାନ କରାଯିବ । ବର୍ତ୍ତମାନ ସମୟରେ ଏହି ଡେଲିଭରୀ ବୟଙ୍କ ସଂଖ୍ୟା ବଢିବାରେ ଲାଗିଛି । ଯାହାକୁ ଆଖି ଆଗରେ ରଖି ଗିଗ୍ କର୍ମଚାରୀଙ୍କ ପାଇଁ ବଡ଼ ଘୋଷଣା କରାଯାଇଛି ।ମିଳିଥିବା ସୂଚନା ମୁତାବକ, ଶ୍ରମ ମନ୍ତ୍ରାଳୟ ଆଗାମୀ ଦିନରେ ୧୦ କୋଟି ରେଜିଷ୍ଟ୍ରେସନ୍ କରିବାକୁ ଯାଉଛି । ଖାସ୍ କରି ଓଲା, ଉବେର, ଆମାଜନ୍, ଫ୍ଲିପକାର୍ଟ ଭଳି କମ୍ପାନୀରେ ପାର୍ଟ ଟାଇମ୍ ଜବ୍ କରୁଥିବା କର୍ମଚାରୀଙ୍କୁ ଏହାର ଫାଇଦା ମିଳିବ ।

Sports

ବିଶ୍ବ ବିଜୟୀ ହେଲା ଭାରତ : ଆଇସିସି ମହିଳା ଅଣ୍ଡର-୧୯ ଟି ୨୦ ଓ୍ବାର୍ଲ୍ଡ କପ ଜିତିଲା ଭାରତ

Blog Thumbnail

ଦ କୁଇଭର ବ୍ୟୁରୋ :- ପୁଣି ଇତିହାସ ରଚିଲା ଭାରତୀୟ ମହିଳା ଟିମ୍ । ସୁପର ସଣ୍ଡେରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ମ୍ୟାଲେସିଆର ବାୟୁମାସ ଓଭାଲରେ ଆଇସିସି ମହିଳା ଅଣ୍ଡର-୧୯ ଟି ୨୦ ଓ୍ବାର୍ଲ୍ଡ କପ ଫାଇନାଲ ମ୍ୟାଚ ଅନୁଷ୍ଠିତ ହୋଇଯାଇଛି । ଏହି ମ୍ୟାଚରେ ଏକତରଫା ବିଜୟ ହାସଲ କରିବା ସହ ଦକ୍ଷିଣ ଆଫ୍ରିକାକୁ ୯ ଓ୍ବିକେଟରେ ହରାଇଛି ଭାରତୀୟ ମହିଳା ଟିମ୍ । ଭାରତ ଏହି ମୁକାବିଲାରେ ଦକ୍ଷିଣ ଆଫ୍ରିକାକୁ ୯ ଓ୍ବିକେଟରେ ହରାଇଛି । ଟସ୍ ହାରି ପ୍ରଥମେ ବୋଲିଂ କରିଥିଲା ଭାରତ । ନିର୍ଦ୍ଧାରିତ ୨୦ ଓଭରରେ ଦକ୍ଷିଣ ଆଫ୍ରିକାକୁ ମାତ୍ର ୮୨ ରନରେ ସୀମିତ ରଖିପାରିଥିଲା ଭାରତୀୟ ମହିଳା ଟିମ୍ । ଏହାପରେ ଓପନର ତ୍ରିଶା ଗୋଙ୍ଗାଡି ଓ ସାନିକା ଚାଲକେ ଯଥାକ୍ରମେ ୩୩ ବଲ ଖେଳି ୪୪ ରନ୍ ଓ ୨୨ ବଲ ଖେଳି ୨୬ ରନ କରି ମାତ୍ର ୧୧.୨ ଓଭରରେ ୮୪ ରନ ସଂଗ୍ରହ କରି ଟିମକୁ ଜିତ ଦେଇଥିଲେ ।ଭାରତର ଏହି ବିଜୟୀରେ ହିରୋ ସାଜିଛନ୍ତି ଅଲରାଉଣ୍ଡର ତ୍ରିଶା ଗୋଙ୍ଗାଡି । ସେ ଏହି ମ୍ୟାଚରେ ୩ଟି ଓ୍ବିକେଟ ହାସଲ କରିବା ସହ ୮୩ ରନକୁ ଲକ୍ଷ୍ୟ କରି ୪୪ରନ ସଂଗ୍ରହ କରି ଭାରତର ବିଜୟରେ ମହତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛନ୍ତି । ତ୍ରିଶାଙ୍କ ପ୍ରଦର୍ଶନ ପାଇଁ ତାଙ୍କୁ ପ୍ଲେୟାର ଅଫ ମ୍ୟାଚ କରାଯାଇଛି । ଏଥିସହ ସେ ପ୍ଲେୟାର ଅଫ ଦ ଟୁର୍ଣ୍ଣାମେଣ୍ଟ ଟାଇଟଲ ମଧ୍ୟ ହାସଲ କରିଛନ୍ତି । ପୁରା ଟୁର୍ଣ୍ଣାମେଣ୍ଟରେ ଉଭୟ ବ୍ୟାଟିଂ ଓ ବୋଲିଂରେ ତାଙ୍କ ପ୍ରଦର୍ଶନ ବେଶ ଉଚ୍ଚକୋଟୀର ଥିଲା । ଏହି ଟୁର୍ଣ୍ଣାମେଣ୍ଟରେ ସେ ୩୦୯ ରନ ସଂଗ୍ରହ କରିଥିବା ବେଳେ ୭ଟି ଓ୍ବିକେଟ ହାସଲ କରିଛନ୍ତି ।

