ପାରଳାଖେମୁଣ୍ଡି ( ଦ କୁଇଭର ): କେନ୍ଦ୍ର ରାଷ୍ଟ୍ରମନ୍ତ୍ରୀ ରାକ୍ଷା ନିଖିଲ ଖଡସେ ଦିନିକିଆ ଗଜପତି ଜିଲ୍ଲା ଗସ୍ତରେ ଆସି ଗୁମ୍ମା ବ୍ଳକର ମୁନି ସିଂ ସ୍ଥିତ ରବରଚାଷ ବୁଲି ଦେଖିବା ସହ ର୍ବର ସିଟ ପ୍ରସ୍ତୁତି କେନ୍ଦ୍ର ବୁଲି ଦେଖି ର୍ବର ଚାଷୀଙ୍କ ସହ ଆଲୋଚନା କରିଥିଲେ । ଏହାପରେ ତରଙ୍ଗଡା ସ୍ଥିତ ଆବାସିକ ବିଦ୍ୟାଳୟ ସ୍କୁଲ କର୍ତ୍ତୃପକ୍ଷ ଓ ଛାତ୍ରଛାତ୍ରୀଙ୍କ ସହ ମିସିଥିଲେ ସଠାରେ ଥିବା ଚିକିତ୍ସା କେନ୍ଦ୍ର ପରିଦର୍ଶନ ପରେ ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ଶିଶୁ ଚିକିତ୍ସା କେନ୍ଦ୍ର ବୁଲି ଦେଖିବା ସହ ରୋଗିଙ୍କ ସହ ଆଲୋଚନା କରିଥିଲେ । ଏହା ପରେ ଗଜପତି ଜିଲ୍ଲା ଆକାଂକ୍ଷା ଜିଲ୍ଲା ଅନ୍ତର୍ଭୁକ୍ତ ହୋଇଥିବା ରୁ ଜିଲ୍ଲାରେ ଚାଲିଥିବା ସମସ୍ତ କେନ୍ଦ୍ରିୟ ଯୋଜନାର ସମିକ୍ଷା କରିଛନ୍ତି । ଜିଲ୍ଲାରେ ଉନ୍ନତି କ୍ଷେତ୍ରରେ ଅନେକ କେନ୍ଦ୍ରୀୟ ଯୋଜନାର କାର୍ଯ୍ୟକାରୀକୁ ନେଇ ପ୍ରଶାସନକୁ ନିର୍ଦେଶ ଦେଇଛନ୍ତି । ଜିଲାରେ କ୍ରୀଡ଼ାର ଭିତ୍ତିଭୂମି,ରାସ୍ତାଘାଟ,କୃଷି, ଚିକିତ୍ସା କ୍ଷେତ୍ରରେ ଦେଖାଦେଇଥିବା ସମସ୍ୟା ସବୁ ଶୁଣିବା ପରେ ରାଜ୍ୟ ସରକାରଙ୍କ ସହ ଆଲୋଚନା କରି ଯଥାଶୀଘ୍ର ସମସ୍ୟାର ସମାଧାନ ଦିଗରେ ପ୍ରୟାସ କରାଜୀବ ବୋଲି କହିଛନ୍ତି । କେନ୍ଦ୍ର ମନ୍ତ୍ରୀଙ୍କ ସମୀଖ୍ୟା ସମୟରେ ସ୍ଥାନୀୟ ବିଧାୟକ ଉପସ୍ଥିତ ରହି ଜିଲ୍ଲାର ଅନେକ ସମସ୍ୟା ଉପସ୍ଥାପନ କରିଥିଲେ l
No comments yet.
National,Politics
ନୂଆଦିଲ୍ଲୀ( ଦ କୁଇଭର ):- ଆଜି ୭୦ ଆସନ ବିଶିଷ୍ଟ ଦିଲ୍ଲୀ ବିଧାନସଭା ପାଇଁ ଭୋଟ୍ ଗ୍ରହଣ ହେବ। ନିର୍ବାଚନ କମିସନ୍ଙ୍କ ସୂଚନା ଅନୁଯାୟୀ, ୧୫.୫ ନିୟୁତରୁ ଅଧିକ ଭୋଟର ଦିଲ୍ଲୀରେ ୧୩,୦୩୩ କେନ୍ଦ୍ରରେ ଭୋଟ୍ ଦେବେ। ସକାଳ ୭ଟାରୁ ଭୋଟ୍ ଗ୍ରହଣ ଆରମ୍ଭ ହୋଇ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଚାଲିବ। ଲମ୍ବା ଧାଡ଼ିରେ ଠିଆ ନହେବାପାଇଁ ଏବଂ ସହଜ ଭୋଟ୍ ପରିଚାଳନା ପାଇଁ ମତଦାତାମାନେ ବୁଥ୍ ନିକଟରେ ଆଗୁଆ ପହଞ୍ଚିବାକୁ ନିର୍ବାଚନ କମିସନ୍ ଅନୁରୋଧ କରିଛନ୍ତି।
ଉଲ୍ଲେଖଯୋଗ୍ୟ, ଚଳିତ ଦିଲ୍ଲୀ ବିଧାନସଭା ନିର୍ବାଚନ ଆପ୍ ପାଇଁ ଅତ୍ୟନ୍ତ ଗୁରୁତ୍ବପୂର୍ଣ୍ଣ। ୨୦୨୪ ସେପ୍ଟେମ୍ବରରେ ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ଇସ୍ତଫା ପରେ ଦିଲ୍ଲୀ ନିର୍ବାଚନ ଅଧିକ ଗୁରୁତ୍ବପୂର୍ଣ୍ଣ ହୋଇଯାଇଛି। ଆତିଶୀଙ୍କ ନେତୃତ୍ବାଧୀନ ଶାସକ ଆପ୍ ଦଳକୁ ବିଜେପି ଏବଂ କଂଗ୍ରେସଠାରୁ କଡ଼ା ବିରୋଧର ସାମ୍ନା କରିବାକୁ ପଡ଼ିଛି। ଚଳିତ ବିଧାନସଭା ନିର୍ବାଚନରେ ମୋଟ୍ ୬୯୯ ପ୍ରାର୍ଥୀ ନିର୍ବାଚନ ଲଢ଼ୁଛନ୍ତି। ଲଗାତାର ୨ ଥର ଦିଲ୍ଲୀରେ ଶାସନ୍ରେ ରହିଥିବା ଆପ୍ ଚଳିତ ଥର ହାଟ୍ରିକ୍ ବିଜୟ ଲକ୍ଷ୍ୟରେ ରହିଛି। ଅନ୍ୟପକ୍ଷେ ବିଜେପି ବି ୨୭ ବର୍ଷ ପରେ କ୍ଷମତାକୁ ଫେରିବା ପାଇଁ ସବୁ ପ୍ରକାର ପ୍ରୟାସ ଚଳାଇଛି। ଲଗାତାର ୧୫ ବର୍ଷ ଦିଲ୍ଲୀରେ ଶାସନ କରିଥିବା କଂଗ୍ରେସ ପାଇଁ ବି ଚଳିତ ନିର୍ବାଚନ ସମ୍ମାନର ପ୍ରସଙ୍ଗ ପାଲଟିଛି। ଇଣ୍ଡି ମେଣ୍ଟ ସହଯୋଗୀ ସପା, ଟିଏମ୍ସି ଏବଂ ଅନ୍ୟ ଦଳମାନେ ଦିଲ୍ଲୀରେ ଆପ୍କୁ ସମର୍ଥନ କରିଥିବାରୁ କଂଗ୍ରେସ ପାଇଁ ଦିଲ୍ଲୀରେ ଚ୍ୟାଲେଞ୍ଜ ବଢ଼ିଛି। ଏକ ସାମ୍ବାଦିକ ସମ୍ମିଳନୀରେ ସ୍ବତନ୍ତ୍ର ପୁଲିସ କମିସନର ମଧୁପ ତିୱାରୀ ଏବଂ ରବୀନ୍ଦ୍ର ଯାଦବ କହିଛନ୍ତି, ପାଖାପାଖି ୩୦୦୦ ବୁଥ୍କୁ ସମ୍ବେଦନଶୀଳ ଚିହ୍ନଟ କରାଯାଇଛି। ଏଥିପାଇଁ ସ୍ବତନ୍ତ୍ର ସୁରକ୍ଷା ବ୍ୟବସ୍ଥା କରାଯାଇଛି। ୩୦ ହଜାରରୁ ଅଧିକ ଦିଲ୍ଲୀ ପୁଲିସ, ୨୨୦ ଅର୍ଦ୍ଧସାମରିକ କମ୍ପାନି ମୁତୟନ ହୋଇଛନ୍ତି। ଉତ୍ତରପ୍ରଦେଶ ଓ ହରିୟାଣାକୁ ଲାଗିଥିବା ଦିଲ୍ଲୀର ୬୫ଟି ସୀମାକୁ ସିଲ୍ କରାଯାଇଛି।
Sports,State
