ଦ କୁଇଭର ବ୍ୟୁରୋ :- ରାଜ୍ୟରେ ପୁଣି ଲଘୁଚାପ ସମ୍ଭାବନା । ୩୦ତାରିଖ ବେଳକୁ ଉତ୍ତର ଆଣ୍ଡାମାନସାଗର ଅଞ୍ଚଳରେ ଏକ ନୂତନ ଘୂର୍ଣ୍ଣିବଳୟ ପ୍ରବେଶ ନେଇ ସୂଚନା ରହିଛି। ଏହାର ପ୍ରଭାବରେ ଉତ୍ତର ପାର୍ଶ୍ଵବର୍ତ୍ତୀ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ୧ ଅକ୍ଟୋବର ବେଳକୁ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି l ଏପଟେ ପୂର୍ବ କେନ୍ଦ୍ରୀୟ ଏବଂ ସଂଲଗ୍ନ ଉତ୍ତର-ପୂର୍ବ ବଙ୍ଗୋପସାଗର ସୃଷ୍ଟ ଲଘୁଚାପ ଅବପାତର ରୂପ ନେଇ ଉପକୂଳ ମୁହାଁ ହେଉଛି । ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶା ସମେତ ସାରା ରାଜ୍ୟରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
ଅନ୍ୟପଟେ ଅବପାତ ପ୍ରଭାବରେ ଆଗାମି ଦୁଇଦିନ ଗଞ୍ଜାମ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ସମସ୍ତ ବିଦ୍ୟାଳୟକୁ ଛୁଟି ଘୋଷଣା କରିଛନ୍ତି । ପାଣିପାଗ ବିଭାଗ ପକ୍ଷରୁ ଗଞ୍ଜାମ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ କରାଯାଇଛି। ଅନ୍ୟପକ୍ଷେ ଶିକ୍ଷକଶିକ୍ଷୟିତ୍ରୀ ଓ ଅଣଶିକ୍ଷକ କର୍ମଚାରୀ ବିଦ୍ୟାଳୟ ମାନଙ୍କରେ ଉପସ୍ଥିତ ରହିବା ନେଇ ନିର୍ଦ୍ଦେଶ ଦିଆଯାଇଛି ।