State

ଓଡ଼ିଶା ଗସ୍ତରେ ଷୋଡ଼ଶ ଅର୍ଥ କମିଶନ

Blog Thumbnail

ଦ କୁଇଭର ବ୍ୟୁରୋ :- ଫେବ୍ରୁଆରୀ ୪ ରୁ ୭ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ଗସ୍ତରେ ଆସିବେ ଷୋଡ଼ଶ ଅର୍ଥ କମିଶନ । ଗସ୍ତ ସମୟରେ କମିଶନଙ୍କ ଆଗରେ ରାଜ୍ୟ ସରକାର ଆଗାମୀ ୫ବର୍ଷ ଲାଗି କଣ ଦାବି ରଖୁଛନ୍ତି ତାକୁ ନେଇ ଚର୍ଚ୍ଚା, ଆଲୋଚନା ଆରମ୍ଭ ହୋଇଯାଇଛି । ମିଳିଥିବା ସୂଚନା ଅନୁସାରେ ଷୋଡ଼ଶ ଅର୍ଥ କମିଶନରେ ଦାବି ସମ୍ଭାବନା । ୨ ଲକ୍ଷ ୫୬ ହଜାର ୧୪୮ କୋଟି ଟଙ୍କା ଦାବି ରଖିବେ ସରକାର । ଏହାକୁ ରାଜ୍ୟ କ୍ୟାବିନେଟରେ ମଞ୍ଜୁରୀ ମିଳିସାରିଛି ।ପ୍ରାକୃତିକ ବିପର୍ଯ୍ୟୟ ଲାଗି ସ୍ୱତନ୍ତ୍ର ପ୍ୟାକେଜ ଦାବି ହେବ । ଗ୍ରମାଞ୍ଚଳକୁ ଉନ୍ନତ କରିବା ପାଇଁ ସମସ୍ତ ଅଞ୍ଚଳରେ ନେଟୱର୍କ ସଂଯୋଗ ପରି କେତେକ ଗୁରୁତ୍ୱପୂର୍ଣ୍ଣ ଦାବି ରଖିପାରନ୍ତି ସରକାର । ସେପଟେ ରାଜ୍ୟ ଅର୍ଥ କମିଶନ ଗଠନରେ ବିଳମ୍ବ ହୋଇଥିବା କାରଣରୁ ରାଜ୍ୟ ସରକାରଙ୍କ ଦାବି ଉପରେ ପ୍ରଶ୍ନ ଉଠାଇଛନ୍ତି ବିରୋଧୀ । ପ୍ରାକୃତୀକ ଦୁର୍ବିପାକ ପ୍ରବଣ ଓଡ଼ିଶାକୁ ସ୍ୱତନ୍ତ୍ର ଅନୁଦାନ ଦାବି କରିଆସୁଥିଲେ ପୂର୍ବ ବିଜେଡି ସରକାର । ହେଲେ ତାହାକୁ ଅଣଦେଖା କରିଆସୁଥିଲେ କେନ୍ଦ୍ରରେ ବିଜେପି ସରକାର । ଏଥର ଷୋଡଶ ଅର୍ଥ କମିଶନରୁ ଅଧିକ ଆଶା ରଖିଛି ଓଡ଼ିଶା । କାରଣ ରାଜ୍ୟରେ ପ୍ରଥମଥର ପାଇଁ ଡବଲ ଇଞ୍ଜିନ ସରକାର ହୋଇଛି ଏବଂ ରାଜ୍ୟ ସ୍ୱାର୍ଥକୁ ଅଧିକ ଗୁରୁତ୍ୱ ମିଲିବ ବୋଲି ଆଶା କରାଯାଉଛି ।

National

ଆଜି ସରସ୍ବତୀ ପୂଜା ବା ବସନ୍ତ ପଞ୍ଚମୀ

Blog Thumbnail

ଦ କୁଇଭର ବ୍ୟୁରୋ :- ଆଜି ମା’ ସରସ୍ବତୀଙ୍କ ଆରଧନାର ଦିନ । ପୌରାଣିକ ମାନ୍ୟତା ଅନୁସାରେ, ବସନ୍ତ ପଞ୍ଚମୀ ଦିନ ମା’ ସରସ୍ୱତୀଙ୍କ ସର୍ଜନା ହୋଇଥିଲା । ତେଣୁ ଏହି ଦିନକୁ ବସନ୍ତ ପଞ୍ଚମୀ ମଧ୍ୟ କୁହାଯାଏ । ମାଘ ମାସ ଶୁକ୍ଳ ପଞ୍ଚମୀ ତିଥିରେ ବସନ୍ତ ପଞ୍ଚମୀ ବା ସରସ୍ୱତୀ ପୂଜା ପାଳନ କରାଯାଇଥାଏ।ଦେବୀ ସରସ୍ବତୀ ହେଉଛନ୍ତି ବିଦ୍ୟାର ଅଧିଷ୍ଠାତ୍ରୀ ଦେବୀ । ସେ ହେଉଛନ୍ତି ବିଦ୍ୟାର ଭଣ୍ଡାର । ମା’ଙ୍କୁ ପ୍ରଜ୍ଞା,ମେଧା, ବୁଦ୍ଧି,ସାହିତ୍ୟ,ସଙ୍ଗୀତ,କଳା ଓ ପ୍ରଯୁକ୍ତି ବିଦ୍ୟାର ଅଧିଷ୍ଠାତ୍ରୀ ଦେବୀ ବୋଲି ବିବେଚନା କରାଯାଏ । ସେ ମହାବିଦ୍ୟା, ମହାବାଣୀ, ଭାରତୀ, ବାକ୍, ଆର୍ଯ୍ୟା, ବ୍ରାହ୍ମୀ, କାମଧେନୁ, ବେଦଗର୍ଭା, ଧୀଶ୍ୱରୀ, ବୁଦ୍ଧିଦାତ୍ରୀ ଆଦି ଅନେକ ନାମରେ ପରିଚିତ ।ଶାସ୍ତ୍ର ଅନୁସାରେ, ଏହି ଦିନ ମା’ ସରସ୍ୱତୀଙ୍କୁ ପୂଜା କଲେ ବାଗ୍‌ବାଦୀନି ପ୍ରସନ୍ନ ହୋଇଥାନ୍ତି । ପୂଜା ସମୟରେ ମାଙ୍କୁ ହଳଦୀ ରଙ୍ଗର ସାମଗ୍ରୀ ଲାଗି ହୋଇଥାଏ । ସରସ୍ବତୀଙ୍କ ପ୍ରିୟ ରଂଗ ହେଉଛି ହଳଦିଆ । ସେଥିପାଇଁ ଶ୍ରଦ୍ଧାଳୁମାନେ ମାଆଙ୍କ ମୂର୍ତ୍ତିକୁ ହଳଦିଆ କପଡ଼ାରେ ଢାଙ୍କି କରି ରଖିଥାନ୍ତି ଓ ମାଆଙ୍କୁ ହଳଦିଆ ରଙ୍ଗର ପୁଷ୍ପ ଦେଇ ପୂଜାର୍ଚ୍ଚନା କରିଥାନ୍ତି ।ପୌରାଣିକ କଥା ଅନୁସାରେ ଥରେ ବ୍ରହ୍ମା ସମଗ୍ର ବିଶ୍ୱ ଭ୍ରମଣରେ ବାହାରିଥିଲେ । ଏହି ସମୟରେ ସମଗ୍ର ବିଶ୍ୱ ଉଦାସୀନ ଥିବା ଦେଖିବାକୁ ପାଇଥିଲେ । ଏପରି ଦେଖିବା ପରେ ବ୍ରହ୍ମା ଭଗବାନ ବିଷ୍ଣୁଙ୍କ ନିକଟକୁ ଯାଇଥିଲେ । ଆଉ ବିଷ୍ଣୁଙ୍କ ଆଗରେ ସମସ୍ତ କଥାକୁ ପରିପ୍ରକାଶ କରିଥିଲେ । ଏହା ଶୁଣିବା ପରେ ବିଷ୍ଣୁ ଭଗବାନ ବ୍ରହ୍ମାଙ୍କୁ କହିଥିଲେ କି ଆପଣ ଦେବୀ ସରସ୍ୱତୀଙ୍କ ନିକଟକୁ ଯାଆନ୍ତୁ । ଆପଣଙ୍କର ସମସ୍ତ ସମସ୍ୟାର ସମାଧାନ ସିଏ ହିଁ କରିପାରିବେ । ଏହା ସହିତ ବ୍ରହ୍ମ ନିଜ କମଣ୍ଡଳରୁ ଜଳ ପୃଥିବୀପୃଷ୍ଠକୁ ପାଣି ଛିଞ୍ଚାଡ଼ିଥିଲେ ।ଏହି ଜଳକଣା ପଡ଼ିବା ପରେ ହାତରେ ବୀଣା, ପୁସ୍ତକ, ଓ ମାଳା ଚାରି ହସ୍ତର ଶକ୍ତି ଉଭା ହୋଇଥିଲେ । ବ୍ରହ୍ମା ବୀଣାର ତାରକୁ ଛୁଇଁବା ପରେ ସମଗ୍ର ବିଶ୍ୱରେ ଏକ ହସଖୁସିର ଲହରୀ ଖେଳିଯାଇଥିଲା । ଏହା ସହିତ ପୃଥିବୀ ପୃଷ୍ଠରେ ସମସ୍ତ ଜୀବଜଗତ ସକ୍ରିୟ ହୋଇ ଉଠିଥିଲେ । ଆଉ ସେବେଠାରୁ ଏହି ବସନ୍ତ ପଞ୍ଚମୀ ତିଥିରେ ମା ସରସ୍ୱତୀଙ୍କ ପୂଜାର୍ଚ୍ଚନା କରାଯାଏ ।ସରସ୍ୱତୀଙ୍କ ବିନା ସିଦ୍ଧି ଓ ବିଦ୍ୟାଲାଭ ଅସମ୍ଭବ । ସକଳ କ୍ଷେତ୍ରରେ ସଫଳତା ଓ ବିଦ୍ୟାର୍ଜନରେ ଯଶସ୍ୱୀ ହେବା ପାଇଁ ବିଦ୍ୟାଜନନୀ ସରସ୍ୱତୀଙ୍କ ପାଦପଦ୍ମରେ ମନପ୍ରାଣ ଅର୍ପଣ କରିବା ଉଚିତ । ବାଣୀ ଓ ବିଦ୍ୟାର ଅଧିଷ୍ଠାତ୍ରୀ ଦେବୀ ମା ସରସ୍ବତୀ ସୁଶୋଭିତ ପୁଷ୍ପମାଲ୍ୟ, ଘଣ୍ଟ, ଘଣ୍ଟା, ଶଙ୍ଖ ଆଦି ବାଦ୍ୟବାଦନ ମଧ୍ୟରେ ପୂଜିତ ହୁଅନ୍ତି । ଭୋଗ ଆକାରରେ ଖଇ, ଉଖୁଡ଼ା, ନଡ଼ିଆ ଫଳ ଆଦି ବଢ଼ାଯାଇଥାଏ ।ଶିକ୍ଷାନୁଷ୍ଠାନ,ଘର, କୋଚିଂ ସେଣ୍ଟର ଓ ମୂର୍ତ୍ତି କାରିଗର ମାନେ ମାଙ୍କ ଆବାହନ ପାଇଁ ବିଶେଷ ଆୟୋଜନ କରିଥାନ୍ତି । କିନ୍ତୁ କୋରୋନା ମହାମାରୀ ଯୋଗୁଁ ଚଳିତଥର ସରକାରଙ୍କ କୋରୋନା ଗାଇଡଲାଇନ ଅନୁସାରେ ସମସ୍ତ ଶିକ୍ଷାନୁଷ୍ଠାନ ପାଳନ ହେବ । ଅଳ୍ପ ସଂଖ୍ୟକ ଛାତ୍ରଛାତ୍ରୀଙ୍କୁ ନେଇ କରାଯାଇପାରିବ ସରସ୍ବତୀ ପୂଜା । ସ୍କୁଲ, ଶିକ୍ଷାନୁଷ୍ଠାନ ଛଡ଼ା ଅନ୍ୟ କେଉଁଠି ସରସ୍ବତୀ ପୂଜାକୁ ବାରଣ କରାଯାଇଛି। ଘରେ ରହି ପରିବାର ସହ ସରସ୍ବତୀ ପୂଜା ପାଳନ ପାଇଁ ପରାମର୍ଶ ଦିଆଯାଇଛି ।