କଟକ( ଦ କୁଇଭର ):- ଆରମ୍ଭ ହୋଇଛି ଅଫଲାଇନ୍ ଟିକେଟ ବିକ୍ରି । ଆସନ୍ତା ଭାରତ-ଇଂଲଣ୍ଡ ଏକଦିବସୀୟ ମ୍ୟାଚ ପାଇଁ ଆଜିଠୁ ଆରମ୍ଭ ହୋଇଛି ଅଫଲାଇନ ଟିକେଟ ବିକ୍ରି । ଅଲାଇନ ଟିକେଟ ମାତ୍ର କେଇ ମିନିଟରେ ଶେଷ ହୋଇଯିବା ପରେ ଅଫଲାଇଟ ଟିକେଟ ପାଇଁ କାଉଣ୍ଟର ଆଗରେ ଅସମ୍ଭାଳ ଭିଡ । ଦଳଚକଟା ପରିସ୍ଥିତି ଉପୁଜିଛି । ଉତ୍ସାହିତ ଫ୍ୟାନ୍ସଙ୍କ ଅସମ୍ଭବ ଭିଡ ପାଇଁ ନାକେଦମ ପୋଲିସ । ହଜାର ହଜାର କ୍ରିକେଟ ଫ୍ୟାନ୍ସ କାଉଣ୍ଟର ଆଗରେ ଲମ୍ବା ଲାଇନ ଲଗାଇଛନ୍ତି ଗତକାଲି ରାତିଠୁ । ଏପଟେ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କଡାକଡି ହୋଇଛି । ଫେବୃଆରୀ ୯ ତାରିଖରେ ଖେଳାଯିବ ବହୁ ପ୍ରତିକ୍ଷୀତ ଭାରତ-ଇଂଲଣ୍ଡ ଦିନିକିଆ ମ୍ୟାଚ । ତେବେ ଦଳଚକଟାରେ ୧୦ରୁ ଊର୍ଦ୍ଧ୍ବ ଲୋକ ଆହତ ହୋଇ ମେଡିକାଲରେ ଭର୍ତ୍ତି ହୋଇଛନ୍ତି ।
ବୁଧବାରଠୁ ଆରମ୍ଭ ହୋଇଥିବା ଅଫଲାଇନ ଟିକେଟ ପାଇଁ ଗତକାଲିଠୁ ମହିଳାଙ୍କ ସମେତ ପୁରୁଷମାନେ ଲମ୍ବା ଲାଇନରେ ଘଣ୍ଟା ଘଣ୍ଟା ଧରି ଠିଆ ହୋଇଥିବା ଦେଖିବାକୁ ମିଳିଥିଲା । ବାରବାଟୀ ଷ୍ଟାଡିୟମ ପରିସରରେ ଥିବା ୪ଟି କାଉଣ୍ଟରରେ ଟିକେଟ ବିକ୍ରି ଆରମ୍ଭ ହୋଇଛି । ଏହା ପୂର୍ବରୁ ସମସ୍ତ ପ୍ରସ୍ତୁତି ଶେଷ କରିଥିଲା ଓସିଏ ଓ କମିଶନରେଟ ପୋଲିସ । ଜଣେ ବ୍ୟକ୍ତି ପିଛା ୨ଟି ଲେଖାଏଁ ଟିକେଟ ବିକ୍ରି କରିବାକୁ ଥିବାବେଳେ ଏଥିପାଇଁ ଫଟୋ ପରିଚୟ ପତ୍ର ଦେଖାଇବା ବାଧ୍ୟତାମୂଳକ କରାଯାଇଛି । ଆଜି ଏବଂ କାଲି ( ୫ ଏବଂ ୬ ତାରିଖ) ଦୁଇ ଦିନ ଧରି ଚାଲିବ ଅଫଲାଇନ ଟିକେଟ ବିକ୍ରି ।
ତେବେ ଟିକେଟ ପାଇଁ ଦଳାଚକଟା ସ୍ଥିତି ଦେଖାଦେଇଛି,ବାରବାଟୀ କ୍ରିକେଟ ଷ୍ଟାଡିୟମରେ ଟିକେଟ ପାଇଁ ଧସ୍ତାଧସ୍ତି ହୋଇଛି,ଅଫଲାଇନ ଟିକେଟ କାଉଣ୍ଟର ଆଗରେ ଧସ୍ତାଧସ୍ତି ପରିସ୍ଥିତି ସୃଷ୍ଟି ହୋଇଥିଲା,ଅସମ୍ଭାଳ ଭିଡ ଏଡାଇବାରେ ପୋଲିସ ନାକେଦମ ପୁରା,ଲୋକଙ୍କ ଉପରେ ଚଢିଗଲେ କ୍ରିକେଟ ପ୍ରେମୀ,
ଯିଏ ଯେମିତି ପାରିଲା ଧସେଇ ହୋଇ ପସିଲେ,ବାଉଁଶ ବ୍ୟାରିକେଡ ଥିଲେ ବି ମାନେଲେନି ଲୋକେ,ମିଳୁନି ପାଣି, ନାହିଁ ଏକଜିଟ ପଏଣ୍ଟ,ଗତକାଲି ସନ୍ଧ୍ୟାରୁ ଧାଡ଼ି ଦେଇଛନ୍ତି କ୍ରିକେଟ୍ ପ୍ରେମୀ,ବ୍ୟାରିକେଡ୍ କାଟି ଲୋକଙ୍କୁ ବାହାର କରାଗଲା l
State
ଦ କୁଇଭର ବ୍ୟୁରୋ :- ଫେବ୍ରୁଆରୀ ୪ ରୁ ୭ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ଗସ୍ତରେ ଆସିବେ ଷୋଡ଼ଶ ଅର୍ଥ କମିଶନ । ଗସ୍ତ ସମୟରେ କମିଶନଙ୍କ ଆଗରେ ରାଜ୍ୟ ସରକାର ଆଗାମୀ ୫ବର୍ଷ ଲାଗି କଣ ଦାବି ରଖୁଛନ୍ତି ତାକୁ ନେଇ ଚର୍ଚ୍ଚା, ଆଲୋଚନା ଆରମ୍ଭ ହୋଇଯାଇଛି । ମିଳିଥିବା ସୂଚନା ଅନୁସାରେ ଷୋଡ଼ଶ ଅର୍ଥ କମିଶନରେ ଦାବି ସମ୍ଭାବନା । ୨ ଲକ୍ଷ ୫୬ ହଜାର ୧୪୮ କୋଟି ଟଙ୍କା ଦାବି ରଖିବେ ସରକାର । ଏହାକୁ ରାଜ୍ୟ କ୍ୟାବିନେଟରେ ମଞ୍ଜୁରୀ ମିଳିସାରିଛି ।ପ୍ରାକୃତିକ ବିପର୍ଯ୍ୟୟ ଲାଗି ସ୍ୱତନ୍ତ୍ର ପ୍ୟାକେଜ ଦାବି ହେବ । ଗ୍ରମାଞ୍ଚଳକୁ ଉନ୍ନତ କରିବା ପାଇଁ ସମସ୍ତ ଅଞ୍ଚଳରେ ନେଟୱର୍କ ସଂଯୋଗ ପରି କେତେକ ଗୁରୁତ୍ୱପୂର୍ଣ୍ଣ ଦାବି ରଖିପାରନ୍ତି ସରକାର । ସେପଟେ ରାଜ୍ୟ ଅର୍ଥ କମିଶନ ଗଠନରେ ବିଳମ୍ବ ହୋଇଥିବା କାରଣରୁ ରାଜ୍ୟ ସରକାରଙ୍କ ଦାବି ଉପରେ ପ୍ରଶ୍ନ ଉଠାଇଛନ୍ତି ବିରୋଧୀ । ପ୍ରାକୃତୀକ ଦୁର୍ବିପାକ ପ୍ରବଣ ଓଡ଼ିଶାକୁ ସ୍ୱତନ୍ତ୍ର ଅନୁଦାନ ଦାବି କରିଆସୁଥିଲେ ପୂର୍ବ ବିଜେଡି ସରକାର । ହେଲେ ତାହାକୁ ଅଣଦେଖା କରିଆସୁଥିଲେ କେନ୍ଦ୍ରରେ ବିଜେପି ସରକାର । ଏଥର ଷୋଡଶ ଅର୍ଥ କମିଶନରୁ ଅଧିକ ଆଶା ରଖିଛି ଓଡ଼ିଶା । କାରଣ ରାଜ୍ୟରେ ପ୍ରଥମଥର ପାଇଁ ଡବଲ ଇଞ୍ଜିନ ସରକାର ହୋଇଛି ଏବଂ ରାଜ୍ୟ ସ୍ୱାର୍ଥକୁ ଅଧିକ ଗୁରୁତ୍ୱ ମିଲିବ ବୋଲି ଆଶା କରାଯାଉଛି ।
State
ଭୁବନେଶ୍ୱର( ଦ କୁଇଭର ):- ଲଗାତାର କିଛି ଦିନ ଧରି ରାଜଧାନୀରେ ଏକପ୍ରକାର ଆତଙ୍କ ରଚୁଛି ‘ମୋ ବସ୍’। ସ୍ପିଡ୍ ଉପରେ ନାହିଁ ନିୟନ୍ତ୍ରଣ। କେତେବେଳେ କାର୍କୁ ଧକ୍କା ଦେଉଛି ତ ଆଉ କେତେବେଳେ କାହା ଉପରେ ମାଡି ଯାଉଛି। ମଙ୍ଗଳବାର ସକାଳୁ ସକାଳୁ ପୁଣି ଗୋଟିଏ ମୁଣ୍ଡ ନେଇଛି। ବସ୍ ଧକ୍କାରେ ୧୨ ବର୍ଷୀୟ ଝିଅର ମୃତ୍ୟୁ ହୋଇଛି । ନନ୍ଦନକାନନ ଥାନା ରଘୁନାଥପୁରରେ ନାବାଳିକା ଉପରେ ‘ମୋ ବସ୍’ମାଡ଼ି ଯାଇଛି। ଘଟଣାସ୍ଥଳରେ ଝିଅଟିର ମୃତ୍ୟୁ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଦେଖାଦେଇଛି l
ମୋ ବସ ଦୁର୍ଘଟଣା ପରେ ତାତିଥିଲେ ସ୍ଥାନୀୟ ଲୋକେ । ରାସ୍ତାରେ ବାଉଁଶ ପକାଇ ନନ୍ଦନକାନନ-ପଟିଆ ରାସ୍ତା ଅବରୋଧ କରିଥିଲେ । ଟାୟାର ଜାଳିଥିଲେ । ମୋ ବସକୁ ବି ଅଟକାଇଥିଲେ । ଫଳରେ ଦୀର୍ଘସମୟ ଧରି ଗାଡି ଚଳାଚଳ ଠପ ହୋଇଯାଇଥିଲା । ଘଟଣାକୁ ସ୍ଥଳରେ କ୍ରୁଟ ଅଧିକାରୀ ଓ ପୁଲିସ ପ୍ରଶାସନ ପଂହଚି ସମସ୍ୟାର ସମାଧାନ ପାଇଁ ଉଦ୍ୟମ କରିଥିଲେ । ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା କ୍ଷତିପୂରଣ ମିଳିବାକୁ ପ୍ରତିଶ୍ରୃତି ମିଳିବା ପରେ ରାସ୍ତାରୋକ ହଟିଥିଲା ।
ସୂଚନା ପ୍ରକାରେ ଝିଅଟି ସାଇକେଲରେ ଯାଉଥିବା ବେଳେ ତାକୁ ‘ମୋ ବସ୍’ଧକ୍କା ଦେଇଥିଲା । ପ୍ରତ୍ୟକ୍ଷଦର୍ଶୀଙ୍କ କହିବା ଅନୁଯାୟୀ ଝିଅଟି ସାଇକେଲ୍ରେ ଯାଉଥିଲା। ଏହି ସମୟରେ ଦ୍ରୁତ ଗତିରେ ଆସୁଥିବା ‘ମୋ ବସ୍’ତାକୁ ଧକ୍କା ଦେଇଥିଲା। ଡ୍ରାଇଭରଙ୍କ ବେପରୁଆ ଗାଡ଼ି ଚାଳନା ପାଇଁ ଅନେକ ଜୀବନ ଗଲାଣି। ଦୁର୍ଘଟଣା ପରେ ସ୍ଥାନାୟ ଅଞ୍ଚଳରେ ଉତ୍ତେଜନା ଦେଖାଦେଇଛି। ସ୍ଥାନୀୟ ଲୋକେ ୩ଟି ମୋ ବସ୍ କୁ ଅଟକ ରଖିଛନ୍ତି । ଏହାସହ ରାସ୍ତାରେ ବାଉଁଶ ପକାଇ ନନ୍ଦନକାନନ ପଟିଆ ରାସ୍ତା ଅବରୋଧ କରାଯାଇଛି । ଗାଡ଼ିର ବେଗ ୪୦ କିଲୋମିଟର ରଖିବାକୁ ନିର୍ଦ୍ଦେଶ ଦିଆଯାଇଥିଲା। ବେପରୁଆ ଗାଡ଼ି ଚାଳନା କଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ମନ୍ତ୍ରୀ ବି କହିଥିଲେ। ହେଲେ ଏହାକୁ ଫୁ କରି ଉଡାଇ ଦେଉଛନ୍ତି ଡ୍ରାଇଭର। ଆଖି ଦୃଶିଆ କାର୍ଯ୍ୟାନୁଷ୍ଠାନ ନ ହେବାରୁ ଦୁର୍ଘଟଣା ବଢିବାରେ ଲାଗିଛି।
National
ଦ କୁଇଭର ବ୍ୟୁରୋ :- ଆଜି ବିଶ୍ବ କ୍ୟାନସର ଦିବସ l ପ୍ରତିବର୍ଷ ଫେବୃଆରୀ ୪ ତାରିଖରେ ପାଳନ ହୁଏ 'ବିଶ୍ବ କ୍ୟାନସର ଦିବସ' । କର୍କଟ ରୋଗ ବିଷୟରେ ସଚେତନତା ପୂର୍ବକ ଏହି ଦିନକୁ ପାଳନ କରାଯାଏ । ପ୍ରତିବର୍ଷ ଅନେକ ଲୋକ କର୍କଟ ରୋଗରେ ପ୍ରାଣ ହରାଉଛନ୍ତି । ତେଣୁ କର୍କଟ ବା କ୍ୟାନସର ରୋଗ ବିଷୟରେ ଜାଣିବା ସମସ୍ତଙ୍କ ପାଇଁ ନିହାତି ଗୁରୁତ୍ବପୂର୍ଣ୍ଣ । ଇଣ୍ଡିଆନ କାଉନସିଲ ଅଫ୍ ମେଡିକାଲ ରିସର୍ଚ୍ଚ ଦ୍ୱାରା ସଦ୍ୟ ପ୍ରକାଶିତ ତଥ୍ୟ ଅନୁଯାୟୀ, ଦେଶରେ କର୍କଟ ରୋଗ ୧୨ ରୁ ୧୮ ପ୍ରତିଶତ ବୃଦ୍ଧି ହେବାର ଆଶଙ୍କା ରହିଛି । ପ୍ରତିବର୍ଷ ଆଜିର ଦିନରେ ଏନେଇ ସଚେତନ କରାଯାଇଥାଏ । କର୍କଟ ରୋଗର ଲକ୍ଷଣ, ଏହାର ଚିକିତ୍ସା ଏବଂ କର୍କଟ ରୋଗର ପ୍ରତିରୋଧ ବିଷୟରେ ସଚେତନତା ସୃଷ୍ଟି କରାଯାଏ ।
ତେବେ କ୍ୟାନସର କବଳରୁ ନିଜକୁ ସୁରକ୍ଷିତ ରଖିବାକୁ ହେଲେ, ତମ୍ବାଖୁରୁ ଦୂରରେ ରୁହନ୍ତୁ,
ନିଜ ଓଜନ ନିୟନ୍ତ୍ରଣ ରଖନ୍ତୁ,
ଉତ୍ତମ ଜୀବନଶୈଳୀ ଆପଣନ୍ତୁ,
ଉତ୍ତମ ଆହାର ଭୋଜନ କରନ୍ତୁ,
ନିୟମିତ ବାୟାମ କରନ୍ତୁ,
ପ୍ରକ୍ରିୟାକୃତ ମାଂସ ଖାଆନ୍ତୁ ନାହିଁ.... ଇତ୍ୟାଦି ନିୟମ ପାଳନ କରନ୍ତୁ l
State
ଭୁବନେଶ୍ୱର( ଦ କୁଇଭର ):- ଭକ୍ତକବି ମଧୁସୂଦନ ରାଓଙ୍କ ଜୟନ୍ତୀ ଅବସରରେ ତାଙ୍କ ରଚିତ ‘ବର୍ଣ୍ଣବୋଧ’ର ପୁନଃମୁଦ୍ରିତ ସଂସ୍କରଣ ଓ ଏହାର ଡ଼ିଜିଟାଲ କପି ଉନ୍ମୋଚିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ଅପରାହ୍ଣରେ ଏହାକୁ ଉନ୍ମୋଚନ କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି, ଯେତେବେଳେ ଭାରତ ସ୍ଵାଧୀନତା ଲାଭ କରିଥିଲା ସାକ୍ଷରତା ହାର ଥିଲା ମାତ୍ର ୧୨ ପ୍ରତିଶତ, ଅର୍ଥାତ ୧୯୦୦ ମସିହା ବେଳକୁ ଏହା ଏକକ-ଅଙ୍କ ବିଶିଷ୍ଟ ଥିଲା। ସେତେବେଳେ ଓଡ଼ିଆ ଭାଷାର ଆଉ ଏକ ସମସ୍ଯା ଥିଲା। ଯଦିଓ ଓଡ଼ିଆ ଭାଷା ଓ ସାହିତ୍ଯକୁ ଅନେକ ସାରସ୍ଵତ ସାଧକ ଋଦ୍ଧିମନ୍ତ କରିଥିଲେ, ତାହା ସାଧାରଣ ଜନତାଙ୍କ ଭାଷା ରୂପେ ଆଦୃତ ହୋଇପାରିନଥିଲା। କାରଣ, ଲିଖିତ ଓଡ଼ିଆ ଭାଷାର ଗଠନ, ଉଚ୍ଚାରଣ, ଲିଖନ ଏବଂ ଶୁଦ୍ଧତା ନିଶ୍ଚିତ ଭାବେ ଜଟିଳ ଥିଲା। ତେଣୁ, ଏତେ ସଂଖ୍ୟକ ଲୋକଙ୍କୁ ଶିକ୍ଷାଦାନ କରିବା ପାଇଁ ହେଲେ ପ୍ରଥମେ ଭାଷାକୁ ସରଳ ଭାବେ, ବୋଧଗମ୍ୟ ଭାବେ ପ୍ରସ୍ତୁତ କରିବାକୁ ହେବ। ଏହା ସହିତ ଭାଷାର ନିଜତ୍ଵ, ମୂଳ ସ୍ୱରୂପକୁ ରଖିବାକୁ ପଡ଼ିବ। ତେଣୁ, ଏହାର ସମାଧାନ କରିବା ପାଇଁ ଲେଖା ହୋଇଥିଲା ‘ବର୍ଣ୍ଣବୋଧ’। ଏହାର ରଚୟିତା ଭକ୍ତକବି ମଧୁସୂଦନ ରାଓ, ଅତି ଚମତ୍କାର ଭାବେ ଅକ୍ଷର, ବର୍ଣ୍ଣ, ଯୁକ୍ତାକ୍ଷର, ଶବ୍ଦ, ଶବ୍ଦ ଗଠନ, ବାକ୍ୟ ଗଠନକୁ କିପରି ସରଳ ଭାବେ କୋମଳମତି ଛାତ୍ରଛାତ୍ରୀଙ୍କୁ ଶିଖାଇ ହେବ ଏହି ପୁସ୍ତକରେ ପ୍ରତିପାଦିତ କରିଛନ୍ତି। ବର୍ଣ୍ଣବୋଧର ଭାଷା ଅତ୍ୟନ୍ତ ସହଜ ଓ ସରଳ। ପଶୁ, ପକ୍ଷୀ, ସକାଳ, ସନ୍ଧ୍ୟା, ଆଖପାଖର ଦୃଶ୍ୟ ଭଳି ସହଜ ଉଦାହରଣ ସବୁ ଦେଇ, ସେ କୋମଳ ମନକୁ ଆକର୍ଷିତ କରିଥିଲେ। ଏହି ବହିଟି ଅତି କମ୍ ଦିନରେ ପ୍ରତ୍ୟେକ ଓଡ଼ିଆ ପରିବାରର ଅଂଶ ପାଲଟିଗଲା। ୧୮୯୫ରେ ବହିଟି ପ୍ରଥମେ ପ୍ରକାଶିତ ହୋଇଥିଲା। ଏହାର ଲୋକପ୍ରିୟତା ଏହି କଥାରୁ ଅନୁମେୟ ଯେ ୧୮୯୫ ରୁ ୧୯୦୧ ଭିତରେ ବହିର ଆଠଟି ସଂସ୍କରଣ ହୋଇ ସାରିଥିଲା l ମୂଳ ଲେଖାକୁ ପରିବର୍ତ୍ତିତ ନ କରି ଅବିକଳ ଛାପିବା ଦ୍ଵାରା ଏହାର ଭାବ, ଭାଷାକୁ ସମ୍ମାନ ଦିଆଯାଇଛି। ମୁଁ ଆଶା କରୁଛି, ଆମର କୁନି କୁନି ପିଲାମାନଙ୍କୁ ଏହି ପୁସ୍ତକ ଖୁବ୍ ଭଲ ଲାଗିବ। ଓଡ଼ିଆ ଭାଷାକୁ ସହଜରେ ଶିଖିବା ପାଇଁ ଏହା ସେମାନଙ୍କ ପକ୍ଷରେ ସହାୟକ ହେବ।
Sports
କଟକ( ଦ କୁଇଭର ):- ଆଜିଠୁ ଆରମ୍ଭ ହେବ ଅଫ୍ଲାଇନ ଟିକଟ ବିକ୍ରି । କାଉଣ୍ଟରରେ ପ୍ରାୟ ୧୨ ହଜାର ଟିକଟ ବିକ୍ରି ହେବାର ଯୋଜନା ରହିଛି । ବିରାଟ କୋହଲି, ରୋହିତ ଶର୍ମା, ଜୋସ ବଟଲରଙ୍କ ଭଳି ଖେଳାଳି ଆସୁଥିବାରୁ ଦର୍ଶକଙ୍କ ମଧ୍ୟରେ ପ୍ରବଳ ଉତ୍ସାହ ରହିଛି । ଅନଲାଇନ୍ରେ ଟିକଟ କିଣିପାରିନଥିବା କ୍ରିକେଟ୍ପ୍ରେମୀ ଅଫ୍ଲାଇନ୍ରେ କିଣିବାକୁ ଆଶା ବାନ୍ଧିଛନ୍ତି । ଟିକେଟ ବିକ୍ରି ପାଇଁ ଚଳିତଥର ୪ଟି ଟିକେଟ କାଉଣ୍ଟର କରାଯାଇଛି । ଭିଡ଼ ନିୟନ୍ତ୍ରଣଠାରୁ ଆରମ୍ଭ କରି ବାରବାଟୀ ଷ୍ଟାଡିୟମର ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି । ଆଜି ସକାଳ ୯ଟାରୁ ଟିକେଟ ବିକ୍ରି ଆରମ୍ଭ ହେବାକୁ ଥିବାବେଳେ ଏହାର ଗୋଟିଏ ଘଣ୍ଟା ପୂର୍ବରୁ ଅର୍ଥାତ ସକାଳ ୮ଟା ବେଳେ ହିଁ ଧାଡି ବାନ୍ଧିବା ପାଇଁ ଦର୍ଶକଙ୍କୁ ଅନୁମତି ଦିଆଯିବ । ସ୍ପେସାଲ ଏନ୍କ୍ଲୋଜର, ଏସି ଗ୍ୟାଲେରି, ନ୍ୟୁ ପାଭିଲିୟନ ଓ କର୍ପୋରେଟ ବକ୍ସ ଭଳି ଟିକେଟକୁ ହର୍ସ ଗେଟ କାଉଣ୍ଟରରେ ବିକ୍ରି ହେବାକୁ ଥିବାବେଳେ କିଲଖାନା ଲେନ ଅନ୍ୟ ସମସ୍ତ ଗ୍ୟାଲେରୀ ଟିକେଟକୁ ବିକ୍ରି କରାଯିବ ।
ପ୍ରଥମ ଥର ପାଇଁ ମହିଳା ଦର୍ଶକଙ୍କ ପାଇଁ ଏକ ସ୍ୱତନ୍ତ୍ର କାଉଣ୍ଟର କରାଯାଇଛି । ବାରବାଟୀରେ ଖେଳାଯିବାକୁ ଥିବା ଦିନିକିଆ ମ୍ୟାଚ ପାଇଁ ୫ଟି ସ୍ଥାନରେ ପାର୍କିଂ ବ୍ୟବସ୍ଥା କରାଯାଇଛି । ପ୍ରାୟ ୨୫ ହଜାର ଗାଡି ପାର୍କିଂ ପାଇଁ ବ୍ୟବସ୍ଥା କରାଯାଉଛି । ଏହା ବ୍ୟତୀତ ଦର୍ଶକଙ୍କୁ ବିକ୍ରି ହେବାକୁ ଥିବା ଖାଦ୍ୟକୁ ଉପଯୁକ୍ତ ମୂଲ୍ୟରେ ବିକ୍ରି କରାଯିବ ଏବଂ ଖାଦ୍ୟର ମାନ ପାଇଁ ୫ ଜଣ ଅଧିକାରୀଙ୍କୁ ଦାୟିତ୍ୱ ଦିଆଯାଇଛି । ଏନେଇ ମଙ୍ଗଳବାର କେନ୍ଦ୍ରାଞ୍ଚଳ ରାଜସ୍ବ ଆୟୁକ୍ତଙ୍କ ଅଧ୍ୟକ୍ଷତାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ ଏହି ନିଷ୍ପତି ନିଆଯାଇଛି । ତେବେ କେନ୍ଦ୍ରାଞ୍ଚଳ ଆରଡିସି ବି.ପରମେଶ୍ବରନଙ୍କ ସଭାପତିତ୍ବରେ ହୋଇଥିବା ବୈଠକରେ କଟକ ଜିଲ୍ଲାପାଳ, କଟକ ଡିସିପି, ଅତିରିକ୍ତ ପୋଲିସ କମିଶନର ଓ ଓସିଏ ପଦାଧିକାରୀ ଯୋଗ ଦେଇ ମ୍ୟାଚ୍ ସୁପରିଚାଳନା ନେଇ ଆଲୋଚନା କରିଛନ୍ତି ।
State
