ଦ କୁଇଭର ବ୍ୟୁରୋ :- କରୋନା ମହାମାରୀର ୫ ବର୍ଷ ପରେ ଚୀନ୍ରେ ପୁଣି ଆତଙ୍କ ଖେଳାଇଲାଣି ଆଉ ଏକ ରହସ୍ୟମୟ ଭାଇରସ୍ । ଏହି ଭାଇରସ୍ ର ନାଁ ହେଉଛି ‘ହ୍ୟୁମାନ ମେଟାନ୍ୟୁମୋ ଭାଇରସ୍’ ବା ଏଚଏମପିଭି । ଏହି ନୂଆ ଭୂତାଣୁକୁ ନେଇ ଏବେ ଚିନ୍ତାରେ ପଡିଛି ଚୀନ । ବର୍ତ୍ତମାନ ସୁଦ୍ଧା ଚୀନରେ ୭,୮୩୪ଟି ସଂକ୍ରମଣ ମାମଲା ସାମ୍ନାକୁ ଆସିଥିବା ବେଳେ ସେଥିମଧ୍ୟରୁ ୧୭୦ ଜଣଙ୍କ ମୃତ୍ୟୁ ହୋଇଥିବା ନେଇ ସୂଚନା ମିଳିଛି । ଏଥିରେ ଆକ୍ରାନ୍ତ ହୋଇ ଡାକ୍ତରଖାନାରେ ଭିଡ଼ ଜମିଥିବାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି ।
କରୋନା ଭଳି ଏଚଏମପିଭି ମଧ୍ୟ ଶ୍ବାସକ୍ରିୟାକୁ ସଂକ୍ରମିତ କରୁଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ ଏହି ଭୂତାଣୁ ଦ୍ରୁତବେଗରେ ସଂକ୍ରମିତ ହେଉଛି। ସଂକ୍ରମଣକୁ ନିୟନ୍ତ୍ରଣ କରିବା ଲାଗି ସରକାର ବ୍ୟାପକ ପଦକ୍ଷେପ ନେଇଛନ୍ତି। ଏପରି କି ଚୀନ ସରକାର ଏଥିପାଇଁ ଜରୁରୀପରିସ୍ଥିତି ଘୋଷଣା କରିଥିବା କେତେକ ସାମାଜିକ ଗଣମାଧ୍ୟମରେ କୁହାଯାଇଛି। ସଂକ୍ରମଣକୁ ନିୟନ୍ତ୍ରଣ କରିବା ପାଇଁ ଚୀନର କେତେକ ସ୍ଥାନକୁ କଣ୍ଟେନମେଣ୍ଟ ଜୋନ୍ ଚିହ୍ନଟ କରାଯାଇଛି। ଏପରିକି ବିଭିନ୍ନ ରାଜ୍ୟ ସୀମାକୁ ବନ୍ଦ କରାଯାଇଛି। ତେବେ ଏ ନେଇ ଚୀନ୍ ସରକାରଙ୍କ ପକ୍ଷରୁ କୌଣସି ସୂଚନା ଦିଆଯାଇନାହିଁ। ରିପୋର୍ଟ ଅନୁସାରେ, ଡିସେମ୍ବର ୧୬ରୁ ୨୨ ତାରିଖ ମଧ୍ୟରେ ଏହି ଭୂତାଣୁ ସଂକ୍ରମଣ ଆରମ୍ଭ ହୋଇଛି। ଚୀନର ରୋଗ ନିୟନ୍ତ୍ରଣ ଏବଂ ନିରୋଧକ ପ୍ରାଧିକରଣ ଏହି ମାମଲାର ଯାଞ୍ଚ କରିବା ସହ ଲ୍ୟାବ୍ ରିପୋର୍ଟିଂ ପାଇଁ ପ୍ରକ୍ରିୟା ଆରମ୍ଭ କରିଛି । ତେବେ ଏଥିରେ ଆକ୍ରାନ୍ତ ଲୋକଙ୍କର ଶ୍ୱାସକ୍ରିୟାରେ ସମସ୍ୟା ଦେଖାଦେଉଛି । ସଂକ୍ରମିତଙ୍କଠାରେ ଫ୍ଲୁ ଭଳି ଲକ୍ଷଣ ଦେଖାଯାଉଛି। କରୋନା ଭଳି ଜ୍ବର ଆସୁଥିବା କୁହାଯାଉଛି। ସ୍ବାସ୍ଥ୍ୟା ଅଧିକାରୀ ସ୍ଥିତି ଉପରେ ନଜର ରଖିଛନ୍ତି। ଏକ ମିଡିଆ ରିପୋର୍ଟ ଅନୁସାରେ ଏହି ଭାଇରାସ ପ୍ରଥମେ ୨୦୦୧ରେ ଚିହ୍ନଟ ହୋଇଥିଲା । ଏହା ସାଧାରଣତଃ ୧୪ ବର୍ଷରୁ କମ ବୟସର ପିଲା ମାନଙ୍କ ଠାରେ ଦେଖାଦିଏ ।
No comments yet.
State
ଭୁବନେଶ୍ୱର( ଦ କୁଇଭର ):- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଷ୍ଟମ ଅଭିଯୋଗ ଶୁଣାଣି ସୋମବାର ଅନୁଷ୍ଠିତ ହୋଇଯାଇଛି । ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମରେ ୧୦୦୦ ଦରଖାସ୍ତ ପଞ୍ଜିକୃତ ହୋଇଛି ଏବଂ ୭୦୦ ଅଭିଯୋଗ ଶୁଣି କାର୍ଯ୍ୟକରି କରିବାକୁ ବିଭିନ୍ନ ବିଭାଗକୁ ପଠାଯାଇଥିବା ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି l ତେବେ ଆଜି ଯାଏଁ ମୋଟ ୮୦୩୧ ଦରଖାସ୍ତ ମିଳିଥିବାବେଳେ ୬ ହଜାର ୫୪୫ ଅଭିଯୋଗର ସମାଧାନ ହୋଇଛି। ଯେତିକି ଅଭିଯୋଗ ଆସିଛି ବିଭିନ୍ନ ବିଭାଗ ସହ ଆଲୋଚନା କରି ସମାଧାନ କରାଯାଉଛି। ପ୍ରାୟ ୮୧ ପ୍ରତିଶତ ଅଭିଯୋଗର ସମାଧାନ ହୋଇଛି।ତେବେ ଭୁବନେଶ୍ୱର ନ ଆସି ଜିଲ୍ଲାପାଳଙ୍କ ନିକଟରେ ଅଭିଯୋଗ କରିବାକୁ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ଅପିଲ କରିଛନ୍ତି। ଭୁବନେଶ୍ୱର ଆସି ଅଯଥା ଖର୍ଚ୍ଚ ନକରି ଜିଲ୍ଲାସ୍ତରରେ ଅଭିଯୋଗ କରିବାକୁ ମୁଖ୍ୟମନ୍ତ୍ରୀ କହିଛନ୍ତି।
Shree Jagannath,State