State

ଫେବ୍ରୁଆରୀ ୮ରେ ମିଳିବ ୪ର୍ଥ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା

Blog Thumbnail

ଦ କୁଇଭର ବ୍ୟୁରୋ :- 'ସୁଭଦ୍ରା’ ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଚତୁର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା ନେଇ ବଡ଼ ଅପଡେଟ୍‌ ଦେଲେ ଉପମୁଖ୍ୟମନ୍ତ୍ରୀ । ଫେବ୍ରୁଆରୀ ୮ରେ ମିଳିବ ୪ର୍ଥ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା । ଚତୁର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା ଯାଜପୁରରେ ବଣ୍ଟନ କରାଯିବ ବୋଲି ପ୍ରଭାତୀ ପରିଡ଼ା କହିଛନ୍ତି । ସେହିପରି ଫେବ୍ରୁଆରୀ ୩ ଓ ୪ ତାରିଖରେ ବ୍ୟାଙ୍କରେ NPCI ଚେକ୍‌ କରିପାରିବେ । ଛୋଟଛୋଟ ସମସ୍ୟାକୁ ବ୍ୟାଙ୍କ ଯାଇ ତୁରନ୍ତ ସମାଧାନ କରନ୍ତୁ ବୋଲି ପ୍ରଭାତୀ ପରିଡ଼ା କହିଛନ୍ତି ।

Shree Jagannath,State

ଆଜି ପୁଣି ମୁଖ୍ୟମନ୍ତ୍ରୀଙ୍କ ଲୋକଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ

Blog Thumbnail

ଭୁବନେଶ୍ୱର( ଦ କୁଇଭର ):- ଆଜି ପୁଣି ମୁଖ୍ୟମନ୍ତ୍ରୀଙ୍କ ଲୋକଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଏଥିଲାଗି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକେଷ୍ଠରେ ଲୋକେ ପହଞ୍ଚିଲେଣି। ସେମାନେ ନିଜ ନିଜ ଅଭିଯୋଗର ସମାଧାନ ଆଶା ନେଇ ଦୂରଦୂରାନ୍ତରୁ ପହଞ୍ଚିଛନ୍ତି। ହଜାର ଲୋକ ଅଭିଯୋଗ ଶୁଣାଣି ପାଇଁ ପଞ୍ଜୀକରଣ କରିଥିବା ଜଣାଯାଇଛି।ସୂଚନାଯୋଗ୍ୟ, ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ। ମୁଖ୍ୟମନ୍ତ୍ରୀ ଓ ମନ୍ତ୍ରିମଣ୍ଡଳର ସଦସ୍ୟମାନେ ସମସ୍ତଙ୍କ ଅଭିଯୋଗକୁ ଗୁରୁତ୍ୱ ଦେଇ ଶୁଣୁଛନ୍ତି। ସମାଧାନ ପାଇଁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ଉପସ୍ଥିତ ବରିଷ୍ଠ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଉଛି।


ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଗତ ବର୍ଷ ଶେଷ ସୁଦ୍ଧା ବ୍ୟକ୍ତିଗତ ଓ ଗୋଷ୍ଠୀଗତ ଭାବେ ୩୦ ହଜାରରୁ ୩୫ ହଜାର ଅଭିଯୋଗକାରୀ ସେମାନଙ୍କ ସମସ୍ୟା ନେଇ ଅଭିଯୋଗ ପ୍ରକୋଷ୍ଠକୁ ଆସିଛନ୍ତି। ଜୁଲାଇ ପହିଲାରେ ହୋଇଥିବା ପ୍ରଥମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ୮୮% ଅଭିଯୋଗର ସମାଧାନ ହୋଇଛି। ଜୁଲାଇ ୧୫ ତାରିଖରେ ୮୪%, ଅଗଷ୍ଟ ୫ରେ ୮୨%, ସେପ୍ଟେମ୍ବର ୨୩ରେ ୮୦%, ଅକ୍ଟୋବର ୨୧ତାରିଖରେ ୭୭% ଓ ଡିସେମ୍ବର ୧୬ ତାରିଖରେ ହୋଇଥିବା କାର୍ଯ୍ୟକ୍ରମରେ ୧୬ % ଅଭିଯୋଗର ସମାଧାନ କରାଯାଇଛି। ବାକି ରହିଥିବା ଅଭି‌ଯୋଗଗୁଡ଼ିକର ଖୁବଶୀଘ୍ର ସମାଧାନ କରାଯିବ। ପ୍ରତି ଜିଲ୍ଲାରେ ମଧ୍ୟ ଜିଲ୍ଲାପାଳଙ୍କ ଜରିଆରେ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଜାରି ରହିଛି।

State

ବାଇକ ଚୋରା ରାକେଟର ପର୍ଦ୍ଦାଫାଶ, ମାଷ୍ଟର ମାଇଣ୍ଡ ସହ ୬ ଗିରଫ, ୫ଟି ଚୋରା ବାଇକ ଉଦ୍ଧାର

Blog Thumbnail

ଯୋଡ଼ା( ଦ କୁଇଭର ):- କେନ୍ଦୁଝର ଜିଲ୍ଲା ଯୋଡ଼ା ପୋଲିସ ଏକ ଚୋରା ବାଇକ୍ ରାକେଟର ପର୍ଦ୍ଦାଫାଶ କରି ଏଥିରେ ସଂପୃକ୍ତ ୬ ଅଭିଯୁକ୍ତଙ୍କୁ ଗିରଫ ସହ ୫ଟି ଚୋରା ବାଇକ ଉଦ୍ଧାର କରିଛି। ସୂଚନାନୁସାରେ ଯୋଡା ସହରର ଆମବାଗାନଠାରେ ରହୁଥିବା ବି. ଜୟ ରାମ ରେଡ୍ଡୀଙ୍କ ଘରୁ ବାଇକ ଚୋରି ହୋଇଥିବା ବେଳେ ଯୋଡାରୁ ଚୋରି ବାଇକ ଚମ୍ପୁଆ ଥାନାରେ ଜବତ ହୋଇ ଥିଲା। ଏହି ବାଇକ ଚୋରା ରାକେଟର ମାଷ୍ଟର ମାଇଣ୍ଡ ଯୋଡା ଵାଚୁ ହାଟିଂରୁ ଗିରଫ ହେବା ପରେ ଏହି ରାକେଟରେ ସଂପୃକ୍ତ ଥିବା ଅନ୍ୟ ୫ଜଣଙ୍କୁ ଯୋଡା ପୋଲିସ ଗିରଫ କରିଛି। ଏହା ବ୍ୟତୀତ ପୋଲିସ ଚଢାଉ ବେଳେ ସଦର ଥାନାରୁ ଚୋରି ହୋଇଥିବା ଗୋଟିଏ ବାଇକ ସହ ମୋଟ ୫ଟି ଚୋରା ବାଇକ ମଧ୍ୟ ଉଦ୍ଧାର କରିଛି। ଏହି ଚୋରମାନେ ଚୋରା ବାଇକରେ ଜାଲ ନମ୍ବର ଲଗାଇ ରାଜ୍ୟ ବାହାରେ କମ୍ ଦାମରେ ବିକ୍ରି କରୁଥିବା ପୋଲିସର ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି।