ଦ କୁଇଭର ବ୍ୟୁରୋ :- 'ସୁଭଦ୍ରା’ ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଚତୁର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା ନେଇ ବଡ଼ ଅପଡେଟ୍ ଦେଲେ ଉପମୁଖ୍ୟମନ୍ତ୍ରୀ । ଫେବ୍ରୁଆରୀ ୮ରେ ମିଳିବ ୪ର୍ଥ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା । ଚତୁର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା ଯାଜପୁରରେ ବଣ୍ଟନ କରାଯିବ ବୋଲି ପ୍ରଭାତୀ ପରିଡ଼ା କହିଛନ୍ତି । ସେହିପରି ଫେବ୍ରୁଆରୀ ୩ ଓ ୪ ତାରିଖରେ ବ୍ୟାଙ୍କରେ NPCI ଚେକ୍ କରିପାରିବେ । ଛୋଟଛୋଟ ସମସ୍ୟାକୁ ବ୍ୟାଙ୍କ ଯାଇ ତୁରନ୍ତ ସମାଧାନ କରନ୍ତୁ ବୋଲି ପ୍ରଭାତୀ ପରିଡ଼ା କହିଛନ୍ତି ।
Politics
ବ୍ରହ୍ମପୁର( ଦ କୁଇଭର ) :- ବିଜେଡ଼ି କଳି ଛିଣ୍ଡେଇବା ପାଇଁ ବ୍ରହ୍ମପୁରରେ ପହଁଚିଲେ ବିଜୁ ଜନତା ଦଳର ପର୍ଯ୍ୟବେକ୍ଷକ ସଞ୍ଜୟ ଦାସ ବର୍ମା l ଯେଉଁଠି ଦଳ ସୁପ୍ରିମ ନବୀନଙ୍କ ବୁଝା ମଣା ପରେ ବି ଦଳୀୟ କନ୍ଦଳ ଶେଷ ହୋଇନଥିଲା,ସେଠୀ ବିଜେଡ଼ିର ଦୁଇ ଗୋଷ୍ଟି ମଧ୍ୟରେ ଗଣ୍ଡଗୋଳକୁ ସଞ୍ଜୟ ସମାଧାନ କରିପାରିବେ ତ ବୋଲି ପ୍ରଶ୍ନ ଉଠିଛି l ବ୍ରହ୍ମଗିରି,ସତ୍ୟବାଦୀ ରେ ଶୋଚନୀୟ ପରାଜୟ ବରଣ କରି ହତାଶ ହୋଇଥିବା ନେତା,ଦଳୀୟ କନ୍ଦଳ ଅନ୍ତ କରିବାରେ ସଫଳ ହୋଇପାରିବେ ନାହିଁ ବୋଲି ଚର୍ଚ୍ଚା ଜୋର ଧରିଛି l
ବ୍ରହ୍ମପୁର ମହାନଗରରେ ବିଜେଡିର କର୍ପୋରେଟର ଦୁଇ ଗୋଷ୍ଟିଙ୍କ ମଧ୍ୟରେ ବିବାଦ ଚରମ ସୀମାରେ ପହଞ୍ଚି ସାରିଛି l ଦଳ ସୁପ୍ରିମୋ ନବୀନ ଦୁଇ ଗୋଷ୍ଟିଙ୍କୁ ଡାକି ବୁଝାଇଲା ପରେ ବି ପରିସ୍ଥିତି ଶାନ୍ତ ପଡ଼ିନଥିଲା,ତେବେ ଜିଲ୍ଲା ପର୍ଯ୍ୟବେକ୍ଷକ ସଞ୍ଜୟ ଦାସ ବର୍ମା ବ୍ରହ୍ମପୁର ପହଂଚି ପୃଥକ ପୃଥକ ଭାବେ ଦୁଇ ଗୋଷ୍ଟି ଙ୍କୁ ଡାକି ରୁଦ୍ଧଦ୍ୱାର ବୈଠକ କରିଥିଲେ l ବୈଠକ ପରେ" ଆମେ ସବୁ ଏକ ବୋଲି ଗଣମାଧ୍ୟମକୁ କହିଥିଲେ ସତ କିନ୍ତୁ ଉପସ୍ଥିତ ଚିତ୍ରରୁ ଯାହା ସ୍ପଷ୍ଟ ହେଉଛି ତାହା ନ କହିବା ଭଲ ଏପଟେ ଗୋଟିଏ ଗୋଷ୍ଠି ନିଜ ଦୋଷ ଲୁଚାଇବାକୁ ଗଣମାଧ୍ୟମ ଆଗରେ ପାଟି ଖୋଲିନଥିଲେ ବୋଲି ଚର୍ଚ୍ଚା ହେଉଥିବା ବେଳେ ଅନ୍ୟ ଏକ ଗୋଷ୍ଠି ମିଳିମିସି କାମ କରିବାକୁ ଗଣମାଧ୍ୟମରେ ଆହ୍ଵାନ ଦେଇଥିଲେ l ଦୁଇ ପୂର୍ବତନ ବିଧାୟକଙ୍କ ଗଣ୍ଡଗୋଳ ମଝିରେ ପେଶି ହୋଇଗଲେଣି କର୍ପୋରେଟର ଗୋଷ୍ଠି l
ତେବେ ବିଜେଡି ବିଦ୍ରୋହକୁ ସଂଜୟ ସମାଧାନ କରିପାରୁଛନ୍ତି ,ନା ନିଜ ଜିଲ୍ଲାର ଦଳୀୟ ବିବାଦ ନବୀନଙ୍କ ତଣ୍ଟିରେ କଣ୍ଟା ହୋଇ ଲାଗି ରହୁଛି, ବ୍ରହ୍ମପୁର ବିଜେଡି ମଧ୍ୟରେ ଦଳର ସ୍ଥିତି କଣ ହେବ,ସତରେ ଏକ ହୋଇ କାମ କରିବେ କର୍ପୋରେଟରମାନେ ନା ପୂର୍ବଭଳି ଗୋଷ୍ଠୀ କନ୍ଦଳ ଲାଗି ରହିବ, ତାହା ଆଗକୁ ଜଣାପଡ଼ିବ l
State
ଭୁବନେଶ୍ୱର( ଦ କୁଇଭର ):- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଷ୍ଟମ ଅଭିଯୋଗ ଶୁଣାଣି ସୋମବାର ଅନୁଷ୍ଠିତ ହୋଇଯାଇଛି । ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମରେ ୧୦୦୦ ଦରଖାସ୍ତ ପଞ୍ଜିକୃତ ହୋଇଛି ଏବଂ ୭୦୦ ଅଭିଯୋଗ ଶୁଣି କାର୍ଯ୍ୟକରି କରିବାକୁ ବିଭିନ୍ନ ବିଭାଗକୁ ପଠାଯାଇଥିବା ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି l ତେବେ ଆଜି ଯାଏଁ ମୋଟ ୮୦୩୧ ଦରଖାସ୍ତ ମିଳିଥିବାବେଳେ ୬ ହଜାର ୫୪୫ ଅଭିଯୋଗର ସମାଧାନ ହୋଇଛି। ଯେତିକି ଅଭିଯୋଗ ଆସିଛି ବିଭିନ୍ନ ବିଭାଗ ସହ ଆଲୋଚନା କରି ସମାଧାନ କରାଯାଉଛି। ପ୍ରାୟ ୮୧ ପ୍ରତିଶତ ଅଭିଯୋଗର ସମାଧାନ ହୋଇଛି।ତେବେ ଭୁବନେଶ୍ୱର ନ ଆସି ଜିଲ୍ଲାପାଳଙ୍କ ନିକଟରେ ଅଭିଯୋଗ କରିବାକୁ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ଅପିଲ କରିଛନ୍ତି। ଭୁବନେଶ୍ୱର ଆସି ଅଯଥା ଖର୍ଚ୍ଚ ନକରି ଜିଲ୍ଲାସ୍ତରରେ ଅଭିଯୋଗ କରିବାକୁ ମୁଖ୍ୟମନ୍ତ୍ରୀ କହିଛନ୍ତି।
State