ଭୁବନେଶ୍ୱର( ଦ କୁଇଭର ):- ଆଜି ପୁଣି ମୁଖ୍ୟମନ୍ତ୍ରୀଙ୍କ ଲୋକଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଏଥିଲାଗି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକେଷ୍ଠରେ ଲୋକେ ପହଞ୍ଚିଲେଣି। ସେମାନେ ନିଜ ନିଜ ଅଭିଯୋଗର ସମାଧାନ ଆଶା ନେଇ ଦୂରଦୂରାନ୍ତରୁ ପହଞ୍ଚିଛନ୍ତି। ହଜାର ଲୋକ ଅଭିଯୋଗ ଶୁଣାଣି ପାଇଁ ପଞ୍ଜୀକରଣ କରିଥିବା ଜଣାଯାଇଛି।ସୂଚନାଯୋଗ୍ୟ, ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ। ମୁଖ୍ୟମନ୍ତ୍ରୀ ଓ ମନ୍ତ୍ରିମଣ୍ଡଳର ସଦସ୍ୟମାନେ ସମସ୍ତଙ୍କ ଅଭିଯୋଗକୁ ଗୁରୁତ୍ୱ ଦେଇ ଶୁଣୁଛନ୍ତି। ସମାଧାନ ପାଇଁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ଉପସ୍ଥିତ ବରିଷ୍ଠ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଉଛି।
ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଗତ ବର୍ଷ ଶେଷ ସୁଦ୍ଧା ବ୍ୟକ୍ତିଗତ ଓ ଗୋଷ୍ଠୀଗତ ଭାବେ ୩୦ ହଜାରରୁ ୩୫ ହଜାର ଅଭିଯୋଗକାରୀ ସେମାନଙ୍କ ସମସ୍ୟା ନେଇ ଅଭିଯୋଗ ପ୍ରକୋଷ୍ଠକୁ ଆସିଛନ୍ତି। ଜୁଲାଇ ପହିଲାରେ ହୋଇଥିବା ପ୍ରଥମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ୮୮% ଅଭିଯୋଗର ସମାଧାନ ହୋଇଛି। ଜୁଲାଇ ୧୫ ତାରିଖରେ ୮୪%, ଅଗଷ୍ଟ ୫ରେ ୮୨%, ସେପ୍ଟେମ୍ବର ୨୩ରେ ୮୦%, ଅକ୍ଟୋବର ୨୧ତାରିଖରେ ୭୭% ଓ ଡିସେମ୍ବର ୧୬ ତାରିଖରେ ହୋଇଥିବା କାର୍ଯ୍ୟକ୍ରମରେ ୧୬ % ଅଭିଯୋଗର ସମାଧାନ କରାଯାଇଛି। ବାକି ରହିଥିବା ଅଭିଯୋଗଗୁଡ଼ିକର ଖୁବଶୀଘ୍ର ସମାଧାନ କରାଯିବ। ପ୍ରତି ଜିଲ୍ଲାରେ ମଧ୍ୟ ଜିଲ୍ଲାପାଳଙ୍କ ଜରିଆରେ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଜାରି ରହିଛି।
Shree Jagannath
ପୁରୀ ( ଦ କୁଇଭର ):- ବିଶ୍ୱପ୍ରସିଦ୍ଧ ରଥଯାତ୍ରା ୨୦୨୫ ପାଇଁ ପରମ୍ପରା ଅନୁଯାୟୀ ଶ୍ରୀପଞ୍ଚମୀରେ ରଥକାଠ ପୂଜା ହୋଇଛି । ତିନିରଥ ପାଇଁ ତିନିଖଣ୍ତ ଧଉରା କାଠ ଗଜପତି ମହାରାଜାଙ୍କ ରାଜଗୁରୁ ଓ ପୁରୋହିତଙ୍କ ଦ୍ୱାରା ପୂଜାର୍ଚ୍ଚନା କରିଥଲେ । ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ସମ୍ମୁଖରେ ଚୁନପାଣି ପଡ଼ି ପବିତ୍ର କରାଯିବା ପରେ ତିନୋଟି ଧଉରା କାଠର ମାଜଣା କରାଯାଇଥିଲା । ଏହା ପରେ ରାଜଗୁରୁ ଓ ପୁରୋହିତଙ୍କ ଦ୍ୱାରା କାଠ ତ୍ରୟର ପୂଜାର୍ଚ୍ଚନା ହୋଇଥଲା । ସେହିପରି ଆସନ୍ତା ରାମ ନବମୀ ତିଥିରେ ରଥ କାଠ ଚିରଟ ପ୍ରକ୍ରିୟା ଆରମ୍ଭ କରାଯିବାର ବିଧି ରହିଛି । ଆସନ୍ତା ଅକ୍ଷୟ ତୃତୀୟା ତିଥିରେ ରଥ ଖଳାରେ ରଥ ନିର୍ମାଣ ଅନୁକୂଳ ପରେ ତିନି ରଥର ନିର୍ମାଣ କାର୍ଯ୍ୟ ଆରମ୍ଭ ହେବ । ଚଳିତବର୍ଷ ୨୦୨୫ ରଥଯାତ୍ରା ପାଇଁ ପୁରୀରେ ପହଞ୍ଚି ସାରିଛି ପ୍ରଥମ ପର୍ଯ୍ୟାୟ ରଥକାଠ । ନୟାଗଡ ଦଶପଲ୍ଲା ରେଞ୍ଜରୁ ଆସିଛି ଏହି କାଠ । ରଥ ନିର୍ମାଣ ପାଇଁ ସମୁଦାୟ ୮୬୫ ଖଣ୍ଡ କାଠର ଆବଶ୍ୟକତା ରହିଥିବା ବେଳେ ପୂର୍ବରୁ ଶ୍ରୀମନ୍ଦିର ପ୍ରଶାସନ ପାଖରେ ବଳକା ରହିଛି ୫୧ ଖଣ୍ଡ କାଠ । ମୋଟ ୮୧୪ ଖଣ୍ଡ ଅସନ, ଧଉରା ଏବଂ ଫାସୀ କାଠର ଆବଶ୍ୟକତା ରହିଛି । ତେବେ ନୟାଗଡ ଦଶପଲ୍ଲା ରେଞ୍ଜରୁ ତିନୋଟି ଟ୍ରକରେ ପୁରୀରେ ଆସି ପହଞ୍ଚିଛି । ୧୦୧ ଖଣ୍ଡ ଧଉରା ଓ ଅସନ କାଠ ଆସିଛି । ଏଥିରେ ୫୩ ଖଣ୍ଡ ଧଉରା, ୪୮ ଖଣ୍ଡ ଅସନ କାଠ ରହିଛି । ପର୍ଯ୍ୟାୟ କ୍ରମେ ବାକି କାଠ ଆସି ପହଞ୍ଚିବ ।
Sports
କଟକ( ଦ କୁଇଭର ):- ବାରବାଟୀରେ କ୍ରିକେଟ କ୍ରେଜ୍ । ଅଧଘଣ୍ଟାରେ ଅଧା ଟିକେଟ ବିକ୍ରି lବାରବାଟୀରେ ଭାରତ-ଇଂଲଣ୍ଡ ଦିନିକିଆ ମ୍ୟାଚ୍ ପାଇଁ ଚାଲିଛି ଟିକେଟ୍ ବିକ୍ରି । ୪ଟାରେ ଅନଲାଇନ ଟିକେଟ ବିକ୍ରି ଆରମ୍ଭ ହୋଇଥିବା ବେଳେ ମାତ୍ର ଅଧଘଣ୍ଟା ମଧ୍ୟରେ ୨ ଓ ୪ ନମ୍ବର ଏହି ଦୁଇଟି ଗ୍ୟାଲେରିର ଟିକେଟ ବିକ୍ରି ହୋଇ ସାରିଛି । ମୋଟ୍ ୪ହଜାର ଟିକଟ୍ ଅନଲାଇନରେ ବିକ୍ରି କରିବାକୁ ଓସିଏ ସ୍ଥିର ରହିଛି । ଫେବ୍ରୁଆରି ୯ରେ ଖେଳାଯିବାକୁ ଥିବା ମ୍ୟାଚ୍ ପାଇଁ କ୍ରିକେଟପ୍ରେମୀ ଟିକେଟ୍ ବୁକ୍ କରୁଛନ୍ତି । ମୋବାଇଲ ଆପ୍ଲିକେସନ district by zomato କିମ୍ବା ଗୁଗଲ୍ ବ୍ରାଉଜରରେ zomato.in ଲଗ୍ ଇନ କରି ଟିକଟ୍ ବୁକ୍ କରିହେବ। ୫ ଓ ୬ ତାରିଖରେ କାଉଣ୍ଟର ଯାଇ ଦର୍ଶକ ଟିକେଟ କିଣି ପାରିବେ । ବାରବାଟୀ କ୍ରିକେଟ୍ ଷ୍ଟାଡିୟମରେ ଆସନ୍ତା ୯ ତାରିଖ ଦିନ ଭାରତ-ଇଂଲଣ୍ଡ ଦିନିକିଆ ଶୃଙ୍ଖଳାର ଦ୍ବିତୀୟ ମୁକାବିଲା ଖେଳାଯିବ ।