National

ମହାକୁମ୍ଭରେ ବସନ୍ତୀ ପଞ୍ଚମୀରେ ଅମୃତସ୍ନାନ : ତ୍ରିବେଣୀ ସଂଗମରେ ବୁଡ଼ ପକାଇଲେ ଲକ୍ଷ ଲକ୍ଷ ସାଧୁ ସନ୍ଥ

Blog Thumbnail

ପ୍ରୟାଗରାଜ( ଦ କୁଇଭର ):- ମହାକୁମ୍ଭରେ ବସନ୍ତ ପଞ୍ଚିମୀ ଅମୃତସ୍ନାନ ଆରମ୍ଭ ହୋଇଯାଇଛି । ହଜାର ହଜାର ସାଧୁ ସନ୍ଥ ଓ ଶ୍ରଦ୍ଧାଳୁ ପ୍ରୟାଗରାଜର ସଙ୍ଗମସ୍ଥଳରେ ଆସ୍ଥା ଓ ବିଶ୍ୱାସର ପବିତ୍ର ବୁଡ ପକାଇଛନ୍ତି । ପ୍ରୟାଗରାଜ ପାଲଟିଯାଇଛି ଜନ ସମୁଦ୍ର l ସେପଟେ ମହାକୁମ୍ଭରେ ଦଳାଚକଟା ପରେ ସତର୍କ ହୋଇଛନ୍ତି ଯୋଗୀ ସରକାର l ଏଥର ଭିଡ ନିୟନ୍ତ୍ରଣ ପାଇଁ ଅପରେସନ ଇଲେଭେନ ନାଁରେ ସ୍ୱତନ୍ତ୍ର ଯୋଜନା କରିଛନ୍ତି l ଶ୍ରଦ୍ଧାଳୁଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ୱାନ-ୱେ ରୁଟ ପ୍ରସ୍ତୁତ କରାଯାଇଛି। ଯେପରି ସାଧୁସନ୍ଥ ଓ ଶ୍ରଦ୍ଧାଳୁ ଶାନ୍ତି ଶୃଙ୍ଖଳାରେ ମହାସ୍ନାନ କରିବେ ତା ଉପରେ ଗୁରୁତ୍ୱ ଦିଆଯାଇଛି ଓ ବ୍ୟରିକେଡ ସଂଖ୍ୟା ବଢ଼ାଇ ଦିଆଯାଇଛି । ବସନ୍ତ ପଞ୍ଚମୀ ମହାସ୍ନାନ ପୂର୍ବରୁ କେବଳ ରବିବାର ୧ କୋଟି ୨୯ ଲକ୍ଷ ଶ୍ରଦ୍ଧାଳୁ ପବିତ୍ର ବୁଡ଼ ପକାଇଥିଲେ l ସେହିପରି ରବିବାର ସୁଦ୍ଧା ୩୫କୋଟିରୁ ଅଧିକ ଶ୍ରଦ୍ଧାଳୁ ବୁଡ଼ ପକାଇଛନ୍ତି । ମାନ୍ୟତା ଅନୁସାରେ ମହାକୁମ୍ଭ ବସନ୍ତ ପଞ୍ଚମୀର ଅମୃତସ୍ନାନ ୧୪୪ ବର୍ଷ ପରେ ପଡିଛି ଏହି ସଂଯୋଗ । ମହାକୁମ୍ଭ ଅମୃତସ୍ନାନରେ ବୁଡ଼ ପକାଇଲେ ମତା ସରସ୍ୱତୀଙ୍କ ବରଦାନ ପାଇବା ସହ ଜ୍ଞାନ ଓ ଶକ୍ତି ପ୍ରାପ୍ତ ହୋଇଥାଏ ବୋଲି ବିଶ୍ୱାସ ରହିଛି ।