ଦ କୁଇଭର ବ୍ୟୁରୋ :- ରାଜ୍ୟରେ ଉପରମୁହାଁ ପାରଦ । ଆଭ୍ୟନ୍ତରୀଣ ଓଡ଼ିଶାରେ ୩୫ଡିଗ୍ରୀ ପାର କଲା ଦିନର ତାପମାତ୍ରା । ଆଭ୍ୟନ୍ତରୀଣ ଓଡ଼ିଶା ସମେତ ଉପକୂଳ ଓଡ଼ିଶାରେ ତାତି ବୃଦ୍ଧି ପାଇବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବର୍ତ୍ତମାନ ରାଜ୍ୟରେ ମେଘମୁକ୍ତ ଆକାଶ ସହ ସୂର୍ଯ୍ୟଙ୍କ ଟାଣ କିରଣ ପାଇଁ ତାତି ବୃଦ୍ଧି ପାଉଛି ବୋଲି ପାଣିପାଗ କେନ୍ଦ୍ର ସୂଚନା ଦେଇଛି । ତାତି ସହ ଅସ୍ତବ୍ୟସ୍ତ କରିବ ଅସହ୍ୟ ଗୁଳୁଗୁଳି । ଦୀର୍ଘମିଆଦି ଆକଳନରେ ଏଭଳି ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ ।ବିଶେଷ କରି ଓଡ଼ିଶାର ଅଧିକାଂଶ ଅଞ୍ଚଳରେ ତାତି ବୃଦ୍ଧି ପାଇଁ ୟେଲୋ ମାର୍କ ଦିଆଯାଇଛି । ସେପଟେ ଗତ ୨୪ ଘଣ୍ଟାରେ ପାରଳାଖେମୁଣ୍ଡିରେ ସର୍ବାଧିକ ୩୫.୬ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଥିବା ବେଳେ ଝାରସୁଗୁଡାରେ ୩୫.୨ ଡିଗ୍ରୀ ଏବଂ ବଲାଙ୍ଗୀରରେ ୩୫ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି । ଆସନ୍ତା ୫ ଦିନ ପର୍ଯ୍ୟନ୍ତ ଆହୁରି ତାପମାତ୍ରା ବୃଦ୍ଧି ପାଇବ ବୋଲି ପାଣିପାଗ କେନ୍ଦ୍ର କହିଛି । ବିଶେଷ କରି ଝରସୁଗୁଡା, ସମ୍ବଲପୁର, ବରଗଡ, ବଲାଙ୍ଗୀର, କଳାହାଣ୍ଡି, ଗଜପତି, ନୂଆପଡା, ଅନୁଗୋଳରେ ତାପମାତ୍ରା ଅହେତୁକ ଭାବରେ ବୃଦ୍ଧି ପାଇବ । ତାପମାତ୍ରା ବୃଦ୍ଧି ସହ ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଘନ କୁହୁଡିର ଆସ୍ତରଣ ଦେଖିବାକୁ ମିଳିବ ।
National
ଦ କୁଇଭର ବ୍ୟୁରୋ :- ଆଜି ମା’ ସରସ୍ବତୀଙ୍କ ଆରଧନାର ଦିନ । ପୌରାଣିକ ମାନ୍ୟତା ଅନୁସାରେ, ବସନ୍ତ ପଞ୍ଚମୀ ଦିନ ମା’ ସରସ୍ୱତୀଙ୍କ ସର୍ଜନା ହୋଇଥିଲା । ତେଣୁ ଏହି ଦିନକୁ ବସନ୍ତ ପଞ୍ଚମୀ ମଧ୍ୟ କୁହାଯାଏ । ମାଘ ମାସ ଶୁକ୍ଳ ପଞ୍ଚମୀ ତିଥିରେ ବସନ୍ତ ପଞ୍ଚମୀ ବା ସରସ୍ୱତୀ ପୂଜା ପାଳନ କରାଯାଇଥାଏ।ଦେବୀ ସରସ୍ବତୀ ହେଉଛନ୍ତି ବିଦ୍ୟାର ଅଧିଷ୍ଠାତ୍ରୀ ଦେବୀ । ସେ ହେଉଛନ୍ତି ବିଦ୍ୟାର ଭଣ୍ଡାର । ମା’ଙ୍କୁ ପ୍ରଜ୍ଞା,ମେଧା, ବୁଦ୍ଧି,ସାହିତ୍ୟ,ସଙ୍ଗୀତ,କଳା ଓ ପ୍ରଯୁକ୍ତି ବିଦ୍ୟାର ଅଧିଷ୍ଠାତ୍ରୀ ଦେବୀ ବୋଲି ବିବେଚନା କରାଯାଏ । ସେ ମହାବିଦ୍ୟା, ମହାବାଣୀ, ଭାରତୀ, ବାକ୍, ଆର୍ଯ୍ୟା, ବ୍ରାହ୍ମୀ, କାମଧେନୁ, ବେଦଗର୍ଭା, ଧୀଶ୍ୱରୀ, ବୁଦ୍ଧିଦାତ୍ରୀ ଆଦି ଅନେକ ନାମରେ ପରିଚିତ ।ଶାସ୍ତ୍ର ଅନୁସାରେ, ଏହି ଦିନ ମା’ ସରସ୍ୱତୀଙ୍କୁ ପୂଜା କଲେ ବାଗ୍ବାଦୀନି ପ୍ରସନ୍ନ ହୋଇଥାନ୍ତି । ପୂଜା ସମୟରେ ମାଙ୍କୁ ହଳଦୀ ରଙ୍ଗର ସାମଗ୍ରୀ ଲାଗି ହୋଇଥାଏ । ସରସ୍ବତୀଙ୍କ ପ୍ରିୟ ରଂଗ ହେଉଛି ହଳଦିଆ । ସେଥିପାଇଁ ଶ୍ରଦ୍ଧାଳୁମାନେ ମାଆଙ୍କ ମୂର୍ତ୍ତିକୁ ହଳଦିଆ କପଡ଼ାରେ ଢାଙ୍କି କରି ରଖିଥାନ୍ତି ଓ ମାଆଙ୍କୁ ହଳଦିଆ ରଙ୍ଗର ପୁଷ୍ପ ଦେଇ ପୂଜାର୍ଚ୍ଚନା କରିଥାନ୍ତି ।ପୌରାଣିକ କଥା ଅନୁସାରେ ଥରେ ବ୍ରହ୍ମା ସମଗ୍ର ବିଶ୍ୱ ଭ୍ରମଣରେ ବାହାରିଥିଲେ । ଏହି ସମୟରେ ସମଗ୍ର ବିଶ୍ୱ ଉଦାସୀନ ଥିବା ଦେଖିବାକୁ ପାଇଥିଲେ । ଏପରି ଦେଖିବା ପରେ ବ୍ରହ୍ମା ଭଗବାନ ବିଷ୍ଣୁଙ୍କ ନିକଟକୁ ଯାଇଥିଲେ । ଆଉ ବିଷ୍ଣୁଙ୍କ ଆଗରେ ସମସ୍ତ କଥାକୁ ପରିପ୍ରକାଶ କରିଥିଲେ । ଏହା ଶୁଣିବା ପରେ ବିଷ୍ଣୁ ଭଗବାନ ବ୍ରହ୍ମାଙ୍କୁ କହିଥିଲେ କି ଆପଣ ଦେବୀ ସରସ୍ୱତୀଙ୍କ ନିକଟକୁ ଯାଆନ୍ତୁ । ଆପଣଙ୍କର ସମସ୍ତ ସମସ୍ୟାର ସମାଧାନ ସିଏ ହିଁ କରିପାରିବେ । ଏହା ସହିତ ବ୍ରହ୍ମ ନିଜ କମଣ୍ଡଳରୁ ଜଳ ପୃଥିବୀପୃଷ୍ଠକୁ ପାଣି ଛିଞ୍ଚାଡ଼ିଥିଲେ ।ଏହି ଜଳକଣା ପଡ଼ିବା ପରେ ହାତରେ ବୀଣା, ପୁସ୍ତକ, ଓ ମାଳା ଚାରି ହସ୍ତର ଶକ୍ତି ଉଭା ହୋଇଥିଲେ । ବ୍ରହ୍ମା ବୀଣାର ତାରକୁ ଛୁଇଁବା ପରେ ସମଗ୍ର ବିଶ୍ୱରେ ଏକ ହସଖୁସିର ଲହରୀ ଖେଳିଯାଇଥିଲା । ଏହା ସହିତ ପୃଥିବୀ ପୃଷ୍ଠରେ ସମସ୍ତ ଜୀବଜଗତ ସକ୍ରିୟ ହୋଇ ଉଠିଥିଲେ । ଆଉ ସେବେଠାରୁ ଏହି ବସନ୍ତ ପଞ୍ଚମୀ ତିଥିରେ ମା ସରସ୍ୱତୀଙ୍କ ପୂଜାର୍ଚ୍ଚନା କରାଯାଏ ।ସରସ୍ୱତୀଙ୍କ ବିନା ସିଦ୍ଧି ଓ ବିଦ୍ୟାଲାଭ ଅସମ୍ଭବ । ସକଳ କ୍ଷେତ୍ରରେ ସଫଳତା ଓ ବିଦ୍ୟାର୍ଜନରେ ଯଶସ୍ୱୀ ହେବା ପାଇଁ ବିଦ୍ୟାଜନନୀ ସରସ୍ୱତୀଙ୍କ ପାଦପଦ୍ମରେ ମନପ୍ରାଣ ଅର୍ପଣ କରିବା ଉଚିତ । ବାଣୀ ଓ ବିଦ୍ୟାର ଅଧିଷ୍ଠାତ୍ରୀ ଦେବୀ ମା ସରସ୍ବତୀ ସୁଶୋଭିତ ପୁଷ୍ପମାଲ୍ୟ, ଘଣ୍ଟ, ଘଣ୍ଟା, ଶଙ୍ଖ ଆଦି ବାଦ୍ୟବାଦନ ମଧ୍ୟରେ ପୂଜିତ ହୁଅନ୍ତି । ଭୋଗ ଆକାରରେ ଖଇ, ଉଖୁଡ଼ା, ନଡ଼ିଆ ଫଳ ଆଦି ବଢ଼ାଯାଇଥାଏ ।