Health & lifestyle,State
ଗଜପତି ( ଦ କୁଇଭର ):- ଦୀର୍ଘ ୨୫ ବର୍ଷର ବିଜେଡି ସରକାରର ବିକାଶର ବିକଳ ଚିତ୍ର ପଦାକୁ ବାରମ୍ବାର ଆସୁଛି । ଏଠି ରାସ୍ତା ନଥିବାରୁ ଆମ୍ବୁଲାନ୍ସ ସେବାରୁ ବଞ୍ଚିତ ହେଉଛନ୍ତି ନିରୀହ ଆଦିବାସୀ । ଗଜପତି ଜିଲ୍ଲା ଆର.ଉଦୟଗିରି ବ୍ଲକ୍ ଶିଆଳିଲଟି ପଞ୍ଚାୟତ ତଇଲ ଗ୍ରାମର ଯୁରିଆ ନାୟକଙ୍କ ପତ୍ନୀ ସୁକାନ୍ତି ନାୟକଙ୍କ ସ୍ଵାସ୍ଥ୍ୟ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ଦୋଳା କରି ବୋହି ନେଉଛନ୍ତି ସଂପର୍କୀୟ ଲୋକେ । 5ଜି ଦୁନିଆରେ ମଧ୍ୟ ଲୋକେ ଏଭଳି ସମସ୍ୟା ଦେଇ ପ୍ରତିଦିନ ଗତିକରୁଛନ୍ତି , ସରକାର ରାଜ୍ୟ ତଥା ଦେଶ ବିକଶିତ ହେବାର ଡିଣ୍ଡିମ ପିଟୁଛନ୍ତି,ତେବେ କ'ଣ ସତରେ ଆମ ଦେଶ ତଥା ରାଜ୍ୟ ବିକଶିତ ହେଉଛି,!ଲୋକେ କ'ଣ ମୌଳିକ ସୁବିଧାରୁ ବଞ୍ଚିତ ହେଉନାହାନ୍ତି କି,ତେବେ ଦେଖାଯାଉ କେବେ ଏ ଅଭିଶପ୍ତ ଜୀବନରୁ ମୁକ୍ତି ପାଉଛନ୍ତି ଏ ନିରୀହ ଆଦିବାସୀ ଜନତା, ତା'କୁ ହିଁ ରହିଛି ସମସ୍ତଙ୍କ ଅପେକ୍ଷା l
Sports
ଦ କୁଇଭର ବ୍ୟୁରୋ :- ପୁଣି ଇତିହାସ ରଚିଲା ଭାରତୀୟ ମହିଳା ଟିମ୍ । ସୁପର ସଣ୍ଡେରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ମ୍ୟାଲେସିଆର ବାୟୁମାସ ଓଭାଲରେ ଆଇସିସି ମହିଳା ଅଣ୍ଡର-୧୯ ଟି ୨୦ ଓ୍ବାର୍ଲ୍ଡ କପ ଫାଇନାଲ ମ୍ୟାଚ ଅନୁଷ୍ଠିତ ହୋଇଯାଇଛି । ଏହି ମ୍ୟାଚରେ ଏକତରଫା ବିଜୟ ହାସଲ କରିବା ସହ ଦକ୍ଷିଣ ଆଫ୍ରିକାକୁ ୯ ଓ୍ବିକେଟରେ ହରାଇଛି ଭାରତୀୟ ମହିଳା ଟିମ୍ । ଭାରତ ଏହି ମୁକାବିଲାରେ ଦକ୍ଷିଣ ଆଫ୍ରିକାକୁ ୯ ଓ୍ବିକେଟରେ ହରାଇଛି । ଟସ୍ ହାରି ପ୍ରଥମେ ବୋଲିଂ କରିଥିଲା ଭାରତ । ନିର୍ଦ୍ଧାରିତ ୨୦ ଓଭରରେ ଦକ୍ଷିଣ ଆଫ୍ରିକାକୁ ମାତ୍ର ୮୨ ରନରେ ସୀମିତ ରଖିପାରିଥିଲା ଭାରତୀୟ ମହିଳା ଟିମ୍ । ଏହାପରେ ଓପନର ତ୍ରିଶା ଗୋଙ୍ଗାଡି ଓ ସାନିକା ଚାଲକେ ଯଥାକ୍ରମେ ୩୩ ବଲ ଖେଳି ୪୪ ରନ୍ ଓ ୨୨ ବଲ ଖେଳି ୨୬ ରନ କରି ମାତ୍ର ୧୧.୨ ଓଭରରେ ୮୪ ରନ ସଂଗ୍ରହ କରି ଟିମକୁ ଜିତ ଦେଇଥିଲେ ।ଭାରତର ଏହି ବିଜୟୀରେ ହିରୋ ସାଜିଛନ୍ତି ଅଲରାଉଣ୍ଡର ତ୍ରିଶା ଗୋଙ୍ଗାଡି । ସେ ଏହି ମ୍ୟାଚରେ ୩ଟି ଓ୍ବିକେଟ ହାସଲ କରିବା ସହ ୮୩ ରନକୁ ଲକ୍ଷ୍ୟ କରି ୪୪ରନ ସଂଗ୍ରହ କରି ଭାରତର ବିଜୟରେ ମହତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛନ୍ତି । ତ୍ରିଶାଙ୍କ ପ୍ରଦର୍ଶନ ପାଇଁ ତାଙ୍କୁ ପ୍ଲେୟାର ଅଫ ମ୍ୟାଚ କରାଯାଇଛି । ଏଥିସହ ସେ ପ୍ଲେୟାର ଅଫ ଦ ଟୁର୍ଣ୍ଣାମେଣ୍ଟ ଟାଇଟଲ ମଧ୍ୟ ହାସଲ କରିଛନ୍ତି । ପୁରା ଟୁର୍ଣ୍ଣାମେଣ୍ଟରେ ଉଭୟ ବ୍ୟାଟିଂ ଓ ବୋଲିଂରେ ତାଙ୍କ ପ୍ରଦର୍ଶନ ବେଶ ଉଚ୍ଚକୋଟୀର ଥିଲା । ଏହି ଟୁର୍ଣ୍ଣାମେଣ୍ଟରେ ସେ ୩୦୯ ରନ ସଂଗ୍ରହ କରିଥିବା ବେଳେ ୭ଟି ଓ୍ବିକେଟ ହାସଲ କରିଛନ୍ତି ।
National
ଦ କୁଇଭର ବ୍ୟୁରୋ :- "ରାଇଟ ଟୁ ଡାଏ ଆକ୍ଟ ୱିଥ ଡିଗନିଟି" ବା ସମ୍ମାନର ସହ ଇଚ୍ଛାମୃତ୍ୟୁ ଅଧିକାର ଲାଗୁ । ଦେଶର ପ୍ରଥମ ରାଜ୍ୟଭାବେ କର୍ଣ୍ଣାଟକ ସରକାର ନିର୍ଦ୍ଦେଶ ଲାଗୁ କରିଛନ୍ତି । ଅତ୍ୟଧିକ ଗମ୍ଭୀର ରୋଗରେ ପୀଡିତ ବା ଯେଉଁ ରୋଗରେ ଚିକିତ୍ସା ନାହିଁ ସେଭଳି ସ୍ଥିତିରେ ବ୍ୟକ୍ତି ସମ୍ମାନର ସହ ଇଚ୍ଛାମୃତ୍ୟୁ ଅଧିକାର ଅନୁସାରେ ନିଜ ଜୀବନ ତ୍ୟାଗ କରିପାରିବେ ।ନିକଟରେ ଏହି ପିଟିସନ ଉପରେ ଶୁଣାଣୀ କରି ସୁପ୍ରିମକୋର୍ଟ କର୍ଣ୍ଣାଟକ ସରକାରଙ୍କୁ ଅଧିକାର ଲାଗୁ କରିବାକୁ ଆଦେଶ ଦେଇଥିଲେ ।