Sports

ଆଜିଠୁ ଅଫ୍‌ଲାଇନ ଟିକଟ ବିକ୍ରି

Blog Thumbnail

କଟକ( ଦ କୁଇଭର ):- ଆଜିଠୁ ଆରମ୍ଭ ହେବ ଅଫ୍‌ଲାଇନ ଟିକଟ ବିକ୍ରି । କାଉଣ୍ଟରରେ ପ୍ରାୟ ୧୨ ହଜାର ଟିକଟ ବିକ୍ରି ହେବାର ଯୋଜନା ରହିଛି । ବିରାଟ କୋହଲି, ରୋହିତ ଶର୍ମା, ଜୋସ ବଟଲରଙ୍କ ଭଳି ଖେଳାଳି ଆସୁଥିବାରୁ ଦର୍ଶକଙ୍କ ମଧ୍ୟରେ ପ୍ରବଳ ଉତ୍ସାହ ରହିଛି । ଅନଲାଇନ୍‌ରେ ଟିକଟ କିଣିପାରିନଥିବା କ୍ରିକେଟ୍‌ପ୍ରେମୀ ଅଫ୍‌ଲାଇନ୍‌ରେ କିଣିବାକୁ ଆଶା ବାନ୍ଧିଛନ୍ତି । ଟିକେଟ ବିକ୍ରି ପାଇଁ ଚଳିତଥର ୪ଟି ଟିକେଟ କାଉଣ୍ଟର କରାଯାଇଛି । ଭିଡ଼ ନିୟନ୍ତ୍ରଣଠାରୁ ଆରମ୍ଭ କରି ବାରବାଟୀ ଷ୍ଟାଡିୟମର ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି । ଆଜି ସକାଳ ୯ଟାରୁ ଟିକେଟ ବିକ୍ରି ଆରମ୍ଭ ହେବାକୁ ଥିବାବେଳେ ଏହାର ଗୋଟିଏ ଘଣ୍ଟା ପୂର୍ବରୁ ଅର୍ଥାତ ସକାଳ ୮ଟା ବେଳେ ହିଁ ଧାଡି ବାନ୍ଧିବା ପାଇଁ ଦର୍ଶକଙ୍କୁ ଅନୁମତି ଦିଆଯିବ । ସ୍ପେସାଲ ଏନ୍‌କ୍ଲୋଜର, ଏସି ଗ୍ୟାଲେରି, ନ୍ୟୁ ପାଭିଲିୟନ ଓ କର୍ପୋରେଟ ବକ୍ସ ଭଳି ଟିକେଟକୁ ହର୍ସ ଗେଟ କାଉଣ୍ଟରରେ ବିକ୍ରି ହେବାକୁ ଥିବାବେଳେ କିଲଖାନା ଲେନ ଅନ୍ୟ ସମସ୍ତ ଗ୍ୟାଲେରୀ ଟିକେଟକୁ ବିକ୍ରି କରାଯିବ ।


ପ୍ରଥମ ଥର ପାଇଁ ମହିଳା ଦର୍ଶକଙ୍କ ପାଇଁ ଏକ ସ୍ୱତନ୍ତ୍ର କାଉଣ୍ଟର କରାଯାଇଛି । ବାରବାଟୀରେ ଖେଳାଯିବାକୁ ଥିବା ଦିନିକିଆ ମ୍ୟାଚ ପାଇଁ ୫ଟି ସ୍ଥାନରେ ପାର୍କିଂ ବ୍ୟବସ୍ଥା କରାଯାଇଛି । ପ୍ରାୟ ୨୫ ହଜାର ଗାଡି ପାର୍କିଂ ପାଇଁ ବ୍ୟବସ୍ଥା କରାଯାଉଛି । ଏହା ବ୍ୟତୀତ ଦର୍ଶକଙ୍କୁ ବିକ୍ରି ହେବାକୁ ଥିବା ଖାଦ୍ୟକୁ ଉପଯୁକ୍ତ ମୂଲ୍ୟରେ ବିକ୍ରି କରାଯିବ ଏବଂ ଖାଦ୍ୟର ମାନ ପାଇଁ ୫ ଜଣ ଅଧିକାରୀଙ୍କୁ ଦାୟିତ୍ୱ ଦିଆଯାଇଛି । ଏନେଇ ମଙ୍ଗଳବାର କେନ୍ଦ୍ରାଞ୍ଚଳ ରାଜସ୍ବ ଆୟୁକ୍ତଙ୍କ ଅଧ୍ୟକ୍ଷତାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ ଏହି ନିଷ୍ପତି ନିଆଯାଇଛି । ତେବେ କେନ୍ଦ୍ରାଞ୍ଚଳ ଆରଡିସି ବି.ପରମେଶ୍ବରନଙ୍କ ସଭାପତିତ୍ବରେ ହୋଇଥିବା ବୈଠକରେ କଟକ ଜିଲ୍ଲାପାଳ, କଟକ ଡିସିପି, ଅତିରିକ୍ତ ପୋଲିସ କମିଶନର ଓ ଓସିଏ ପଦାଧିକାରୀ ଯୋଗ ଦେଇ ମ୍ୟାଚ୍ ସୁପରିଚାଳନା ନେଇ ଆଲୋଚନା କରିଛନ୍ତି ।

National,Politics

ବିଜେପିରେ ମିଶିଲେ ଆପରୁ ଇସ୍ତଫା ଦେଇଥିବା ୮ ବିଧାୟକ

Blog Thumbnail

ଦ କୁଇଭର ବ୍ୟୁରୋ :- ଫେବୃଆରୀ ୫ ତାରିଖରେ ହେବାକୁ ଥିବା ଦିଲ୍ଲୀ ବିଧାନସଭା ନିର୍ବାଚନ ପୂର୍ବରୁ ଶନିବାର ଦିନ ଆମ ଆଦମୀ ପାର୍ଟିର ୮ ଜଣ ବିଧାୟକ ବିଜେପିରେ ଯୋଗ ଦେଇଛନ୍ତି। କାରଣ ଅରବିନ୍ଦ କେଜ୍ରିୱାଲଙ୍କ ଦଳ ଏହି ସମସ୍ତ ବିଧାୟକଙ୍କୁ ଟିକେଟ୍ ଦେବାକୁ ମନା କରିଦେଇଥିଲା।