ଶିକ୍ଷାନୁଷ୍ଠାନ,ଘର, କୋଚିଂ ସେଣ୍ଟର ଓ ମୂର୍ତ୍ତି କାରିଗର ମାନେ ମାଙ୍କ ଆବାହନ ପାଇଁ ବିଶେଷ ଆୟୋଜନ କରିଥାନ୍ତି । କିନ୍ତୁ କୋରୋନା ମହାମାରୀ ଯୋଗୁଁ ଚଳିତଥର ସରକାରଙ୍କ କୋରୋନା ଗାଇଡଲାଇନ ଅନୁସାରେ ସମସ୍ତ ଶିକ୍ଷାନୁଷ୍ଠାନ ପାଳନ ହେବ । ଅଳ୍ପ ସଂଖ୍ୟକ ଛାତ୍ରଛାତ୍ରୀଙ୍କୁ ନେଇ କରାଯାଇପାରିବ ସରସ୍ବତୀ ପୂଜା । ସ୍କୁଲ, ଶିକ୍ଷାନୁଷ୍ଠାନ ଛଡ଼ା ଅନ୍ୟ କେଉଁଠି ସରସ୍ବତୀ ପୂଜାକୁ ବାରଣ କରାଯାଇଛି। ଘରେ ରହି ପରିବାର ସହ ସରସ୍ବତୀ ପୂଜା ପାଳନ ପାଇଁ ପରାମର୍ଶ ଦିଆଯାଇଛି ।
State
ଯୋଡ଼ା( ଦ କୁଇଭର ):- କେନ୍ଦୁଝର ଜିଲ୍ଲା ଯୋଡ଼ା ପୋଲିସ ଏକ ଚୋରା ବାଇକ୍ ରାକେଟର ପର୍ଦ୍ଦାଫାଶ କରି ଏଥିରେ ସଂପୃକ୍ତ ୬ ଅଭିଯୁକ୍ତଙ୍କୁ ଗିରଫ ସହ ୫ଟି ଚୋରା ବାଇକ ଉଦ୍ଧାର କରିଛି। ସୂଚନାନୁସାରେ ଯୋଡା ସହରର ଆମବାଗାନଠାରେ ରହୁଥିବା ବି. ଜୟ ରାମ ରେଡ୍ଡୀଙ୍କ ଘରୁ ବାଇକ ଚୋରି ହୋଇଥିବା ବେଳେ ଯୋଡାରୁ ଚୋରି ବାଇକ ଚମ୍ପୁଆ ଥାନାରେ ଜବତ ହୋଇ ଥିଲା। ଏହି ବାଇକ ଚୋରା ରାକେଟର ମାଷ୍ଟର ମାଇଣ୍ଡ ଯୋଡା ଵାଚୁ ହାଟିଂରୁ ଗିରଫ ହେବା ପରେ ଏହି ରାକେଟରେ ସଂପୃକ୍ତ ଥିବା ଅନ୍ୟ ୫ଜଣଙ୍କୁ ଯୋଡା ପୋଲିସ ଗିରଫ କରିଛି। ଏହା ବ୍ୟତୀତ ପୋଲିସ ଚଢାଉ ବେଳେ ସଦର ଥାନାରୁ ଚୋରି ହୋଇଥିବା ଗୋଟିଏ ବାଇକ ସହ ମୋଟ ୫ଟି ଚୋରା ବାଇକ ମଧ୍ୟ ଉଦ୍ଧାର କରିଛି। ଏହି ଚୋରମାନେ ଚୋରା ବାଇକରେ ଜାଲ ନମ୍ବର ଲଗାଇ ରାଜ୍ୟ ବାହାରେ କମ୍ ଦାମରେ ବିକ୍ରି କରୁଥିବା ପୋଲିସର ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି।
State
ଦ କୁଇଭର ବ୍ୟୁରୋ :- ଅଗ୍ନିଶମ କର୍ମଚାରୀଙ୍କ ଭତ୍ତା ବୃଦ୍ଧି କଲେ ରାଜ୍ୟ ସରକାର । ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି । ବିଭିନ୍ନ ପରିସ୍ଥିତିରେ ଲୋକଙ୍କୁ ତ୍ୱରିତ ସେବା ଯୋଗାଉଥିବା ଅଗ୍ନିଶମ କର୍ମଚାରୀଙ୍କ କଲ୍ୟାଣ ପାଇଁ ଘରଭଡ଼ା ପ୍ରଦାନ ସହ ସେମାନଙ୍କ ଭତ୍ତା ବୃଦ୍ଧି କରାଯାଇଛି । ଏହାଦ୍ଵାରା ୬୦୫୮ ଅଗ୍ନିଶମ କର୍ମଚାରୀ ଉପକୃତ ହେବେ ବୋଲି ଟ୍ୱିଟ ଯୋଗେ ମୁଖ୍ୟମନ୍ତ୍ରୀ କହିଛନ୍ତି । ତେବେ ଡାଏଟ ଭତ୍ତା ୯ ଶହରୁ ୧୪ ଶହକୁ ବଢ଼ିଲା,ମୋଟର ସାଇକେଲ୍ ଭତ୍ତା ୩ ଶହରୁ ୧୦୫୦ ଟଙ୍କାକୁ ବୃଦ୍ଧି ,ମୋବିଲିଟି ଭତ୍ତା ୧୫୦ରୁ ୩ ଶହ ଟଙ୍କାକୁ ବୃଦ୍ଧି,ରିସ୍କ ଭତ୍ତା ୪ ଶହରୁ ୧ ହଜାର ଟଙ୍କାକୁ ବଢ଼ିଲା l
State
ଗଜପତି( ଦ କୁଇଭର ):- ରାୟଗଡ଼ ଥାନା ଅନ୍ତର୍ଗତ ମାର୍ଲବା ଘାଟିରେ ଯାତ୍ରୀବାହୀ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି ଯେଉଁଥିରେ ୨୦ଆହତ, ୪ଗୁରୁତର ହୋଇଥିବା ସୂଚନା ମିଳିଛି । ଘାଟି ଓହ୍ଲାଇଥିବା ବେଳେ ବସଟି ଦୁର୍ଘଟଣାଗ୍ରସ୍ତ ହୋଇଛି । ସୂଚନା ପାଇବା ପରେ ଘଟଣାସ୍ଥଳରେ ପୁଲିସ ଓ ଅଗ୍ନିଶମ ବାହିନୀ ପହଂଚି ଉଦ୍ଧାର କାର୍ଯ୍ୟ କରିଥିଲେ । ବ୍ରହ୍ମପୁରରୁ ପାରଳାଖେମୁଣ୍ଡି ଅଭିମୁଖେ ଆସୁଥିଲା ଏହି ଯାତ୍ରୀବାହୀ ବସ। ପ୍ରତ୍ୟେକ ମାସରେ ଏହି ସ୍ଥାନରେ କିଛି ନା କିଛି ଛୋଟ ବଡ଼ ଦୁର୍ଘଟଣା ଘଟୁଥିବା ବେଳେ ମଙ୍ଗଳବାର ସେହି ସ୍ଥାନରେ ପୁଣି ଏହି ପ୍ରକାର ଦୁର୍ଘଟଣା ଘଟିଛି । କହିବାକୁ ଗଲେ ଏକ ବହୁତ୍ ବଡ଼ ଅଘଟଣ ରୁ ବର୍ତ୍ତି ଯାଇଛନ୍ତି ଯାତ୍ରୀମାନେ ।
State
ରାଉଲକେଲା( ଦ କୁଇଭର ):- ରାଉରକେଲାରେ ଘଟିଛି ବଡ ଅଘଟଣ । ଏକ ମାଲବାହୀ ଟ୍ରେନ୍ ଭାରସାମ୍ୟ ହରାଇ ବସ୍ତି ଭିତରକୁ ପଶିଯାଇଥିବା ସୂଚନା ମିଳିଛି । ରାଉରକେଲା ମାଲଗୋଦାମ ଅଞ୍ଚଳରେ ଘଟିଛି ଏଭଳି ଘଟଣା । ମାଲବାହୀ ଟ୍ରେନଟି ଲାଇନଚ୍ୟୁତ ହୋଇଥିବା ଜଣାପଡିଛି l ତେବେ ଏଥିରେ ଟ୍ରେନ ର ପ୍ରାୟ ୩ ଟି ବଗି ଲାଇନ ଚ୍ୟୁତ ହେବାର ସୂଚନା ମିଳିଛି l
Sports