ଶନିବାର ଏହି ବାବଦରେ ସୋସିଆଲ ମିଡିଆ ଏକ୍ସରେ ପୋଷ୍ଟ କରି ସୂଚନା ଦେଇଛନ୍ତି କର୍ଣ୍ଣାଟକ ସ୍ବାସ୍ଥ୍ୟମନ୍ତ୍ରୀ । ତେବେ ଏହା ପାଇଁ ନିଦ୍ଦିଷ୍ଟ ନିୟମ ରହିଛି । ସମ୍ମାନଜନକ ଇଚ୍ଛାମୃତ୍ୟୁ ପାଇଁ ଟୁ-ଷ୍ଟେପ ମେଡିକାଲ ରିଭ୍ୟୁ ସିଷ୍ଟମ ଆବଶ୍ୟକ l ମୁଖ୍ୟତ ଲାଇଫ ସପୋର୍ଟ ସିଷ୍ଟମରେ ଥିବା ରୋଗୀଙ୍କ ପାଇଁ ଲାଗୁ ହେବ l ୩ଜଣ ସଦସ୍ୟଙ୍କୁ ନେଇ ଗଠିତ ଡାକ୍ତରୀଟିମ ରୋଗୀଙ୍କ ସ୍ବାସ୍ଥ୍ୟକୁ ନେଇ ପ୍ରଥମେ ନିରିକ୍ଷଣ କରିବେ l ଏନେଇ କୋର୍ଟଙ୍କୁ ଏକ ରିପୋର୍ଟ ଦେବେ କୋର୍ଟଙ୍କ ଆଦେଶ ମିଳିବା ପରେ ଇଚ୍ଛାମୃତ୍ୟୁକୁ ନେଇ ପ୍ରକ୍ରିୟା ଆରମ୍ଭ କରାଯିବ l ଏହା ପାଇଁ ରୋଗୀଙ୍କ ପରିବାରର ଅନୁମତି ବାଧ୍ୟତାମୂଳକ ଅଧିନିୟମ ୧୯୯୪ ଅନୁସାରେ ଏହାକୁ କାର୍ୟ୍ୟକାରୀ କରାଯିବ l ରାଜ୍ୟର ସମସ୍ତ ସରକାରୀ ଓ ଘରୋଇ ଡାକ୍ତରଖାନାରେ ଲାଗୁ କରାଯିବ l
State
ଗଜପତି( ଦ କୁଇଭର ):- ରାୟଗଡ଼ ଥାନା ଅନ୍ତର୍ଗତ ମାର୍ଲବା ଘାଟିରେ ଯାତ୍ରୀବାହୀ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି ଯେଉଁଥିରେ ୨୦ଆହତ, ୪ଗୁରୁତର ହୋଇଥିବା ସୂଚନା ମିଳିଛି । ଘାଟି ଓହ୍ଲାଇଥିବା ବେଳେ ବସଟି ଦୁର୍ଘଟଣାଗ୍ରସ୍ତ ହୋଇଛି । ସୂଚନା ପାଇବା ପରେ ଘଟଣାସ୍ଥଳରେ ପୁଲିସ ଓ ଅଗ୍ନିଶମ ବାହିନୀ ପହଂଚି ଉଦ୍ଧାର କାର୍ଯ୍ୟ କରିଥିଲେ । ବ୍ରହ୍ମପୁରରୁ ପାରଳାଖେମୁଣ୍ଡି ଅଭିମୁଖେ ଆସୁଥିଲା ଏହି ଯାତ୍ରୀବାହୀ ବସ। ପ୍ରତ୍ୟେକ ମାସରେ ଏହି ସ୍ଥାନରେ କିଛି ନା କିଛି ଛୋଟ ବଡ଼ ଦୁର୍ଘଟଣା ଘଟୁଥିବା ବେଳେ ମଙ୍ଗଳବାର ସେହି ସ୍ଥାନରେ ପୁଣି ଏହି ପ୍ରକାର ଦୁର୍ଘଟଣା ଘଟିଛି । କହିବାକୁ ଗଲେ ଏକ ବହୁତ୍ ବଡ଼ ଅଘଟଣ ରୁ ବର୍ତ୍ତି ଯାଇଛନ୍ତି ଯାତ୍ରୀମାନେ ।
State
ଭୁବନେଶ୍ୱର( ଦ କୁଇଭର ):- ଭକ୍ତକବି ମଧୁସୂଦନ ରାଓଙ୍କ ଜୟନ୍ତୀ ଅବସରରେ ତାଙ୍କ ରଚିତ ‘ବର୍ଣ୍ଣବୋଧ’ର ପୁନଃମୁଦ୍ରିତ ସଂସ୍କରଣ ଓ ଏହାର ଡ଼ିଜିଟାଲ କପି ଉନ୍ମୋଚିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ଅପରାହ୍ଣରେ ଏହାକୁ ଉନ୍ମୋଚନ କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି, ଯେତେବେଳେ ଭାରତ ସ୍ଵାଧୀନତା ଲାଭ କରିଥିଲା ସାକ୍ଷରତା ହାର ଥିଲା ମାତ୍ର ୧୨ ପ୍ରତିଶତ, ଅର୍ଥାତ ୧୯୦୦ ମସିହା ବେଳକୁ ଏହା ଏକକ-ଅଙ୍କ ବିଶିଷ୍ଟ ଥିଲା। ସେତେବେଳେ ଓଡ଼ିଆ ଭାଷାର ଆଉ ଏକ ସମସ୍ଯା ଥିଲା। ଯଦିଓ ଓଡ଼ିଆ ଭାଷା ଓ ସାହିତ୍ଯକୁ ଅନେକ ସାରସ୍ଵତ ସାଧକ ଋଦ୍ଧିମନ୍ତ କରିଥିଲେ, ତାହା ସାଧାରଣ ଜନତାଙ୍କ ଭାଷା ରୂପେ ଆଦୃତ ହୋଇପାରିନଥିଲା। କାରଣ, ଲିଖିତ ଓଡ଼ିଆ ଭାଷାର ଗଠନ, ଉଚ୍ଚାରଣ, ଲିଖନ ଏବଂ ଶୁଦ୍ଧତା ନିଶ୍ଚିତ ଭାବେ ଜଟିଳ ଥିଲା। ତେଣୁ, ଏତେ ସଂଖ୍ୟକ ଲୋକଙ୍କୁ ଶିକ୍ଷାଦାନ କରିବା ପାଇଁ ହେଲେ ପ୍ରଥମେ ଭାଷାକୁ ସରଳ ଭାବେ, ବୋଧଗମ୍ୟ ଭାବେ ପ୍ରସ୍ତୁତ କରିବାକୁ ହେବ। ଏହା ସହିତ ଭାଷାର ନିଜତ୍ଵ, ମୂଳ ସ୍ୱରୂପକୁ ରଖିବାକୁ ପଡ଼ିବ। ତେଣୁ, ଏହାର ସମାଧାନ କରିବା ପାଇଁ ଲେଖା ହୋଇଥିଲା ‘ବର୍ଣ୍ଣବୋଧ’। ଏହାର ରଚୟିତା ଭକ୍ତକବି ମଧୁସୂଦନ ରାଓ, ଅତି ଚମତ୍କାର ଭାବେ ଅକ୍ଷର, ବର୍ଣ୍ଣ, ଯୁକ୍ତାକ୍ଷର, ଶବ୍ଦ, ଶବ୍ଦ ଗଠନ, ବାକ୍ୟ ଗଠନକୁ କିପରି ସରଳ ଭାବେ କୋମଳମତି ଛାତ୍ରଛାତ୍ରୀଙ୍କୁ ଶିଖାଇ ହେବ ଏହି ପୁସ୍ତକରେ ପ୍ରତିପାଦିତ କରିଛନ୍ତି। ବର୍ଣ୍ଣବୋଧର ଭାଷା ଅତ୍ୟନ୍ତ ସହଜ ଓ ସରଳ। ପଶୁ, ପକ୍ଷୀ, ସକାଳ, ସନ୍ଧ୍ୟା, ଆଖପାଖର ଦୃଶ୍ୟ ଭଳି ସହଜ ଉଦାହରଣ ସବୁ ଦେଇ, ସେ କୋମଳ ମନକୁ ଆକର୍ଷିତ କରିଥିଲେ। ଏହି ବହିଟି ଅତି କମ୍ ଦିନରେ ପ୍ରତ୍ୟେକ ଓଡ଼ିଆ ପରିବାରର ଅଂଶ ପାଲଟିଗଲା। ୧୮୯୫ରେ ବହିଟି ପ୍ରଥମେ ପ୍ରକାଶିତ ହୋଇଥିଲା। ଏହାର ଲୋକପ୍ରିୟତା ଏହି କଥାରୁ ଅନୁମେୟ ଯେ ୧୮୯୫ ରୁ ୧୯୦୧ ଭିତରେ ବହିର ଆଠଟି ସଂସ୍କରଣ ହୋଇ ସାରିଥିଲା l ମୂଳ ଲେଖାକୁ ପରିବର୍ତ୍ତିତ ନ କରି ଅବିକଳ ଛାପିବା ଦ୍ଵାରା ଏହାର ଭାବ, ଭାଷାକୁ ସମ୍ମାନ ଦିଆଯାଇଛି। ମୁଁ ଆଶା କରୁଛି, ଆମର କୁନି କୁନି ପିଲାମାନଙ୍କୁ ଏହି ପୁସ୍ତକ ଖୁବ୍ ଭଲ ଲାଗିବ। ଓଡ଼ିଆ ଭାଷାକୁ ସହଜରେ ଶିଖିବା ପାଇଁ ଏହା ସେମାନଙ୍କ ପକ୍ଷରେ ସହାୟକ ହେବ।