ସୂଚନା ଅନୁଯାୟୀ, ବିଜେପିରେ ଯୋଗ ଦେଇଥିବା ବିଧାୟକମାନେ ହେଲେ ଭାବନା ଗୌଡ (ପାଲମ), ରୋହିତ ମେହରୌଲିଆ (ତ୍ରିଲୋକପୁରୀ), ଗିରିଶ ସୋନି (ମାଦିପୁର), ମଦନ ଲାଲ (କସ୍ତୁରବା ନଗର), ରାଜେଶ ଋଷି (ଉତ୍ତମ ନଗର), ବି ଏସ ଜୁନ (ବିଜୱାସନ), ନରେଶ ଯାଦବ (ମହରୌଲି) ଏବଂ ପବନ ଶର୍ମା (ଆଦର୍ଶ ନଗର)।ଏହା ପୂର୍ବରୁ ଆମ ଆଦମୀ ପାର୍ଟିର ପୂର୍ବତନ ବିଧାୟକ ବିଜେନ୍ଦ୍ର ଗର୍ଗ ଏବଂ ଅନେକ ନେତା ମଧ୍ୟ ବିଜେପିରେ ଯୋଗ ଦେଇଥିଲେ। ବିଜେପିର ରାଷ୍ଟ୍ରୀୟ ଉପାଧ୍ୟକ୍ଷ ଏବଂ ଦଳର ଦିଲ୍ଲୀ ପ୍ରଭାରୀ ବୈଜୟନ୍ତ ପଣ୍ଡା, ରାଜ୍ୟ ସଭାପତି ବୀରେନ୍ଦ୍ର ସଚଦେବାଙ୍କ ଉପସ୍ଥିତିରେ ଏମାନେ ସମସ୍ତେ ବିଜେପିରେ ଯୋଗ ଦେଇଛନ୍ତି।


ବିଜେପିରେ ଯୋଗଦେବାର ଗୋଟିଏ ଦିନ ପୂର୍ବରୁ ସମସ୍ତ ୮ ବିଧାୟକ ଆମ ଆଦମୀ ପାର୍ଟି ଉପରେ ଦୁର୍ନୀତି ଏବଂ ଭ୍ରଷ୍ଟାଚାରର ଅଭିଯୋଗ ଲଗାଇଥିଲେ। ଏପରିକି ଦଳ ଏହାର ବିଚାରଧାରାରୁ ପଥଭ୍ରଷ୍ଟ ହେବାର ମଧ୍ଯ ଅଭିଯୋଗ ଆଣିଥିଲେ। ତେବେ ଗତ ଶୁକ୍ରବାର ଏହି ବିଧାୟକ ମାନେ ଆପର ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଇଥିଲେ।

State

ବଢିଲା ଅଗ୍ନିଶମ କର୍ମଚାରୀଙ୍କ ଭତ୍ତା : ରାଜ୍ୟ ସରକାର

Blog Thumbnail

ଦ କୁଇଭର ବ୍ୟୁରୋ :- ଅଗ୍ନିଶମ କର୍ମଚାରୀଙ୍କ ଭତ୍ତା ବୃଦ୍ଧି କଲେ ରାଜ୍ୟ ସରକାର । ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି । ବିଭିନ୍ନ ପରିସ୍ଥିତିରେ ଲୋକଙ୍କୁ ତ୍ୱରିତ ସେବା ଯୋଗାଉଥିବା ଅଗ୍ନିଶମ କର୍ମଚାରୀଙ୍କ କଲ୍ୟାଣ ପାଇଁ ଘରଭଡ଼ା ପ୍ରଦାନ ସହ ସେମାନଙ୍କ ଭତ୍ତା ବୃଦ୍ଧି କରାଯାଇଛି । ଏହାଦ୍ଵାରା ୬୦୫୮ ଅଗ୍ନିଶମ କର୍ମଚାରୀ ଉପକୃତ ହେବେ ବୋଲି ଟ୍ୱିଟ ଯୋଗେ ମୁଖ୍ୟମନ୍ତ୍ରୀ କହିଛନ୍ତି । ତେବେ ଡାଏଟ ଭତ୍ତା ୯ ଶହରୁ ୧୪ ଶହକୁ ବଢ଼ିଲା,ମୋଟର ସାଇକେଲ୍‌ ଭତ୍ତା ୩ ଶହରୁ ୧୦୫୦ ଟଙ୍କାକୁ ବୃଦ୍ଧି ,ମୋବିଲିଟି ଭତ୍ତା ୧୫୦ରୁ ୩ ଶହ ଟଙ୍କାକୁ ବୃଦ୍ଧି,ରିସ୍କ ଭତ୍ତା ୪ ଶହରୁ ୧ ହଜାର ଟଙ୍କାକୁ ବଢ଼ିଲା l