କଟକ( ଦ କୁଇଭର ):- ବାରବାଟୀରେ କ୍ରିକେଟ କ୍ରେଜ୍ । ଅଧଘଣ୍ଟାରେ ଅଧା ଟିକେଟ ବିକ୍ରି lବାରବାଟୀରେ ଭାରତ-ଇଂଲଣ୍ଡ ଦିନିକିଆ ମ୍ୟାଚ୍ ପାଇଁ ଚାଲିଛି ଟିକେଟ୍ ବିକ୍ରି । ୪ଟାରେ ଅନଲାଇନ ଟିକେଟ ବିକ୍ରି ଆରମ୍ଭ ହୋଇଥିବା ବେଳେ ମାତ୍ର ଅଧଘଣ୍ଟା ମଧ୍ୟରେ ୨ ଓ ୪ ନମ୍ବର ଏହି ଦୁଇଟି ଗ୍ୟାଲେରିର ଟିକେଟ ବିକ୍ରି ହୋଇ ସାରିଛି । ମୋଟ୍ ୪ହଜାର ଟିକଟ୍ ଅନଲାଇନରେ ବିକ୍ରି କରିବାକୁ ଓସିଏ ସ୍ଥିର ରହିଛି । ଫେବ୍ରୁଆରି ୯ରେ ଖେଳାଯିବାକୁ ଥିବା ମ୍ୟାଚ୍ ପାଇଁ କ୍ରିକେଟପ୍ରେମୀ ଟିକେଟ୍ ବୁକ୍ କରୁଛନ୍ତି । ମୋବାଇଲ ଆପ୍ଲିକେସନ district by zomato କିମ୍ବା ଗୁଗଲ୍ ବ୍ରାଉଜରରେ zomato.in ଲଗ୍ ଇନ କରି ଟିକଟ୍ ବୁକ୍ କରିହେବ। ୫ ଓ ୬ ତାରିଖରେ କାଉଣ୍ଟର ଯାଇ ଦର୍ଶକ ଟିକେଟ କିଣି ପାରିବେ । ବାରବାଟୀ କ୍ରିକେଟ୍ ଷ୍ଟାଡିୟମରେ ଆସନ୍ତା ୯ ତାରିଖ ଦିନ ଭାରତ-ଇଂଲଣ୍ଡ ଦିନିକିଆ ଶୃଙ୍ଖଳାର ଦ୍ବିତୀୟ ମୁକାବିଲା ଖେଳାଯିବ ।
Politics,National
ଦ କୁଇଭର ବ୍ୟୁରୋ :- ଫେବୃଆରୀ ୫ ତାରିଖରେ ହେବାକୁ ଥିବା ଦିଲ୍ଲୀ ବିଧାନସଭା ନିର୍ବାଚନ ପୂର୍ବରୁ ଶନିବାର ଦିନ ଆମ ଆଦମୀ ପାର୍ଟିର ୮ ଜଣ ବିଧାୟକ ବିଜେପିରେ ଯୋଗ ଦେଇଛନ୍ତି। କାରଣ ଅରବିନ୍ଦ କେଜ୍ରିୱାଲଙ୍କ ଦଳ ଏହି ସମସ୍ତ ବିଧାୟକଙ୍କୁ ଟିକେଟ୍ ଦେବାକୁ ମନା କରିଦେଇଥିଲା।
ସୂଚନା ଅନୁଯାୟୀ, ବିଜେପିରେ ଯୋଗ ଦେଇଥିବା ବିଧାୟକମାନେ ହେଲେ ଭାବନା ଗୌଡ (ପାଲମ), ରୋହିତ ମେହରୌଲିଆ (ତ୍ରିଲୋକପୁରୀ), ଗିରିଶ ସୋନି (ମାଦିପୁର), ମଦନ ଲାଲ (କସ୍ତୁରବା ନଗର), ରାଜେଶ ଋଷି (ଉତ୍ତମ ନଗର), ବି ଏସ ଜୁନ (ବିଜୱାସନ), ନରେଶ ଯାଦବ (ମହରୌଲି) ଏବଂ ପବନ ଶର୍ମା (ଆଦର୍ଶ ନଗର)।ଏହା ପୂର୍ବରୁ ଆମ ଆଦମୀ ପାର୍ଟିର ପୂର୍ବତନ ବିଧାୟକ ବିଜେନ୍ଦ୍ର ଗର୍ଗ ଏବଂ ଅନେକ ନେତା ମଧ୍ୟ ବିଜେପିରେ ଯୋଗ ଦେଇଥିଲେ। ବିଜେପିର ରାଷ୍ଟ୍ରୀୟ ଉପାଧ୍ୟକ୍ଷ ଏବଂ ଦଳର ଦିଲ୍ଲୀ ପ୍ରଭାରୀ ବୈଜୟନ୍ତ ପଣ୍ଡା, ରାଜ୍ୟ ସଭାପତି ବୀରେନ୍ଦ୍ର ସଚଦେବାଙ୍କ ଉପସ୍ଥିତିରେ ଏମାନେ ସମସ୍ତେ ବିଜେପିରେ ଯୋଗ ଦେଇଛନ୍ତି।
ବିଜେପିରେ ଯୋଗଦେବାର ଗୋଟିଏ ଦିନ ପୂର୍ବରୁ ସମସ୍ତ ୮ ବିଧାୟକ ଆମ ଆଦମୀ ପାର୍ଟି ଉପରେ ଦୁର୍ନୀତି ଏବଂ ଭ୍ରଷ୍ଟାଚାରର ଅଭିଯୋଗ ଲଗାଇଥିଲେ। ଏପରିକି ଦଳ ଏହାର ବିଚାରଧାରାରୁ ପଥଭ୍ରଷ୍ଟ ହେବାର ମଧ୍ଯ ଅଭିଯୋଗ ଆଣିଥିଲେ। ତେବେ ଗତ ଶୁକ୍ରବାର ଏହି ବିଧାୟକ ମାନେ ଆପର ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଇଥିଲେ।
Shree Jagannath
ପୁରୀ ( ଦ କୁଇଭର ):- ବିଶ୍ୱପ୍ରସିଦ୍ଧ ରଥଯାତ୍ରା ୨୦୨୫ ପାଇଁ ପରମ୍ପରା ଅନୁଯାୟୀ ଶ୍ରୀପଞ୍ଚମୀରେ ରଥକାଠ ପୂଜା ହୋଇଛି । ତିନିରଥ ପାଇଁ ତିନିଖଣ୍ତ ଧଉରା କାଠ ଗଜପତି ମହାରାଜାଙ୍କ ରାଜଗୁରୁ ଓ ପୁରୋହିତଙ୍କ ଦ୍ୱାରା ପୂଜାର୍ଚ୍ଚନା କରିଥଲେ । ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ସମ୍ମୁଖରେ ଚୁନପାଣି ପଡ଼ି ପବିତ୍ର କରାଯିବା ପରେ ତିନୋଟି ଧଉରା କାଠର ମାଜଣା କରାଯାଇଥିଲା । ଏହା ପରେ ରାଜଗୁରୁ ଓ ପୁରୋହିତଙ୍କ ଦ୍ୱାରା କାଠ ତ୍ରୟର ପୂଜାର୍ଚ୍ଚନା ହୋଇଥଲା । ସେହିପରି ଆସନ୍ତା ରାମ ନବମୀ ତିଥିରେ ରଥ କାଠ ଚିରଟ ପ୍ରକ୍ରିୟା ଆରମ୍ଭ କରାଯିବାର ବିଧି ରହିଛି । ଆସନ୍ତା ଅକ୍ଷୟ ତୃତୀୟା ତିଥିରେ ରଥ ଖଳାରେ ରଥ ନିର୍ମାଣ ଅନୁକୂଳ ପରେ ତିନି ରଥର ନିର୍ମାଣ କାର୍ଯ୍ୟ ଆରମ୍ଭ ହେବ । ଚଳିତବର୍ଷ ୨୦୨୫ ରଥଯାତ୍ରା ପାଇଁ ପୁରୀରେ ପହଞ୍ଚି ସାରିଛି ପ୍ରଥମ ପର୍ଯ୍ୟାୟ ରଥକାଠ । ନୟାଗଡ ଦଶପଲ୍ଲା ରେଞ୍ଜରୁ ଆସିଛି ଏହି କାଠ । ରଥ ନିର୍ମାଣ ପାଇଁ ସମୁଦାୟ ୮୬୫ ଖଣ୍ଡ କାଠର ଆବଶ୍ୟକତା ରହିଥିବା ବେଳେ ପୂର୍ବରୁ ଶ୍ରୀମନ୍ଦିର ପ୍ରଶାସନ ପାଖରେ ବଳକା ରହିଛି ୫୧ ଖଣ୍ଡ କାଠ । ମୋଟ ୮୧୪ ଖଣ୍ଡ ଅସନ, ଧଉରା ଏବଂ ଫାସୀ କାଠର ଆବଶ୍ୟକତା ରହିଛି । ତେବେ ନୟାଗଡ ଦଶପଲ୍ଲା ରେଞ୍ଜରୁ ତିନୋଟି ଟ୍ରକରେ ପୁରୀରେ ଆସି ପହଞ୍ଚିଛି । ୧୦୧ ଖଣ୍ଡ ଧଉରା ଓ ଅସନ କାଠ ଆସିଛି । ଏଥିରେ ୫୩ ଖଣ୍ଡ ଧଉରା, ୪୮ ଖଣ୍ଡ ଅସନ କାଠ ରହିଛି । ପର୍ଯ୍ୟାୟ କ୍ରମେ ବାକି କାଠ ଆସି ପହଞ୍ଚିବ ।