State,National
ଦ କୁଇଭର ବ୍ୟୁରୋ - ଓଡ଼ିଶାକୁ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କ ବଡ଼ ପ୍ୟାକେଜ l ରେଳ ବଜେଟ ୨୦୨୫-୨୬ରେ ଓଡ଼ିଶାକୁ ସ୍ୱତନ୍ତ୍ର ଫୋକସ । ରେଳବାଇ କ୍ଷେତ୍ରରେ ଚଳିତ ବଜେଟରେ ଓଡ଼ିଶାକୁ ମିଳିଛି ୧୦ ହଜାର ୫୯୯ କୋଟି ଟଙ୍କା । ପୂର୍ବ ବଜେଟ ଅପେକ୍ଷା ରହିଛି ସର୍ବାଧିକ ବଜେଟ । ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଏନେଇ ସୂଚନା ଦେଇଛନ୍ତି । ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କହିଛନ୍ତି, "ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ ୧୦ ହଜାର ୫୯୯ କୋଟି ଟଙ୍କା ମିଳିଛି । ଗତ ୩ ବର୍ଷ ହେଲା ଓଡ଼ିଶାକୁ ରେଳ କ୍ଷେତ୍ରରେ ୧୦ ହଜାର କୋଟି ଉପରେ ମିଳୁଛି । ଗତ ୧୦ ବର୍ଷ ମଧ୍ୟରେ ଓଡ଼ିଶାରେ ୨ ହଜାର ୪୬ କିଲୋମିଟର ନୂଆ ରେଳ ଟ୍ରାକ ତିଆରି ହୋଇଛି । ଓଡ଼ିଶାରେ ଏବେ ୧୮୯୮ କିଲୋମିଟର କବଚ କାମ ସରିଛି । ୬ ବର୍ଷ ମଧ୍ୟରେ ପୁରା ଦେଶରେ କବଚ କାର୍ଯ୍ୟ ଶେଷ ହେବ ବୋଲି ଲକ୍ଷ୍ୟ ରଖାଯାଇଛି । ସେହିଭଳି ରାଜ୍ୟରେ ଅମୃତ ଭାରତ ଯୋଜନାରେ ୫୯ ନୂଆ ଷ୍ଟେସନ ନିର୍ମାଣ ହେଉଛି । ଓଡ଼ିଶାରେ ୭୮ ହଜାର କୋଟିର ପ୍ରକଳ୍ପ ନିର୍ମାଣ ଚାଲିଛି । ଗତ ଜୁଲାଇରୁ ଆଜି ପର୍ଯ୍ୟନ୍ତ ୨୦ ହଜାର କୋଟି ଟଙ୍କାର ପ୍ରୋଜେକ୍ଟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅନୁମୋଦନ କରିଛନ୍ତି । ଏବେ ରାଜ୍ୟରେ ୬ଟି ବନ୍ଦେ ଭାରତ ଟ୍ରେନ ଚାଲିଥିବା ବେଳେ ଖୁବଶୀଘ୍ର ନୂଆ ଟ୍ରେନ ଚାଲିବ । ଆନ୍ଧ୍ର, ପଶ୍ଚିମବଙ୍ଗ ଓ ଛତିଶଗଡ଼କୁ ଏସବୁ ଟ୍ରେନ ଚାଲୁଛି । ସଂପୂର୍ଣ୍ଣ ୪ ଲେନ ହେବ କୋଲକାତାରୁ ଚେନ୍ନାଇ ରେଳପଥ । ଏବେ ବିଶାଖାପାଟଣା ପର୍ଯ୍ୟନ୍ତ ୩ ଲେନ କାମ ଚାଲିଛି । ଯେଉଁଥିରୁ କୋଲକାତାରୁ ଭଦ୍ରକ କାମ ଖୁବ ଶୀଘ୍ର କାମ ସମାପ୍ତ ହେବ ।" ରାଜ୍ୟରେ ୧,୮୯୮ କିମି ରେଳ ଲାଇନରେ କବଚ ଇନଷ୍ଟଲେସନ ଚାଲିଛି । ଚଳିତ ବର୍ଷ ବଜେଟରେ ୧ ଲକ୍ଷ ୧୪ ହଜାର କୋଟି ଟଙ୍କା କେବଳ ରେଳବାଇ କ୍ଷେତ୍ରରେ ସୁରକ୍ଷା ପାଇଁ ବ୍ୟୟ ବରାଦ ହୋଇଛି । ୨୬୪ଟି ଷ୍ଟେସନରେ ୱାଇଫାଇ କାମ ସମାପ୍ତ ହୋଇଛି । ରାଜ୍ୟରେ ଶହେ ପ୍ରତିଶତ ବୈଦ୍ୟୁତିକରଣ କାମ ସମାପ୍ତ ହୋଇଛି । ଏହା ସହ ରେଲୱେ ସୁରକ୍ଷା ପାଇଁ ୧.୪୧ ଲକ୍ଷ କୋଟି ଟଙ୍କା ବଜେଟରେ ରହିଛି ।
State,Politics
ଯାଜପୁର( ଦ କୁଇଭର ):- ବିଜୁ ଜନତା ଦଳର ସଂଗଠନ ସମ୍ପାଦକ ପଦରୁ ହଟିବା ପରେ ବବିଙ୍କୁ ନବୀନଙ୍କ ଡବଲ ଝଟକା ମିଳିଛି l ବବିଙ୍କ ଉପରେ ନବୀନଙ୍କ ଭରସା ଅଛି ହେଲେ ଆଉ ଆଗପରି ନାହିଁ ବିଶ୍ୱାସ l ୨୭ଟି ନିର୍ବାଚନ ମଣ୍ଡଳୀ, ଆଉ ୯ଜଣ ନେତାଙ୍କୁ ଦାୟିତ୍ୱ ଦିଆଯାଇଛି l ଚିଠିର ଷଷ୍ଠ ସ୍ଥାନରେ ଅଛନ୍ତି ପ୍ରଣବ ପ୍ରକାଶ ଦାସ ଓରଫ ବବି l ବବିଙ୍କୁ ବଡ଼ଚଣା, ରାଇରଙ୍ଗପୁର, ବଡ଼ସାହି, ଉଦଳା, ଏବଂ ଛେଣ୍ଡିପଡ଼ା ନିର୍ବାଚନ ମଣ୍ଡଳୀର ଦାୟିତ୍ୱ ମିଳିଛି l ହେଲେ ଯାଜପୁରର ବଡ଼ଚଣା ବ୍ୟତୀତ ନାମିଳିଛି ଅନ୍ୟ କେଉଁ ନିର୍ବାଚନ ମଣ୍ଡଳୀ ଦାୟିତ୍ୱ ନା ଯାଜପୁରକୁ ସ୍ୱତନ୍ତ୍ର ଧ୍ୟାନଦେବାକୁ ଚିଠିରେ କିଛି କୁହାଯାଇଛି l କେବଳ ଆମରଙ୍କ ଗଡ଼ ଯାଜପୁରର ବଡ଼ଚଣାକୁ ଜଗିବାକୁ ଦଳ ଦେଇଛି ନିର୍ଦ୍ଦେଶ ଳ ବବି ସାଙ୍ଗଠନିକ ଦାୟିତ୍ୱ ସମ୍ଭାଳିବା ପରେ କାଳେ ବିଜେଡି ଗଡ଼ ଦୋହଲି ଯାଇଛି l ୨୦୨୪ ନିର୍ବାଚନରେ ପ୍ରଥମ ଥର ପାଇଁ ଦଳ ପରାଜୟ ସ୍ୱୀକାର କରିଛି l ହେଲେ ଆଗକୁ ଯାଜପୁରରେ ବବିଙ୍କୁ ଦଳ କେଉଁ ଦାୟିତ୍ୱ ଦେଇଛି, ନା ଦୁରେଇ ରଖୁଛି ତା ଦେଖିବାକୁ ବାକି ରହିଲା l
State
ଭୁବନେଶ୍ୱର( ଦ କୁଇଭର ):- ଲଗାତାର କିଛି ଦିନ ଧରି ରାଜଧାନୀରେ ଏକପ୍ରକାର ଆତଙ୍କ ରଚୁଛି ‘ମୋ ବସ୍’। ସ୍ପିଡ୍ ଉପରେ ନାହିଁ ନିୟନ୍ତ୍ରଣ। କେତେବେଳେ କାର୍କୁ ଧକ୍କା ଦେଉଛି ତ ଆଉ କେତେବେଳେ କାହା ଉପରେ ମାଡି ଯାଉଛି। ମଙ୍ଗଳବାର ସକାଳୁ ସକାଳୁ ପୁଣି ଗୋଟିଏ ମୁଣ୍ଡ ନେଇଛି। ବସ୍ ଧକ୍କାରେ ୧୨ ବର୍ଷୀୟ ଝିଅର ମୃତ୍ୟୁ ହୋଇଛି । ନନ୍ଦନକାନନ ଥାନା ରଘୁନାଥପୁରରେ ନାବାଳିକା ଉପରେ ‘ମୋ ବସ୍’ମାଡ଼ି ଯାଇଛି। ଘଟଣାସ୍ଥଳରେ ଝିଅଟିର ମୃତ୍ୟୁ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଦେଖାଦେଇଛି l
ମୋ ବସ ଦୁର୍ଘଟଣା ପରେ ତାତିଥିଲେ ସ୍ଥାନୀୟ ଲୋକେ । ରାସ୍ତାରେ ବାଉଁଶ ପକାଇ ନନ୍ଦନକାନନ-ପଟିଆ ରାସ୍ତା ଅବରୋଧ କରିଥିଲେ । ଟାୟାର ଜାଳିଥିଲେ । ମୋ ବସକୁ ବି ଅଟକାଇଥିଲେ । ଫଳରେ ଦୀର୍ଘସମୟ ଧରି ଗାଡି ଚଳାଚଳ ଠପ ହୋଇଯାଇଥିଲା । ଘଟଣାକୁ ସ୍ଥଳରେ କ୍ରୁଟ ଅଧିକାରୀ ଓ ପୁଲିସ ପ୍ରଶାସନ ପଂହଚି ସମସ୍ୟାର ସମାଧାନ ପାଇଁ ଉଦ୍ୟମ କରିଥିଲେ । ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା କ୍ଷତିପୂରଣ ମିଳିବାକୁ ପ୍ରତିଶ୍ରୃତି ମିଳିବା ପରେ ରାସ୍ତାରୋକ ହଟିଥିଲା ।
ସୂଚନା ପ୍ରକାରେ ଝିଅଟି ସାଇକେଲରେ ଯାଉଥିବା ବେଳେ ତାକୁ ‘ମୋ ବସ୍’ଧକ୍କା ଦେଇଥିଲା । ପ୍ରତ୍ୟକ୍ଷଦର୍ଶୀଙ୍କ କହିବା ଅନୁଯାୟୀ ଝିଅଟି ସାଇକେଲ୍ରେ ଯାଉଥିଲା। ଏହି ସମୟରେ ଦ୍ରୁତ ଗତିରେ ଆସୁଥିବା ‘ମୋ ବସ୍’ତାକୁ ଧକ୍କା ଦେଇଥିଲା। ଡ୍ରାଇଭରଙ୍କ ବେପରୁଆ ଗାଡ଼ି ଚାଳନା ପାଇଁ ଅନେକ ଜୀବନ ଗଲାଣି। ଦୁର୍ଘଟଣା ପରେ ସ୍ଥାନାୟ ଅଞ୍ଚଳରେ ଉତ୍ତେଜନା ଦେଖାଦେଇଛି। ସ୍ଥାନୀୟ ଲୋକେ ୩ଟି ମୋ ବସ୍ କୁ ଅଟକ ରଖିଛନ୍ତି । ଏହାସହ ରାସ୍ତାରେ ବାଉଁଶ ପକାଇ ନନ୍ଦନକାନନ ପଟିଆ ରାସ୍ତା ଅବରୋଧ କରାଯାଇଛି । ଗାଡ଼ିର ବେଗ ୪୦ କିଲୋମିଟର ରଖିବାକୁ ନିର୍ଦ୍ଦେଶ ଦିଆଯାଇଥିଲା। ବେପରୁଆ ଗାଡ଼ି ଚାଳନା କଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ମନ୍ତ୍ରୀ ବି କହିଥିଲେ। ହେଲେ ଏହାକୁ ଫୁ କରି ଉଡାଇ ଦେଉଛନ୍ତି ଡ୍ରାଇଭର। ଆଖି ଦୃଶିଆ କାର୍ଯ୍ୟାନୁଷ୍ଠାନ ନ ହେବାରୁ ଦୁର୍ଘଟଣା ବଢିବାରେ ଲାଗିଛି।
State
ଦ କୁଇଭର ବ୍ୟୁରୋ :- 'ସୁଭଦ୍ରା’ ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଚତୁର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା ନେଇ ବଡ଼ ଅପଡେଟ୍ ଦେଲେ ଉପମୁଖ୍ୟମନ୍ତ୍ରୀ । ଫେବ୍ରୁଆରୀ ୮ରେ ମିଳିବ ୪ର୍ଥ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା । ଚତୁର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା ଯାଜପୁରରେ ବଣ୍ଟନ କରାଯିବ ବୋଲି ପ୍ରଭାତୀ ପରିଡ଼ା କହିଛନ୍ତି । ସେହିପରି ଫେବ୍ରୁଆରୀ ୩ ଓ ୪ ତାରିଖରେ ବ୍ୟାଙ୍କରେ NPCI ଚେକ୍ କରିପାରିବେ । ଛୋଟଛୋଟ ସମସ୍ୟାକୁ ବ୍ୟାଙ୍କ ଯାଇ ତୁରନ୍ତ ସମାଧାନ କରନ୍ତୁ ବୋଲି ପ୍ରଭାତୀ ପରିଡ଼ା କହିଛନ୍ତି ।
State
ଦ କୁଇଭର ବ୍ୟୁରୋ :- ରାଜ୍ୟରେ ଉପରମୁହାଁ ପାରଦ । ଆଭ୍ୟନ୍ତରୀଣ ଓଡ଼ିଶାରେ ୩୫ଡିଗ୍ରୀ ପାର କଲା ଦିନର ତାପମାତ୍ରା । ଆଭ୍ୟନ୍ତରୀଣ ଓଡ଼ିଶା ସମେତ ଉପକୂଳ ଓଡ଼ିଶାରେ ତାତି ବୃଦ୍ଧି ପାଇବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବର୍ତ୍ତମାନ ରାଜ୍ୟରେ ମେଘମୁକ୍ତ ଆକାଶ ସହ ସୂର୍ଯ୍ୟଙ୍କ ଟାଣ କିରଣ ପାଇଁ ତାତି ବୃଦ୍ଧି ପାଉଛି ବୋଲି ପାଣିପାଗ କେନ୍ଦ୍ର ସୂଚନା ଦେଇଛି । ତାତି ସହ ଅସ୍ତବ୍ୟସ୍ତ କରିବ ଅସହ୍ୟ ଗୁଳୁଗୁଳି । ଦୀର୍ଘମିଆଦି ଆକଳନରେ ଏଭଳି ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ ।ବିଶେଷ କରି ଓଡ଼ିଶାର ଅଧିକାଂଶ ଅଞ୍ଚଳରେ ତାତି ବୃଦ୍ଧି ପାଇଁ ୟେଲୋ ମାର୍କ ଦିଆଯାଇଛି । ସେପଟେ ଗତ ୨୪ ଘଣ୍ଟାରେ ପାରଳାଖେମୁଣ୍ଡିରେ ସର୍ବାଧିକ ୩୫.୬ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଥିବା ବେଳେ ଝାରସୁଗୁଡାରେ ୩୫.୨ ଡିଗ୍ରୀ ଏବଂ ବଲାଙ୍ଗୀରରେ ୩୫ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି । ଆସନ୍ତା ୫ ଦିନ ପର୍ଯ୍ୟନ୍ତ ଆହୁରି ତାପମାତ୍ରା ବୃଦ୍ଧି ପାଇବ ବୋଲି ପାଣିପାଗ କେନ୍ଦ୍ର କହିଛି । ବିଶେଷ କରି ଝରସୁଗୁଡା, ସମ୍ବଲପୁର, ବରଗଡ, ବଲାଙ୍ଗୀର, କଳାହାଣ୍ଡି, ଗଜପତି, ନୂଆପଡା, ଅନୁଗୋଳରେ ତାପମାତ୍ରା ଅହେତୁକ ଭାବରେ ବୃଦ୍ଧି ପାଇବ । ତାପମାତ୍ରା ବୃଦ୍ଧି ସହ ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଘନ କୁହୁଡିର ଆସ୍ତରଣ ଦେଖିବାକୁ ମିଳିବ ।
National
ପ୍ରୟାଗରାଜ( ଦ କୁଇଭର ):- ମହାକୁମ୍ଭରେ ବସନ୍ତ ପଞ୍ଚିମୀ ଅମୃତସ୍ନାନ ଆରମ୍ଭ ହୋଇଯାଇଛି । ହଜାର ହଜାର ସାଧୁ ସନ୍ଥ ଓ ଶ୍ରଦ୍ଧାଳୁ ପ୍ରୟାଗରାଜର ସଙ୍ଗମସ୍ଥଳରେ ଆସ୍ଥା ଓ ବିଶ୍ୱାସର ପବିତ୍ର ବୁଡ ପକାଇଛନ୍ତି । ପ୍ରୟାଗରାଜ ପାଲଟିଯାଇଛି ଜନ ସମୁଦ୍ର l ସେପଟେ ମହାକୁମ୍ଭରେ ଦଳାଚକଟା ପରେ ସତର୍କ ହୋଇଛନ୍ତି ଯୋଗୀ ସରକାର l ଏଥର ଭିଡ ନିୟନ୍ତ୍ରଣ ପାଇଁ ଅପରେସନ ଇଲେଭେନ ନାଁରେ ସ୍ୱତନ୍ତ୍ର ଯୋଜନା କରିଛନ୍ତି l ଶ୍ରଦ୍ଧାଳୁଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ୱାନ-ୱେ ରୁଟ ପ୍ରସ୍ତୁତ କରାଯାଇଛି। ଯେପରି ସାଧୁସନ୍ଥ ଓ ଶ୍ରଦ୍ଧାଳୁ ଶାନ୍ତି ଶୃଙ୍ଖଳାରେ ମହାସ୍ନାନ କରିବେ ତା ଉପରେ ଗୁରୁତ୍ୱ ଦିଆଯାଇଛି ଓ ବ୍ୟରିକେଡ ସଂଖ୍ୟା ବଢ଼ାଇ ଦିଆଯାଇଛି । ବସନ୍ତ ପଞ୍ଚମୀ ମହାସ୍ନାନ ପୂର୍ବରୁ କେବଳ ରବିବାର ୧ କୋଟି ୨୯ ଲକ୍ଷ ଶ୍ରଦ୍ଧାଳୁ ପବିତ୍ର ବୁଡ଼ ପକାଇଥିଲେ l ସେହିପରି ରବିବାର ସୁଦ୍ଧା ୩୫କୋଟିରୁ ଅଧିକ ଶ୍ରଦ୍ଧାଳୁ ବୁଡ଼ ପକାଇଛନ୍ତି । ମାନ୍ୟତା ଅନୁସାରେ ମହାକୁମ୍ଭ ବସନ୍ତ ପଞ୍ଚମୀର ଅମୃତସ୍ନାନ ୧୪୪ ବର୍ଷ ପରେ ପଡିଛି ଏହି ସଂଯୋଗ । ମହାକୁମ୍ଭ ଅମୃତସ୍ନାନରେ ବୁଡ଼ ପକାଇଲେ ମତା ସରସ୍ୱତୀଙ୍କ ବରଦାନ ପାଇବା ସହ ଜ୍ଞାନ ଓ ଶକ୍ତି ପ୍ରାପ୍ତ ହୋଇଥାଏ ବୋଲି ବିଶ୍ୱାସ ରହିଛି ।
National
ଦ କୁଇଭର ବ୍ୟୁରୋ :- ଆଜି ବିଶ୍ବ କ୍ୟାନସର ଦିବସ l ପ୍ରତିବର୍ଷ ଫେବୃଆରୀ ୪ ତାରିଖରେ ପାଳନ ହୁଏ 'ବିଶ୍ବ କ୍ୟାନସର ଦିବସ' । କର୍କଟ ରୋଗ ବିଷୟରେ ସଚେତନତା ପୂର୍ବକ ଏହି ଦିନକୁ ପାଳନ କରାଯାଏ । ପ୍ରତିବର୍ଷ ଅନେକ ଲୋକ କର୍କଟ ରୋଗରେ ପ୍ରାଣ ହରାଉଛନ୍ତି । ତେଣୁ କର୍କଟ ବା କ୍ୟାନସର ରୋଗ ବିଷୟରେ ଜାଣିବା ସମସ୍ତଙ୍କ ପାଇଁ ନିହାତି ଗୁରୁତ୍ବପୂର୍ଣ୍ଣ । ଇଣ୍ଡିଆନ କାଉନସିଲ ଅଫ୍ ମେଡିକାଲ ରିସର୍ଚ୍ଚ ଦ୍ୱାରା ସଦ୍ୟ ପ୍ରକାଶିତ ତଥ୍ୟ ଅନୁଯାୟୀ, ଦେଶରେ କର୍କଟ ରୋଗ ୧୨ ରୁ ୧୮ ପ୍ରତିଶତ ବୃଦ୍ଧି ହେବାର ଆଶଙ୍କା ରହିଛି । ପ୍ରତିବର୍ଷ ଆଜିର ଦିନରେ ଏନେଇ ସଚେତନ କରାଯାଇଥାଏ । କର୍କଟ ରୋଗର ଲକ୍ଷଣ, ଏହାର ଚିକିତ୍ସା ଏବଂ କର୍କଟ ରୋଗର ପ୍ରତିରୋଧ ବିଷୟରେ ସଚେତନତା ସୃଷ୍ଟି କରାଯାଏ ।
ତେବେ କ୍ୟାନସର କବଳରୁ ନିଜକୁ ସୁରକ୍ଷିତ ରଖିବାକୁ ହେଲେ, ତମ୍ବାଖୁରୁ ଦୂରରେ ରୁହନ୍ତୁ,
ନିଜ ଓଜନ ନିୟନ୍ତ୍ରଣ ରଖନ୍ତୁ,
ଉତ୍ତମ ଜୀବନଶୈଳୀ ଆପଣନ୍ତୁ,
ଉତ୍ତମ ଆହାର ଭୋଜନ କରନ୍ତୁ,
ନିୟମିତ ବାୟାମ କରନ୍ତୁ,
ପ୍ରକ୍ରିୟାକୃତ ମାଂସ ଖାଆନ୍ତୁ ନାହିଁ.... ଇତ୍ୟାଦି ନିୟମ ପାଳନ କରନ୍ତୁ l
State
ଦ କୁଇଭର ବ୍ୟୁରୋ :- ଅଗ୍ନିଶମ କର୍ମଚାରୀଙ୍କ ଭତ୍ତା ବୃଦ୍ଧି କଲେ ରାଜ୍ୟ ସରକାର । ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି । ବିଭିନ୍ନ ପରିସ୍ଥିତିରେ ଲୋକଙ୍କୁ ତ୍ୱରିତ ସେବା ଯୋଗାଉଥିବା ଅଗ୍ନିଶମ କର୍ମଚାରୀଙ୍କ କଲ୍ୟାଣ ପାଇଁ ଘରଭଡ଼ା ପ୍ରଦାନ ସହ ସେମାନଙ୍କ ଭତ୍ତା ବୃଦ୍ଧି କରାଯାଇଛି । ଏହାଦ୍ଵାରା ୬୦୫୮ ଅଗ୍ନିଶମ କର୍ମଚାରୀ ଉପକୃତ ହେବେ ବୋଲି ଟ୍ୱିଟ ଯୋଗେ ମୁଖ୍ୟମନ୍ତ୍ରୀ କହିଛନ୍ତି । ତେବେ ଡାଏଟ ଭତ୍ତା ୯ ଶହରୁ ୧୪ ଶହକୁ ବଢ଼ିଲା,ମୋଟର ସାଇକେଲ୍ ଭତ୍ତା ୩ ଶହରୁ ୧୦୫୦ ଟଙ୍କାକୁ ବୃଦ୍ଧି ,ମୋବିଲିଟି ଭତ୍ତା ୧୫୦ରୁ ୩ ଶହ ଟଙ୍କାକୁ ବୃଦ୍ଧି,ରିସ୍କ ଭତ୍ତା ୪ ଶହରୁ ୧ ହଜାର ଟଙ୍କାକୁ ବଢ଼ିଲା l
State
ଦ କୁଇଭର ବ୍ୟୁରୋ :- ଫେବ୍ରୁଆରୀ ୪ ରୁ ୭ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ଗସ୍ତରେ ଆସିବେ ଷୋଡ଼ଶ ଅର୍ଥ କମିଶନ । ଗସ୍ତ ସମୟରେ କମିଶନଙ୍କ ଆଗରେ ରାଜ୍ୟ ସରକାର ଆଗାମୀ ୫ବର୍ଷ ଲାଗି କଣ ଦାବି ରଖୁଛନ୍ତି ତାକୁ ନେଇ ଚର୍ଚ୍ଚା, ଆଲୋଚନା ଆରମ୍ଭ ହୋଇଯାଇଛି । ମିଳିଥିବା ସୂଚନା ଅନୁସାରେ ଷୋଡ଼ଶ ଅର୍ଥ କମିଶନରେ ଦାବି ସମ୍ଭାବନା । ୨ ଲକ୍ଷ ୫୬ ହଜାର ୧୪୮ କୋଟି ଟଙ୍କା ଦାବି ରଖିବେ ସରକାର । ଏହାକୁ ରାଜ୍ୟ କ୍ୟାବିନେଟରେ ମଞ୍ଜୁରୀ ମିଳିସାରିଛି ।ପ୍ରାକୃତିକ ବିପର୍ଯ୍ୟୟ ଲାଗି ସ୍ୱତନ୍ତ୍ର ପ୍ୟାକେଜ ଦାବି ହେବ । ଗ୍ରମାଞ୍ଚଳକୁ ଉନ୍ନତ କରିବା ପାଇଁ ସମସ୍ତ ଅଞ୍ଚଳରେ ନେଟୱର୍କ ସଂଯୋଗ ପରି କେତେକ ଗୁରୁତ୍ୱପୂର୍ଣ୍ଣ ଦାବି ରଖିପାରନ୍ତି ସରକାର । ସେପଟେ ରାଜ୍ୟ ଅର୍ଥ କମିଶନ ଗଠନରେ ବିଳମ୍ବ ହୋଇଥିବା କାରଣରୁ ରାଜ୍ୟ ସରକାରଙ୍କ ଦାବି ଉପରେ ପ୍ରଶ୍ନ ଉଠାଇଛନ୍ତି ବିରୋଧୀ । ପ୍ରାକୃତୀକ ଦୁର୍ବିପାକ ପ୍ରବଣ ଓଡ଼ିଶାକୁ ସ୍ୱତନ୍ତ୍ର ଅନୁଦାନ ଦାବି କରିଆସୁଥିଲେ ପୂର୍ବ ବିଜେଡି ସରକାର । ହେଲେ ତାହାକୁ ଅଣଦେଖା କରିଆସୁଥିଲେ କେନ୍ଦ୍ରରେ ବିଜେପି ସରକାର । ଏଥର ଷୋଡଶ ଅର୍ଥ କମିଶନରୁ ଅଧିକ ଆଶା ରଖିଛି ଓଡ଼ିଶା । କାରଣ ରାଜ୍ୟରେ ପ୍ରଥମଥର ପାଇଁ ଡବଲ ଇଞ୍ଜିନ ସରକାର ହୋଇଛି ଏବଂ ରାଜ୍ୟ ସ୍ୱାର୍ଥକୁ ଅଧିକ ଗୁରୁତ୍ୱ ମିଲିବ ବୋଲି ଆଶା କରାଯାଉଛି ।
State
ଖଣ୍ଡଗିରି( ଦ କୁଇଭର ):- ଆଜିଠାରୁ ଆରମ୍ଭ ହେବ ଖଣ୍ଡଗିରି ମେଳା । ଏନେଇ ଜୋରସୋରରେ ଚାଲିଛି ପ୍ରସ୍ତୁତି । ଖଣ୍ଡଗିରିରେ ସାଧୁସନ୍ଥ ମଧ୍ୟ ପହଞ୍ଚୁଥିବା ଦେଖିବାକୁ ମିଳିଲାଣି । ଯଜ୍ଞ କୁଣ୍ଡ ଓ ସାଧନାସ୍ଥଳ ପ୍ରସ୍ତୁତିରେ ସାଧୁ ଲାଗିଛନ୍ତି । ସେପଟେ ଖଣ୍ଡଗିରି ଯାତ୍ରାରେ ଅଶ୍ଳୀଳ ନୃତ୍ୟ ଓ ଦ୍ବିଅର୍ଥ ବୋଧକ କମେଡିକୁ ପ୍ରଶ୍ରୟ ଦିଆଯିବ ନାହିଁ । ଅଶ୍ଲୀଳତାକୁ ସମ୍ପୂର୍ଣ୍ଣ ବିରୋଧ କରାଯିବ । ଅଶ୍ଳୀଳ ପ୍ରଦର୍ଶନ ନେଇ ଯେଉଁମାନେ ଖୋଲା ଚ୍ୟାଲେଞ୍ଜ କରୁଛନ୍ତି ସେମାନଙ୍କୁ ସଠିକ ଜବାବ ଦିଆଯିବ। ଏଥିପାଇଁ ସୋମବାର ମା’ ବାରଭୁଜାଙ୍କ ପାଖରେ ଏକାମ୍ର ବିଧାୟକଙ୍କ ନେତୃତ୍ବରେ ଶହେ ଠେଙ୍ଗା ପୂଜା କରାଯାଇଛି । କେବଳ ଖଣ୍ଡଗିରି ନୁହେଁ ସାରା ଓଡ଼ିଶାରେ ଯୁବକ ଯୁବତୀଙ୍କ ନେତୃତ୍ୱରେ ଏଭଳି ପଦକ୍ଷେପ ନିଆଯିବ । ଅଶ୍ଲୀଳ ପ୍ରଦର୍ଶନକାରୀଙ୍କୁ ଖଣ୍ଡଗିରିରେ ପଶିବାକୁ ଦିଆଯିବ ନାହିଁ । ସେମାନଙ୍କ ସମେତ ଅନ୍ୟ ଯେଉଁମାନେ ଏଭଳି ଚେଷ୍ଟା କରିବେ ସଠିକ ଉତ୍ତର ପାଇବେ ବୋଲି କହିଛନ୍ତି ବିଧାୟକ ବାବୁ ସିଂ ।
ଅନ୍ୟପଟେ ଖଣ୍ଡଗିରି ଯାତ୍ରାରେ ଅଶ୍ଳୀଳ ନୃତ୍ୟକୁ ନେଇ ବିଏମସି କମିଶନର ଚେତାବନୀ ଦେଇଛନ୍ତି । ପରମ୍ପରା ଓ ମର୍ଯ୍ୟାଦା ଭିତରେ ଯାତ୍ରା ପରିବେଶଣ ପାଇଁ ସେ କହିଛନ୍ତି । ସବୁ ଯାତ୍ରା କମିଟି ଏନେଇ ଅବଗତ ରହିଛନ୍ତି । ଆଶା କରୁଛୁ ଗାଇଡଲାଇନ ଅନୁସାରେ ଯାତ୍ରା ହବ ବୋଲି ବିଏମସି କମିଶନର କହିଛନ୍ତି । ଏହା ସହ ଖଣ୍ଡଗିରିରେ ପରିମଳ ବ୍ୟବସ୍ଥା, ସ୍ଥାୟୀ ଆଲୋକୀକରଣ, ପାନୀୟ ଜଳକୁ ଅଧିକ ଗୁରୁତ୍ୱ ଦିଆଯିବ ବୋଲି ସେ କହିଛନ୍ତି ।